Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ପାଇଁ ଯୋନତ୍-ଏଲମ୍ ରହୋକୀମ୍ ସ୍ୱରରେ ଦାଉଦଙ୍କ ଗୀତ। ପଲେଷ୍ଟୀୟମାନେ ତାହାଙ୍କୁ ଗାଥ୍ ନଗରରେ ଧରିବା ସମୟରେ ରଚିତ ଦାଉଦଙ୍କର ଏକ ମିକ୍ତାମ୍।
56 ହେ ପରମେଶ୍ୱର, ମୋତେ ଦୟା କର।
ଲୋକମାନେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ କଲେ।
ସେମାନେ ନିରନ୍ତର ଭାବରେ ମୋତେ ଅନୁଧାବନ କରୁଛନ୍ତି ଓ ଯୁଦ୍ଧ କରି ଆସୁଛନ୍ତି।
2 ମୋର ଶତ୍ରୁମାନେ ନିରନ୍ତର ଭାବରେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ,
ସେହି ଯୋଦ୍ଧାମାନଙ୍କର ସଂଖ୍ୟା ବହୁତ।
3 ହେ ସର୍ବୋପରିସ୍ଥ ପରମେଶ୍ୱର,
ମୁଁ ଭୀତ ହେବା ସମୟରେ
ତୁମ୍ଭ ଉପରେ ନିର୍ଭର କରେ।
4 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ।
ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ।
ମୁଁ ପରମେଶ୍ୱରଙ୍କ ଉପରେ ନିର୍ଭର କରେ, ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ ମୋତେ କ’ଣ କରି ପାରିବେ?
5 ମୋର ଶତ୍ରୁମାନେ ମୋର କଥାକୁ ରୂପ ବଦଳାଇ ବିପରୀତ ଅର୍ଥ କରୁଛନ୍ତି।
ସେମାନେ ମୋତେ ସର୍ବଦା କୁମନ୍ତ୍ରଣାରେ ଅନିଷ୍ଟ କରୁଛନ୍ତି।
6 ସେମାନେ ମୋତେ ହତ୍ୟା କରିବାର ଆଶା ନେଇ ଲୁଚି ରହନ୍ତି
ଓ ମୋର ପ୍ରତ୍ୟେକ ଗତିବିଧି ଲକ୍ଷ୍ୟ କରନ୍ତି।
7 କାରଣ ସେମାନଙ୍କର ଅଧର୍ମ ପାଇଁ, ସେମାନଙ୍କୁ ପଳାଇ ଯିବାକୁ ଦିଅ ନାହିଁ।
ପରମେଶ୍ୱର! ତୁମ୍ଭ କ୍ରୋଧରେ ସେହି ଜାତିଗଣକୁ ନିମ୍ନ ଆଡ଼କୁ ନେଇଆସ।
8 ତୁମ୍ଭେ ନିଶ୍ଚୟ ମୋର ଦୁଃଖର ହିସାବ ରଖିଥିବି।
ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ଯେ, ମୁଁ କେତେ କ୍ରନ୍ଦନ କଲି।
ନିଶ୍ଚିତରେ ତୁମ୍ଭେ ମୋର ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।
9 ମୁଁ ଜାଣେ କେତେବେଳେ ମୁଁ ସାହାଯ୍ୟ ପାଇଁ ଡାକିବି, ମୋର ଶତ୍ରୁଗଣ ବୁଲିପଡ଼ିବେ ଏବଂ ଦୌଡ଼ିବେ।
ମୁଁ ତାହା ଜାଣେ କାରଣ ତୁମ୍ଭେ ମୋର ପରମେଶ୍ୱର।
10 ମୁଁ ପରମେଶ୍ୱରଙ୍କ ବାକ୍ୟର ପ୍ରଶଂସା କରିବି।
ସଦାପ୍ରଭୁ ମୋତେ କରିଥିବା ପ୍ରତିଜ୍ଞା ପାଇଁ ମୁଁ ତାଙ୍କର ପ୍ରଶଂସା କରିବି।
11 ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର କରେ।
ତେଣୁ ମୁଁ ଭୟ କରିବି ନାହିଁ।
ଲୋକମାନେ ମୋର କ’ଣ କରିବେ!
12 ହେ ପରମେଶ୍ୱର, ତୁମ୍ଭ ନିକଟରେ କରିଥିବା ପ୍ରତିଜ୍ଞା, ମୁଁ ପୂରଣ କରିବି।
ମୁଁ ତୁମ୍ଭକୁ ଧନ୍ୟବାଦ ରୂପକ ନୈବେଦ୍ୟ ଦେବି।
13 କାରଣ ତୁମ୍ଭେ ମୋତେ ମୃତ୍ୟୁମୁଖରୁ ରକ୍ଷା କରିଛ,
ମୋତେ ପରାସ୍ତ ହେବାରୁ ଉଦ୍ଧାର କରିଛ।
ତେଣୁ ମୁଁ ପରମେଶ୍ୱରଙ୍କ ଉପସ୍ଥିତିରେ ଗ୍ଭଲିବି, ଜୀବନ ପ୍ରଦାନକାରୀ ରଶ୍ମି ତୁଲ୍ୟ।
ଯେଉଁ ରଶ୍ମି ମୋତେ ଜୀବନ ପ୍ରଦାନ କରିଅଛି, ସେହି ପରମେଶ୍ୱରଙ୍କ ପାଇଁ ବଞ୍ଚିବି।
ଦୁଇ ଦର୍ଶନ
11 ଏହା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।
ଯଥା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?”
ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
12 ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଠିକ୍ ଦେଖୁଅଛ କାରଣ ଆମ୍ଭେ ଦେଖୁଅଛୁ ଯେ, ଆମ୍ଭର ବାକ୍ୟ ସଫଳ କରାଯାଇଛି।”
13 ପୁଣି ଦ୍ୱିତୀୟ ଥର ସଦାପ୍ରଭୁଙ୍କ ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ତାହା ହେଲା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?”
ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଲି, “ମୁଁ ଫୁଟନ୍ତା ପାଣି ପୂର୍ଣ୍ଣ ଏକ ରନ୍ଧା ହଣ୍ଡା ଦେଖୁଅଛି ଓ ତାହାର ମୁହଁ ଉତ୍ତର ଦିଗରୁ ଢଳିଅଛି।”
14 ତା’ପରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶବାସୀଙ୍କ ପ୍ରତି
ଏକ ଭୟଙ୍କର ବିପତ୍ତି ମାଡ଼ି ଆସିବ।”
15 ସଦାପ୍ରଭୁ ପୁଣି କହିଲେ,
“ଏହା ହେବ କାରଣ ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟ ସମୂହର ସମୁଦାୟ ଗୋଷ୍ଠୀକୁ ଡାକିବା।”
“ତେଣୁ ସେମାନେ ଆସି
ଯିରୁଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ
ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ
ନିଜ ନିଜ ସିଂହାସନ ସ୍ଥାପନ କରିବେ।
16 ଆଉ ଆମ୍ଭେ ଆପଣା ଲୋକମାନଙ୍କ ବିରୁଦ୍ଧରେ ଆମ୍ଭର ବିଗ୍ଭର ପ୍ରକାଶ କରିବା
କାରଣ ସେମାନେ ଦୁଷ୍ଟ ପ୍ରକୃତିର ଲୋକ।
ସେମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି, ସେମାନେ ଅନ୍ୟ ଦେବତାମାନଙ୍କ ନିକଟରେ ଧୂପ ଉତ୍ସର୍ଗ କରିଛନ୍ତି
ଓ ଆପଣା ହସ୍ତକୃତ ପ୍ରତିମାଗୁଡ଼ିକ ନିକଟରେ ପ୍ରଣାମ କରିଛନ୍ତି।
17 “ଏଣୁ ତୁମ୍ଭ ବିଷୟରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ।
ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସେମାନଙ୍କୁ କୁହ।
ସେମାନଙ୍କ ପାଇଁ ଉଦ୍ବିଗ୍ନ ହୁଅ ନାହିଁ।
ତୁମ୍ଭେ ସେମାନଙ୍କ ପାଇଁ ଭୟଭୀତ ହେଲେ ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
18 କାରଣ ଦେଖ, ଆଜି ତୁମ୍ଭକୁ ଆମ୍ଭେ ସମଗ୍ର ଦେଶ,
ଯିହୁଦାର ରାଜଗଣ, ତହିଁର ଅଧିପତିଗଣ, ତହିଁର ଯାଜକଗଣ
ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ
ଏକ ଦୃଢ଼ ନଗର, ଲୌହସ୍ତମ୍ଭ
ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
19 ଯଦିଓ ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ,
ସେମାନେ ତୁମ୍ଭକୁ ଜୟ କରି ପାରିବେ ନାହିଁ।
କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି
ତୁମ୍ଭକୁ ଉଦ୍ଧାର କରିବା।”
ଏହା ସଦାପ୍ରଭୁ କହନ୍ତି।
ଯିରୁଶାଲମ ପାଇଁ ଯୀଶୁଙ୍କର କ୍ରନ୍ଦନ
41 ଯୀଶୁ ଯିରୁଶାଲମ ପାଖରେ ପହଞ୍ଚିଲେ। ଯୀଶୁ ଯିରୁଶାଲମ ନଗରକୁ ଦେଖି ତା’ ପାଇଁ କାନ୍ଦି ପକାଇଲେ। 42 ଯୀଶୁ ଯିରୁଶାଲମକୁ କହିଲେ, “ତୁମ୍ଭକୁ କିପରି ଶାନ୍ତି ମିଳି ପାରିବ, ତାହା ତୁମ୍ଭେମାନେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭେମାନେ ଜାଣି ପାରିବ ନାହିଁ। କାରଣ ତାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି। 43 ତୁମ୍ଭ ସକାଶେ ଏପରି ସମୟ ଆସୁଛି। ଯେତେବେଳେ କି ତୁମ୍ଭର ଶତ୍ରୁମାନେ ତୁମ୍ଭ ଗ୍ଭରିପଟେ ଗୋଟିଏ ପାଚେରୀ ତିଆରି କରିଦେବେ। ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଫେରିଯାଇ ଅବରୋଧ କରିବେ। 44 ସେମାନେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରିଦେବେ। ତୁମ୍ଭ କୋଠାଗୁଡ଼ିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସେମାନେ ରଖେଇ ଦେବେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ୱର ଯେତେବେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।”
2010 by World Bible Translation Center