Revised Common Lectionary (Semicontinuous)
ଦାଉଦଙ୍କର ଗୀତ।
27 ହେ ସଦାପ୍ରଭୁ ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା।
ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ।
ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ।
ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
2 ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି,
ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି।
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି
ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।
3 ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ।
ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
4 ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ,
“ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ,
ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି
ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”
5 ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ।
ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ।
ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
6 ମୋର ଶତ୍ରୁମାନେ ମୋତେ ଘେରି ଗଲେଣି।
କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ।
ତା’ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି।
ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି।
ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।
7 ହେ ସଦାପ୍ରଭୁ, ମୋର ଡାକ ଶୁଣ।
ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।
8 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
9 ହେ ପରମେଶ୍ୱର, ମୋ’ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ।
ମୋତେ ସାହାଯ୍ୟ କର।
ମୋତେ ଦୂର କର ନାହିଁ।
ମୋତେ ପରିତ୍ୟାଗ କର ନାହିଁ।
ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।
10 ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ।
କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ।
11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି।
ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର।
ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ।
12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି।
ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି।
13 ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ,
ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର,
ବଳଶାଳୀ ଓ ସାହସିକ ହୁଅ
ଏବଂ ସଦାପ୍ରଭୁଙ୍କର ଅନୁସରଣ କର।
ଅବ୍ରାମଙ୍କର କିଣାନକୁ ପ୍ରତ୍ୟାବର୍ତ୍ତନ
13 ତେଣୁ ଅବ୍ରାମ ମିଶର ପରିତ୍ୟାଗ କଲେ। ସେ ତାଙ୍କର ସ୍ତ୍ରୀ ଓ ତାଙ୍କର ସବୁ ନିଜର ସମସ୍ତ ଜିନିଷ ଧରି ଲୋଟ ସହିତ ନେଗେଭକୁ ଯାତ୍ରା କଲେ। 2 ଅବ୍ରାମ ପଶୁ ଓ ସୁନାରୂପାରେ ଅତି ଧନବାନ ଥିଲେ।
3 ଅବ୍ରାମ ତାଙ୍କର ଯାତ୍ରା ଗ୍ଭଲୁ ରଖିଥିଲେ। ସେ ଦକ୍ଷିଣରୁ ବୈଥେଲ୍ ଆଡ଼କୁ ଗଲେ। ସେ ବୈଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପନ ହୋଇଥିଲା ସେହିଠାକୁ ଗଲେ। 4 ସେହି ସ୍ଥାନରେ ପୂର୍ବରୁ ଅବ୍ରାମ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ। ତେଣୁ ସେଠାରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ।
ଅବ୍ରାମ ଓ ଲୋଟଙ୍କର ବିଛିନ୍ନ
5 ସେହି ସମୟରେ ଲୋଟ ମଧ୍ୟ ଅବ୍ରାମଙ୍କ ସହିତ ଯାତ୍ରା କରୁଥିଲେ। ଲୋଟଙ୍କର ମଧ୍ୟ ମେଷ, ପଶୁପଲ ଓ ତମ୍ବୁ ଥିଲା। 6 ଅବ୍ରାମ ଓ ଲୋଟଙ୍କର ବହୁତ ପଶୁ ଓ ତମ୍ବୁମାନ ଥିବାରୁ ସେମାନେ ସେଠାରେ ଆଉ ଏକତ୍ର ବାସ କରିବା ଉପଯୋଗୀ ହେଲା ନାହିଁ। 7 ସେହି ସମୟରେ ସେଠାରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମେଷପାଳକମାନଙ୍କ ମଧ୍ୟରେ ଝଗଡ଼ା ହେଲା।
14 ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଚତୁର୍ପାର୍ଶ୍ୱକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ। 15 ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖରେ ତୁମ୍ଭେ ଚିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦେବି। 16 ପୃଥିବୀରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କେହି ପୃଥିବୀର ଧୂଳି ଗଣିପାରେ ତେବେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣି ପାରିବ। 17 ତେଣୁ ତୁମ୍ଭେମାନେ ଯାଅ ଏବଂ ସମସ୍ତ ଦେଶରେ ଭ୍ରମଣ କର। ବର୍ତ୍ତମାନ ମୁଁ ଏହା ତୁମ୍ଭକୁ ଦେଲି।”
18 ତେଣୁ ଅବ୍ରାମ ତାଙ୍କର ତମ୍ବୁକୁ ସ୍ଥାନାନ୍ତର କଲେ। ସେ ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନବୃକ୍ଷମୂଳକୁ ଯାଇ ସେଠାରେ ବାସ କଲେ। ସେହି ସ୍ଥାନରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା ପାଇଁ, ଗୋଟିଏ ଯଜ୍ଞବେଦି ସ୍ଥାପନ କଲେ।
2 ଯେଉଁମାନେ ମନ୍ଦକର୍ମରେ ଲିପ୍ତ, ସେମାନଙ୍କଠାରୁ ସାବଧାନ ହୋଇ ରୁହ, ସେମାନେ କୁକୁରମାନଙ୍କ ପରି। ସେମାନେ ଲୋକମାନଙ୍କୁ ସୁନ୍ନତ [a] ହେବା ପାଇଁ ଦାବୀ କରନ୍ତି। 3 କିନ୍ତୁ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ହୋଇଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ୱାରା ପରମେଶ୍ୱରଙ୍କର ସେବା କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ। 4 ଯଦିଓ ମୁଁ ନିଜ ଶକ୍ତିରେ ବିଶ୍ୱାସ ରଖି ପାରିବି ତଥାପି ମୁଁ ନିଜ ଶକ୍ତି ଉପରେ ବିଶ୍ୱାସ ରଖୁ ନାହିଁ। ଯଦି କୌଣସି ଲୋକ ଭାବେ ଯେ ନିଜ ଉପରେ ବିଶ୍ୱାସ କରିବାର ତା’ର କାରଣ ଅଛି, ତା’ହେଲେ ମୁଁ କହିବି ଯେ ତା’ ଅପେକ୍ଷା ମୋର ନିଜ ଉପରେ ବିଶ୍ୱାସ କରିବା ପାଇଁ ଅଧିକ କାରଣ ଅଛି। ଏହା ସେ ଜାଣିବା ଉଚିତ୍। 5 ମୋର ଜନ୍ମ ହେବାର ଆଠ ଦିନପରେ, ମୋର ସୁନ୍ନତ କରାଯାଇଥିଲା। ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ବିନ୍ୟାମିନଙ୍କ ବଂଶଧର। ଏବ୍ରୀୟ ପିତାମାତାଙ୍କଠାରୁ ଜନ୍ମିଥିବାରୁ ମୁଁ ଜଣେ ଏବ୍ରୀୟ ଅଟେ। ମୋ’ ପାଇଁ ମୋଶାଙ୍କ ବ୍ୟବସ୍ଥା ଆଜି ଗୁରୁତ୍ୱପୂର୍ଣ୍ଣ, ସେ ଦୃଷ୍ଟିରୁ ମୁଁ ଜଣେ ଫାରୂଶୀ। 6 ଯିହୂଦୀଧର୍ମ ପାଇଁ ମୋର ଏତେ ଅଧିକ ଉଦ୍ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ୱାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମୋଶାଙ୍କ ନିୟମ ପାଳନ କରୁଥିଲି, କେହିହେଲେ ମୋ’ଠାରେ କୌଣସି ଦୋଷ ପାଇ ନ ଥିଲେ।
7 ସମୟ ଥିଲା, ଯେତେବେଳେ ଏଗୁଡ଼ିକ ମୋ’ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହେତୁ ସେଗୁଡ଼ିକର କିଛି ମୂଲ୍ୟ ନାହିଁ। 8 ମୁଁ ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହେତୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନେକରେ, ସେଗୁଡ଼ିକ ମୋ’ ପାଇଁ ମୂଲ୍ୟହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟ ଗୁଡ଼ିକୁ ମହତ୍ତ୍ୱପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ୟାଗ କରିଛି। ମୁଁ ଏବେ ଜାଣେ ଯେ ସେଗୁଡ଼ିକ ମୂଲ୍ୟହୀନ ସଢ଼ାକୁଟା ପରି। 9 ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି। 10 ମୁଁ ଖ୍ରୀଷ୍ଟଙ୍କୁ ଜାଣିବାକୁ ଓ ମୃତ୍ୟୁରୁ ସେ ପୁନର୍ଜୀବିତ ହୋଇ ଉଠିଥିବା ଶକ୍ତିକୁ ମଧ୍ୟ ଜାଣିବାକୁ ଇଚ୍ଛା କରେ। ମୁଁ ତାହାଙ୍କ ଦୁଃଖ ଭୋଗରେ ଅଂଶୀ ହେବାକୁ ଓ ତାହାଙ୍କ ମୃତ୍ୟୁ ଭୋଗରେ ତାହାଙ୍କ ପରି ହେବାକୁ ଗ୍ଭହେଁ। 11 ସେହିପରି ଭାବରେ ମୁଁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇପାରେ, ଏ ଭରସା ମୋର ଅଛି।
ଲକ୍ଷ୍ୟସ୍ଥଳରେ ପହଞ୍ଚିବା ଲାଗି ଯତ୍ନ କରିବା
12 ମୁଁ କହୁ ନାହିଁ ଯେ ପରମେଶ୍ୱର ମୋତେ ଯେପରି ହେବାକୁ ଗ୍ଭହାନ୍ତି, ମୁଁ ଠିକ୍ ସେହିପରି ହୋଇସାରିଛି। ମୁଁ ସେହି ଲକ୍ଷ୍ୟସ୍ଥଳରେ ଏପର୍ଯ୍ୟନ୍ତ ପହଞ୍ଚି ପାରି ନାହିଁ। କିନ୍ତୁ ମୁଁ ମୋର ଚେଷ୍ଟା ଅବିରତ ଜାରି ରଖିଛି, ଯାହାଦ୍ୱାରା ସେହି ଲକ୍ଷ୍ୟ ହାସଲ କରି ପାରିବି। ଯୀଶୁ ଖ୍ରୀଷ୍ଟ ଗ୍ଭହାନ୍ତି ଯେ ମୁଁ ସେହି ଲକ୍ଷ୍ୟ ପାଇପାରେ, ସେଥିପାଇଁ ସେ ମୋତେ ନିଜର କରିଛନ୍ତି।
2010 by World Bible Translation Center