Revised Common Lectionary (Semicontinuous)
ପ୍ରଥମ ଅମଳ
26 “ତୁମ୍ଭେମାନେ ଖୁବ୍ ଶୀଘ୍ର ପ୍ରବେଶ କରିବ, ସେହି ଦେଶରେ ଯାହା ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭଙ୍କୁ ଦେବେ। ତୁମ୍ଭେମାନେ ସେଠାରେ ବାସ କରିବ। 2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶରେ ଭୂମିରୁ ଫଳିଥିବା ସମସ୍ତ ଫଳ ଓ ପରିବାରୁ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗୁଡ଼ିରେ ତାହା ନେଇ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକୁ ତୁମ୍ଭେ ଯିବ। 3 ତୁମ୍ଭେ ସେହି ସମୟରେ ଯାଜକ ନିକଟକୁ ଯିବା ଉଚିତ୍ ଏବଂ କହିବ, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦେଶରେ ଆମ୍ଭେ ବାସ କରୁଅଛୁ। ଏହା ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଘୋଷଣା କରୁଅଛୁ।’
4 “ଏହା ପରେ ଯାଜକ ତୁମ୍ଭ ହାତରୁ ଗ୍ଭଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ। 5 ତା’ପରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ,‘ଜଣେ ବୁଲୁଥିବା, ଅରାମୀୟ ଲୋକ ମୋର ପିତା ଥିଲେ ଓ ସେ ମିଶରକୁ ଗଲେ ଏବଂ ସେଠାରେ ଅଳ୍ପ କେତେକ ଲୋକ ସହିତ ବାସ କଲେ। ସେଠାରେ ସେ ଜାତୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଶକ୍ତିଶାଳୀ ହେଲେ। 6 ସେଥିରେ ମିସ୍ରୀୟ ଲୋକମାନେ ଆମ୍ଭମାନଙ୍କ ପ୍ରତି ଦୌରାତ୍ମ୍ୟ କଲେ ଓ ଆମ୍ଭମାନଙ୍କୁ କଷ୍ଟ ଦେଇ କଠିନ ପରିଶ୍ରମ କରାଇଲେ। 7 ଏହା ପରେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ। ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଡାକ ଶୁଣିଲେ ଓ ଆମ୍ଭମାନଙ୍କର କଷ୍ଟକୁ ହୃଦୟଙ୍ଗମ କଲେ ଓ ଉପଦ୍ରବ ଶ୍ରମ ଦେଖିଲେ। 8 ତା’ପରେ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ଓ ମହାତ୍ରାସ ଦ୍ୱାରା ଓ ନାନା ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମମାନ ଦ୍ୱାରା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ। 9 ଏହା ପରେ ସେ ଆମ୍ଭମାନଙ୍କୁ ଏହି ସ୍ଥାନକୁ ଆଣିଛନ୍ତି ଓ ଏହି ଦେଶ ଦୁଗ୍ଧମଧୁପ୍ରବାହୀ ଦେଶ ଆମ୍ଭମାନଙ୍କୁ ଦେଇଛନ୍ତି। 10 ତେଣୁ, ହେ ସଦାପ୍ରଭୁ, ଦେଖ ତୁମ୍ଭେ ଆମ୍ଭକୁ ଯେଉଁ ଦେଶ ଦେଇଅଛ, ଆମ୍ଭେ ତହିଁର ପ୍ରଥମ ଫଳ ଆଣିଅଛୁ।’
“ଏହା ପରେ ତୁମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତାହା ରଖିବ ଓ ପ୍ରଣାମ କରିବ। 11 ଏହା ପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପ୍ରତି ଓ ତୁମ୍ଭ ପରିବାର ପ୍ରତି ଯେଉଁସବୁ ମଙ୍ଗଳ କରିଛନ୍ତି, ସେ ସବୁରେ ତୁମ୍ଭେ ଓ ଲେବୀୟ ଓ ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀୟ ଲୋକ ତୁମ୍ଭେମାନେ ସମସ୍ତେ ଆନନ୍ଦ କରିବ।
91 ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱର ପାଖକୁ ଯାଏ,
ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
2 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋର ଆଶ୍ରୟ ଓ ଦୁର୍ଗ,
ମୋର ପରମେଶ୍ୱର, ମୁଁ ତୁମ୍ଭ ନିକଟରେ ବିଶ୍ୱାସ ରଖେ।”
9 ପ୍ରକୃତରେ ସଦାପ୍ରଭୁ ହେଉଛନ୍ତି ନିରାପତ୍ତାର ସ୍ଥାନ!
ଯଦି ପରମେଶ୍ୱରଙ୍କୁ ତୁମ୍ଭେ ଆପଣା ସୁରକ୍ଷାର ସ୍ଥାନ କରିବ।
10 ତୁମ୍ଭର କୌଣସି ବିପଦ ଘଟିବ ନାହିଁ।
କୌଣସି ଦୁର୍ବିପାକ ତୁମ୍ଭ ଗୃହକୁ ଆସିବ ନାହିଁ।
11 ପରମେଶ୍ୱର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦେବେ।
ତୁମ୍ଭେ ଯେଉଁଠାକୁ ଗଲେ ମଧ୍ୟ, ସେମାନେ ତୁମ୍ଭକୁ ସୁରକ୍ଷା ଦେବେ।
12 ତୁମ୍ଭଙ୍କୁ ଦୂତମାନେ ସାହାଯ୍ୟ କରିବେ,
ଯେପରିକି ତୁମ୍ଭର ପାଦ ପଥରରେ ବାଡ଼େଇ ନ ହୁଏ।
13 ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଗ୍ଭଲି ଯିବ।
ତୁମ୍ଭେ ଯୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦେବ।
14 ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା
ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
15 ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାଯ୍ୟ ପାଇଁ ଡାକିବେ, ଆମ୍ଭେ ସେମାନଙ୍କର ଡାକ ଶୁଣିବା।
ସେମାନଙ୍କ କଷ୍ଟ ସମୟରେ ଆମ୍ଭେ ସେମାନଙ୍କ ସହିତ ରହିବା।
ଆମ୍ଭେ ସେମାନଙ୍କୁ ରକ୍ଷା କରିବା ଏବଂ ସମ୍ମାନ ଦେବା।
16 ଆମ୍ଭେ ଆପଣା ଅନୁସରଣକାରୀମାନଙ୍କୁ ଦୀର୍ଘାୟୁ କରିବା
ଏବଂ ଆମ୍ଭେ ସେମାନଙ୍କୁ ରକ୍ଷା କରିବା।”
8 ଶାସ୍ତ୍ର କୁହେ: “ପରମେଶ୍ୱରଙ୍କ ଶିକ୍ଷା ତୁମ୍ଭ ପାଖରେ ଅଛି; ଏହା ତୁମ୍ଭ ମୁହଁରେ ଓ ତୁମ୍ଭ ହୃଦୟରେ ଅଛି।” [a] ଆମ୍ଭେ ଲୋକମାନଙ୍କୁ ଘୋଷଣା କରୁଥିବା ସେହି ଶିକ୍ଷାଟି ବିଶ୍ୱାସର ଶିକ୍ଷା ଅଟେ। 9 ଯଦି ତୁମ୍ଭେ ନିଜ ମୁହଁରେ କୁହ, “ଯୀଶୁ ପ୍ରଭୁ ଅଟନ୍ତି,” ଓ ତୁମ୍ଭର ମନ ବିଶ୍ୱାସ କରେ ଯେ, ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ଉଠାଇ ଆଣିଥିଲେ; ତେବେ ତୁମ୍ଭେ ଉଦ୍ଧାର ପାଇଯିବ। 10 ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।
11 ଶାସ୍ତ୍ର କୁହେ: “ଯିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।” [b] 12 ଏଠାରେ “ଯିଏ” ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତରେ ଭେଦ ନ ଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ୱାସ କରନ୍ତି, ପରମେଶ୍ୱର ସେମାନଙ୍କୁ ଅନେକ ଆଶୀର୍ବାଦ କରନ୍ତି। 13 ଶାସ୍ତ୍ର କୁହେ: “ପ୍ରଭୁଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରିତ୍ରାଣ ପାଇବ।” [c]
ଶୟତାନ ଦ୍ୱାରା ଯୀଶୁଙ୍କ ପରୀକ୍ଷା(A)
4 ଯୀଶୁ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ବାହୁଡ଼ି ଆସିଲେ। ଆତ୍ମା ତାହାଙ୍କୁ ମରୁଭୂମିକୁ କଢ଼ାଇ ନେଇଗଲେ। 2 ସେଠାରେ ଶୟତାନ ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ତାହାଙ୍କର ପରୀକ୍ଷା ନେଲା। ସେହି ଦିନମାନଙ୍କରେ ଯୀଶୁ କିଛି ନ ଖାଇ ନ ପିଇ ରହିଲେ। ସେହି ଦିନତକ ସରିଯିବା ପରେ ଯୀଶୁଙ୍କୁ ବଡ଼ ଭୋକ ଲାଗିଲା।
3 ଶୟତାନ ଯୀଶୁଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ସନ୍ତାନ ତେବେ ଏହି ପଥରଟିକୁ କୁହ, ସେ ରୋଟୀ ହୋଇଯାଉ।”
4 ଏହା ଶୁଣି ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଲେଖାଅଛି:
‘ମଣିଷ କେବଳ ରୋଟୀରେ ବଞ୍ଚେ ନାହିଁ।’”(B)
5 ତା’ପରେ ଶୟତାନ ତାହାଙ୍କୁ ବହୁତ ଉପରକୁ ନେଇଯାଇ କ୍ଷଣକ ମଧ୍ୟରେ ସାରା ସଂସାରର ସମସ୍ତ ରାଜ୍ୟ ଦେଖାଇଦେଲା। 6 ଶୟତାନ ଯୀଶୁଙ୍କୁ କହିଲା, “ମୁଁ ଏହିସବୁ ରାଜ୍ୟ ଏବଂ ସେମାନଙ୍କର ସମସ୍ତ କ୍ଷମତା ବିଭବ ତୁମ୍ଭକୁ ଦେଇଦେବି। ସେଗୁଡ଼ିକୁ ମୋତେ ଦିଆଯାଇଛି। ମୁଁ ଯାହାକୁ ଗ୍ଭହିଁବି, ତାହାକୁ ଏ ସମସ୍ତ ଦେଇ ପାରିବି। 7 ତେବେ ଯଦି ତୁମ୍ଭେ ମୋତେ ଉପାସନା କରିବ, ତେବେ ମୁଁ ଏସବୁ ତୁମ୍ଭକୁ ଦେଇଦେବି।”
8 ଯୀଶୁ ଉତ୍ତର ଦେଲେ, “ଶାସ୍ତ୍ରରେ ଲେଖାଅଛି:
‘ତୁମ୍ଭେ କେବଳ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପ୍ରଣାମ କରିବ
ଓ ତାହାଙ୍କର ଉପାସନା କରିବ।’”(C)
9 ତା’ପରେ ସେ ଯୀଶୁଙ୍କୁ ଯିରୁଶାଲମକୁ ନେଇଗଲା ଓ ସେଠାରେ ମନ୍ଦିରର ଶିଖରରେ ଠିଆ କରାଇ ଦେଲା। ସେ ଯୀଶୁଙ୍କୁ କହିଲା, “ଯଦି ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର, ତେବେ ଏହିଠାରୁ ତଳକୁ ଡେଇଁପଡ଼।” 10 ଶାସ୍ତ୍ରରେ ଲେଖାଅଛି:
‘ପରମେଶ୍ୱର ତାହାଙ୍କର ଦୂତମାନଙ୍କୁ
ତୁମ୍ଭର ଯତ୍ନ ନେବା ପାଇଁ ଆଜ୍ଞା ଦେବେ।’(D)
11 ଏହା ମଧ୍ୟ ଲେଖାଅଛି:
‘ସେମାନେ ତାହାଙ୍କ ହାତରେ ତୁମ୍ଭକୁ ଉଠେଇ ନେବେ,
ଯାହା ଫଳରେ କୌଣସି ପଥରରେ ତୁମ୍ଭ ପାଦ ଲାଗିବ ନାହିଁ।’”(E)
12 ଯୀଶୁ କହିଲେ, “ଶାସ୍ତ୍ରରେ ଏ କଥା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ପରମେଶ୍ୱରଙ୍କୁ କେବେ ହେଲେ ପରୀକ୍ଷା କରିବ ନାହିଁ।’” [a]
13 ଶୟତାନ ଯୀଶୁଙ୍କର ସବୁ ପ୍ରକାର ପରୀକ୍ଷା ନେଇ ସାରିଲା। ଆଉ ଟିକିଏ ଭଲ ସୁଯୋଗ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା।
2010 by World Bible Translation Center