Revised Common Lectionary (Semicontinuous)
91 ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱର ପାଖକୁ ଯାଏ,
ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
2 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ,
ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
9 ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ!
ଯଦି ପରମେଶ୍ୱରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
10 ତୁମ୍ଭର କୌଣସି ବିପଦ ଘଟିବ ନାହିଁ।
କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
11 ପରମେଶ୍ୱର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦେବେ।
ତୁମ୍ଭେ ଯେଉଁଠାକୁ ଗଲେ ମଧ୍ୟ, ସେମାନେ ତୁମ୍ଭକୁ ସୁରକ୍ଷା ଦେବେ।
12 ତୁମ୍ଭଙ୍କୁ ଦୂତମାନେ ସାହାଯ୍ୟ କରିବେ,
ଯେପରିକି ତୁମ୍ଭର ପାଦ ପଥରରେ ବାଡ଼େଇ ନ ହୁଏ।
13 ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଗ୍ଭଲି ଯିବ।
ତୁମ୍ଭେ ଯୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦେବ।
14 ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା
ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା।
ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା।
ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା
ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”
6 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭେ ଦେଖିବ ମୁଁ ଫାରୋଙ୍କୁ କ’ଣ କରିବି। ମୋର ମହାନ ଶକ୍ତି ତାଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ ଏବଂ ସେ ମୋର ଲୋକମାନଙ୍କୁ ଯିବାକୁ ଦେବ। ବର୍ତ୍ତମାନ ସେ ଲୋକମାନଙ୍କୁ ବାଧ୍ୟ କରିବ ତାଙ୍କର ଦେଶ ଛାଡ଼ି ଯିବା ପାଇଁ?”
2 ପରମେଶ୍ୱର ମୋଶାଙ୍କୁ କହିଲେ, ଆମ୍ଭେ ଯିହୋବାଃ। 3 “ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବକୁ ଦର୍ଶନ ଦେଇଥିଲୁ। ସେମାନେ ଆମ୍ଭଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି କହିଥିଲେ। ସେମାନେ ଆମ୍ଭର ନାମ ସଦାପ୍ରଭୁ ବୋଲି ଜାଣି ନ ଥିଲେ। 4 ଆମ୍ଭେ ସେମାନଙ୍କ ସହିତ ଚୁକ୍ତି କରିଥିଲୁ ଏବଂ ଆମ୍ଭେ ସେମାନଙ୍କୁ କିଣାନ ଦେଶ ଦେବା ପାଇଁ ସେମାନଙ୍କଠାରେ ପ୍ରତିଜ୍ଞା କରିଥିଲୁ। ସେମାନେ ସେଠାରେ ବାସ କରୁଥିଲେ କିନ୍ତୁ ସେ ଦେଶ ସେମାନଙ୍କର ନ ଥିଲା। 5 ବର୍ତ୍ତମାନ ଇସ୍ରାଏଲୀୟମାନଙ୍କର ଆର୍ତ୍ତ ଚିତ୍କାର ଆମ୍ଭେ ଶୁଣିଅଛୁ। ଆମ୍ଭେ ଦେଖିଅଛୁ ମିଶରବାସୀମାନେ କିପରି ସେମାନଙ୍କୁ କ୍ରୀତଦାସ କରିଅଛନ୍ତି। ଏବଂ ଆମ୍ଭେ ଆମ୍ଭର ଚୁକ୍ତି ମନେ ରଖିଅଛୁ। 6 ତେଣୁ ଇସ୍ରାଏଲୀୟ ଲୋକମାନଙ୍କୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ରକ୍ଷା କରିବା। ଆମ୍ଭେ ତୁମ୍ଭକୁ ମୁକ୍ତ କରିବା। ତୁମ୍ଭେମାନେ ମିଶରବାସୀମାନଙ୍କର ଆଉ ଦାସ ହୋଇ ରହିବ ନାହିଁ। ଆମ୍ଭେ ଆମ୍ଭର ମହାନ ଶକ୍ତି ପ୍ରୟୋଗ କରି ମିଶରବାସୀମାନଙ୍କୁ ଭୟଙ୍କର ଭାବେ ଦଣ୍ଡ ଦେବା। ଏହା ପରେ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ କବଳରୁ ରକ୍ଷା କରିବା। 7 ତୁମ୍ଭେମାନେ ଆମ୍ଭର ଲୋକ ହେବ। ଏବଂ ଆମ୍ଭେ ତୁମ୍ଭର ପରମେଶ୍ୱର ହେବା। ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ। ଏବଂ ତୁମ୍ଭେ ଜାଣିବ ଯେ, ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କ ଦାଉରୁ ରକ୍ଷା କରିବା। 8 ଆମ୍ଭେ ଅବ୍ରହାମ, ଇସ୍ହାକ ଏବଂ ଯାକୁବଙ୍କ ସହ ମହତ୍ ପ୍ରତିଜ୍ଞା କରିଅଛୁ। ଆମ୍ଭେ ପ୍ରତିଜ୍ଞା କରିଅଛୁ ତୁମ୍ଭମାନଙ୍କୁ ସେହି ଭୂମି ଦେବା ପାଇଁ। ଏବଂ ତୁମ୍ଭମାନଙ୍କୁ ସେହି ଭୂମିକୁ ନେଇଯିବାକୁ। ଏହା ତୁମ୍ଭମାନଙ୍କର ହେବ। ଆମ୍ଭେ ସଦାପ୍ରଭୁ ଅଟୁ।”’
9 ତେଣୁ ମୋଶା ଏହିସବୁ ଘଟଣା ଇସ୍ରାଏଲର ଲୋକମାନଙ୍କୁ କହିଲେ। କିନ୍ତୁ ଲୋକମାନେ ତାଙ୍କର କଥାକୁ କର୍ଣ୍ଣପାତ କଲେ ନାହିଁ। ସେମାନଙ୍କର ଉତ୍ସାହ ଭାଙ୍ଗି ପଡ଼ିଲା। ଏବଂ ସେମାନେ ଏତେ କଠିନ ପରିଶ୍ରମ କରୁଥିଲେ ଯେ ମୋଶାଙ୍କର କଥା ଶୁଣିବା ପାଇଁ ତାଙ୍କର ଆଉ ଧୈର୍ଯ୍ୟ ନ ଥିଲା।
10 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 11 “ମିଶରର ରାଜା ଫାରୋଙ୍କୁ ଯାଇ କୁହ, ତାଙ୍କର ଦେଶରୁ ଇସ୍ରାଏଲ ସନ୍ତାନଗଣଙ୍କୁ ପଠେଇ ଦେବା ପାଇଁ।”
12 କିନ୍ତୁ ମୋଶା ଉତ୍ତର ଦେଲେ, “ଇସ୍ରାଏଲ ସନ୍ତାନଗଣ ମୋର କଥାକୁ କର୍ଣ୍ଣପାତ କରି ନାହାନ୍ତି। ତେଣୁ ଫାରୋ ମୋର କଥାକୁ କର୍ଣ୍ଣପାତ କରିବେ ନାହିଁ। ମୁଁ ଜଣେ ଅତି ମନ୍ଦ ବକ୍ତା।”
13 କିନ୍ତୁ ସଦାପ୍ରଭୁ ଇସ୍ରାଏଲର ସନ୍ତାନଗଣଙ୍କୁ କହିବା ପାଇଁ ମୋଶା ଓ ହାରୋଣଙ୍କୁ ଆଜ୍ଞା ଦେଲେ। ସେ ମିଶରର ରାଜା ଫାରୋଙ୍କ ନିକଟକୁ ଯିବା ପାଇଁ ଏବଂ ଇସ୍ରାଏଲୀୟ ସନ୍ତାନଗଣଙ୍କୁ ମିଶରରୁ ବାହାର କରି ଆଣିବା ପାଇଁ ସେମାନଙ୍କୁ ଆଜ୍ଞା ଦେଲେ।
35 “ଯେଉଁ ମୋଶାଙ୍କୁ ସେମାନେ ଅବଜ୍ଞା କରି କହିଥିଲେ, ‘କିଏ ତୁମ୍ଭକୁ ଶାସକ ଓ ବିଗ୍ଭରକ କଲା?’ ସେହି ମୋଶାଙ୍କୁ ହିଁ ବର୍ତ୍ତମାନ ପରମେଶ୍ୱର ସେମାନଙ୍କର ଶାସନକର୍ତ୍ତା ଓ ମୁକ୍ତିଦାତା କରି ପଠାଇଲେ। ଯେଉଁ ସ୍ୱର୍ଗଦୂତ ମୋଶାଙ୍କୁ ବୁଦା ଭିତରେ ଦର୍ଶନ ଦେଇଥିଲେ ସେହି ସ୍ୱର୍ଗଦୂତଙ୍କ ସାହାଯ୍ୟରେ ପରମେଶ୍ୱର ମୋଶାଙ୍କୁ ପଠାଇଲେ। 36 ତେଣୁ ମୋଶା ମିଶର ଦେଶରେ ଓ ସୂଫ ସମୁଦ୍ରରେ ତଥା ମରୂଭୂମିରେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟ ପୂର୍ଣ୍ଣ ଚିହ୍ନ ଓ କାର୍ଯ୍ୟମାନ କରି ସେମାନଙ୍କୁ ବାହାରକୁ ଆଣିଲେ।
37 “ସେ ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ‘ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରୁ ମୋ’ ପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।’ [a] 38 ଏହି ମୋଶା ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀରେ ଥିଲେ। ଯେଉଁ ସ୍ୱର୍ଗଦୂତ ସୀନୟ ପର୍ବତରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହୋଇଥିଲେ, ସେହି ସ୍ୱର୍ଗଦୂତ ଆମ୍ଭ ପିତୃପୁରୁଷ ମୋଶାଙ୍କ ସହିତ ଥିଲେ, ମୋଶା ପରମେଶ୍ୱରଙ୍କଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମୋଶା ଆମ୍ଭମାନଙ୍କୁ ଦେଲେ।
39 “କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସେମାନେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫେରି ଯିବା ପାଇଁ ଇଚ୍ଛା କଲେ। 40 ସେମାନେ ହାରୋଣଙ୍କୁ ଯାଇ କହିଲେ, ‘ଆମ୍ଭମାନଙ୍କର ପଥ ଦେଖାଇବା ପାଇଁ କେତେ ଜଣ ଦେବତାଙ୍କୁ ନିର୍ମାଣ କର। ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ’ଣ ହେଲା ଆମ୍ଭେ ଜାଣି ନାହୁଁ।’ [b] 41 ସେହି ସମୟରେ ସେମାନେ ଗୋଟିଏ ବାଛୁରିର ମୂର୍ତ୍ତି ତିଆରି କରି ସେହି ମୂର୍ତ୍ତି ଆଗରେ ବଳି ଦେଲେ। ସେମାନେ ନିଜ ହାତ ତିଆରି ଜିନିଷ ଦେଖି ବହୁତ ଖୁସୀ ହେଲେ। 42 କିନ୍ତୁ ପରମେଶ୍ୱର ସେମାନଙ୍କଠାରୁ ବିମୁଖ ହେଲେ। ସେ ସେମାନଙ୍କୁ ଆକାଶସ୍ଥ ଭଣ୍ଡ ଦେବତାମାନଙ୍କର ପୂଜା କରିବା ପାଇଁ ଛାଡ଼ି ଦେଲେ। ଏହି ବିଷୟରେ ଭାବବାଦୀମାନଙ୍କର ପୁସ୍ତକରେ ଯେପରି ଲେଖାଅଛି,
‘ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ,
ମୋ’ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରି ନାହଁ।
2010 by World Bible Translation Center