Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 17:5-10

ଲୋକମାନଙ୍କ ଉପରେ ବିଶ୍ୱାସ ଓ ପରମେଶ୍ୱରଙ୍କ ଉପରେ ବିଶ୍ୱାସ

ସଦାପ୍ରଭୁ କହନ୍ତି,
“ଯେଉଁ ମନୁଷ୍ୟ ଲୋକମାନଙ୍କ ଉପରେ ଭରସା ରଖେ,
    ମାଂସକୁ ଆପଣାର ବାହୁ କରେ
    ଓ ଯାହାର ହୃଦୟ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଏ ସେ ଶାପଗ୍ରସ୍ତ।
ସେହି ମନ୍ଦ ବ୍ୟକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ୟ ହେବ।
    ସେ ମଙ୍ଗଳ ଉପସ୍ଥିତ ହେବା ଦେଖିବ ନାହିଁ।
    ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ,
ନିବାସୀବିହୀନ ଲବଣ ଭୂମିରେ ବାସ କରିବେ।

“ଯେଉଁ ଲୋକ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖେ
    ଓ ସଦାପ୍ରଭୁ ଯାହାର ବିଶ୍ୱାସଭୂମି, ସେ ଧନ୍ୟ।
କାରଣ ସେ ଜଳ ନିକଟସ୍ଥ ରୋପିତ ବୃକ୍ଷତୁଲ୍ୟ ହେବ।
    ତା’ର ମୂଳ ବିସ୍ତୃତ ହୋଇ ଜଳ ପାଇବ।
ଗ୍ରୀଷ୍ମକାଳରେ ସେ ଭୟଭୀତ ହେବ ନାହିଁ।
    ମାତ୍ର ତା’ର ପତ୍ର ସଦାକାଳ ସବୁଜ ରହିବ।
ଅନାବୃଷ୍ଟି ସମୟରେ ସେ ଚିନ୍ତିତ ହେବ ନାହିଁ
    କିଅବା ସେ ଫଳ ଧାରଣରୁ ନିବୃତ୍ତ ହେବ ନାହିଁ।

“ଯାହାର ଅନ୍ତଃକରଣ ସବୁଠାରୁ କପଟମୟ
    ଓ ଯାହାର ଅନ୍ତଃକରଣ ପୀଡ଼ିତ,
    ତାହା କେହି ଜାଣି ପାରିବେ ନାହିଁ।
10 ମାତ୍ର ଆମ୍ଭେ ସଦାପ୍ରଭୁ,
    ପ୍ରତ୍ୟେକ ମନୁଷ୍ୟକୁ ତା’ର କର୍ମ ଅନୁସାରେ ଫଳ ଦେଉ।
ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ
    ଓ ତାହାର ମର୍ମ ପରୀକ୍ଷା କରୁ।

ଗୀତସଂହିତା 1

ପ୍ରଥମ ପୁସ୍ତକ

(ଗୀତସଂହିତା 1-41)

ଜଣେ ବ୍ୟକ୍ତି ପ୍ରକୃତରେ ଆଶୀର୍ବାଦ ଗ୍ରହଣ କରିବ,
    ଯଦି ସେ ଦୁଷ୍ଟ ଲୋକଙ୍କ ଉପଦେଶ ଗ୍ରହଣ କରେ ନାହିଁ,
ପାପୀମାନଙ୍କ ପରି ଜୀବନଯାପନ କରେ ନାହିଁ,
    ସେହି ଲୋକମାନଙ୍କ ସହିତ ତା’ର ସମୟ କଟାଏ ନାହିଁ, ଯେଉଁମାନେ କି ପରମେଶ୍ୱରଙ୍କୁ ସମ୍ମାନ ଦେଖାନ୍ତି ନାହିଁ,
ଉତ୍ତମ ବ୍ୟକ୍ତି ସଦାପ୍ରଭୁଙ୍କ ପ୍ରତ୍ୟେକ ବ୍ୟବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ
    ଓ ଦିନରାତି ସଦାପ୍ରଭୁଙ୍କ ବ୍ୟବସ୍ଥା ଧ୍ୟାନ କରୁଥାଏ।
ତେଣୁ ସେହି ବ୍ୟକ୍ତି ଅଧିକ ବଳଶାଳୀ ହୁଏ,
    ପ୍ରଚୁର ପାଣି ପାଉଥିବା ବୃକ୍ଷର ସ୍ଥିତି ପରି।
ସେହି ବ୍ୟକ୍ତି ଠିକ୍ ସମୟରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ।
ସେହି ବ୍ୟକ୍ତି ସେହି ବୃକ୍ଷ ପରି ଶକ୍ତିଶାଳୀ,
    ଯାହାର ପତ୍ର କେବେହେଲେ ଶୁଖିଯାଏ ନାହିଁ।
ସେ ଯାହା କରେ, ତହିଁରେ କୃତକାର୍ଯ୍ୟ ହୁଏ।

ଦୁଷ୍ଟ ଲୋକମାନେ ସେପରି ନୁହନ୍ତି।
    ଦୁଷ୍ଟ ଲୋକମାନେ କେବଳ ‘ଚୋପା’ ବା ‘ତୁଷ’ ଭଳି ଯାହାକୁ କି ସହଜରେ ପବନ ଉଡ଼ାଇ ନେଇପାରେ।
ଯଦି ଧାର୍ମିକ ବ୍ୟକ୍ତିମାନେ ଏକତ୍ରିତ ହୋଇ କୌଣସି ମକଦ୍ଦମା ଫଇସଲା କରିବାକୁ ଯିବେ, ତାହାହେଲେ ଦୁଷ୍ଟ ଲୋକମାନେ ସହଜରେ ଦୋଷୀ ସାବ୍ୟସ୍ତ ହୋଇଯିବେ।
    ସେହି ପାପୀମାନେ କେବେହେଲେ ନିରପରାଧୀ ବୋଲି ପ୍ରମାଣିତ ହୋଇ ପାରିବେ ନାହିଁ।
କାରଣ ସଦାପ୍ରଭୁ କେବଳ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି,
    ଦୁଷ୍ଟ ଲୋକମାନଙ୍କର କାର୍ଯ୍ୟ ବିନଷ୍ଟ କରନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:12-20

ଆମ୍ଭେ ମୃତ୍ୟୁରୁ ପୁନର୍ଜୀବିତ ହେବା

12 ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇଥିଲେ, ଏହା ପ୍ରଗ୍ଭରିତ ହୋଇଛି, ତା’ହେଲେ ତୁମ୍ଭମାନଙ୍କ ମଧ୍ୟରୁ କେତେଜଣ କାହିଁକି କୁହନ୍ତି ଯେ, ଲୋକେ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇପାରିବେ ନାହିଁ। 13 ଯଦି ଲୋକମାନେ ମୃତ୍ୟୁରୁ ଉ‌ତ୍‌‌ଥିତ ହେବେ ନାହିଁ, ତା’ହେଲେ ଖ୍ରୀଷ୍ଟ ମଧ୍ୟ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇ ନାହାନ୍ତି, 14 ଯଦି ଖ୍ରୀଷ୍ଟ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇ ନାହାନ୍ତି, ତା’ହେଲେ ଆମ୍ଭର ଶିକ୍ଷାଦାନ ଓ ତୁମ୍ଭମାନଙ୍କର ବିଶ୍ୱାସର କିଛି ମୂଲ୍ୟ ନାହିଁ। 15 ଆମ୍ଭେ ମଧ୍ୟ ପରମେଶ୍ୱରଙ୍କ ବିଷୟରେ ମିଛ କହିଥିବା ଅପରାଧରେ ଅପରାଧୀ। କାରଣ ଆମ୍ଭେ ପରମେଶ୍ୱରଙ୍କ ବିଷୟରେ ପ୍ରଗ୍ଭର କରିଛୁ ଯେ, ସେ ଯୀଶୁଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ଯଦି ମୃତମାନେ ଉ‌ତ୍‌‌ଥିତ ନ ହୁଅନ୍ତି, ତା’ହେଲେ ପରମେଶ୍ୱର ମଧ୍ୟ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉଠାଇ ନାହାନ୍ତି। 16 ଯଦି ମୃତମାନେ ଉ‌ତ୍‌‌ଥିତ ହୁଅନ୍ତି ନାହିଁ, ତା’ହେଲେ ଯୀଶୁ ଖ୍ରୀଷ୍ଟ ମଧ୍ୟ ଉ‌ତ୍‌‌ଥିତ ହୋଇ ନାହାନ୍ତି। 17 ଯଦି ଖ୍ରୀଷ୍ଟ ମୃତ୍ୟୁରୁ ଉଠି ନାହାନ୍ତି, ତା’ହେଲେ ତୁମ୍ଭ ବିଶ୍ୱାସର କିଛି ମୂଲ୍ୟ ନାହିଁ। ତୁମ୍ଭେମାନେ ଏ ପର୍ଯ୍ୟନ୍ତ ନିଜ ନିଜ ପାପରେ ଅଛ। 18 ପୁଣି ଖ୍ରୀଷ୍ଟଙ୍କଠାରେ ଥାଉ ଯେଉଁମାନେ ମରିଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇ ଯାଇ ଅଛନ୍ତି। 19 ଯଦି ଖ୍ରୀଷ୍ଟଙ୍କଠାରେ ଆମ୍ଭର ଭରସା କେବଳ ଏହି ସଂସାରର ଜୀବନ ପାଇଁ, ତା’ହେଲେ ଅନ୍ୟ ସମସ୍ତ ଲୋକଙ୍କ ତୁଳନାରେ ଆମ୍ଭେ ଅଧିକ ହତଭାଗ୍ୟ।

20 କିନ୍ତୁ ବାସ୍ତବ କଥା ଏହି ଯେ, ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉ‌ତ୍‌‌ଥିତ କରାଯାଇଛି। ସେ ହେଉଛନ୍ତି ମୃତ ବିଶ୍ୱାସୀମାନଙ୍କ ମଧ୍ୟରୁ ଉ‌ତ୍‌‌ଥିତ ପ୍ରଥମ ଫଳ ସ୍ୱରୂପ।

ଲୂକ ଲିଖିତ ସୁସମାଗ୍ଭର 6:17-26

ଯୀଶୁ ଲୋକଙ୍କୁ ଉପଦେଶ ଦେଲେ ଓ ରୋଗ ମୁକ୍ତକଲେ(A)

17 ତା’ପରେ ଯୀଶୁ ସେମାନଙ୍କ ସହିତ ତଳକୁ ଆସି ଗୋଟିଏ ସମତଳ ଭୂମି ଉପରେ ଠିଆ ହେଲେ। ସେଠାରେ ବହୁତ ସଂଖ୍ୟାରେ ତାହାଙ୍କ ଶିଷ୍ୟମାନେ ଉପସ୍ଥିତ ଥିଲେ। ତା ଛଡ଼ା ସମଗ୍ର ଯିହୂଦା, ଯିରୁଶାଲମ, ସମୁଦ୍ର ଉପକୂଳବର୍ତ୍ତୀ ସହର ସୋର ଓ ସୀଦୋନରୁ ଆସି ବହୁ ସଂଖ୍ୟାରେ ଲୋକ ସେଠାରେ ଜମା ହୋଇଥିଲେ। 18 ସେମାନେ ଯୀଶୁଙ୍କ ଉପଦେଶ ଶୁଣିବାକୁ ଓ ସୁସ୍ଥ ହେବାକୁ ସେଠାକୁ ଆସିଥିଲେ। ଯେଉଁମାନେ ଦୁଷ୍ଟାତ୍ମା ଯୋଗୁଁ କଷ୍ଟ ପାଉଥିଲେ, ସେମାନେ ସେଠାକୁ ଆସି ସୁସ୍ଥ ହୋଇଗଲେ। 19 ସମସ୍ତ ଲୋକେ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ। କାରଣ ତାହାଙ୍କ ଦେହରୁ ଶକ୍ତି ବାହାରୁ ଥିଲା। ସେ ସେହି ଲୋକମାନଙ୍କୁ ସୁସ୍ଥ କରିଦେଲେ।

20 ଶିଷ୍ୟମାନଙ୍କ ଆଡ଼କୁ ଗ୍ଭହିଁ ଯୀଶୁ କହିଲେ,

“ହେ ଦୀନହୀନ ଲୋକମାନେ! ତୁମ୍ଭେମାନେ ଧନ୍ୟ
    କାରଣ ତୁମ୍ଭେମାନେ ସ୍ୱର୍ଗରାଜ୍ୟର ଅଧିକାରୀ।
21 ତୁମ୍ଭେମାନେ, ଯେଉଁମାନେ ଏବେ ଭୋକିଲା, ଧନ୍ୟ,
    କାରଣ ତୁମ୍ଭେମାନେ ପରିତୃପ୍ତ ହେବ।
ରୋଦନ କରୁଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଧନ୍ୟ,
    କାରଣ ତୁମ୍ଭେମାନେ ଆନନ୍ଦରେ ଜୀବନଯାପନ କରିବ।

22 “ମନୁଷ୍ୟପୁତ୍ରଙ୍କ ଯୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସେମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କ ବିଷୟରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରିଦେବେ, ଯେତେବେଳେ ଏହା ଘଟିବ, ତୁମ୍ଭେ ଧନ୍ୟ ହେବ। 23 ସେତେବେଳେ ଆନନ୍ଦରେ ନାଚି ଉଠିବ। କାରଣ ତୁମ୍ଭମାନଙ୍କ ପାଇଁ ସ୍ୱର୍ଗରେ ମହା ପୁରସ୍କାର ରହିଛି। ସେମାନଙ୍କର ପୂର୍ବପୁରୁଷମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ଠିକ୍ ସେହିଭଳି ବ୍ୟବହାର ଦେଖାଇ ଥିଲେ ଯେଉଁଭଳି ଏବେ ସେମାନେ ତୁମ୍ଭକୁ ବ୍ୟବହାର ଦେଖାଉଛନ୍ତି।

24 “କିନ୍ତୁ ହେ ଧନୀ ଲୋକମାନେ! ତୁମ୍ଭକୁ ଧିକ୍
    କାରଣ ତୁମ୍ଭେମାନେ ଆରାମଦାୟକ ଜୀବନ କଟାଇ ଆସିଛ।
25 ଧିକ୍ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ପରିତୃପ୍ତ ଅଛ।
    କାରଣ ତୁମ୍ଭେମାନେ ଭୋକିଲା ହେବ।
ଧିକ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ହସୁଛ,
    କାରଣ ତୁମ୍ଭେମାନେ ଦୁଃଖିତ ହେବ ଓ କାନ୍ଦିବ।

26 “ଧିକ୍ ତୁମ୍ଭମାନଙ୍କୁ ଯେଉଁମାନଙ୍କୁ ବର୍ତ୍ତମାନେ ଲୋକେ ‘ଭଲ’ ବୋଲି କହୁଛନ୍ତି। କାରଣ ସେମାନଙ୍କର ପୂର୍ବପୁରୁଷମାନେ ଭଣ୍ଡ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ମଧ୍ୟ ଭଲ ବୋଲି କହୁଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center