Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 38

ଦାଉଦଙ୍କ ସ୍ମରଣୀୟ ଗୀତ।

38 ହେ ସଦାପ୍ରଭୁ, ମୋତେ ଆପଣା କୋପରେ ଅନୁଯୋଗ କର ନାହିଁ।
    କିଅବା ମୋତେ ତୁମ୍ଭେ କ୍ରୋଧାନ୍ୱିତ ହୋଇ ଦଣ୍ଡ ଦିଅ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ଆଘାତ କରିଛ।
    ତୁମ୍ଭର ତୀର ମୋର ଅନ୍ତଃସ୍ଥଳକୁ ବିଦ୍ଧ କରିଛି।
ତୁମ୍ଭେ ମୋତେ ଦଣ୍ଡ ଦେଲ।
ବର୍ତ୍ତମାନ ମୋର ସମସ୍ତ ଶରୀର କମ୍ପୁଅଛି।
    ମୋର ପାପ ଲାଗି ତୁମ୍ଭେ ମୋତେ ଦଣ୍ଡ ଦେଲ, ତେଣୁ ମୋର ଅସ୍ଥିରେ କିଛି ଆରାମ ନାହିଁ।
ମୁଁ ପାପ କରିଛି, ମନ୍ଦକାର୍ଯ୍ୟ କରି ସେହି ପାପ ମୋତେ ଓଜନ ଲାଗୁଛି।
    ମୁଁ ଅତ୍ୟନ୍ତ ଲଜ୍ଜିତ।
    ମୁଁ ମୁଣ୍ଡ ଉପରକୁ ଟେକିପାରୁ ନାହିଁ।
ମୁଁ ଏକ ମୂର୍ଖାମୀ କାର୍ଯ୍ୟ କରିଛି।
    ମୋର ଅଜ୍ଞାନତା ଯୋଗୁଁ ମୋର କ୍ଷତ ସବୁ ଦୁର୍ଗନ୍ଧ ଓ ବିକୃତ ହୋଇଛି।
ମୁଁ ଆଜି ନଇଁ ଯାଇଛି।
    ଭାଙ୍ଗି ପଡ଼ିଛି, ସାରାଦିନ ମୁଁ ବ୍ୟଥିତ ହୋଇଛି।
ମୋର ଶରୀର ଜ୍ୱାଳାରେ ପରିପୂର୍ଣ୍ଣ ଥିଲା।
    ମୋର ସମସ୍ତ ଶରୀର ଯନ୍ତ୍ରଣାରେ ଛଟପଟ ହେଉଥିଲା।
ମୋତେ ଏତେ କଷ୍ଟ ହେଉଥିଲା, ମୁଁ କିଛି ଅନୁଭବ କରିପାରୁ ନ ଥିଲି।
    ମୁଁ ହୃଦୟର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରୁଥିଲି।
ହେ ମୋର ପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନା ଶୁଣିଲ।
    ତୁମ୍ଭେ ମୋର ଆର୍ତ୍ତନାଦ ଶୁଣିଲ।
10 ମୋର ହୃଦୟ ବିଦୀର୍ଣ୍ଣ ହେଉଅଛି।
    ମୋର ବଳସବୁ କ୍ଷୀଣ ହୋଇଗଲାଣି ଓ ମୁଁ ଅନ୍ଧ ହୋଇଯାଉଛି।
11 ମୋର ରୋଗ ଯୋଗୁଁ ମୋର ବନ୍ଧୁ ଓ ପଡ଼ୋଶୀମାନେ ମୋତେ ଦେଖା କରିବାକୁ ଆସନ୍ତି ନାହିଁ।
    ମୋର ପରିବାରବର୍ଗ ମୋ’ଠାରୁ ଦୂରେଇ ରହନ୍ତି।
12 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
    ସେମାନେ ମିଛ ଓ ଗୁଜବ ସୃଷ୍ଟି କରନ୍ତି।
    ସେମାନେ ସବୁବେଳେ ମୋ’ ବିଷୟରେ ଆଲୋଚନା କରନ୍ତି।
13 ମୁଁ ଏକ ବଧିର ବ୍ୟକ୍ତି ତୁଲ୍ୟ, ଯିଏ ଶୁଣିପାରେ ନାହିଁ।
    ମୁଁ ଏକ ମୂକ ବ୍ୟକ୍ତି ତୁଲ୍ୟ, ଯିଏ କଥା କହିପାରେ ନାହିଁ।
14 ମୁଁ ଜଣେ ବଧିର ବ୍ୟକ୍ତି ପରି ଯିଏ, ପ୍ରତ୍ୟେକ ଲୋକମାନେ ଯାହା କରନ୍ତି ସର୍ବଦା ଶୁଣିପାରେ ନାହିଁ।
    ମୁଁ ସେମାନଙ୍କ ସହିତ ଯୁକ୍ତି ଏବଂ ପ୍ରମାଣ କରି ପାରିବି ନାହିଁ, କାରଣ ମୋର ଶତ୍ରୁମାନେ ଭୁଲ୍ କରୁଛନ୍ତି।
15 ତେଣୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ନିଶ୍ଚୟ ସହାୟ ହେବ।
    ହେ ପରମେଶ୍ୱର ମୋର ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଶ୍ଚୟ କହିବ।
16 “ଯଦି ମୁଁ କିଛି କହେ, ମୋର ଶତ୍ରୁମାନେ ମୋତେ ପରିହାସ କରିବେ।
    ସେମାନେ ଦେଖିବେ ଯେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି।
    ସେମାନେ କହିବେ, ପରମେଶ୍ୱର ମୋତେ ଦଣ୍ଡ ଦେଉଛନ୍ତି।”
17 ମୁଁ ଜାଣେ ମୁଁ ପାପର ଶାସ୍ତି ଭୋଗୁଛି,
    ମୁଁ ମୋର ଯନ୍ତ୍ରଣାକୁ ଭୁଲିପାରିବି ନାହିଁ।
18 ହେ ସଦାପ୍ରଭୁ, ମୁଁ କହେ, ମୁଁ ଯେଉଁ ମନ୍ଦକାର୍ଯ୍ୟ କରିଛି, ମୁଁ ସ୍ୱୀକାର କରେ ଯାହା ପାପ ମୁଁ କରିଛି।
    ମୁଁ ମୋର ପାପଗୁଡ଼ିକ ପାଇଁ ବାସ୍ତବରେ ଦୁଃଖିତ।
19 ମୋର ଶତ୍ରୁମାନେ ସତେଜ ଓ ବଳବାନ ଅଟନ୍ତି।
    ସେମାନେ ଅନେକ ଥର ମିଥ୍ୟା କହିଛନ୍ତି।
20 ମୋର ଶତ୍ରୁମାନେ ମୋ’ ପ୍ରତି ମନ୍ଦ ଆଚରଣ କରନ୍ତି।
    କିନ୍ତୁ ମୁଁ ସେମାନଙ୍କ ପ୍ରତି ଉତ୍ତମ ବ୍ୟବହାର କରେ।
ମୁଁ ସବୁବେଳେ ଉତ୍ତମ କାର୍ଯ୍ୟ କରିବାକୁ ଚେଷ୍ଟା କରେ।
    ତଥାପି ସେହି ଲୋକମାନେ ମୋ’ ବିରୁଦ୍ଧରେ ଯାଆନ୍ତି।
21 ହେ ସଦାପ୍ରଭୁ, ମୋତେ ପରିତ୍ୟାଗ କର ନାହିଁ।
    ହେ ମୋର ପରମେଶ୍ୱର ମୋର ନିକଟରେ ରୁହ।
22 ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।
    ହେ ମୋର ପରମେଶ୍ୱର ମୋତେ ଉଦ୍ଧାର କର।

ଲେବୀୟ ପୁସ୍ତକ 5:1-13

ଭିନ୍ନ ଭିନ୍ନ ଅଜାଣତ ପାପ

“ଯଦି କୌଣସି ବ୍ୟକ୍ତି ଯାହା ଦେଖିଅଛି, ଶୁଣିଅଛି ବା ଜାଣିଅଛି ସାକ୍ଷୀରୂପେ ତାହା ପ୍ରକାଶ କରିବା କଥା, ମାତ୍ର ତାହା ଯଦି ସେ ପ୍ରକାଶ ନ କରେ ତେବେ ସେ ପାପ କରେ ଓ ଅପରାଧୀ ହୁଏ।

“କିମ୍ବା ଯଦି କୌଣସି ବ୍ୟକ୍ତି କିଛି ଅଶୁଚି ଦ୍ରବ୍ୟ ସ୍ପର୍ଶ କରେ ଅର୍ଥାତ୍ ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦି ଶବ କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ ଓ ଯଦି ସେ ଏହା ଅଜାଣତରେ କରିଥାଏ ତଥାପି ସେ ଅପରାଧୀ ହେବ।

“ଆହୁରି ଅନେକ ଜିନିଷ ଅଛି ଯାହାକି ମନୁଷ୍ୟକୁ ଅଶୁଚି କରେ। ଯଦି କେହି ଜାଣିଥାଏ ଯାହାକୁ ସ୍ପର୍ଶ କଲେ ଅଶୁଚି ହୁଏ ଏବଂ ସେ ତାହା ଅଜ୍ଞାତରେ କରିଥାଏ, ତେବେ ସେ ଯେତେବେଳେ ଜାଣେ ସେ ଦୋଷୀ ହେବ।

“କିମ୍ବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବାଗ୍ଭଳତା ପୂର୍ବକ ଶପଥ କରେ ଏବଂ ସେ ଶପଥ ବିଷୟରେ ଭୂଲିଯାଏ, ସେ ଦୋଷୀ ବୋଲି ବିବେଚିତ ହେବ, ଯେତେବେଳେ ସେ ମନେ ପକାଇବ କାରଣ ସେ ତା’ର ଶପଥ ରକ୍ଷା କରି ପାରିଲା ନାହିଁ। ତେଣୁ ଯଦି କେହି ଏହି ବିଷୟଗୁଡ଼ିକ ମଧ୍ୟରୁ କୌଣସି ଗୋଟିକରେ ଦୋଷୀ ହୁଏ, ତେବେ ସେ ନିଜର ସେ ପାପକର୍ମ ସ୍ୱୀକାର କରିବ। ତହୁଁ ସେ ତା’ର କୃତ ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳିଦାନ ରୂପେ ପଲରୁ ଗୋଟିଏ ମାଈ ମେଣ୍ଢାଛୁଆ କିମ୍ବା ମାଈ ଛେଳିଛୁଆ ସଦାପ୍ରଭୁଙ୍କ ଛାମୁକୁ ଆଣିବ। ତା’ପରେ ଯାଜକ ତା’ର କୃତ ପାପର ପ୍ରାୟଶ୍ଚିତ କରାଇବ।

“ଯଦି ସେ ମେଷ ଶାବକ ଦେବାକୁ ଅକ୍ଷମ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। ପୁଣି ସେ ସେଗୁଡ଼ିକୁ ଯାଜକ ନିକଟକୁ ଆଣିବ। ଯାଜକ ପ୍ରଥମେ ପାପାର୍ଥକ ନୈବେଦ୍ୟ ଉତ୍ସର୍ଗ କରି, ତା’ର ବେକରୁ ମୁଣ୍ଡ ମୋଡ଼ିବ ମାତ୍ର ତାକୁ ଦୁଇଭାଗ କରିବ ନାହିଁ। ତା’ପରେ ସେ ଏହି ରକ୍ତରୁ କିଛି ନେଇ ଯଜ୍ଞବେଦି ପାଖରେ ଛିଞ୍ଚିବ, ପୁଣି ଅବଶିଷ୍ଟ ରକ୍ତ ସବୁ ନେଇ ଯଜ୍ଞବେଦି ମୂଳରେ ଢାଳିବ। ଏହା ପାପରୁ ମୁକ୍ତ ହେବା ପାଇଁ ଏକ ନୈବେଦ୍ୟ ବୋଲି ବିବେଚନା କରାଯିବ। 10 ତା’ପରେ ଯାଜକ ବିଧି ଅନୁସାରେ ଦ୍ୱିତୀୟ ପକ୍ଷୀକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଏହିରୂପେ ସେ ତା’ର କୃତ ପାପ ନିମନ୍ତେ ଯାଜକ ଦ୍ୱାରା ପ୍ରାୟଶ୍ଚିତ ପ୍ରାପ୍ତ ହେବ ଏବଂ ପରମେଶ୍ୱର ତାକୁ କ୍ଷମା କରିବେ।

11 “ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତେବେ ସେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥିରେ ତୈଳ ଦେବା ଉଚିତ୍ ନୁହେଁ କି ସୁଗନ୍ଧି ଦେବା ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନୈବେଦ୍ୟ । 12 ସେ ଯାଜକ ନିକଟକୁ ତାହା ଆଣିବ ଓ ଯାଜକ ସେଥିରୁ ସ୍ମରଣାର୍ଥକ ନୈବେଦ୍ୟ ରୂପେ ମୁଠାଏ ନେଇ ଯଜ୍ଞବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ନୈବେଦ୍ୟ ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ପାପରୁ ମୁକ୍ତ ହେବା ପାଇଁ ଏହା ପାପାର୍ଥକ ବଳି। 13 ଏହିରୂପେ ଯାଜକ ନିଜକୁ ପ୍ରାୟଶ୍ଚିତ କରିବ, ଏହି ପାପଗୁଡ଼ିକର କୌଣସି ବିଷୟ ପାଇଁ ସେ କରିଛି ଏବଂ ସଦାପ୍ରଭୁ ତାଙ୍କୁ କ୍ଷମା ଦେବେ। ଅବଶିଷ୍ଟ ନୈବେଦ୍ୟ ଶସ୍ୟ ନୈବେଦ୍ୟ ପରି ଯାଜକର ହେବ।”

ଲୂକ ଲିଖିତ ସୁସମାଗ୍ଭର 17:1-4

ପାପ କର ନାହିଁ ଏବଂ କ୍ଷମା ଦେବା ପାଇଁ ପ୍ରସ୍ତୁତ ହୁଅ(A)

17 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ନିଶ୍ଚିତ ଭାବରେ ଏଭଳି ଘଟଣା ଘଟିବ, ଯେଉଁ କାରଣରୁ ଲୋକେ ପାପ କରିବେ। ମାତ୍ର ଯେଉଁ ଲୋକ ଦ୍ୱାରା ଏଭଳି ଘଟଣାମାନ ଘଟିବ, ସେହି ଲୋକ ପାଇଁ ଏହା ବହୁତ ଖରାପ ହେବ। ଯେଉଁ ଲୋକ ଏଭଳି ଦୁର୍ବଳମାନଙ୍କ ମଧ୍ୟରୁ ଜଣକୁ ହେଲେ ପାପ କରିବା ପାଇଁ ପ୍ରବର୍ତ୍ତାଏ ତାହା ପାଇଁ ଏହା ବହୁତ ଖରାପ ହେବ। ବେକରେ ପଥର ବାନ୍ଧି ସମୁଦ୍ରରେ ବୁଡ଼ି ମରିବା ତା ପକ୍ଷରେ ଭଲ ହେବ। ତେଣୁ ସାବଧାନ ରୁହ।

“ଯଦି ତୁମ୍ଭର ଭାଇ ପାପ କରେ, ତେବେ ତାକୁ କୁହ ଯେ ଭୁଲ୍ କରୁଛି। ସେ ଯଦି ଦୁଃଖ ପ୍ରକାଶ କରି ଆଉ ପାପ କରେ ନାହିଁ, ତେବେ ତାକୁ କ୍ଷମା ଦିଅ। ଯଦି ତୁମ୍ଭର ଭାଇ ଦିନ ଭିତରେ ତୁମ୍ଭ ପ୍ରତି ସାତଥର ଅନ୍ୟାୟ କରେ ଓ ପ୍ରତିଥର ଆସି କହେ ଯେ, ସେ ଏଥିପାଇଁ ଦୁଃଖିତ, ତେବେ ତାକୁ କ୍ଷମା କରି ଦିଅ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center