Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 1

ପ୍ରଥମ ପୁସ୍ତକ

(ଗୀତସଂହିତା 1-41)

ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
    ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
    ସେହି ଲୋକମାନଙ୍କ ସହିତ ତା’ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
    ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
    ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
    ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।

ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
    ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
    ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
    ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 13:12-19

ଯିହୁଦାକୁ ସତର୍କବାଣୀ

12 “ସଦାପ୍ରଭୁ, ‘ଇସ୍ରାଏଲର ପରମେଶ୍ୱର ଯିରିମିୟକୁ ଏହା କହିଲେ, ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ କୁହ, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ,’ ତା’ପରେ ସେମାନେ ତୁମ୍ଭକୁ କହିବେ, ‘ଆମ୍ଭେ କ’ଣ ଜାଣୁ ନାହୁଁ ଯେ, ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ ହେବ?’ 13 ତା’ପରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହା କହନ୍ତି, ଦେଖ! ସମସ୍ତ ଦେଶବାସୀଙ୍କୁ, ଦାଉଦର ଭବିଷ୍ୟଦ୍ ବଂଶଧରମାନଙ୍କୁ ସମସ୍ତ ଯାଜକଗଣଙ୍କୁ, ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏବଂ ଯିରୁଶାଲମ ନିବାସୀଙ୍କୁ ଆମ୍ଭେ ମାତାଲ ଲୋକମାନଙ୍କ ପରି ଅସହାୟ କରିବା। 14 ପୁଣି ଆମ୍ଭେ ସେମାନଙ୍କର ଜଣକୁ ଅନ୍ୟ ଜଣ ଉପରେ କଗ୍ଭଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପରେ ଏକ ସଙ୍ଗେ କଗ୍ଭଡ଼ିବା।”’ଏହା ସଦାପ୍ରଭୁ କହନ୍ତି, “‘ଆମ୍ଭେ ସେମାନଙ୍କ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦେଖାଇ ସେମାନଙ୍କୁ ବିନଷ୍ଟ କରିବା।”’

15 ତୁମ୍ଭେମାନେ ସବୁ ଶୁଣ ଓ କର୍ଣ୍ଣପାତ କର,
    ଅହଙ୍କାର କର ନାହିଁ।
    କାରଣ ସଦାପ୍ରଭୁ ଏହା କହି ଅଛନ୍ତି।
16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସମ୍ମାନ ଦିଅ
    ଓ ତାଙ୍କର ଗୌରବ ଗାନ କର।
    ସେ ଅନ୍ଧକାର ଆଣିବା ପୂର୍ବରୁ,
ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ,
    ସେ ମୃତ୍ୟୁଚ୍ଛାୟା ଓ ଘୋର ଅନ୍ଧକାର ଆଣିବା ପୂର୍ବରୁ,
    ଆଲୁଅର ଅପେକ୍ଷାରେ ତୁମ୍ଭେମାନେ ତାଙ୍କର ପ୍ରଶଂସା କର।
17 କିନ୍ତୁ ଯଦି ତୁମ୍ଭେମାନେ ଏ କଥା ନ ଶୁଣ,
    ତୁମ୍ଭେମାନେ ଅହଙ୍କାରୀ ବୋଲି
ମୁଁ ଚୁ‌ପ୍‌ଗ୍ଭପ୍ କାନ୍ଦିବି।
    ମୁଁ ମଧ୍ୟ ଜୋ‌ର୍‌ରେ କାନ୍ଦିବି
ଏବଂ ମୋର ଚକ୍ଷୁ ଅଶ୍ରୁରେ ପୂର୍ଣ୍ଣ ହେବ।
    କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହୋଇଛନ୍ତି।
18 ତୁମ୍ଭେ ରାଜାଙ୍କୁ ଓ ରାଣୀଙ୍କୁ କୁହ,
    “ତୁମ୍ଭେମାନେ ନିଜକୁ ନମ୍ର କର,
    କାରଣ ତୁମ୍ଭମାନଙ୍କର ରାଜମୁକୁଟ ମସ୍ତକରୁ ଭୂପତିତ ହୋଇଅଛି।”
19 ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି
    ଓ ତାହାକୁ ଫିଟାଇବାକୁ କେହି ନାହିଁ।
ସମଗ୍ର ଯିହୁଦା ନିର୍ବାସିତ ହୋଇଛନ୍ତି।
    ସେମାନେ ସମସ୍ତେ ବନ୍ଦୀରୂପେ ଉପନୀତ ହୋଇଛନ୍ତି।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 13:26-34

26 “ହେ ଭାଇମାନେ, ଅବ୍ରହାମଙ୍କ ପୁତ୍ରମାନେ ଓ ପ୍ରକୃତ ପରମେଶ୍ୱରଙ୍କୁ ଉପାସନା କରୁଥିବା ଅନ୍ୟଜାତୀୟମାନେ, ଆମ୍ଭମାନଙ୍କ ପାଇଁ ଏହି ପରିତ୍ରାଣର ସୁସମାଗ୍ଭର ପଠାଯାଇଛି। 27 ଯିରୁଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚିହ୍ନି ପାରିଲେ ନାହିଁ। ସେମାନେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକାରେ ସେମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ବାକ୍ୟ ସଫଳ କଲେ। ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଏହି ବାକ୍ୟ ସବୁ ପ୍ରତି ବିଶ୍ରାମ ଦିବସରେ ପଢ଼ାଯାଏ। 28 ସେମାନେ ତାହାଙ୍କର ମୃତ୍ୟୁଦଣ୍ଡ ଦେବାର କିଛି କାରଣ ନ ପାଇ ତାହାଙ୍କୁ ମାରିଦେବା ପାଇଁ ପୀଲାତଙ୍କୁ କହିଲେ।

29 “ତାହାଙ୍କ ବିଷୟରେ ସବୁ ଲେଖା ହୋଇଥିବା ଘଟଣାମାନ ପୂର୍ଣ୍ଣ ହେଲା ପରେ ସେମାନେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି କବର ମଧ୍ୟରେ ରଖିଦେଲେ। 30 କିନ୍ତୁ ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ କଲେ। 31 “ସେ ତାହାଙ୍କ ସହିତ ଗାଲିଲୀରୁ ଯିରୁଶାଲମକୁ ଆସିଥିବା ଲୋକମାନଙ୍କୁ ବହୁତ ଦିନ ପର୍ଯ୍ୟନ୍ତ ଦର୍ଶନ ଦେଲେ। ସେମାନେ ଲୋକମାନଙ୍କ ଆଗରେ ଏବେ ତାହାଙ୍କର ସାକ୍ଷୀ ଅଟନ୍ତି।

32 “ଆମ୍ଭ ପୂର୍ବ ପୁରୁଷମାନଙ୍କ ପ୍ରତିଜ୍ଞା କରାଯାଇଥିବା ଅନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର ଶୁଣାଉଛୁ। 33 ପରମେଶ୍ୱର ସେହି ପ୍ରତିଜ୍ଞାକୁ ଆମ୍ଭପରି ତାହାଙ୍କର ସନ୍ତାନମାନଙ୍କ ନିମନ୍ତେ ପୂର୍ଣ୍ଣ କରିଛନ୍ତି। ଏହିପରି ଏହା ଗୀତସଂହିତରେ ଲେଖାଅଛି:

‘ତୁମ୍ଭେ ମୋ’ ପୁତ୍ର,
    ଆଜି ମୁଁ ତୁମ୍ଭର ପିତା ହେଲି।’ (A)

34 ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ କଲେ, ଯେପରି ତାହାଙ୍କର ଶରୀର ପୁଣି ଥରେ କବରପ୍ରାପ୍ତ ହୋଇ କ୍ଷୟ ନ ହୁଏ। ଏ ବିଷୟରେ ସେ କହିଲେ,

‘ମୁଁ ଦାଉଦଙ୍କ ନିକଟରେ ପ୍ରତିଜ୍ଞା କରିଥିବା
    ପବିତ୍ର ଓ ପ୍ରକୃତ ଆର୍ଶୀବାଦ ତୁମ୍ଭମାନଙ୍କୁ ଦେବି।’ (B)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center