Revised Common Lectionary (Semicontinuous)
ଦାଉଦଙ୍କ ସ୍ମରଣୀୟ ଗୀତ।
38 ହେ ସଦାପ୍ରଭୁ, ମୋତେ ଆପଣା କୋପରେ ଅନୁଯୋଗ କର ନାହିଁ।
କିଅବା ମୋତେ ତୁମ୍ଭେ କ୍ରୋଧାନ୍ୱିତ ହୋଇ ଦଣ୍ଡ ଦିଅ ନାହିଁ।
2 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଘାତ କରିଛ।
ତୁମ୍ଭର ତୀର ମୋର ଅନ୍ତଃସ୍ଥଳକୁ ବିଦ୍ଧ କରିଛି।
3 ତୁମ୍ଭେ ମୋତେ ଦଣ୍ଡ ଦେଲ।
ବର୍ତ୍ତମାନ ମୋର ସମସ୍ତ ଶରୀର କମ୍ପୁଅଛି।
ମୋର ପାପ ଲାଗି ତୁମ୍ଭେ ମୋତେ ଦଣ୍ଡ ଦେଲ, ତେଣୁ ମୋର ଅସ୍ଥିରେ କିଛି ଆରାମ ନାହିଁ।
4 ମୁଁ ପାପ କରିଛି, ମନ୍ଦକାର୍ଯ୍ୟ କରି ସେହି ପାପ ମୋତେ ଓଜନ ଲାଗୁଛି।
ମୁଁ ଅତ୍ୟନ୍ତ ଲଜ୍ଜିତ।
ମୁଁ ମୁଣ୍ଡ ଉପରକୁ ଟେକିପାରୁ ନାହିଁ।
5 ମୁଁ ଏକ ମୂର୍ଖାମୀ କାର୍ଯ୍ୟ କରିଛି।
ମୋର ଅଜ୍ଞାନତା ଯୋଗୁଁ ମୋର କ୍ଷତ ସବୁ ଦୁର୍ଗନ୍ଧ ଓ ବିକୃତ ହୋଇଛି।
6 ମୁଁ ଆଜି ନଇଁ ଯାଇଛି।
ଭାଙ୍ଗି ପଡ଼ିଛି, ସାରାଦିନ ମୁଁ ବ୍ୟଥିତ ହୋଇଛି।
7 ମୋର ଶରୀର ଜ୍ୱାଳାରେ ପରିପୂର୍ଣ୍ଣ ଥିଲା।
ମୋର ସମସ୍ତ ଶରୀର ଯନ୍ତ୍ରଣାରେ ଛଟପଟ ହେଉଥିଲା।
8 ମୋତେ ଏତେ କଷ୍ଟ ହେଉଥିଲା, ମୁଁ କିଛି ଅନୁଭବ କରିପାରୁ ନ ଥିଲି।
ମୁଁ ହୃଦୟର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରୁଥିଲି।
9 ହେ ମୋର ପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନା ଶୁଣିଲ।
ତୁମ୍ଭେ ମୋର ଆର୍ତ୍ତନାଦ ଶୁଣିଲ।
10 ମୋର ହୃଦୟ ବିଦୀର୍ଣ୍ଣ ହେଉଅଛି।
ମୋର ବଳସବୁ କ୍ଷୀଣ ହୋଇଗଲାଣି ଓ ମୁଁ ଅନ୍ଧ ହୋଇଯାଉଛି।
11 ମୋର ରୋଗ ଯୋଗୁଁ ମୋର ବନ୍ଧୁ ଓ ପଡ଼ୋଶୀମାନେ ମୋତେ ଦେଖା କରିବାକୁ ଆସନ୍ତି ନାହିଁ।
ମୋର ପରିବାରବର୍ଗ ମୋ’ଠାରୁ ଦୂରେଇ ରହନ୍ତି।
12 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
ସେମାନେ ମିଛ ଓ ଗୁଜବ ସୃଷ୍ଟି କରନ୍ତି।
ସେମାନେ ସବୁବେଳେ ମୋ’ ବିଷୟରେ ଆଲୋଚନା କରନ୍ତି।
13 ମୁଁ ଏକ ବଧିର ବ୍ୟକ୍ତି ତୁଲ୍ୟ, ଯିଏ ଶୁଣିପାରେ ନାହିଁ।
ମୁଁ ଏକ ମୂକ ବ୍ୟକ୍ତି ତୁଲ୍ୟ, ଯିଏ କଥା କହିପାରେ ନାହିଁ।
14 ମୁଁ ଜଣେ ବଧିର ବ୍ୟକ୍ତି ପରି ଯିଏ, ପ୍ରତ୍ୟେକ ଲୋକମାନେ ଯାହା କରନ୍ତି ସର୍ବଦା ଶୁଣିପାରେ ନାହିଁ।
ମୁଁ ସେମାନଙ୍କ ସହିତ ଯୁକ୍ତି ଏବଂ ପ୍ରମାଣ କରି ପାରିବି ନାହିଁ, କାରଣ ମୋର ଶତ୍ରୁମାନେ ଭୁଲ୍ କରୁଛନ୍ତି।
15 ତେଣୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ନିଶ୍ଚୟ ସହାୟ ହେବ।
ହେ ପରମେଶ୍ୱର ମୋର ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଶ୍ଚୟ କହିବ।
16 “ଯଦି ମୁଁ କିଛି କହେ, ମୋର ଶତ୍ରୁମାନେ ମୋତେ ପରିହାସ କରିବେ।
ସେମାନେ ଦେଖିବେ ଯେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି।
ସେମାନେ କହିବେ, ପରମେଶ୍ୱର ମୋତେ ଦଣ୍ଡ ଦେଉଛନ୍ତି।”
17 ମୁଁ ଜାଣେ ମୁଁ ପାପର ଶାସ୍ତି ଭୋଗୁଛି,
ମୁଁ ମୋର ଯନ୍ତ୍ରଣାକୁ ଭୁଲିପାରିବି ନାହିଁ।
18 ହେ ସଦାପ୍ରଭୁ, ମୁଁ କହେ, ମୁଁ ଯେଉଁ ମନ୍ଦକାର୍ଯ୍ୟ କରିଛି, ମୁଁ ସ୍ୱୀକାର କରେ ଯାହା ପାପ ମୁଁ କରିଛି।
ମୁଁ ମୋର ପାପଗୁଡ଼ିକ ପାଇଁ ବାସ୍ତବରେ ଦୁଃଖିତ।
19 ମୋର ଶତ୍ରୁମାନେ ସତେଜ ଓ ବଳବାନ ଅଟନ୍ତି।
ସେମାନେ ଅନେକ ଥର ମିଥ୍ୟା କହିଛନ୍ତି।
20 ମୋର ଶତ୍ରୁମାନେ ମୋ’ ପ୍ରତି ମନ୍ଦ ଆଚରଣ କରନ୍ତି।
କିନ୍ତୁ ମୁଁ ସେମାନଙ୍କ ପ୍ରତି ଉତ୍ତମ ବ୍ୟବହାର କରେ।
ମୁଁ ସବୁବେଳେ ଉତ୍ତମ କାର୍ଯ୍ୟ କରିବାକୁ ଚେଷ୍ଟା କରେ।
ତଥାପି ସେହି ଲୋକମାନେ ମୋ’ ବିରୁଦ୍ଧରେ ଯାଆନ୍ତି।
21 ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ।
ହେ ମୋର ପରମେଶ୍ୱର ମୋର ନିକଟରେ ରୁହ।
22 ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
ହେ ମୋର ପରମେଶ୍ୱର ମୋତେ ଉଦ୍ଧାର କର।
ଯାକୁବ ତାଙ୍କର ସାହସିକତା ଦେଖାଇଲେ
33 ଅନନ୍ତର ଯାକୁବ ଏଷୌ ଆସୁଥିବାର ଦେଖିଲେ। ଏଷୌ ତାଙ୍କ ସହିତ ଗ୍ଭରିଶହ ଲୋକଙ୍କୁ ଧରି ଆସୁଥିଲେ। ଯାକୁବ ତାଙ୍କର ପରିବାରକୁ ଗ୍ଭରି ଭାଗରେ ବିଭକ୍ତ କଲେ। ଲେୟା ଏବଂ ତା’ର ପିଲାମାନେ ଗୋଟିଏ ଦଳରେ ରହିଲେ। ରାହେଲ ଓ ଯୋଷେଫ ଗୋଟିଏ ଦଳରେ ରହିଲେ। ଦୁଇଦାସୀ ଏବଂ ତାଙ୍କର ପିଲାମାନେ ଦୁଇ ଗୋଟି ଦଳରେ ରହିଲେ। 2 ଯାକୁବ, ଆଗେ ଦୁଇ ଦାସୀ ଓ ସେମାନଙ୍କର ସନ୍ତାନଗଣଙ୍କୁ ତା’ ପଛେ ଲେୟା ଓ ତା’ର ସନ୍ତାନଗଣ, ସବା ଶେଷରେ ରାହେଲ ଓ ଯୋଷେଫକୁ ରଖିଲେ।
3 ସେମାନଙ୍କ ଆଗରେ ଯାକୁବ ଗଲେ, ସେ ଯେତେବେଳେ ଭାଇର ନିକଟବର୍ତ୍ତୀ ହେଲେ। ଭକ୍ତି ଦେଖାଇବା ପାଇଁ ଯାକୁବ ସାତଥର ଭୂମିଷ୍ଠ ପ୍ରଣାମ କଲେ।
4 ଯେତେବେଳେ ଏଷୌ ଯାକୁବଙ୍କୁ ଦେଖିଲେ ସେ ତାଙ୍କୁ ଭେଟିବା ପାଇଁ ଦୌଡ଼ିଗଲେ। ଏହା ପରେ ସେ ତାଙ୍କର ଗଳାଧରି ଆଲିଙ୍ଗନ ଓ ଚୁମ୍ବନ କଲେ, ପୁଣି ଦୁହେଁ କାନ୍ଦିବାକୁ ଲାଗିଲେ। 5 ଏଷୌ, ସ୍ତ୍ରୀ ଓ ପିଲାମାନଙ୍କୁ ଦେଖିଲେ, ସେ ପଗ୍ଭରିଲେ, “ତୁମ୍ଭ ସହିତ ଏହି ଲୋକମାନେ କିଏ?”
ଯାକୁବ ଉତ୍ତର ଦେଲେ, “ପରମେଶ୍ୱର ମୋତେ ଦୟା କରି ଏ ସମସ୍ତ ସନ୍ତାନ ଦେଇଛନ୍ତି।”
6 ଏହା ପରେ ଦୁଇଦାସୀ ଓ ତାହାର ପିଲାମାନେ ଏଷୌ ନିକଟକୁ ଗଲେ। ସେମାନେ ଏଷୌକୁ ଭୂମିଷ୍ଠ ପ୍ରଣାମ କଲେ। 7 ଏହା ପରେ ଲେୟା ଏବଂ ତାଙ୍କର ସନ୍ତାନଗଣ ଏଷୌକୁ ପ୍ରଣାମ କଲେ। ଏବଂ ଏହା ପରେ ରାହେଲ ଓ ଯୋଷେଫ ଏଷୌ ନିକଟକୁ ଯାଇ ପ୍ରଣାମ କଲେ।
8 ଏଷୌ କହିଲେ, “ମୁଁ ଆସିବା ସମୟରେ ଯେଉଁମାନଙ୍କୁ ଦେଖିଲି ସେମାନେ କିଏ? ସେ ପଶୁଗୁଡ଼ିକ କାହା ନିମନ୍ତେ ନେଉଛନ୍ତି।”
ଯାକୁବ ଉତ୍ତର ଦେଲେ, “ସେଗୁଡ଼ିକୁ ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଉପହାର ଦେଇଛି। ତେଣୁ ମୋତେ ଗ୍ରହଣ କର।”
9 କିନ୍ତୁ ଏଷୌ କହିଲେ, “ତୁମ୍ଭର ମୋତେ କିଛି ଉପହାର ଦେବା ଦରକାର ନାହିଁ, ଭାଇ ମୋ’ ପାଇଁ ବହୁତ ଅଛି।”
10 ଯାକୁବ କହିଲେ, “ନା ଭାଇ ମୁଁ ତୁମ୍ଭକୁ ଅନୁରୋଧ କରୁଛି। ଯଦି ତୁମ୍ଭେ ମୋତେ ବାସ୍ତବରେ ଗ୍ରହଣ କରୁଛ ତେବେ ମୋର ଉପହାରଗୁଡ଼ିକ ଗ୍ରହଣ କର, ଯାହା ମୁଁ ତୁମ୍ଭକୁ ଦେଇଅଛି। ମୁଁ ତୁମ୍ଭକୁ ପାଇ ବହୁତ ଖୁସୀ। ମୋତେ ପରମେଶ୍ୱରଙ୍କର ଦର୍ଶନ ପରି ଲାଗୁଛି। ଆଗ୍ରହର ସହକାରେ ତୁମ୍ଭେ ମୋତେ ଗ୍ରହଣ କରିଥିବାରୁ, ମୁଁ ଖୁସୀ। 11 ତେଣୁ ମୁଁ ବିନତି କରୁଛି ତୁମ୍ଭେ ମୋର ଉପହାର [a] ଗ୍ରହଣ କର। ପରମେଶ୍ୱର ମୋ’ ପ୍ରତି ସଦୟ ହୋଇଛନ୍ତି। ମୋର ଆବଶ୍ୟକତାଠାରୁ ଅଧିକ ପାଇଛି।” ଯାକୁବ ଏଷୌକୁ ଉପହାରଗୁଡ଼ିକ ଗ୍ରହଣ କରିବା ପାଇଁ ପ୍ରବର୍ତ୍ତାଇଲେ। ତେଣୁ ସେ ସେଗୁଡ଼ିକୁ ଗ୍ରହଣ କଲେ।
12 ଏହା ପରେ ଏଷୌ କହିଲେ, “ତୁମ୍ଭେ ତୁମ୍ଭର ଯାତ୍ରା ଗ୍ଭଲୁ ରଖ। ମୁଁ ମଧ୍ୟ ତୁମ୍ଭ ସହିତ ଯିବି।”
13 କିନ୍ତୁ ଯାକୁବ ତାଙ୍କୁ କହିଲେ, “ତୁମ୍ଭେ ଜାଣ ମୋର ସନ୍ତାନଗଣ ଛୋଟ ଏବଂ ମୁଁ ମୋର ପଶୁଗଣଙ୍କର ଓ ତାଙ୍କର ଛୁଆମାନଙ୍କ ପ୍ରତି ଯତ୍ନବାନ୍ ହେବାକୁ ପଡ଼ିବ। ମୁଁ ଯଦି ତାଙ୍କୁ ବଳପୂର୍ବକ ଗୋଟିଏ ଦିନରେ ବହୁତ ବାଟ ନେଇଯାଏ ତେବେ ସମସ୍ତ ପଶୁ ମରିଯିବେ। 14 ତେଣୁ ମୋର ପ୍ରଭୁ ତୁମ୍ଭେ ଆମ୍ଭ ଆଗରେ ଗ୍ଭଲ, ମୁଁ ତୁମ୍ଭକୁ ଧୀରେ ଧୀରେ ଅନୁସରଣ କରିବି, ପଶୁମାନଙ୍କର ନିରାପଦ ପାଇଁ। ମୁଁ ଏଥିପାଇଁ ଧୀରେ ଯିବି କାରଣ ମୋର ପିଲାମାନେ କ୍ଳାନ୍ତ ହୋଇ ପଡ଼ିବେ। ମୁଁ ତୁମ୍ଭକୁ ସେୟୀରରେ ସାକ୍ଷାତ କରିବି।”
15 ତେଣୁ ଏଷୌ କହିଲେ, “ତୁମ୍ଭର ସାହାଯ୍ୟ ପାଇଁ ମୁଁ ମୋର କିଛି ଲୋକଙ୍କୁ ଛାଡ଼ି ଯାଉଛି।”
କିନ୍ତୁ ଯାକୁବ କହିଲେ, “ଏହା ତୁମ୍ଭର ଦୟା ହେବ। କିନ୍ତୁ ଏସବୁ କରିବାର କିଛି ଆବଶ୍ୟକ ନାହିଁ।” ମାତ୍ର ପ୍ରଭୁଙ୍କର ଆନୁଗ୍ରହ ଥାଉ। 16 ତେଣୁ ସେହି ଦିନ ଏଷୌ ସେୟୀରକୁ ଫେରିବା ପାଇଁ ଯାତ୍ରା ଆରମ୍ଭ କଲେ। 17 କିନ୍ତୁ ଯାକୁବ ସୁକ୍କୋତକୁ ଗଲେ। ସେହି ସ୍ଥାନରେ ସେ ଆପଣା ପାଇଁ ଏକ ଗୃହ ତିଆରି କଲେ ଓ ପଶୁମାନଙ୍କ ପାଇଁ କୁଡ଼ିଆ ତିଆରି କଲେ। ତେଣୁ ସେହି ସ୍ଥାନର ନାମ ସୁକ୍କୋତ ହେଲା।
ଅଧୀନରେ ରହିବା
2 ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭେମାନେ ମୋତେ ସମସ୍ତ ବିଷୟରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦେଇଥିଲି ସେ ଗୁଡ଼ିକୁ ସ୍ମରଣରେ ରଖି ପାଳନ କରୁଛ। 3 ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ: ପ୍ରତ୍ୟେକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ୱର।
4 ଯେକୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍ବାଣୀ କହେ, ସେ ନିଜ ମସ୍ତକର ଅପମାନ କରେ। 5 ପ୍ରତ୍ୟେକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ୟଦ୍ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍ବାଣୀ କହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସେହି ସ୍ତ୍ରୀଲୋକର ମୁଣ୍ଡରେ ବାଳ ନ ଥିବା ସମାନ। 6 ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା’ହେଲେ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।
7 କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ ଅଟେ। 8 ପୁରୁଷ ସ୍ତ୍ରୀଠାରୁ ଆସି ନାହିଁ। ସ୍ତ୍ରୀ ପୁରୁଷଠାରୁ ଆସିଛି। 9 ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହୋଇ ନ ଥିଲା; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହୋଇଥିଲା। 10 ଜଣେ ସ୍ତ୍ରୀ ଅଧୀନତାର ଚିହ୍ନ ସ୍ୱରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ୱର୍ଗଦୂତମାନଙ୍କ ଲାଗି ମଧ୍ୟ ସେ ଏହା କରିବା ଉଚିତ୍।
11 କିନ୍ତୁ ପ୍ରଭୁଙ୍କ ଦୃଷ୍ଟିରେ, ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ, ଓ ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ। 12 କାରଣ, ଯେପରି ପୁରୁଷଠାରୁ ସ୍ତ୍ରୀ ଆସିଛି, ସେହିପରି ସ୍ତ୍ରୀଠାରୁ ପୁରୁଷ ଜନ୍ମ ଗ୍ରହଣ କରିଛି। ପ୍ରକୃତରେ ପ୍ରତ୍ୟେକ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି।
13 ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ୱରଙ୍କୁ ପ୍ରାର୍ଥନା କରିବା କ’ଣ ଉଚିତ୍ କି? ଏହା ତୁମ୍ଭେମାନେ ନିଜେ ନିର୍ଣ୍ଣୟ କର। 14 ପ୍ରକୃତି କ’ଣ ତୁମ୍ଭକୁ ଶିକ୍ଷା ଦେଇ ନାହିଁ ଯେ, କୌଣସି ପୁରୁଷ ବଡ଼ ବଡ଼ ବାଳ ରଖିବ ଲଜ୍ଜାଜନକ କଥା? 15 କିନ୍ତୁ ଯଦି ଜଣେ ସ୍ତ୍ରୀର ଲମ୍ବା ବାଳ ଅଛି, ଏହା ତା’ ପାଇଁ ଗୌରବର ବିଷୟ। ମସ୍ତକ ଆଚ୍ଛାଦନ କରିବା ପାଇଁ ସ୍ତ୍ରୀକୁ ଦୀର୍ଘ କେଶ ପ୍ରଦାନ କରାଯାଇଛି। 16 ଯଦି କିଏ ଏହି ବିଷୟରେ ଯୁକ୍ତିତର୍କ କରିବା ପାଇଁ ଇଚ୍ଛା କରେ, ତେବେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ଯ୍ୟକଳାପଠାରୁ ଆମ୍ଭେ ବା ପରମେଶ୍ୱରଙ୍କ ମଣ୍ଡଳୀ ସ୍ୱୀକୃତ ଦେବ ନାହିଁ।
2010 by World Bible Translation Center