Revised Common Lectionary (Semicontinuous)
ଦାଉଦଙ୍କର ପ୍ରାର୍ଥନା
17 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର।
ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି।
ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି,
ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।
2 ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ,
ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।
3 ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ।
ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ।
ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ’ଠାରେ କିଛି ଭୁଲ ଦେଖି ନାହଁ।
ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
4 ମୁଁ ଯଥାସାଧ୍ୟ ଚେଷ୍ଟା କରିଛି
ତୁମ୍ଭର ଆଦେଶ ମାନିବାକୁ।
5 ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି।
ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।
6 ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ।
ତେଣୁ ବର୍ତ୍ତମାନ ମୋର କଥା ଶୁଣ।
7 ପରମେଶ୍ୱର ତୁମ୍ଭର ଅଦ୍ଭୂତ କରୁଣା ଦେଖାଅ
ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର।
ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର।
ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର।
ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।
8 ମୋତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର,
ଓ ତୁମ୍ଭର ବାହୁଛାୟା ତଳେ ଲୁଗ୍ଭଇ ରଖ।
9 ହେ ସଦାପ୍ରଭୁ, ମୋତେ ସେହି ଦୁଷ୍ଟ ଲୋକଙ୍କଠାରୁ ବଞ୍ଚାଇ ରଖ।
ଯେଉଁମାନେ କି ମୋତେ ଧ୍ୱଂସ କରିବାକୁ ଗ୍ଭହୁଁଛନ୍ତି।
ମୋର ଗ୍ଭରିକଡ଼ରେ ଥିବା ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ରକ୍ଷା କର।
ଯେଉଁମାନେ ମୋତେ ଆଘାତ କରିବାକୁ ଗ୍ଭହୁଁଛନ୍ତି।
10 ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାର ବଶତଃ ପରମେଶ୍ୱରଙ୍କ କଥା ଶୁଣନ୍ତି ନାହିଁ।
ସେମାନେ କେବଳ ନିଜ ବିଷୟ ଚିନ୍ତା କରନ୍ତି।
11 ସେହି ଦୁଷ୍ଟ ଲୋକମାନେ ମୋତେ ଅନୁସରଣ କରୁଛନ୍ତି।
ସେମାନେ ମୋର ଚତୁର୍ଦ୍ଦିଗରେ ଘେରି ଗଲେଣି
ଓ ସେମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ।
12 ସେହି ଦୁଷ୍ଟ ଲୋକମାନେ ସିଂହ ସଦୃଶ ଯିଏକି ଅନ୍ୟ ପ୍ରାଣୀମାନଙ୍କୁ ଶିକାର କରି ଖାଇବାକୁ ଅପେକ୍ଷା କରିଥାଏ।
ସେମାନେ ସିଂହ ଭଳି ଲୁଚି ରହି ଆକ୍ରମଣ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି।
13 ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ଯାଇ
ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ୟ କର।
ତୁମ୍ଭେ ଆପଣା ଖଡ଼୍ଗ ପ୍ରୟୋଗ କରି ସେହି ଦୁଷ୍ଟ ଲୋକଙ୍କ କବଳରୁ ମୋତେ ଉଦ୍ଧାର କର।
14 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି
ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର।
ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି।
ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ।
ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର।
ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର।
ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।
15 ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି।
ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି
ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।
ଉତ୍ତମ ବ୍ୟକ୍ତି ଆୟୁବ
1 ଊଷ୍ ଦେଶରେ ଆୟୁବ ନାମରେ ଜଣେ ବ୍ୟକ୍ତି ବାସ କରୁଥିଲା। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି ଥିଲା। ଆୟୁବ ପରମେଶ୍ୱରଙ୍କ ଉପାସନା କରିବା ବ୍ୟତୀତ ଅନ୍ୟ ସମସ୍ତ ପ୍ରକାର ମନ୍ଦକାର୍ଯ୍ୟରୁ ବିରତ ରହୁଥିଲା। 2 ଆୟୁବର ସାତୋଟି ପୁତ୍ର ଓ ତିନୋଟି ଝିଅ ଥିଲେ। 3 ଆୟୁବ 7000 ମେଣ୍ଢା, 3000 ଓଟ, 1000 ଷଣ୍ଢ ଏବଂ 500 ମାଇ ଗଧର ମାଲିକ ଥିଲା। ତା’ର ଅନେକ ଗୁଡ଼ିଏ ଭୃତ୍ୟ ଥିଲେ। ଆୟୁବ ପୂର୍ବାଞ୍ଚଳ ଦେଶମାନଙ୍କ ମଧ୍ୟରେ ସବୁଠାରୁ ବେଶୀ ଧନୀ ଥିଲା।
4 ଆୟୁବର ପୁଅମାନେ ପାଳି ପାଳି କରି ସେମାନଙ୍କ ଘରେ ଭୋଜି ପ୍ରସ୍ତୁତ କଲେ ଏବଂ ସେମାନଙ୍କ ତିନି ଭଉଣୀଙ୍କୁ ଏହି ଭୋଜିରେ ଯୋଗଦେବାକୁ ନିମନ୍ତ୍ରଣ କଲେ। 5 ଆୟୁବ ଉତ୍ସବ ପରଦିନ ପ୍ରାତଃକାଳରୁ ଶଯ୍ୟା ତ୍ୟାଗ କରି ତା’ର ପ୍ରତ୍ୟେକ ପୁଅର ମଙ୍ଗଳ ପାଇଁ ପରମେଶ୍ୱରଙ୍କ ନିକଟରେ ହୋମବଳି ଅର୍ପଣ କରୁଥିଲା। ସେ ଭାବୁଥିଲା, “ମୋ’ ପିଲାମାନେ ହୁଏତ ହୃଦୟରେ ପାପ କରି ପରମେଶ୍ୱରଙ୍କୁ ଶାପ ଦେଇଥାଇ ପାରନ୍ତି।” ଆୟୁବ ପ୍ରତ୍ୟେକ ଥର ଏପରି କଲା।
6 ସଦାପ୍ରଭୁଙ୍କ ସହିତ ସାକ୍ଷାତ ଲାଗି ସ୍ୱର୍ଗଦୂତମାନଙ୍କ ପାଇଁ ସେହି ଦିନଟି ଉପସ୍ଥିତ ହେଲା। ସେହି ସ୍ୱର୍ଗଦୂତମାନଙ୍କ ସହିତ ଶୟତାନ ମଧ୍ୟ ସେଠାରେ ଉପସ୍ଥିତ ହେଲା। 7 ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ କେଉଁଠାରୁ ଆସିଲ?”
ଶୟତାନ ସଦାପ୍ରଭୁଙ୍କୁ ଉତ୍ତର ଦେଲା, “ମୁଁ ପୃଥିବୀର ଏଣେତେଣେ ବିଚରଣ କରୁଥିଲି।”
8 ତା’ପରେ ସଦାପ୍ରଭୁ ଶୟତାନକୁ ପଗ୍ଭରିଲେ, “ତୁମ୍ଭେ ମୋର ସେବକ ଆୟୁବକୁ ଦେଖିଛ କି? ଆୟୁବ ଭଳି ଜଣେ ବ୍ୟକ୍ତି ଏ ପୃଥିବୀରେ କେହି ନାହିଁ। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି ଅଟେ। ସେ ପରମେଶ୍ୱରଙ୍କୁ ଉପାସନା କରେ ଏବଂ ମନ୍ଦକାର୍ଯ୍ୟ କରିବାକୁ ପ୍ରତ୍ୟାଖାନ କରେ।”
9 ଶୟତାନ ଉତ୍ତର ଦେଲା, “ନିଶ୍ଚୟ! କିନ୍ତୁ ଆୟୁବର ପରମେଶ୍ୱରଙ୍କୁ ଉପାସନା କରିବାର ଯଥେଷ୍ଟ କାରଣ ରହିଛି। 10 ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା’ର ପରିବାରକୁ, ତା’ର ଯାହାକିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ଯ୍ୟ କରେ ସବୁଥିରେ ଆପଣ ତାକୁ କୃତକାର୍ଯ୍ୟ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥିରେ ସେ ଏତେ ଧନୀ ଯେ, ତା’ର ମେଷପଲ ଓ ଗୋପଲ ସାରାଦେଶରେ ଥିଲେ। 11 ମୁଁ ପ୍ରତିଜ୍ଞା କରି କହିପାରେ ଆପଣ ତା’ର ସର୍ବସ୍ୱ ନଷ୍ଟ କରି ଦିଅନ୍ତୁ, ଆପଣ ଦେଖିବେ ସେ କିପରି ଆପଣଙ୍କୁ ଆପଣଙ୍କ ସମ୍ମୁଖରେ ଅଭିଶାପ ଦେବ।”
12 ତା’ପରେ ସଦାପ୍ରଭୁ ଶୟତାନକୁ କହିଲେ, “ଠିକ୍ ଅଛି, ତା’ର ଯାହାସବୁ ଅଛି, ସେଗୁଡ଼ିକ ସହିତ ତୁମ୍ଭେ ଯେପରି ଗ୍ଭହଁ କର, କିନ୍ତୁ ସେହି ବ୍ୟକ୍ତିକୁ ସ୍ପର୍ଶ କର ନାହିଁ।”
ତା’ପରେ ଶୟତାନ ସଦାପ୍ରଭୁଙ୍କ ଉପସ୍ଥିତିରୁ ଗ୍ଭଲିଗଲା।
ଆୟୁବ ସର୍ବସ୍ୱ ହରାଇଲା
13 ଗୋଟିଏ ଦିନ ଭୋଜି ମଧ୍ୟରେ, ଆୟୁବର ପୁଅ ଓ ଝିଅମାନେ ବଡ଼ ଭାଇର ଘରେ ଏକତ୍ର ଖାଇବା ସହିତ ଦ୍ରାକ୍ଷାରସ ପାନ କରୁଥିଲେ। 14 ଏହି ସମୟରେ ଜଣେ ସମ୍ବାଦବାହକ ଆୟୁବକୁ ଖବର ଦେଲା, “ବଳଦମାନେ ଜମିରେ ହଳ କରୁଥିବା ବେଳେ, ଗଧଗୁଡ଼ିକ ସେମାନଙ୍କ ନିକଟରେ ଚରୁଥିଲେ। 15 ଶିବାୟୀୟମାନେ ଆକ୍ରମଣ କଲେ ଏବଂ ଆମ୍ଭଠାରୁ ସମସ୍ତ ପଶୁମାନଙ୍କୁ ନେଇଗଲେ। ସେମାନେ ତୁମ୍ଭର ଦାସମାନଙ୍କୁ ମଧ୍ୟ ଖଡ଼୍ଗରେ ହତ୍ୟା କଲେ। ମୁଁ ହେଉଛି କେବଳ ଏକମାତ୍ର ଯିଏ ରକ୍ଷା ପାଇଛି ତୁମ୍ଭକୁ ଏ ବିଷୟରେ କହିବାକୁ।”
16 ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, “ଆକାଶରୁ ବିଜୁଳି ପଡ଼ି ତୁମ୍ଭର ମେଣ୍ଢା ଓ ଛେଳି ଓ ତୁମ୍ଭର ଦାସମାନଙ୍କୁ ପୋଡ଼ି ଦେଲା। ମୁଁ କେବଳ ଏକମାତ୍ର ଯିଏ ରକ୍ଷା ପାଇଛି ତୁମ୍ଭକୁ ଏହି ବିଷୟରେ କହିବା ପାଇଁ।”
17 ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, “କଲ୍ଦୀୟମାନେ ତିନି ଦଳ ସୈନିକଙ୍କୁ ପଠାଇଛନ୍ତି ଏବଂ ଆକ୍ରମଣ କରିଛନ୍ତି ଏବଂ ଓଟମାନଙ୍କୁ ନେଇ ଗଲେ ଓ ସମସ୍ତ ଭୃତ୍ୟମାନଙ୍କୁ ଖଡ଼୍ଗରେ ହତ୍ୟା କଲେ। ମୁଁ କେବଳ ଏକମାତ୍ର ଯିଏ ଏ ବିଷୟରେ ଆପଣଙ୍କୁ କହିବା ପାଇଁ ରକ୍ଷା ପାଇଅଛି।”
18 ସେ କଥା କହୁଥିବା ବେଳେ, ଅନ୍ୟ ଜଣେ ବାର୍ତ୍ତାବହ ଆସି କହିଲା, “ଆପଣଙ୍କ ପୁଅ-ଝିଅମାନେ ଯେତେବେଳେ ବଡ଼ ଭାଇର ଘରେ ଦ୍ରାକ୍ଷାରସ ପାନ ଓ ଖାଇବାରେ ବ୍ୟସ୍ତଥିଲେ 19 ସେହି ସମୟରେ ଏକ ଝଡ଼ ମରୁଭୂମି ଆଡ଼ୁ ଆସିଲା ଏବଂ ତାଙ୍କର ଘରକୁ ଭାଙ୍ଗି ଦେଲା। ଏବଂ ଆପଣଙ୍କ ପୁଅ ଝିଅମାନଙ୍କ ଉପରେ ପଡ଼ି ସମସ୍ତଙ୍କୁ ମାରି ଦେଲା। ମୁଁ କେବଳ ଏକମାତ୍ର ଯିଏ ଆପଣଙ୍କୁ ଏହା କହିବାକୁ ରକ୍ଷା ପାଇଛି।”
20 ଆୟୁବ ଯେତେବେଳେ ଏସବୁ ଶୁଣିଲା ସେ ନିଜର ପୋଷାକପତ୍ର ଚିରି ଦେଲା ଏବଂ ଦୁଃଖ ଓ ଗ୍ଳାନିରେ ଲଣ୍ଡା ହୋଇପଡ଼ିଲା। ତା’ପରେ ଆୟୁବ ଭୂମିରେ ବସି ପଡ଼ି ପରମେଶ୍ୱରଙ୍କୁ ଉପାସନା କରିବାକୁ ଲାଗିଲା। 21 ସେ ପ୍ରାର୍ଥନା କରି କହିଲା,
“ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି
ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା।
ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି
ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି।
ସଦାପ୍ରଭୁ ସବୁକିଛି ଦିଅନ୍ତି
ଏବଂ ସବୁକିଛି ନେଇ ଯାଆନ୍ତି।
ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”
22 ଏତେ ସବୁ ଘଟିଲା ପରେ ଆୟୁବ ପାପ କଲା ନାହିଁ ଏବଂ ପରମେଶ୍ୱର କିଛି ଭୁଲ୍ କରିଛନ୍ତି ବୋଲି ସେ କହିଲା ନାହିଁ।
ସବୁବେଳେ ପ୍ରସ୍ତୁତ ଥାଅ
34 “ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ। 35 ପୃଥିବୀରେ ରହୁଥିବା ସମସ୍ତ ଲୋକମାନଙ୍କ ପାଖକୁ ଏହା ଏକ ଫାନ୍ଦ ଭଳି ଆସିଯିବ। 36 ତେଣୁ ସଦାବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସେଗୁଡ଼ିକ ମଧ୍ୟଦେଇ ନିରାପଦରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭେମାନେ ଆତ୍ମବିଶ୍ୱାସର ସହିତ ମନୁଷ୍ୟପୁତ୍ରଙ୍କ ଆଗରେ ଠିଆ ହୋଇ ପାରିବା ପାଇଁ ପ୍ରାର୍ଥନା କରା”
37 ସେହି ଦିନଗୁଡ଼ିକରେ ଯୀଶୁ ଲୋକମାନଙ୍କୁ ମନ୍ଦିରରେ ଉପଦେଶ ଦେଉଥିଲେ। ରାତ୍ରିକାଳରେ ସେ ନଗର ବାହାରକୁ ଗ୍ଭଲି ଯାଉଥିଲେ ଓ ସାରା ରାତି ଜୀତପର୍ବତ ଉପରେ କଟାଉଥିଲେ। 38 ଲୋକମାନେ ମନ୍ଦିରକୁ ଯାଇ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ପ୍ରତିଦିନ ଅତି ସକାଳୁ ଉଠି ପଡ଼ୁଥିଲେ।
ଯିହୂଦୀ ନେତାମାନେ ଯୀଶୁଙ୍କୁ ମାରିଦେବାକୁ ଗ୍ଭହିଁଲେ(A)
22 ଖମୀରଶୂନ୍ୟ ରୋଟୀ ପର୍ବ, ଯାହାକୁ ନିସ୍ତାରପର୍ବ ମଧ୍ୟ କୁହାଯାଏ, ତାହାର ସମୟ ନିକଟ ହୋଇ ଆସୁଥିଲା। 2 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ଉପାୟ ଖୋଜୁଥିଲେ। କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।
ଯୀଶୁଙ୍କ ବିରୁଦ୍ଧରେ ଯିହୂଦାଙ୍କ ଯୋଜନା
3 ଯୀଶୁଙ୍କର ବାରଜଣ ପ୍ରେରିତଙ୍କ ମଧ୍ୟରେ ଜଣକର ନାମ ଥିଲା ଇଷ୍କାରିୟୋତ ଯିହୂଦା। ଶୟତାନ ଯିହୂଦାଙ୍କ ଶରୀର ମଧ୍ୟରେ ପ୍ରବେଶ କରି ତାହାଙ୍କୁ ଗୋଟିଏ ଖରାପ କାମ କରିବା ପାଇଁ ପ୍ରବର୍ତ୍ତାଇଲା। 4 ଯିହୂଦା ଯାଇ ପ୍ରଧାନଯାଜକ ଓ ମନ୍ଦିରର ସେନାପତିମାନଙ୍କ ସହିତ କଥାବାର୍ତ୍ତା କଲା। ଯୀଶୁଙ୍କୁ ସେମାନଙ୍କ ହାତରେ ସମର୍ପଣ କରିବା ପାଇଁ ଯିହୂଦା ସେମାନଙ୍କ ସହିତ ଏକ ମନ୍ତ୍ରଣା କଲା। 5 ଏଥିରେ ଯାଜକମାନେ ଖୁସୀ ହୋଇଗଲେ। ଯୀଶୁଙ୍କୁ ସେମାନଙ୍କ ହାତରେ ଦେଇଦେଲେ ସେମାନେ ଯିହୂଦାକୁ ଅର୍ଥ ଦେବା ପାଇଁ ପ୍ରତିଶ୍ରୁତି ଦେଲେ। 6 ଯିହୂଦା ରାଜି ହେଲା। ସେ ଯୀଶୁଙ୍କୁ ଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ଗୋଟିଏ ସୁଯୋଗର ଅପେକ୍ଷାରେ ରହିଲା। ଯିହୂଦା ଗ୍ଭହୁଁଥିଲା ଯେ, ଯେତେବେଳେ କୌଣସି ଲୋକ ଉପସ୍ଥିତ ନ ଥିବେ, ସେ ସେତିକିବେଳେ ଏ କାମ କରିବ।
2010 by World Bible Translation Center