Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 27

ଦାଉଦଙ୍କର ଗୀତ।

27 ହେ ସଦାପ୍ରଭୁ ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା।
    ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ।
ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ।
    ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି,
    ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି।
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି
    ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।
ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ।
    ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ,
“ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ,
    ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି
    ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”

ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ।
    ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ।
    ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
ମୋର ଶତ୍ରୁମାନେ ମୋତେ ଘେରି ଗଲେଣି।
କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ।
    ତା’ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି।
    ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି।
    ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।

ହେ ସଦାପ୍ରଭୁ, ମୋର ଡାକ ଶୁଣ।
    ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।
ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ।
    ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
ହେ ପରମେଶ୍ୱର, ମୋ’ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ।
    ମୋତେ ସାହାଯ୍ୟ କର।
    ମୋତେ ଦୂର କର ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
    ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।
10 ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ।
    କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ।
11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି।
ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର।
    ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ।
12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି।
    ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
    ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି।
13 ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ,
    ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର,
    ବଳଶାଳୀ ଓ ସାହସିକ ହୁଅ
    ଏବଂ ସଦାପ୍ରଭୁଙ୍କର ଅନୁସରଣ କର।

ଆଦିପୁସ୍ତକ 14:17-24

17 ତା’ପରେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣଙ୍କୁ ଜୟ କରି ବାହୁଡ଼ିବା ପରେ ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍ ରାଜାର ପଦାକୁ ଗମନ କଲେ।

ମ‌ଲ୍‌କୀଷେଦକ

18 ଶାଲମର ରାଜା ମ‌ଲ୍‌କୀଷେଦକ ଅବ୍ରାମଙ୍କୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ। ମ‌ଲ୍‌କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ। 19 ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ,

“ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ
    ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।
20 ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହୁଅନ୍ତୁ
    ଯିଏ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ଦେଲେ।”

ଏବଂ ଅବ୍ରାମ ଯୁଦ୍ଧରୁ ନେଇଥିବା ସବୁ ଦ୍ରବ୍ୟର ଏକ ଦଶମାଂଶ ତାଙ୍କୁ ଦେଲେ। 21 ଏହା ପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ୟସକଳ ଆମ୍ଭକୁ ଦିଅ।”

22 କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, 23 ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବି ନାହିଁ। ଏପରିକି ତୁମ୍ଭ ପାଖରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ୟ ନେବି ନାହିଁ। ମୁଁ ତୁମ୍ଭକୁ କହିବାକୁ ଗ୍ଭହେଁ ନାହିଁ, ‘ମୁଁ ଅବ୍ରାମଙ୍କୁ ଧନି କରିଛି।’ 24 କେବଳ ମୋର ଯୁବକମାନେ ଯାହା ଭୋଜନ କରିଅଛନ୍ତି ତାହା ନେବି। ପୁଣି ମୋହର ଯେଉଁ ସହାୟକଗଣ ମୋ’ ସଙ୍ଗରେ ଯାଇଥିଲେ ସେମାନେ ଅର୍ଥାତ୍ ଆନେର ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ୟ ଗ୍ରହଣ କରନ୍ତୁ।”

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:17-20

17 ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମୋ’ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦେଖାଇଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସେହି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସେମାନଙ୍କୁ ଅନୁସରଣ କର। 18 ଅନେକ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନେକଥର ଏହି ଲୋକମାନଙ୍କ ବିଷୟରେ କହିଛି। ଏବେ ମଧ୍ୟ ମୁଁ କାନ୍ଦିକାନ୍ଦି ସେମାନଙ୍କ ବିଷୟରେ କହୁଛି। 19 ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା’ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି। 20 କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ୱର୍ଗ। ଆମ୍ଭେ ସ୍ୱର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁ ଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center