Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 45:3-11

ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, “ମୁଁ ତୁମ୍ଭର ଭାଇ ଯୋଷେଫ ଅଟେ। ମୋର ପିତା କୁଶଳରେ ତ?” କିନ୍ତୁ ତାଙ୍କ ଭାଇମାନେ କିଛି ଉତ୍ତର ଦେଲେ ନାହିଁ, କାରଣ ସେମାନେ ଭୟ କରୁଥିଲେ।

ତେଣୁ ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, “ମୋ’ ନିକଟକୁ ଆସ, ମୁଁ ନିବେଦନ କରୁଛି ମୋ’ ନିକଟକୁ ଆସ।” ତେଣୁ ତାଙ୍କର ଭାଇମାନେ ତାଙ୍କ ନିକଟକୁ ଗଲେ। ତେଣୁ ଯୋଷେଫ ସେମାନଙ୍କୁ କହିଲେ, “ମୁଁ ତୁମ୍ଭର ଭାଇ ଯୋଷେଫ, ମୁଁ ହେଉଛି ସେହି ଭାଇ ଯାହାକୁ ତୁମ୍ଭେମାନେ ବିକ୍ରି କଲ କ୍ରୀତଦାସ ପରି କ୍ରେତାମାନଙ୍କୁ, ଯେଉଁମାନେ ସେମାନଙ୍କର ମିଶରୀୟ ରାସ୍ତାରେ ଥିଲେ। ବର୍ତ୍ତମାନ ତୁମ୍ଭେ ବ୍ୟସ୍ତ ହୁଅ ନାହିଁ। ମୋତେ ଗୋଟିଏ କ୍ରୀତଦାସ ପରି ବିକ୍ରୀ କରିଥିବାରୁ ତୁମ୍ଭେ ନିଜ ଉପରେ ରାଗ ନାହିଁ। ତୁମ୍ଭ ସମ୍ମୁଖରେ ଜୀବନ ରକ୍ଷା କରିବା ପାଇଁ ପରମେଶ୍ୱର ମୋତେ ଏଠାକୁ ପଠାଇଲେ। ଦୁର୍ଭିକ୍ଷ ବର୍ତ୍ତମାନ ଦୁଇ ବର୍ଷ ଧରି ଗ୍ଭଲିଛି। ଆହୁରି ଏହିପରି ପାଞ୍ଚ ବର୍ଷ ହେବ। ଶସ୍ୟ କଅଁଳିବ ନାହିଁ। ତେଣୁ ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି ତୁମ୍ଭକୁ ଆଗେଇ ନେବା ପାଇଁ। ତେଣୁ ମୁଁ ଏଠାରେ ତୁମ୍ଭ ଦେଶର ଲୋକମାନଙ୍କୁ ରକ୍ଷା କରି ପାରିବି । ମୁଁ ଏଠାକୁ ତୁମ୍ଭ ଦୋଷରୁ ଆସି ନାହିଁ। ଏହା ପରମେଶ୍ୱରଙ୍କ ଯୋଜନା। ପରମେଶ୍ୱର ମୋତେ ଫାରୋଙ୍କର ପିତା ଓ ତାଙ୍କର କର୍ତ୍ତା କରିଛନ୍ତି ଏବଂ ସମସ୍ତ ମିଶର ଉପରେ କର୍ତ୍ତା କରିଛନ୍ତି।”

ଇସ୍ରାଏଲ ମିଶରକୁ ନିମନ୍ତ୍ରିତ ହେଲେ

ଯୋଷେଫ କହିଲେ, “ଶୀଘ୍ର ମୋର ପିତାଙ୍କ ନିକଟକୁ ଯାଅ। ତାଙ୍କୁ କୁହ ତୁମ୍ଭର ପୁତ୍ର ଯୋଷେଫ ଏହି ବାର୍ତ୍ତା ଦେଇଛନ୍ତି। ‘ପରମେଶ୍ୱର ମୋତେ ମିଶରର ରାଜ୍ୟପାଳ କରିଛନ୍ତି। ତେଣୁ ମୋ’ ପାଖକୁ ଆସ ଅପେକ୍ଷା କର ନାହିଁ। ଶୀଘ୍ର ଆସ। 10 ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବଶ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋର ନିକଟବର୍ତ୍ତୀ ହେବ। 11 ମୁଁ ତୁମ୍ଭମାନଙ୍କର ଆଗାମୀ ପାଞ୍ଚ ବର୍ଷ ପାଇଁ ଯତ୍ନ ନେବି। ନ ହେଲେ ତୁମ୍ଭର ଏବଂ ତୁମ୍ଭ ପରିବାରର ଦରିଦ୍ର ଦଶା ଘଟିବ।’

ଆଦିପୁସ୍ତକ 45:15

15 ପୁଣି ଯୋଷେଫ ତାଙ୍କ ଅନ୍ୟ ସମସ୍ତ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏହା ପରେ ତାଙ୍କର ଭାଇମାନେ ତାଙ୍କ ସହିତ କଥା କହିଲେ।

ଗୀତସଂହିତା 37:1-11

ଦାଉଦଙ୍କର ଗୀତ।

37 ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ।
    ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।
ଦୁଷ୍ଟ ଲୋକମାନେ ଘାସ ଓ ସବୁଜ ଲତା ତୁଲ୍ୟ
    ଯାହା ଖୁବ୍ ଶୀଘ୍ର ଧୂସର ହୋଇ ମରିଯାଏ।
ଯଦି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖିବ ଓ ସୁକର୍ମ କରିବ ତୁମ୍ଭେ ତା’ହେଲେ ଆନନ୍ଦରେ ରହିବ
    ଓ ଅନେକ ଜିନିଷ ଉପଭୋଗ କରିବ ଯାହା ସେହି ଭୂମିରୁ ତୁମ୍ଭେ ପାଇବ।
ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାର ସୁଖଭୋଗ କର
    ତହିଁରେ ସେ ତୁମ୍ଭର ଇଚ୍ଛା ପୂରଣ କରିବେ।
ସଦାପ୍ରଭୁଙ୍କ ଉପରେ ନିର୍ଭର ରଖ।
    ତାଙ୍କୁ ବିଶ୍ୱାସ କର ଓ ସେ ନିଶ୍ଚୟ ଯାହା କରିବା କଥା ସଫଳ କରିବେ।
ତୁମ୍ଭର ସାଧୁତା ଓ ନ୍ୟାୟପ୍ରିୟତା ମଧ୍ୟାହ୍ନର ସୂର୍ଯ୍ୟ କିରଣ ଭଳି
    ଉଜ୍ଜ୍ୱଳ ଆଲୋକ ପ୍ରଦାନ କରୁ।
ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର।
ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ।
    ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।
କ୍ରୋଧ ତ୍ୟାଗ କର, କୋପ ତ୍ୟାଗ କର।
ଏତେ ଅଧୈର୍ଯ୍ୟ ହୁଅ ନାହିଁ, ଯାହା ଫଳରେ ତୁମ୍ଭେ ମଧ୍ୟ ମନ୍ଦକାର୍ଯ୍ୟ କରି ବସିବ।
କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ କିନ୍ତୁ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରନ୍ତି,
    ସେମାନେ ସମଗ୍ର ଭୂମିକୁ ନିୟନ୍ତ୍ରଣ କରି ପାରିବେ।
    ଏହା ପରମେଶ୍ୱର ସେମାନଙ୍କଠାରେ ପ୍ରତିଜ୍ଞା କରିଛନ୍ତି।
10 ଆଉ ଅଳ୍ପ ଦିନପରେ ଦୁଷ୍ଟ ଲୋକମାନେ ନ ଥିବେ।
    ତୁମ୍ଭେ ସେମାନଙ୍କୁ ଖୋଜିଲେ ବି ଆଉ ପାଇବ ନାହିଁ, କାରଣ ସେମାନେ ଆଉ ନ ଥିବେ।
11 ପରମେଶ୍ୱର ସେମାନଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ନମ୍ର ଲୋକମାନେ ଭୂମି ପାଇବେ
    ଓ ସେମାନେ ଶାନ୍ତି ଉପଭୋଗ କରିବେ।

ଗୀତସଂହିତା 37:39-40

39 ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି।
    ସଦାପ୍ରଭୁ ହିଁ ସେହି ଧାର୍ମିକ ଲୋକମାନଙ୍କର ସଙ୍କଟ ସମୟରେ ଏକମାତ୍ର ବଳ।
    ଯେତେବେଳେ ସେମାନେ ଅସୁବିଧାରେ ପଡ଼ନ୍ତି।
40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି।
    ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:35-38

ଆମ୍ଭେ କେଉଁ ପ୍ରକାର ଶରୀର ପାଇବା?

35 କିନ୍ତୁ ଜଣେ ପଗ୍ଭରି ପାରେ: “ମୃତଗୁଡ଼ିକ କିପରି ଉ‌ତ୍‌‌ଥିତ ହୁଅନ୍ତି? 36 ସେମାନେ କେଉଁ ଭଳି ଦେହ ଧାରଣ କରିବେ?” ଏଗୁଡ଼ିକ ହେଉଛି ନିର୍ବୋଧ ପ୍ରଶ୍ନ। ପୃଥିବୀରେ ପୋତା ଯାଇଥିବା ବୀଜଟି ନିଜେ ନ ମରିବା ପର୍ଯ୍ୟନ୍ତ ସଜୀବ ହୁଏ ନାହିଁ। 37 ବୁଣିଲା ବେଳେ ତୁମ୍ଭେମାନେ ଯାହା ବୁଣ, ବିକଶିତ ହେଲା ପରେ ତାହା ସେହି “ଶରୀର” ଧାରଣ କରେ ନାହିଁ। ତୁମ୍ଭେମାନେ ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ, କେବଳ ବୀଜଟି ବୁଣ। 38 ତା’ପରେ ପରମେଶ୍ୱର ଯେପରି ଇଚ୍ଛା କରନ୍ତି, ସେହିପରି ଶରୀର ତାହାକୁ ପ୍ରଦାନ କରନ୍ତି। ପରମେଶ୍ୱର ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦିଅନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:42-50

42 ମୃତମାନଙ୍କର ଉ‌ତ୍‌‌ଥାନ ବିଷୟରେ ମଧ୍ୟ ଏହି କଥାଟି ପ୍ରଜୁଯ୍ୟ। ଯେଉଁ ଶରୀରଟି ପୋତି ଦିଆ ହେଲା, ତାହା ନଷ୍ଟ ହୋଇଯିବ। କିନ୍ତୁ ସେହି ଶରୀରଟି ଯେଉଁ ନୂତନ ଦେହ ଧାରଣ କରିବ, ତାହା ନଷ୍ଟ ହେବ ନାହିଁ। 43 ଶରୀରଟି ଅନାଦରରେ “ବୁଣାଯାଏ”, କିନ୍ତୁ ମହିମାରେ ତାହା ଉ‌ତ୍‌‌ଥିତ ହୁଏ। ଯେତେବେଳେ ଦୁର୍ବଳତାରେ ଶରୀରଟି “ବୁଣାଯାଏ” ଏହା ଶକ୍ତିର ସହିତ ଉ‌ତ୍‌‌ଥିତ ହୁଏ। 44 ପ୍ରାକୃତିକ ଶରୀରଟି “ବୁଣାଯାଏ”, ଆତ୍ମିକ ଶରୀର ଉ‌ତ୍‌‌ଥିତ ହୁଏ।

ଯଦି ପ୍ରାକୃତିକ ଶରୀର ଅଛି, ତା’ହେଲେ ଆଧ୍ୟାତ୍ମିକ ଶରୀର ମଧ୍ୟ ଅଛି। 45 ଶାସ୍ତ୍ରରେ ଲେଖା ଅଛି: “ପ୍ରଥମ ମନୁଷ୍ୟ (ଆଦମ) ସଜୀବ ପ୍ରାଣୀ,” [a] କିନ୍ତୁ ଶେଷ ଆଦମ (ଖ୍ରୀଷ୍ଟ) ଜଣେ ଜୀବନଦାତା ଆତ୍ମା। 46 ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ। ମାତ୍ର ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ ଆସେ। 47 ପ୍ରଥମ ମନୁଷ୍ୟଟି ପୃଥିବୀର ମାଟିରୁ ନିର୍ମିତ ହୋଇଥିଲା; କିନ୍ତୁ ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆସିଥିଲେ। 48 ଜଗତର ପ୍ରଥମ ମନୁଷ୍ୟ ଭଳି ପ୍ରତ୍ୟେକ ମନୁଷ୍ୟ ପୃଥିବୀର ଅଟନ୍ତି। କିନ୍ତୁ ଯେଉଁମାନେ ସ୍ୱର୍ଗର, ସେମାନେ ସ୍ୱର୍ଗରୁ ଆଗତ ସେହି ମନୁଷ୍ୟ ତୁଲ୍ୟ। 49 ଆମ୍ଭେମାନେ ଜଗତରୁ ସେହି ମନୁଷ୍ୟ ତୁଲ୍ୟ ନିର୍ମିତ ହୋଇଅଛୁ। ଅତଏବ, ଆମ୍ଭେ ମଧ୍ୟ ସ୍ୱର୍ଗର ସେହି ବ୍ୟକ୍ତି ତୁଲ୍ୟ ଶରୀର ଧାରଣ କରିବା।

50 ଭାଇ ଓ ଭଉଣୀମାନେ ମୁଁ ତୁମ୍ଭକୁ ଏ କଥା କହୁଛି ଯେ, ମାଂସ ଓ ରକ୍ତ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହୋଇ ପାରିବ ନାହିଁ। କ୍ଷୟ ଅକ୍ଷୟକୁ ଅଧିକାର କରି ପାରିବ ନାହିଁ।

ଲୂକ ଲିଖିତ ସୁସମାଗ୍ଭର 6:27-38

ତୁମ୍ଭର ଶତ୍ରୁକୁ ପ୍ରେମ କର(A)

27 “ତୁମ୍ଭେମାନେ ଯେଉଁମାନେ ମୋ’ କଥା ଶୁଣୁଛ, ମୁଁ ସେହିମାନଙ୍କୁ କହୁଛି, ନିଜ ଶତ୍ରୁକୁ ପ୍ରେମ କର। ତୁମ୍ଭମାନଙ୍କୁ ଯେଉଁମାନେ ଘୃଣା କରୁଛନ୍ତି, ସେମାନଙ୍କର ମଙ୍ଗଳ କର। 28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ୱରଙ୍କୁ ପ୍ରାର୍ଥନା କର ଯେ ସେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭେମାନେ ସେମାନଙ୍କ ପାଇଁ ପ୍ରାର୍ଥନା କର। 29 ଯେଉଁ ଲୋକ ତୁମ୍ଭର ଗୋଟିଏ ଗାଲରେ ଗ୍ଭପୁଡ଼ାଟିଏ ମାରିବ, ତାହାକୁ ଅନ୍ୟ ଗାଲଟି ବି ଦେଖାଇ ଦିଅ। ଯେଉଁ ଲୋକ ତୁମ୍ଭର ଜାମାଟି ନେଇଯାଉଛି ତାହାକୁ ତୁମ୍ଭର ଧୋତିବି ନେଇଯିବାକୁ ଦିଅ। 30 ଯଦି କେହି ତୁମ୍ଭକୁ କିଛି ମାଗୁଛି, ତାହା ତାକୁ ଦେଇଦିଅ। ଯଦି କୌଣସି ଲୋକ ତୁମ୍ଭର କିଛି ନେଇ ଯାଏ, ତେବେ ତାହା ତାକୁ ଫେରେଇ ଦେବାକୁ କୁହ ନାହିଁ। 31 ଅନ୍ୟ ଲୋକମାନେ ତୁମ୍ଭମାନଙ୍କୁ ଯେଭଳି ବ୍ୟବହାର ଦେଖାନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ଅନ୍ୟମାନଙ୍କୁ ମଧ୍ୟ ସେହିଭଳି ବ୍ୟବହାର ଦେଖାଅ।

32 “ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ତୁମ୍ଭେମାନେ ଯଦି କେବଳ ସେହି ଲୋକମାନଙ୍କୁ ପ୍ରେମ କରୁଛ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ସେହିମାନଙ୍କୁ ପ୍ରେମ କରନ୍ତି, ଯେଉଁମାନେ ସେମାନଙ୍କୁ ପ୍ରେମ କରନ୍ତି। 33 ଯେଉଁମାନେ ତୁମ୍ଭମାନଙ୍କର ଉପକାର କରନ୍ତି, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କର ଉପକାର କରିବ, ତେବେ ତୁମ୍ଭମାନଙ୍କର ମହତ ପଣିଆ କେଉଁଠି ରହିଲା? କାରଣ ପାପୀମାନେ ମଧ୍ୟ ଏହିପରି କରନ୍ତି। 34 ଯେଉଁମାନଙ୍କଠାରୁ ଫେରି ପାଇବାର ଆଶା ଥିବ, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କୁ ଟଙ୍କା ଧାର ଦିଅ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ଟଙ୍କା ଫେରି ପାଇବା ଆଶାରେ ଅନ୍ୟ ପାପୀମାନଙ୍କୁ ଟଙ୍କା ଧାର ଦିଅନ୍ତି।

35 “ତେଣୁ ନିଜ ଶତ୍ରୁକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫେରି ପାଇବାର କୌଣସି ଆଶା ନ ରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ ହେବ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ୟ ଦୟାଶୀଳ ଅଟନ୍ତି। 36 ତୁମ୍ଭମାନଙ୍କର ପରମପିତା ଯେଉଁଭଳି ତୁମ୍ଭମାନଙ୍କୁ ପ୍ରେମ ଦେଖାନ୍ତି ଓ ଦୟା କରନ୍ତି, ତୁମ୍ଭେମାନେ ମଧ୍ୟ, ସେହିଭଳି ଅନ୍ୟମାନଙ୍କୁ ଦୟା ଦେଖାଅ ଓ ପ୍ରେମ କର।

ନିଜକୁ ଦେଖ(B)

37 “ତୁମ୍ଭେମାନେ କାହାରି ବିଗ୍ଭର କର ନାହିଁ। ତାହାହେଲେ ତୁମ୍ଭମାନଙ୍କର ମଧ୍ୟ ବିଗ୍ଭର କରାଯିବ ନାହିଁ। କୌଣସି ବ୍ୟକ୍ତିକୁ ଦୋଷୀ କର ନାହିଁ, ତେବେ ତୁମ୍ଭେ ମଧ୍ୟ ଦୋଷୀ ବିବେଚିତ ହେବ ନାହିଁ। ଅନ୍ୟକୁ କ୍ଷମା କରିଦିଅ, ତେବେ ତୁମ୍ଭେମାନଙ୍କୁ ମଧ୍ୟ କ୍ଷମା କରି ଦିଆଯିବ। 38 ଅନ୍ୟକୁ ଦିଅ, ତେବେ ତୁମ୍ଭେମାନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆଯିବ। ତୁମ୍ଭେମାନେ ଯେତିକି ଧରି ପାରିବ, ତା’ଠାରୁ ଅଧିକ ତୁମ୍ଭମାନଙ୍କ ହାତରେ ଢାଳି ଦିଆଯିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆଯିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡ଼ିବ। ତୁମ୍ଭେମାନେ ଯେଉଁଭଳି ଭାବରେ ଅନ୍ୟକୁ ଦେବ, ପରମେଶ୍ୱର ବି ତୁମ୍ଭମାନଙ୍କୁ ସେହିଭଳି ଭାବରେ ଦେବେ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center