Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 1

ପ୍ରଥମ ପୁସ୍ତକ

(ଗୀତସଂହିତା 1-41)

ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
    ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
    ସେହି ଲୋକମାନଙ୍କ ସହିତ ତା’ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
    ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
    ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
    ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।

ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
    ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
    ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
    ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 13:20-27

20 ହେ ଯିରୁଶାଲମ, ତୁମ୍ଭେମାନେ
    ଉତ୍ତର ଦିଗରୁ ଆସୁଥିବା ଲୋକମାନଙ୍କୁ ଚକ୍ଷୁ ମେଲି ଦେଖ,
ତୁମ୍ଭକୁ ଯେଉଁ, ସୁନ୍ଦର ପଲ ଦତ୍ତ ହୋଇଥିଲା,
    ତୁମ୍ଭର ସେ ପଲ କାହିଁ?
21 ତୁମ୍ଭେମାନେ କ’ଣ କହିବ ଯେତେବେଳେ ସଦାପ୍ରଭୁ ସେହି ଲୋକମାନଙ୍କୁ
    ତୁମ୍ଭମାନଙ୍କ ଉପରେ ନିଯୁକ୍ତି କରିବେ
    ଯେଉଁମାନଙ୍କୁ ତୁମ୍ଭର ମିତ୍ର ହେବା ପାଇଁ ଶିକ୍ଷା ଦିଆଯାଇଥିଲା।
ପ୍ରସବ କାଳୀନ ସ୍ତ୍ରୀଲୋକର ବେଦନା ତୁଲ୍ୟ
    ତୁମ୍ଭେମାନେ ଅନୁଭବ କରିବ, ନୁହେଁ କି?
22 ଯଦି ତୁମ୍ଭେ ନିଜକୁ ପଗ୍ଭରିବ,
    “ଏହି ଦଶା ମୋ’ ପ୍ରତି କାହିଁକି ଘଟିଲା,”
ତେବେ ଉତ୍ତରରେ କୁହାଯିବ
    ତୁମ୍ଭର ପାପ ଅଧିକ ହେବା ଯୋଗୁଁ ଏହା ହେଲା।
    ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି
    ଓ ତୁମ୍ଭର ପାଦକୁ କଷ୍ଟ ଦିଆଯାଇଅଛି।
23 ଜଣେ କୃଷ୍ଣକାୟ କ’ଣ ଆପଣା ଚର୍ମର ବର୍ଣ୍ଣ ବଦଳାଇ ପାରିବ
    ଓ ଚିତାବାଘ କ’ଣ ନିଜର ଦେହର ଛାପ ବଦଳାଇ ପାରିବ?
ତେଣୁ ହେ ଯିରୁଶାଲମ, ତୁମ୍ଭେ ସର୍ବଦା କୁକର୍ମ କରିବାରେ ଅଭ୍ୟସ୍ତ,
    ତୁମ୍ଭେ କେବେ ସୁକର୍ମ କରି ପାରିବ ନାହିଁ।

24 “ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରାନ୍ତରସ୍ଥ ବାୟୁରେ ଧୂଷ ଉଡ଼ିଲାପରି
    ତୁମ୍ଭମାନଙ୍କ ଘରୁ ତଡ଼ିଦେଇ
    ଏଣେ ତେଣେ ଛିନ୍ନଭିନ୍ନ କରିଦେବୁ।”
25 ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଏହି ଭାଗମାପ କଲୁ।
    କାରଣ ତୁମ୍ଭେମାନେ ମୋତେ ପାଶୋରିଲ
    ଓ ମିଥ୍ୟା ଦେବଗଣରେ ବିଶ୍ୱାସ କଲ।
26 ଏ ନିମନ୍ତେ ଏହା ଆମ୍ଭେ ଯିଏ କି ତୁମ୍ଭ ବସ୍ତ୍ରାଞ୍ଚଳ ତୁମ୍ଭ ମୁହଁକୁ ଟେକିଥିଲୁ,
    ଯାହାଫଳରେ ସମସ୍ତେ ତୁମ୍ଭମାନଙ୍କର
    ନଗ୍ନତା ଦେଖି ପାରି ନ ଥିଲେ।
27 ଆମ୍ଭେ ପର୍ବତଗୁଡ଼ିକ ଉପରେ
    ତୁମ୍ଭର ଘୃଣ୍ୟକର୍ମ, ବ୍ୟଭିଗ୍ଭର, ହିଁ ହିଁ ହେବାର ଶବ୍ଦ
ଓ ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ।
    ଯିରୁଶାଲମ, ଦୁଃଖ ପାଉ।
ତୁମ୍ଭେ ସୁପଥକୁ ଆସିବାକୁ ଚେଷ୍ଟା କରୁ ନାହଁ।
    କେତେକାଳ ଏହି ପାପକର୍ମ କରିଗ୍ଭଲିବ?”

ପିତରଙ୍କ ପ୍ରଥମ ପତ୍ର 1:17-2:1

17 ତୁମ୍ଭେ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡାକୁଛ। ପରମେଶ୍ୱର ପ୍ରତ୍ୟେକ ଲୋକଙ୍କୁ ତାହାର କାର୍ଯ୍ୟ ଅନୁସାରେ ସମାନ ଭାବରେ ବିଗ୍ଭର କରନ୍ତି। ତେଣୁ ତୁମ୍ଭେ ଯେପର୍ଯ୍ୟନ୍ତ ପୃଥିବୀରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ୱରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍। 18 ତୁମ୍ଭେ ଜାଣିଛ ଯେ ଅତୀତରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସେହିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସେହିପରି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାୟୀ ଜିନିଷ ବଦଳରେ ନୁହେଁ, 19 ବରଂ ନିର୍ଦ୍ଦୋଷ ପବିତ୍ର ମେଷଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ୟ ରକ୍ତ ଦ୍ୱାରା ତୁମ୍ଭେ କିଣା ହୋଇଅଛ। 20 ଜଗତ ଆରମ୍ଭ ହେବା ପୂର୍ବରୁ ଖ୍ରୀଷ୍ଟ ମନୋନୀତ ହୋଇଥିଲେ। କିନ୍ତୁ ଏହି ଶେଷ ସମୟରେ ତୁମ୍ଭ ନିମନ୍ତେ ସେ ଜଗତରେ ପ୍ରକାଶିତ ହେଲେ। 21 ତୁମ୍ଭେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ବିଶ୍ୱାସ କର। ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ। ତା’ପରେ ସେ ତାହାଙ୍କୁ ମହିମା ପ୍ରଦାନ କଲେ। ତେଣୁ ତୁମ୍ଭର ବିଶ୍ୱାସ ଓ ଭରସା ପରମେଶ୍ୱରଙ୍କଠାରେ ଅଛି।

22 ଏବେ, ସତ୍ୟ ପାଳନ ଦ୍ୱାରା ତୁମ୍ଭେମାନେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭେମାନେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ୟ ପ୍ରେମ ଦେଖାଇ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ରେମ କର। 23 ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହାକିଛି କେବେ ମରେ ନାହିଁ, ସେଠାରୁ ଆସିଛି। ଯାହା ସବୁଦିନ ପାଇଁ ରୁହେ, ପରମେଶ୍ୱରଙ୍କ ସେହି ଜୀବନ୍ତ ସୁସମାଗ୍ଭର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ। 24 ଶାସ୍ତ୍ର କୁହେ:

“ସମସ୍ତ ମନୁଷ୍ୟ ନିତ୍ୟଜୀବୀ ନୁହନ୍ତି, ସେମାନେ ଘାସ ଭଳି,
    ସେମାନଙ୍କର ମହିମା ଏକ ବନ୍ୟଫୁଲ ଭଳି।
ଘାସ ଶୁଖି ଯାଏ,
    ଫୁଲ ଝଡ଼ି ଯାଏ।
25 କିନ୍ତୁ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ (A)

ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା।”

ଜୀବନ୍ତ ପଥର ଓ ପବିତ୍ର ଦେଶ

ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ୱିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center