Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 71:1-6

71 ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି।
    ମୋତେ ନିରାଶ ହେବାକୁ ଦିଅ ନାହିଁ।
କାରଣ ତୁମ୍ଭେ ଯଥାର୍ଥ ଅଟ।
    ମୋତେ ଉଦ୍ଧାର କର ଓ ବଞ୍ଚାଅ।
    ମୋହର ଗୁହାରି ଶୁଣ ଓ ମୋତେ ଉଦ୍ଧାର କର।
ମୋର ଦୁର୍ଗ ହୁଅ।
    ତୁମ୍ଭେ ମୋ’ ପ୍ରତି ଶୈଳ ସ୍ୱରୂପ ସୁରକ୍ଷାର ଗଡ଼ ଯାହା ନିକଟକୁ ମୁଁ ଦୌଡ଼ି ଯିବି।
ମୋର ନିରାପଦର ସ୍ଥାନ,
    ତୁମ୍ଭେ ମୋତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।
ହେ ମୋର ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
    ଅନ୍ୟାୟକାରୀ ଓ ନିର୍ଦ୍ଦୟଲୋକ ହାତରୁ ମୋତେ ରକ୍ଷା କର।
ହେ ମୋର ପ୍ରଭୁ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଭରସା।
    ମୋର ବାଲ୍ୟକାଳରୁ ତୁମ୍ଭେ ହିଁ ମୋର ବିଶ୍ୱାସ ଭୂମି।
ଗର୍ଭରେ ଥିବା ସମୟରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି।
    ମାତାର ଗର୍ଭରୁ ତୁମ୍ଭେ ମୋତେ ନିରାପତ୍ତା ସହିତ ଆଣିଲ।
    ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।

ବଂଶାବଳୀର ଦ୍ୱିତୀୟ ପୁସ୍ତକ 34:1-7

ଯିହୁଦାର ରାଜା ଯୋଶିୟ

34 ଯୋଶିୟ ରାଜା ହେବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଏକତିରିଶ୍ ବର୍ଷ ପର୍ଯ୍ୟନ୍ତ ରାଜା ହୋଇଥିଲେ। ଯୋଶିୟ ଯଥାର୍ଥ କର୍ମ କଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କାର୍ଯ୍ୟ କଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ଉତ୍ତମ କାର୍ଯ୍ୟମାନ କଲେ। ଯୋଶିୟ ଉତ୍ତମକର୍ମ କରିବାରୁ କ୍ଷାନ୍ତ ହେଲେ ନାହିଁ। ଯୋଶିୟ ପରମେଶ୍ୱରଙ୍କର ଇଚ୍ଛା ଅନୁସରଣ କରିବାକୁ ଲାଗିଲେ, ଯାହାଙ୍କୁ ତାଙ୍କର ପୂର୍ବପୁରୁଷ ଦାଉଦ ତାଙ୍କ ରାଜତ୍ୱର ଅଷ୍ଟମ ବର୍ଷରେ ଅନୁସରଣ କରିଥିଲେ। ଯୋଶିୟ ପରମେଶ୍ୱରଙ୍କୁ ଅନୁସରଣ କରିବାକୁ ଆରମ୍ଭ କରିବା ସମୟରେ ସେ ଅଳ୍ପ ବୟସ୍କ ଥିଲେ। ଯୋଶିୟଙ୍କ ରାଜତ୍ୱର ଦ୍ୱାଦଶ ବର୍ଷରେ ସେ ଯିହୁଦା ଓ ଯିରୁଶାଲମରେ ଥିବା ଉଚ୍ଚସ୍ଥାନ, ଆଶେରା ସ୍ତମ୍ଭ, ଖୋଦିତ ପ୍ରତିମା ଓ ଢାଞ୍ଚାରେ ଢଳା ମୂର୍ତ୍ତିସବୁକୁ ବିନଷ୍ଟ କଲେ। ଲୋକମାନେ ‌ବା‌ଲ୍‌ଦେବତାର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ସେମାନେ ଯୋଶିୟଙ୍କ ଉପସ୍ଥିତିରେ ଏହା କଲେ। ଏହା ପରେ ଯୋଶିୟ ଲୋକମାନଙ୍କ ସମ୍ମୁଖରେ ଦଣ୍ଡାୟମାନ ଉଚ୍ଚ ସୁଗନ୍ଧିଧୂପର ଯଜ୍ଞବେଦି ଭାଙ୍ଗି ପକାଇଲେ। ସେ ଖୋଦିତ ମୂର୍ତ୍ତିସବୁ ଓ ଛାଞ୍ଚରେ ଢଳା ମୂର୍ତ୍ତିସବୁ ଭାଙ୍ଗି ପକାଇଲେ। ସେ ସେହି ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ଧୂଳିରେ ପରିଣତ କରିଦେଲେ। ଏହା ପରେ ଯେଉଁ ଲୋକମାନେ ମୂର୍ତ୍ତିଗୁଡ଼ିକ ସମ୍ମୁଖରେ ବଳି ଉତ୍ସର୍ଗ କରିଥିଲେ, ଯୋଶିୟ ସେମାନଙ୍କ କବର ଉପରେ ସେହି ଗୁଣ୍ଡକୁ ସିଞ୍ଚିଲେ। ଯୋଶିୟ ଯାଜକମାନଙ୍କ ନିଜ ଯଜ୍ଞବେଦି ଉପରେ ସେମାନଙ୍କର ହାଡ଼କୁ ମଧ୍ୟ ଜ୍ୱଳାଇଲେ। ଏହି ପ୍ରକାରେ ଯୋଶିୟ ଯିହୁଦା ଓ ଯିରୁଶାଲମକୁ ପବିତ୍ର କଲେ। ଯୋଶିୟ, ମନଃଶି, ଇଫ୍ରୟିମ୍, ଶିମିୟୋନ ଓ ନପ୍ତାଲି ପର୍ଯ୍ୟନ୍ତ ଅଞ୍ଚଳର ସମସ୍ତ ସହରରେ ଏହିପରି କଲେ। ସେ ସେହି ସହରଗୁଡ଼ିକର ନିକଟରେ ଥିବା ଭଗ୍ନାବଶେଷ ପ୍ରତି ମଧ୍ୟ ସେହିରୂପ କଲେ। ଯୋଶିୟ ଯଜ୍ଞବେଦି ଓ ଆଶେରା ସ୍ତମ୍ଭସବୁ ଭାଙ୍ଗି ପକାଇଲେ। ସେ ମୂର୍ତ୍ତିଗୁଡ଼ିକୁ ଭାଙ୍ଗି ଧୂଳିରେ ପରିଣତ କରିଦେଲେ। ସେ ଇସ୍ରାଏଲର ସାରା ଦେଶରେ ସମସ୍ତ ସୁଗନ୍ଧବେଦି ଭାଙ୍ଗି ପକାଇଲେ। ଏହା ପରେ ଯୋଶିୟ ଯିରୁଶାଲମକୁ ଫେରିଗଲେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 10:44-48

ଅଣଯିହୂଦୀମାନଙ୍କ ଉପରେ ପବିତ୍ରଆତ୍ମାଙ୍କର ଅଧିଷ୍ଠାନ

44 ପିତର ଏହିକଥା କହିବା ସମୟରେ ସୁସମାଗ୍ଭର ଶୁଣୁଥିବା ସମସ୍ତ ଲୋକମାନଙ୍କ ଉପରେ ପବିତ୍ରଆତ୍ମା ଓହ୍ଲାଇ ଆସିଲେ। 45 ଯେଉଁ ଯିହୂଦୀ ବିଶ୍ୱାସୀମାନେ ପିତରଙ୍କ ସଙ୍ଗେ ଆସିଥିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ ଯେ, ଅଣଯିହୂଦୀମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦିଆଗଲା। 46 ସେମାନଙ୍କ ଭିନ୍ନଭିନ୍ନ ଭାଷାରେ କଥା ହେବା ଓ ପରମେଶ୍ୱରଙ୍କୁ ପ୍ରଶଂସା କରିବାର ମଧ୍ୟ ଶୁଣିଲେ। 47 ତା’ପରେ ପିତର କହିଲେ, “ଏହି ଲୋକମାନଙ୍କୁ ବାପ୍ତିଜିତ ହେବା ନିମନ୍ତେ କେହି କ’ଣ କେବେ ଜଳ ଯୋଗଇ ଦେବା ପାଇଁ ମନା କରି ପାରିବ? ସେମାନେ ମଧ୍ୟ ଆମ୍ଭପରି ପବିତ୍ରଆତ୍ମାଙ୍କୁ ଗ୍ରହଣ କରିଛନ୍ତି!” 48 ତେଣୁ ପିତର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେବା ପାଇଁ କର୍ଣ୍ଣୀଲିୟ, ତାହାଙ୍କର ଆତ୍ମୀୟସ୍ୱଜନ ଓ ବନ୍ଧୁମାନଙ୍କୁ ଆଦେଶ ଦେଲେ. ତା’ପରେ ଲୋକମାନେ ପିତରଙ୍କୁ ସେମାନଙ୍କ ସହିତ ଆଉ କିଛି ଦିନ ରହିବା ପାଇଁ ଅନୁରୋଧ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center