Revised Common Lectionary (Semicontinuous)
99 ସଦାପ୍ରଭୁଙ୍କ ଆଗରେ ଗାନ କର।
ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
2 ସଦାପ୍ରଭୁ ସିୟୋନରେ ମହାନ
ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
ଓ ଭୟ କରନ୍ତୁ,
ଏହା ପବିତ୍ର ଅଟେ।
4 ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
5 ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
6 ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
7 ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
ସେମାନେ ତାଙ୍କର ଆଦେଶ ମାନିଲେ
ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
8 ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
9 ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।
ସଦାପ୍ରଭୁ ଇସ୍ରାଏଲର ସହାୟ ହେବେ
9 “ହେ ଇସ୍ରାଏଲର ଲୋକମାନେ, ଶୁଣ! ତୁମ୍ଭେମାନେ ଆଜି ଯର୍ଦ୍ଦନ ନଦୀ ପାର ହୋଇ ଯାଉଛ, ଜାତିମାନଙ୍କୁ ତଡ଼ିଦେବା ପାଇଁ ଯାଉଅଛ ଯାହାକି ବୃହତ ଓ ତୁମ୍ଭମାନଙ୍କ ଅପେକ୍ଷା ଶକ୍ତିଶାଳୀ ଏବଂ ସେମାନଙ୍କର ବୃହତ ନଗରଗୁଡ଼ିକ ଏବଂ ସେମାନଙ୍କର ପ୍ରାଚୀରଗୁଡ଼ିକ ଆକାଶକୁ ଛୁଏଁ। 2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ ବଳବାନ ଓ ଦୀର୍ଘକାୟ ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାରୁ ଏହା ଶୁଣିଅଛ। ଯେ, ‘ସେମାନଙ୍କ ସମ୍ମୁଖରେ କେହି ଛିଡ଼ା ହେବାକୁ ସାହସ କରନ୍ତି ନାହିଁ।’ 3 ଏଣୁ ଆଜି ଏହା ଜ୍ଞାତ ହୁଅ, ଯେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନିସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି। ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରେ ନତ କରିବେ। ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
4 “ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲାପରେ ତୁମ୍ଭେ ଏପରି କୁହ ନାହିଁ ଯେ, ‘ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରିବା ପାଇଁ ଏପରି କହିଛନ୍ତି।’ ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ। 5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ହେତୁରୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ, ମାତ୍ର ଏହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ପାଇଁ ଆଉ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
ପିତରଙ୍କ ଲୋକମାନଙ୍କୁ ଉପଦେଶ
11 ସେ ସୁସ୍ଥ ଲୋକଟି ପିତର ଓ ଯୋହନଙ୍କ ପାଖେ ପାଖେ ରହିଲା। ତେଣୁ ସମସ୍ତେ ଆଶ୍ଚର୍ଯ୍ୟ ହୋଇ “ଶଲୋମନଙ୍କ ମଣ୍ଡପ”ରେ ସେମାନଙ୍କ ପାଖକୁ ଦୌଡ଼ି ଆସିଲେ। ତାହା ଦେଖି ପିତର ଲୋକମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହା ଦେଖି କାହିଁକି ଆଶ୍ଚର୍ଯ୍ୟ ହେଉଅଛ?
12 ତୁମ୍ଭେମାନେ ଆମ୍ଭକୁ ଏପରି କାହିଁକି ଦେଖୁଛ, ଯେପରିକି ଆମ୍ଭେ ଆମ୍ଭ ଶକ୍ତି ବା ଭକ୍ତି ବଳରେ ଏହି ଲୋକକୁ ଗ୍ଭଲିବାକୁ ଦେଲୁ। 13 ନା! ଈଶ୍ୱର ଏହା କରିଛନ୍ତି। ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଈଶ୍ୱର ଅଟନ୍ତି। ସେ ତାହାଙ୍କ ମହାନ ସେବକ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି। ମାତ୍ର ତୁମ୍ଭେମାନେ ଯୀଶୁଙ୍କୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିଦେଲ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭେମାନେ ଯୀଶୁଙ୍କୁ ଗ୍ଭହଁ ନାହିଁ ବୋଲି ପୀଲାତଙ୍କୁ କହିଲ। 14 ତୁମ୍ଭେମାନେ ଜଣେ ପବିତ୍ର ଓ ଧାର୍ମିକ ଲୋକକୁ ଅସ୍ୱୀକାର କଲ ଓ ଜଣେ ହତ୍ୟାକାରୀକୁ ତାହାଙ୍କ ବଦଳରେ ତୁମ୍ଭମାନଙ୍କ ପାଇଁ ମୁକ୍ତ କରିଦେବା ପାଇଁ ଗ୍ଭହିଁଲ। 15 ଜୀବନ ଦାନ କରିଥିବା ବ୍ୟକ୍ତିକୁ ତୁମ୍ଭେମାନେ ହତ୍ୟା କଲ, ମାତ୍ର ଈଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭେମାନେ ବି ଏହା ନିଜ ଆଖିରେ ଦେଖିଅଛୁ।
16 “ଏ ଯେଉଁ ଲୋକକୁ ତୁମ୍ଭେମାନେ ଦେଖୁଛ ଓ ଚିହ୍ନିଛ, ସେ ଯୀଶୁଙ୍କ ନାମରେ ଶକ୍ତି ପାଇ ଗ୍ଭଲି ପାରିଲା। ଯୀଶୁଙ୍କ ନାମରେ ଆମ୍ଭମାନଙ୍କର ବିଶ୍ୱାସ ଅଛି। ହଁ, କେବଳ ଯୀଶୁଙ୍କ ଉପରେ ଥିବା ବିଶ୍ୱାସ ତାକୁ ସମ୍ପୂର୍ଣ୍ଣ ରୂପେ ଆରୋଗ୍ୟ କରିଦେଲା ଆଉ ତାହା ତୁମ୍ଭେମାନେ ଦେଖିଲ।
2010 by World Bible Translation Center