Revised Common Lectionary (Semicontinuous)
ଦାଉଦଙ୍କର ଗୀତ
138 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି।
ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।
2 ହେ ପରମେଶ୍ୱର, ମୁଁ ତୁମ୍ଭର ପବିତ୍ର ମନ୍ଦିର ପ୍ରତି ପ୍ରଣାମ ଦଣ୍ଡବତ କରିବି।
ମୁଁ ତୁମ୍ଭର ନାମ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଏବଂ ତୁମ୍ଭର ସତ୍ୟତାକୁ ପ୍ରଶଂସା କରିବି।
ତୁମ୍ଭେ ପ୍ରସିଦ୍ଧ ଅଟ
ଏବଂ ଯାହା ତୁମ୍ଭେ କରିବା ପାଇଁ ପ୍ରତିଜ୍ଞା କର ତାହା ଏପରିକି ମଧ୍ୟ ତୁମ୍ଭକୁ ଅଧିକ ପ୍ରସିଦ୍ଧ କରିବ।
3 ହେ ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକିଲି।
ତୁମ୍ଭେ ମୋତେ ଉତ୍ତର ଦେଲ! ତୁମ୍ଭେ ମୋତେ ସାହସୀ ଏବଂ ଶକ୍ତ କଲ।
4 ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ,
ଯେତେବେଳେ ସେମାନେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ।
5 ସେମାନେ ସଦାପ୍ରଭୁଙ୍କର ପଥ ବିଷୟରେ ଗାନ କରିବେ,
କାରଣ ସଦାପ୍ରଭୁଙ୍କର ମହିମା ହେଉଛି ମହାନ।
6 ସଦାପ୍ରଭୁ ସମସ୍ତଙ୍କ ଉପରେ ମୁଖ୍ୟ ଅଟନ୍ତି।
କିନ୍ତୁ ଏପର୍ଯ୍ୟନ୍ତ ନମ୍ର ଲୋକମାନଙ୍କର ଯତ୍ନ ନିଅନ୍ତି।
କିନ୍ତୁ ଏପରିକି ବହୁ ଦୂରରୁ, ସେ ଜାଣନ୍ତି
ଗର୍ବୀ ଲୋକମାନେ କ’ଣ କରୁଛନ୍ତି।
7 ହେ ସଦାପ୍ରଭୁ, ଯଦି ମୁଁ ସଙ୍କଟ ମଧ୍ୟରେ ପଡ଼େ ମୋତେ ଜୀବିତ ରଖ।
ଯଦି ମୋର ଶତ୍ରୁଗଣ ତେବେ ମୋ’ ଉପରେ କ୍ରୋଧ କରନ୍ତି, ତୁମ୍ଭେ ସେମାନଙ୍କଠାରୁ ମୋତେ ବଞ୍ଚାଅ।
8 ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ।
ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ।
ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।
ହାରୋଣଙ୍କ ମୃତ୍ୟୁ
22 ସମସ୍ତ ଇସ୍ରାଏଲର ଲୋକମାନେ କାଦେଶରୁ ହୋର ପର୍ବତକୁ ଯାତ୍ରା କଲେ। 23 ହୋର ପର୍ବତ ଇଦୋମ ଦେଶର ସୀମା ନିକଟରେ ଅବସ୍ଥିତ। ସେତେବେଳେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, 24 “ହାରୋଣର ଏହା ମୃତ୍ୟୁ ସମୟ ଓ ସେ ତା’ର ପୂର୍ବପୁରୁଷଙ୍କ ନିକଟକୁ ଯିବ। ମୁଁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମୋ’ ବିରୁଦ୍ଧରେ ବିଦ୍ରୋହ କଲ।
25 “ତୁମ୍ଭେ ହାରୋଣଙ୍କୁ ଓ ତାହାର ପୁତ୍ର ଇଲିୟାସରକୁ ହୋର ପର୍ବତ ଉପରକୁ ନେଇଯାଅ। 26 ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢ଼ିନେବା ଉଚିତ୍ ଓ ତା’ର ପୁତ୍ର ଇଲିୟାସରକୁ ସେଗୁଡ଼ିକ ପିନ୍ଧାଇ ଦେବା ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ଯିବ।”
27 ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମୋଶା, ହାରୋଣ ଓ ଇଲିୟାସର ଇସ୍ରାଏଲର ସମସ୍ତ ମଣ୍ତଳୀଙ୍କ ସମ୍ମୁଖରେ ହୋର ପର୍ବତକୁ ଉଠିଲେ। 28 ମୋଶା ହାରୋଣଙ୍କ ପବିତ୍ର ବସ୍ତ୍ର କାଢ଼ିଲେ ଓ ସେଗୁଡ଼ିକ ଇଲିୟାସରକୁ ପିନ୍ଧାଇଲେ। ତା’ପରେ ହାରୋଣ ପର୍ବତ ଉପରେ ମଲେ। ମୋଶା ଓ ଇଲିୟାସର ପର୍ବତରୁ ତଳକୁ ଓହ୍ଲାଇ ଆସିଲେ। 29 ଇସ୍ରାଏଲର ସମସ୍ତ ମଣ୍ତଳୀ ହାରୋଣଙ୍କ ମୃତ୍ୟୁ ଜାଣିଲେ। ତେଣୁ ପ୍ରତ୍ୟେକ ଇସ୍ରାଏଲୀୟ ତିରିଶ୍ ଦିନ ପର୍ଯ୍ୟନ୍ତ ହାରୋଣଙ୍କ ନିମନ୍ତେ ଶୋକ ଦିବସ ପାଳନ କଲେ।
19 କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା।
ଦମ୍ମେସକରେ ଶାଉଲଙ୍କ ପ୍ରଗ୍ଭର
ସେ ଦମ୍ମେସକ ନଗରରେ ଶିଷ୍ୟମାନଙ୍କ ସହିତ କିଛି ସମୟ ରହିଲେ। 20 ତା’ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କରେ ପହଞ୍ଚି ସେଠାରେ ଯୀଶୁଙ୍କ ବିଷୟରେ ପ୍ରଗ୍ଭର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି।’’
21 ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ କ’ଣ ସେହି ଲୋକ ନୁହେଁ, ଯିଏ ଏହି ନାମରେ ବିଶ୍ୱାସ କରିଥିବା ଯିରୁଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ’ଣ ସେ ନୁହେଁ, ଯେ କି ସେମାନଙ୍କୁ ବାନ୍ଧି ନେଇ ପ୍ରଧାନଯାଜକମାନଙ୍କ ପାଖକୁ ନେଇଯିବା ପାଇଁ ଏଠାକୁ ଆସିଥିଲା।”
22 କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହୋଇ ଉଠିଲେ। ସେ ପ୍ରମାଣ କରିଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ଥିଲା ଯେ, ଦମ୍ମେସକର ଯିହୂଦୀମାନେ ଏ ବିଷୟରେ ତାହାଙ୍କ ସହିତ ଯୁକ୍ତି କରି ପାରୁ ନ ଥିଲେ।
ଶାଉଲ ଯିହୂଦୀଙ୍କଠାରୁ ରକ୍ଷା ପାଇବା
23 ଅନେକ ଦିନ ବିତିଗଲା ପରେ ଯିହୂଦୀମାନେ ଶାଉଲଙ୍କୁ ମାରିଦେବା ପାଇଁ ଷଡ଼ଯନ୍ତ୍ର କଲେ। 24 ଯିହୂଦୀମାନେ ତାହାଙ୍କୁ ମାରିବା ପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣି ପାରିଲେ। 25 କିନ୍ତୁ ତାହାଙ୍କର ଅନୁସରଣକାରୀ ତାହାଙ୍କୁ ଦିନେ ରାତିରେ ଟୋକେଇରେ ନେଇ ପାଚେରୀ ଆରପଟେ ଛାଡ଼ି ଦେଲେ।
2010 by World Bible Translation Center