Revised Common Lectionary (Semicontinuous)
115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
ମହିମା ତ ତୁମ୍ଭର।
ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
2 କାହିଁକି ଅନ୍ୟ ଦେଶୀୟମାନେ କହିବେ
ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
3 ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
4 ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
5 ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
6 ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
7 ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
ସେହିପରି ହେବେ!
9 ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।
12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
ଆଶୀର୍ବାଦ କରିବେ।
14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ଧନ୍ୟବାଦ କରିବା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ଅଶୂର ଶୀଘ୍ର ଆସିବେ
8 ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ବୃହତ ଫଳକ ନେଇ ଏକ ସ୍ୱତନ୍ତ୍ର ଲେଖନୀ ସାହାଯ୍ୟରେ ତା’ଉପରେ ଏହି କଥାସବୁ ଲେଖ। ତାହା ହେଉଛି, ‘ମହେର-ଶାଲଲ-ହାଶ୍-ବସ୍।’ ଏହାର ଅର୍ଥ ହେଉଛି, ‘ଖୁବ୍ ଶୀଘ୍ର ଲୁଣ୍ଠନ ଓ ଗ୍ଭେରି ହେବ।’”
2 ବିଶ୍ୱସ୍ତ ସାକ୍ଷୀ ହେବାକୁ ମୁଁ କେତେକ ଲୋକ ସଂଗ୍ରହ କଲି। ସେହି ବିଶ୍ୱସ୍ତ ସାକ୍ଷୀ ହେବେ ଉରିୟ ଯାଜକ ଓ ଯିବୋରିଖିୟର ପୁତ୍ର ସଖରିଅ। ଏହି ଲୋକମାନେ ସେହି ବାକ୍ୟ ଲେଖିବାକୁ ଲକ୍ଷ୍ୟ କଲେ। 3 ତା’ପରେ ମୁଁ ଭବିଷ୍ୟଦ୍ବକ୍ତ୍ରୀଙ୍କ ନିକଟକୁ ଗଲି। ସେ ଗର୍ଭବତୀ ଥିଲେ ଓ ଏକ ପୁତ୍ର ପ୍ରସବ କଲେ। ତା’ପରେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲ-ହାଶ୍-ବସ୍ ରଖ।” 4 ଏ ନାମ କାହିଁକି ରଖାଯିବ। କାରଣ ବାଳକଟି “ପିତାମାତା” ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବରୁ ପରମେଶ୍ୱର ସମସ୍ତ ଧନ ସମ୍ପଦ ଦମ୍ମେଶକରୁ ଓ ଶମରିୟାରୁ ନେଇଯାଇଥିବେ ଏବଂ ସେ ସମସ୍ତ ଧନକୁ ଅଶୂର ରାଜାଙ୍କୁ ଦେଇ ଦେବେ।’
5 ପୁନର୍ବାର ସଦାପ୍ରଭୁ ମୋତେ କହିଲେ। 6 ମୋର ପ୍ରଭୁ କହିଲେ, “ଏହି ଲୋକମାନେ ଶୀଲୋହର ଧୀରସ୍ରୋତକୁ ଅଗ୍ରାହ୍ୟ କରି ରତ୍ସୀନ୍ ଓ ରମଲିୟର ପୁତ୍ର, ପେକହ ସହିତ ଆନନ୍ଦ କରୁଛନ୍ତି।” 7 ମାତ୍ର ମୁଁ ସଦାପ୍ରଭୁ ଅଶୂର ରାଜା ଓ ତାହାର ସମସ୍ତ ଶକ୍ତିକୁ ତୁମ୍ଭ ବିରୁଦ୍ଧରେ ଆଣିବି। ସେମାନେ ଫରାତ୍ ନଦୀର ଶକ୍ତିଶାଳୀ ବନ୍ୟାର ସ୍ରୋତ ପରି ପ୍ରବଳ ପରାକ୍ରମୀ ହୋଇ ଆସିବେ। ବନ୍ୟାଜଳ କୂଳ ଲଙ୍ଘନ କଲାପରି ସେମାନେ ସମସ୍ତଙ୍କ ଉପରେ ପ୍ରଭାବ ବିସ୍ତାର କରିବେ। 8 ସେହି ଜଳରାଶି ଯିହୁଦା ପର୍ଯ୍ୟନ୍ତ ମାଡ଼ିଯିବ ଓ ଯିହୁଦାର କଣ୍ଠ ପର୍ଯ୍ୟନ୍ତ ବ୍ୟାପିବ। ପରିଶେଷରେ ତାକୁ ବୁଡ଼ାଇ ଦେବ।
“ହେ ଇମ୍ମାନୁୟେଲ, ଏହି ବନ୍ୟାଦ୍ୱାରା ତୁମ୍ଭର ସମସ୍ତ ଦେଶ ଜଳମଗ୍ନ ହେବ।”
9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ,
ମାତ୍ର ତୁମ୍ଭେମାନେ ପରାସ୍ତ ହେବ।
ହେ ଦୂର ଦେଶୀୟ ଲୋକମାନେ, ତୁମ୍ଭେମାନେ ଧ୍ୟାନପୂର୍ବକ ଶୁଣ।
ତୁମ୍ଭେମାନେ ଯୁଦ୍ଧପାଇଁ ପ୍ରସ୍ତୁତ ହେଲେବି
ତୁମ୍ଭେମାନେ ପରାଜିତ ହେବ।
10 ତୁମ୍ଭେମାନେ ଯୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ
ମଧ୍ୟ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହେବ ନାହିଁ।
ତୁମ୍ଭର ସୈନ୍ୟମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହେବ।
କାହିଁକି ଏହା ଘଟିବ।
କାରଣ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
ଯିଶାଇୟଙ୍କ ପ୍ରତି ସତର୍କବାଣୀ
11 ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳରେ ମୋତେ କହିଲେ। ଅନ୍ୟ ଗୋଷ୍ଠୀର ଲୋକଙ୍କପରି ନ ହେବାକୁ ସେ ମୋତେ ସତର୍କ କରି କହିଲେ। 12 “ପ୍ରତ୍ୟେକ ଲୋକ କହୁଛନ୍ତି ଯେ ଅନ୍ୟ ଲୋକମାନେ ତାଙ୍କ ବିରୁଦ୍ଧରେ ମନ୍ତ୍ରଣା କରୁଛନ୍ତି। ତୁମ୍ଭେ ସେ ସବୁକୁ ବିଶ୍ୱାସ କର ନାହିଁ। ଅନ୍ୟ ଲୋକମାନେ ଭୟଭୀତ ହେଲାପରି ତୁମ୍ଭେ ଭୟଭୀତ ହୁଅ ନାହିଁ। ସେ ସବୁକୁ ତୁମ୍ଭେ ଆଦୌ ଭୟ କର ନାହିଁ।”
13 ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ତୁମ୍ଭେ କେବଳ ଭୟ କର। ତାଙ୍କୁ ହିଁ କେବଳ ଭକ୍ତି କରିବ। ସେହି ହେଉଛନ୍ତି ଏକମାତ୍ର ଯାହାଙ୍କୁ ତୁମ୍ଭେ ଭୟ କର। 14 ଯଦି ତୁମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ ଏବଂ ଭକ୍ତି କରିବ ଏବଂ ପବିତ୍ରରେ ତାଙ୍କୁ ଗ୍ରହଣ କର, ତେବେ ସେ ତୁମ୍ଭର ଏକମାତ୍ର ଆଶ୍ରୟ ସ୍ଥାନ ହେବେ। କିନ୍ତୁ ତୁମ୍ଭେ ତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶକ ନୁହଁ। ତେଣୁ ସେ ପଥର ସଦୃଶ ଯାହା ଜଣେ ଝୁଣ୍ଟିପଡ଼େ, ଯିରୁଶାଲମ ଲୋକମାନଙ୍କ ପାଇଁ ଗୋଟିଏ ଯନ୍ତା ଓ ଫାଶ। 15 ଅନେକ ଲୋକ ଏହି ପଥରଦ୍ୱାରା ପତିତ ହେବେ। ସେମାନେ ପତିତ ହୋଇ ଭଗ୍ନ ହେବେ ଏବଂ ଫାଶରେ ପଡ଼ି ବାନ୍ଧି ହୋଇଯିବେ।
ଲେବୀ ଯୀଶୁଙ୍କୁ ଅନୁସରଣ କଲେ(A)
27 ଏହା ପରେ ଯୀଶୁ ସେଠାରୁ ଗ୍ଭଲିଗଲେ। ସେ କରଆଦାୟ କରାଯାଉଥିବା କାର୍ଯ୍ୟାଳୟରେ ଲେବୀ ନାମକ ଜଣେ କରଆଦାୟକାରୀଙ୍କୁ ବସିଥିବାର ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର!” 28 ଲେବୀ ଉଠି ପଡ଼ିଲେ। ସେ ସବୁକିଛି ପରିତ୍ୟାଗ କରି ଯୀଶୁଙ୍କୁ ଅନୁସରଣ କଲେ।
29 ଲେବୀ ଯୀଶୁଙ୍କ ସମ୍ମାନାର୍ଥେ ନିଜ ଘରେ ଗୋଟିଏ ବଡ଼ ଭୋଜି ଦେଲେ। ଅନେକ କରଆଦାୟକାରୀ ଓ ଅନ୍ୟ କେତେକ ଲୋକ ମଧ୍ୟ ଯୀଶୁଙ୍କ ସହ ଏକତ୍ର ଭୋଜନ କରୁଥିଲେ। 30 ତେଣୁ ଫାରୂଶୀ ଓ ଯିହୂଦୀଶାସ୍ତ୍ରୀମାନେ ଯୀଶୁଙ୍କ ଶିଷ୍ୟମାନଙ୍କ ଆଗରେ ଅଭିଯୋଗ କଲେ, “ତୁମ୍ଭେମାନେ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଏକାଠି ଖିଆପିଆ କରୁଛ?”
31 ଯୀଶୁ ସେମାନଙ୍କୁ କହିଲେ, “ସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ୟକତା ନାହିଁ। କିନ୍ତୁ ଅସୁସ୍ଥ ଲୋକମାନଙ୍କ ପାଇଁ ଡାକ୍ତରର ଆବଶ୍ୟକତା ରହିଛି। 32 ମୁଁ ଧାର୍ମିକ ଲୋକମାନଙ୍କ ପରିବର୍ତ୍ତନ ସକାଶେ ଆସି ନାହିଁ। ମୁଁ ପାପୀମାନଙ୍କ ପାଇଁ ଆସିଛି। ସେମାନେ ନିଜ ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କରନ୍ତୁ।”
2010 by World Bible Translation Center