Revised Common Lectionary (Semicontinuous)
ଦାଉଦଙ୍କର ପ୍ରାର୍ଥନା
17 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର।
ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି।
ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି,
ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।
2 ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ,
ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।
3 ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ।
ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ।
ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ’ଠାରେ କିଛି ଭୁଲ ଦେଖି ନାହଁ।
ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
4 ମୁଁ ଯଥାସାଧ୍ୟ ଚେଷ୍ଟା କରିଛି
ତୁମ୍ଭର ଆଦେଶ ମାନିବାକୁ।
5 ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି।
ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।
6 ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ।
ତେଣୁ ବର୍ତ୍ତମାନ ମୋର କଥା ଶୁଣ।
7 ପରମେଶ୍ୱର ତୁମ୍ଭର ଅଦ୍ଭୂତ କରୁଣା ଦେଖାଅ
ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର।
ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର।
ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର।
ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।
8 ମୋତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର,
ଓ ତୁମ୍ଭର ବାହୁଛାୟା ତଳେ ଲୁଗ୍ଭଇ ରଖ।
9 ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କଠାରୁ ବଞ୍ଚାଇ ରଖ।
ଯେଉଁମାନେ କି ମୋତେ ଧ୍ୱଂସ କରିବାକୁ ଗ୍ଭହୁଁଛନ୍ତି।
ମୋର ଗ୍ଭରିକଡ଼ରେ ଥିବା ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ରକ୍ଷା କର।
ଯେଉଁମାନେ ମୋତେ ଆଘାତ କରିବାକୁ ଗ୍ଭହୁଁଛନ୍ତି।
10 ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାର ବଶତଃ ପରମେଶ୍ୱରଙ୍କ କଥା ଶୁଣନ୍ତି ନାହିଁ।
ସେମାନେ କେବଳ ନିଜ ବିଷୟ ଚିନ୍ତା କରନ୍ତି।
11 ସେହି ଦୁଷ୍ଟ ଲୋକମାନେ ମୋତେ ଅନୁସରଣ କରୁଛନ୍ତି।
ସେମାନେ ମୋର ଚତୁର୍ଦ୍ଦିଗରେ ଘେରି ଗଲେଣି
ଓ ସେମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ।
12 ସେହି ଦୁଷ୍ଟ ଲୋକମାନେ ସିଂହ ସଦୃଶ ଯିଏକି ଅନ୍ୟ ପ୍ରାଣୀମାନଙ୍କୁ ଶିକାର କରି ଖାଇବାକୁ ଅପେକ୍ଷା କରିଥାଏ।
ସେମାନେ ସିଂହ ଭଳି ଲୁଚି ରହି ଆକ୍ରମଣ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି।
13 ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ଯାଇ
ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ୟ କର।
ତୁମ୍ଭେ ଆପଣା ଖଡ଼୍ଗ ପ୍ରୟୋଗ କରି ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ଉଦ୍ଧାର କର।
14 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି
ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର।
ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି।
ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ।
ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର।
ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର।
ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।
15 ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି।
ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି
ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।
ମହାଯାଜକ
3 ସଦାପ୍ରଭୁ ସ୍ୱର୍ଗଦୂତ ମହାଯାଜକ ଯିହୋଶୂୟଙ୍କୁ ମୋତେ ଦେଖାଇଲେ। ଯିହୋଶୂୟ ସଦାପ୍ରଭୁଙ୍କ ସ୍ୱର୍ଗଦୂତଙ୍କ ସମ୍ମୁଖରେ ଓ ଶୟତାନ ଯିହୋଶୂୟଙ୍କ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିଲେ। ତାଙ୍କୁ ଦୋଷ ଦେବାକୁ ଶୟତାନ ସେଠାରେ ଉପସ୍ଥିତ ଥିଲେ। 2 ତା’ପରେ ସଦାପ୍ରଭୁ କହିଲେ, “ସଦାପ୍ରଭୁ ତୁମ୍ଭକୁ ଭର୍ତ୍ସନା କରିବେ, ହେ ଶୟତାନ, ସେ ତୁମ୍ଭକୁ ସମାଲୋଚନା କରି ଗ୍ଭଲିଥିବେ। ସଦାପ୍ରଭୁ ଯିରୁଶାଲମକୁ ତାଙ୍କ ସ୍ୱତନ୍ତ୍ର ନଗରରୂପେ ମନୋନୀତ କରିଛନ୍ତି। ଗୋଟିଏ ଜଳନ୍ତା କାଠଗଣ୍ତି ନିଆଁରୁ ଟାଣି ଆଣିବାପରି, ସେ ସେହି ନଗରକୁ ରକ୍ଷା କରିଥିଲେ।”
3 ଯିହୋଶୂୟ ସ୍ୱର୍ଗଦୂତଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ ଏବଂ ସେ ଏକ ମଇଳା ବସ୍ତ୍ର ପରିଧାନ କରିଥିଲେ। 4 ତା’ପରେ ସେହି ସ୍ୱର୍ଗଦୂତ ତାଙ୍କ ନିକଟରେ ଛିଡ଼ା ହୋଇଥିବା ଅନ୍ୟ ସ୍ୱର୍ଗଦୂତକୁ କହିଲେ, “ଯିହୋଶୂୟଙ୍କ ଶରୀରରୁ ସେହି ମଇଳା ବସ୍ତ୍ର ଗୁଡ଼ିକୁ କାଢ଼ିନିଅ।” ତା’ପରେ ସ୍ୱର୍ଗଦୂତ ଯିହୋଶୂୟଙ୍କୁ କହିଲେ, “ବର୍ତ୍ତମାନ, ମୁଁ ତୁମ୍ଭର ଅପରାଧ କାଢ଼ିନେଇଛି ଏବଂ ମୁଁ ତୁମ୍ଭକୁ ନୂଆ ମୂଲ୍ୟବାନ ବସ୍ତ୍ରରେ ଆଚ୍ଛାଦିତ କରୁଛି।”
5 ତା’ପରେ ମୁଁ କହିଲି, “ତା’ର ମସ୍ତକରେ ଏକ ନିର୍ମଳ ପଗଡ଼ି ବାନ୍ଧି ଦିଅନ୍ତୁ।” ତେଣୁ ସେମାନେ ତାଙ୍କର ମସ୍ତକରେ ନିର୍ମଳ ପଗଡ଼ି ବାନ୍ଧି ଦେଲେ। ସେମାନେ ତାଙ୍କୁ ପୁଣି ବସ୍ତ୍ର ପିନ୍ଧାଇଲା ବେଳେ ସଦାପ୍ରଭୁଙ୍କର ଦୂତ ପାଖରେ ଠିଆ ହୋଇଥିଲେ। 6 ତା’ପରେ ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଏହା କହି ସତର୍କ କରାଇଲେ:
7 ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି,
“ଆମ୍ଭେ ଯେପରି ନିର୍ଦ୍ଦେଶ ଦେଉ
ତୁମ୍ଭେ ସେପରି ପରିଗ୍ଭଳିତ ହୁଅ ଏବଂ ଯତ୍ନ ସହକାରେ କର ଯାହା ଆମ୍ଭେ ଗ୍ଭହୁଁ।
ତେବେ ତୁମ୍ଭେ ଆମ୍ଭର ଗୃହରେ ବିଗ୍ଭର କରିବ
ଏବଂ ଆମ୍ଭର ମନ୍ଦିର ଅଗଣାର ରକ୍ଷକ ହେବ।
ଆମ୍ଭେ ତୁମ୍ଭକୁ ପ୍ରବେଶ କରାଇବା ସେହିମାନଙ୍କ ମଧ୍ୟରେ,
ଯେଉଁମାନେ କି ଏଠାରେ ଛିଡ଼ା ହେଉଛନ୍ତି।
8 ହେ! ମହାଯାଜକ ଯିହୋଶୂୟ ଓ ତୁମ୍ଭ ସମ୍ମୁଖରେ ବସିଥିବା ସହ ଯାଜକ ଆମ୍ଭ କଥା ଶୁଣ।
ଯେତେବେଳେ ଆମ୍ଭେ ଆପଣା ସ୍ୱତନ୍ତ୍ର ଅନୁଚର ଆଣିବା
ସେତେବେଳେ ଏହି ଲୋକମାନେ ଯିଏ କି କ’ଣ ଘଟିବ ବୋଲି ଦେଖାଇବେ ଉଦାହରଣ ହେବେ।
ଯେଉଁ ଅନୁଚରକୁ ଆମ୍ଭେ ଆଣିବା ତାଙ୍କୁ ଶାଖା କୁହାଯିବ।
9 ଯିହୋଶୂୟଙ୍କ ସମ୍ମୁଖରେ ଆମ୍ଭେ ଯେଉଁ ସ୍ୱତନ୍ତ୍ର ପ୍ରସ୍ତର ସ୍ଥାପନ କରୁଅଛୁ ତାକୁ ଦେଖ।
ସେହି ପ୍ରସ୍ତରରେ ସାତୋଟି ଚକ୍ଷୁ ଅଛି।
ସେହି ସ୍ୱତନ୍ତ୍ର ପ୍ରସ୍ତର ଉପରେ ଆମ୍ଭେ ବାର୍ତ୍ତା ଖୋଦନ କରିବା।
ସଦାପ୍ରଭୁ କୁହନ୍ତି ଆମ୍ଭେ ସେ ଦେଶରୁ ଅଧର୍ମ ଦୂର କରିବା, ଏହା ସେ ପ୍ରସ୍ତର ଦିନେ ଦେଖାଇବ।”
10 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି,
“ସେତେବେଳେ ଲୋକମାନେ ଏକତ୍ର ବସିବେ
ଓ ସେମାନଙ୍କର ବନ୍ଧୁ ଓ ପଡ଼ୋଶୀଙ୍କ ସହିତ ଆଳାପ କରିବେ।
ସେମାନେ ଡିମ୍ବିରି ବୃକ୍ଷତଳେ
ଓ ଦ୍ରାକ୍ଷାଲତା ତଳେ ବସିବାକୁ ପରସ୍ପରକୁ ନିମନ୍ତ୍ରଣ କରିବେ।”
4 ଯେତେବେଳେ ସ୍ୱର୍ଗଦୂତମାନେ ପାପ କଲେ, ପରମେଶ୍ୱର ସେମାନଙ୍କୁ ଦଣ୍ଡ ନ ଦେଇ ଛାଡ଼ିଲେ ନାହିଁ। ପରମେଶ୍ୱର ସେହି ଦୂତମାନଙ୍କୁ ନରକକୁ ପଠାଇଦେଲେ। ସେ ସେମାନଙ୍କୁ ଅନ୍ଧକାରର ଗୁମ୍ଫାମାନଙ୍କରେ ପକାଇ ରଖିଲେ। ବିଗ୍ଭର ଦିନ ପର୍ଯ୍ୟନ୍ତ ସେମାନେ ସେଠାରେ ପଡ଼ିଥିବେ।
5 ଅତି ପୂର୍ବକାଳରେ ରହୁଥିବା ମନ୍ଦ ଲୋକଙ୍କୁ ପରମେଶ୍ୱର ଦଣ୍ଡ ଦେଇଥିଲେ। ପରମେଶ୍ୱର ଆପଣା ବିରୋଧୀ ଲୋକମାନଙ୍କ ପାଇଁ ଏକ ପ୍ରଳୟକାରୀ ବନ୍ୟା ଆଣିଥିଲେ। କିନ୍ତୁ ପରମେଶ୍ୱର ନୋହ ଓ ତାହାଙ୍କ ସହ ଅନ୍ୟ ସାତ ଜଣଙ୍କୁ ସେହି ପ୍ରଳୟକାରୀ ବନ୍ୟାରୁ ରକ୍ଷା କରିଥିଲେ। ଲୋକମାନଙ୍କୁ ନୋହ ଉତ୍ତମ ଜୀବନ କାଟିବାକୁ ଉପଦେଶ ଦେଉଥିଲେ।
6 ପରମେଶ୍ୱର ଦଣ୍ଡ ସ୍ୱରୂପେ ଦୁଷ୍ଟ ନଗରୀ ସଦୋମ ଓ ଗମୋରାକୁ ପୋଡ଼ି ପାଉଁଶ କରିଦେଇଥିଲେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେମାନଙ୍କ ପ୍ରତି କ’ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ୱରୂପ ଅଟେ। 7 କିନ୍ତୁ ସେହି ନଗର ମଧ୍ୟରୁ ପରମେଶ୍ୱର ଲୋଟକୁ ରକ୍ଷା କଲେ। ସେ ଜଣେ ଅତି ଭଲଲୋକ ଥିଲେ। ଲୋକମାନଙ୍କର ଦୁଷ୍ଟାଚରଣ ହେତୁ ସେ ଦୁଃଖ ପାଉଥିଲେ। 8 ଲୋଟ ଜଣେ ଭଲ ଲୋକ ଥିଲେ। କିନ୍ତୁ ପ୍ରତିଦିନ ସେହି ମନ୍ଦଲୋକଙ୍କ ମଧ୍ୟରେ ବାସ କରୁଥିଲେ। ସେମାନଙ୍କର ମନ୍ଦ ବିଷୟ ଗୁଡ଼ିକ ଦେଖି ଓ ଶୁଣି ସେ ହୃଦୟରେ ଆଘାତ ପାଉଥିଲେ।
9 ପରମେଶ୍ୱର ଏହି ସମସ୍ତ କାର୍ଯ୍ୟ କଲେ। ଅତଏବ ଯେଉଁମାନେ ତାହାଙ୍କୁ ସେବା କରୁଛନ୍ତି, ପ୍ରଭୁ ସର୍ବଦା ସେମାନଙ୍କୁ ରକ୍ଷା କରିବେ। ସମସ୍ୟାରେ ପଡ଼ିଥିଲାବେଳେ ସେ ସେମାନଙ୍କୁ ରକ୍ଷା କରିବେ। ଏହା ସହିତ, ପ୍ରଭୁ ମନ୍ଦ ଲୋକମାନଙ୍କୁ ବିଗ୍ଭର ଦିନରେ ଦଣ୍ଡ ଦେବେ। 10 ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ଯ୍ୟ କରି ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କର୍ତ୍ତୃତ୍ୱକୁ ଅବମାନନା କରନ୍ତି, ସେମାନେ ଏଭଳି ଦଣ୍ଡର ଯୋଗ୍ୟ।
ଏହି ଭଣ୍ଡ ଶିକ୍ଷକମାନେ ମନମୁତାବକ କାର୍ଯ୍ୟ କରନ୍ତି ଓ ଆପଣା ବିଷୟରେ ଗର୍ବର କଥା କହନ୍ତି। ସେମାନେ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ମନ୍ଦ କଥା କହିବାକୁ ଭୟ କରନ୍ତି ନାହିଁ। 11 ଏହି ଭଣ୍ଡ ଶିକ୍ଷକମାନଙ୍କ ତୁଳନାରେ ସ୍ୱର୍ଗଦୂତମାନେ ଅତ୍ୟଧିକ ଶକ୍ତିଶାଳୀ ଓ ବଳବାନ। କିନ୍ତୁ ସେମାନେ କେବେ ହେଲେ ଏହି ଭଣ୍ଡ ଶିକ୍ଷକମାନଙ୍କୁ ଦୋଷୀ ସାବ୍ୟସ୍ତ କରନ୍ତି ନାହିଁ ବା ସେମାନଙ୍କ ବିରୁଦ୍ଧରେ ମନ୍ଦ କଥା ପ୍ରଭୁଙ୍କୁ କହନ୍ତି ନାହିଁ।
12 କିନ୍ତୁ ଏହି ଭଣ୍ଡ ଶିକ୍ଷକମାନ ନିଜେ ବୁଝି ନ ଥିବା ବିଷୟ ଗୁଡ଼ିକ ସମ୍ବନ୍ଧରେ ମନ୍ଦକଥା କୁହନ୍ତି। ଏହି ଭଣ୍ଡ ଶିକ୍ଷକମାନେ ଚିନ୍ତା କରିବାର ଶକ୍ତି ନ ଥିବା ପଶୁ ଭଳି ଆଚରଣ କରନ୍ତି, ପୁଣି ବନ୍ୟ ପଶୁମାନଙ୍କ ପରି ଧରାଯାଇ ମରା ଯିବା ନିମନ୍ତେ ଜନ୍ମ ହୋଇଛନ୍ତି। ସେହି ପଶୁମାନଙ୍କ ଭଳି ଏହି ଭଣ୍ଡଶିକ୍ଷକମାନେ ମଧ୍ୟ ନଷ୍ଟ ହେବେ। 13 ଏହି ଭଣ୍ଡ ଶିକ୍ଷକମାନେ ଅନେକ ଲୋକଙ୍କୁ ଦୁଃଖ ଦେଇଛନ୍ତି। ଅତଏବ ସେମାନେ ନିଜେ ଦୁଃଖ ପାଇବେ। ସେମାନେ କରିଥିବା କାମର ଏହା ହେଉଛି ପ୍ରତିଦାନ।
ଏହି ଭଣ୍ଡ ଶିକ୍ଷକମାନେ ଭାବନ୍ତି ଯେ ସମସ୍ତଙ୍କ ଆଗରେ ଖୋଲାଖୋଲି ଭାବେ ମନ୍ଦ କାମ କରିବା ଗୋଟିଏ ଆନନ୍ଦର ବିଷୟ ଅଟେ। ମନ୍ଦ କାମ କରି ସେମାନେ ଆନନ୍ଦ ଉପଭୋଗ କରନ୍ତି। ତୁମ୍ଭମାନଙ୍କ ସହିତ ଭୋଜି ଉତ୍ସବରେ ସମ୍ମିଳିତ ହେବା ବେଳେ, ସେମାନେ ତୁମ୍ଭ ନିମନ୍ତେ ମଇଳା ଦାଗ ଓ କଳଙ୍କି ଦାଗ ଭଳି ଲଜ୍ଜାର କାରଣ ସ୍ୱରୂପ ଅଟନ୍ତି। 14 ପ୍ରତ୍ୟେକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସେମାନେ ବ୍ୟଭିଗ୍ଭର କରିବା ପାଇଁ ଗ୍ଭହାନ୍ତି। ଏହିଭଳି ଭାବରେ ସେମାନେ ସବୁବେଳେ ପାପ କରୁଥା’ନ୍ତି। ସେମାନେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦରେ ପକାଇ ଦିଅନ୍ତି। ସେମାନଙ୍କ ହୃଦୟଗୁଡ଼ିକ ସ୍ୱାର୍ଥପରତାରେ ପରିପୂର୍ଣ୍ଣ। ସେମାନେ ଅଭିଶପ୍ତ।
15 ଏହି ଭଣ୍ଡ ଶିକ୍ଷକମାନେ ଉତ୍ତମ ପଥ ଛାଡ଼ି ଦେଇଛନ୍ତି ଓ ବିୟୋରର ପୁତ୍ର ବିଲିୟାମର ଭୁଲ୍ ମାର୍ଗ ଅନୁସରଣ କରିଛନ୍ତି। ସେ ମନ୍ଦ କାମ କରି ଧନ ପାଇବାକୁ ଭଲ ପାଉଥିଲା। 16 କିନ୍ତୁ ଗୋଟିଏ ଗଧ ତାହାକୁ କହିଲା ଯେ ସେ ଭୁଲ୍ କରୁଛି। ଗଧ ସାଧାରଣ ଭାବରେ କଥା କହିପାରେ ନାହିଁ, କିନ୍ତୁ ସେହି ଗଧଟି ମଣିଷର ଭାଷାରେ କଥା କହିଲା ଓ ବିଲିୟାମର ବିକୃତ ଚିନ୍ତାଧାରାରୁ ତାହାକୁ ବିରତ କଲା।
17 ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସେମାନେ ପ୍ରଚଣ୍ଡ ଝଡ଼ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ସ୍ଥାନ ରଖା ଯାଇଅଛି। 18 ସେହି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସେମାନେ ଲୋକମାନଙ୍କୁ ପାପ ରାସ୍ତାରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗରେ ଯିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମାରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି। 19 ଏହି ଭଣ୍ଡ ଶିକ୍ଷକମାନେ ସେହି ଲୋକମାନଙ୍କୁ ମୁକ୍ତିର ପ୍ରତିଜ୍ଞା ଦିଅନ୍ତି। ମାତ୍ର ଏହି ଭଣ୍ଡ ଶିକ୍ଷକମାନେ ନିଜେ ମୁକ୍ତି ପାଇ ନାହାନ୍ତି। ସେମାନେ ନିଜେ ବିନଷ୍ଟ ବିଷୟର ଦାସ ଅଟନ୍ତି। ଜଣେ ବ୍ୟକ୍ତି ଯାହାଦ୍ୱାରା ନିୟନ୍ତ୍ରିତ ହୁଏ, ସେ ସେଥିର ଦାସ ଅଟେ।
20 ସେହି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ୱାରା ସେମାନେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସେମାନେ ପୁନର୍ବାର ମନ୍ଦ ବିଷୟ ଗୁଡ଼ିକ ପ୍ରତି ଆକର୍ଷିତ ହୋଇ ତାହାର ବନ୍ଧନରେ ବାନ୍ଧି ହୋଇଯିବେ, ତେବେ ସେମାନଙ୍କ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହେବ। 21 ଯଦି ସେମାନେ ମୂଳରୁ ଠିକ୍ ରାସ୍ତା ଜାଣି ନ ଥା’ନ୍ତେ, ସେମାନଙ୍କ ପକ୍ଷେ ଭଲ ହୋଇଥା’ନ୍ତା। ଉତ୍ତମ ମାର୍ଗ ଜାଣି, ପବିତ୍ର ଶାସ୍ତ୍ରର ଶିକ୍ଷାରୁ ବିମୁଖ ହେବା ଅପେକ୍ଷା ତାହା ନ ଜାଣିଥିଲେ, ଅଧିକ ଭଲ ହୋଇଥା’ନ୍ତା।
2010 by World Bible Translation Center