Revised Common Lectionary (Semicontinuous)
99 ସଦାପ୍ରଭୁଙ୍କ ଆଗରେ ଗାନ କର।
ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
2 ସଦାପ୍ରଭୁ ସିୟୋନରେ ମହାନ
ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
3 ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
ଓ ଭୟ କରନ୍ତୁ,
ଏହା ପବିତ୍ର ଅଟେ।
4 ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
5 ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
6 ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
7 ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
ସେମାନେ ତାଙ୍କର ଆଦେଶ ମାନିଲେ
ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
8 ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
9 ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।
6 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ଧାର୍ମିକତା ହେତୁରୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି। ଏହା ତୁମ୍ଭେମାନେ ଜାଣ, ଯେହେତୁ ତୁମ୍ଭେମାନେ ଜିଦ୍ଖୋର ଲୋକ।
ସଦାପ୍ରଭୁଙ୍କର କ୍ରୋଧକୁ ସ୍ମରଣ କର
7 “ତୁମ୍ଭେମାନେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୋଧ କରାଇ ଅଛ ତାହା ସ୍ମରଣ କର। ତୁମ୍ଭେମାନେ ତାହା ପାଶୋରି ଯାଅ ନାହିଁ। ତୁମ୍ଭେ ମିଶର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଗ୍ଭରୀ ହୋଇଅଛ। 8 ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୋଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ। 9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି। ସେତେବେଳେ ମୁଁ ପର୍ବତରେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ରହିଲି, ମୁଁ ଖାଦ୍ୟ କିଅବା ଜଳପାନ ମଧ୍ୟ କଲି ନାହିଁ। 10 ତା’ପରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ। ସମସ୍ତ ବାକ୍ୟ ଯାହା ସଭାଦିନରେ ପର୍ବତର ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଲେ, ତାହା ସବୁ ସେଠାରେ ଲିଖିତ ହେଲା।
11 “ଆଉ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତରଫଳକ, ଅର୍ଥାତ ନିୟମର ପ୍ରସ୍ତରଫଳକ ମୋତେ ଦେଲେ। 12 ସଦାପ୍ରଭୁ ମୋତେ କହିଲେ, ‘ଉଠ, ଏସ୍ଥାନରୁ ଶୀଘ୍ର ତଳକୁ ଯାଅ, କାରଣ ତୁମ୍ଭେ ଯେଉଁ ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଅଛ। ତୁମ୍ଭର ସେହି ଲୋକମାନେ ନିଜକୁ ଦୁର୍ନୀତିଗ୍ରସ୍ତ କରିଅଛନ୍ତି। ମୁଁ ସେମାନଙ୍କୁ ଯେଉଁ ପଥ ନିର୍ଦ୍ଦେଶ ଦେଇଥିଲି ତହିଁରୁ ସେମାନେ ଶୀଘ୍ର ବିମୁଖ ହେଲେ। ସେମାନେ ସେମାନଙ୍କ ନିମନ୍ତେ ଏକ ସ୍ୱର୍ଣ୍ଣ ପ୍ରତିମା ନିର୍ମାଣ କରିଅଛନ୍ତି।’
13 “ସଦାପ୍ରଭୁ ମୋତେ କହିଲେ, ‘ଆମ୍ଭେ ଏହି ଲୋକମାନଙ୍କୁ ଦେଖିଲୁ, ଆଉ ଏମାନେ ଶକ୍ତଗ୍ରୀବ ଲୋକ। 14 ଆମ୍ଭକୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିବା ଓ ଆକାଶ ମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା। ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।’
ପିତର ଓ କର୍ଣ୍ଣୀଲିୟ
10 କାଇସରୀଆ ନଗରରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ୟବାହିନୀର ଏକ ବିଭାଗରେ ପଦାଧିକାରୀ ଥିଲେ। 2 ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ୟ ପରମେଶ୍ୱରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ। 3 ଦିନେ ଅପରାହ୍ନ ପ୍ରାୟ ତିନିଟା ସମୟରେ ସେ ଏକ ଦର୍ଶନ ଦେଖିଲେ। ସେ ଜଣେ ସ୍ୱର୍ଗଦୂତଙ୍କୁ ତାହାଙ୍କ ନିକଟକୁ ଆସୁଥିବାର ସ୍ପଷ୍ଟ ଭାବେ ଦେଖିଲେ। ସେ ତାହାଙ୍କୁ କହିଲେ, “କର୍ଣ୍ଣୀଲିୟ।”
4 କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଗ୍ଭହିଁଲେ ଏବଂ ଭୟରେ କହିଲେ, “ମହାଶୟ, ଆପଣ କ’ଣ ଗ୍ଭହାନ୍ତି?”
ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଅଛନ୍ତି। ତୁମ୍ଭେ ଗରିବମାନଙ୍କୁ ଯେଉଁସବୁ ଦାନ ଦେଇଅଛ, ତାହା ମଧ୍ୟ ସେ ଦେଖିଅଛନ୍ତି। ତେଣୁ ସେ ତୁମ୍ଭକୁ ସ୍ମରଣ କହିଅଛନ୍ତି। 5 ବର୍ତ୍ତମାନ ଯାଫୋ ନଗରକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ପଠାଇ ଶିମୋନ ନାମକ ଗୋଟିଏ ଲୋକଙ୍କୁ ସେଠାରୁ ଆଣ। ସେହି ଶିମୋନ, ପିତର ନାମରେ ମଧ୍ୟ ପରିଚିତ। 6 ପିତର ସମୁଦ୍ରକୂଳ ପାଖରେ ରହୁଥିବା ଶିମୋନ ନାମକ ଜଣେ ଚମାର ସଙ୍ଗେ ରହୁଛନ୍ତି।” 7 ଏହା କହି ସ୍ୱର୍ଗଦୂତ ଗ୍ଭଲିଗଲେ। ଏହା ପରେ କର୍ଣ୍ଣୀଲିୟ ନିଜର ବ୍ୟକ୍ତିଗତ ସହକାରୀ ମଧ୍ୟରୁ ତାହାଙ୍କର ଦୁଇଜଣ ସେବକ ଓ ଜଣେ ନିଷ୍ଠାପର ସୈନିକକୁ ଡାକିଲେ। 8 ସେ ସେମାନଙ୍କୁ ସମସ୍ତ ଘଟଣା କହି ଯାଫୋକୁ ପଠାଇଲେ।
2010 by World Bible Translation Center