Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 15:1-12

ପରମେଶ୍ୱରଙ୍କର ଅବ୍ରାମଙ୍କ ସହିତ ଚୁକ୍ତି

15 ଏହିସବୁ ଘଟିଯିବା ପରେ ସଦାପ୍ରଭୁଙ୍କର ବାକ୍ୟ ଦର୍ଶନରେ ଅବ୍ରାମ ନିକଟକୁ ଆସିଲା। ଏହା କହି, “ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦେବି।”

କିନ୍ତୁ ଅବ୍ରାମ କହିଲେ, “ସଦାପ୍ରଭୁ ପରମେଶ୍ୱର, ମୋତେ ପୁରସ୍କାର ଦେଇ କ’ଣ ଭଲ ହେବ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମେସକର ମୋର ମୁଖ୍ୟ ସେବକ ଇଲିୟେଜର ମୋର ସମ୍ପତ୍ତି ଅଧିକାର କରିବ।” ପୁଣି ଅବ୍ରାମ କହିଲେ, “ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ। ସେଥିପାଇଁ ମୋ’ ଗୃହର ଜଣେ ସଦସ୍ୟ ମୋର ଉତ୍ତରାଧିକାରୀ ହେବ।”

ତା’ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”

ଏହା ପରେ ପରମେଶ୍ୱର ତାଙ୍କୁ ବାହାରକୁ ନେଲେ ଓ କହିଲେ, “ଊର୍ଦ୍ଧ୍ୱରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରି ପାରିବ।” ଏବଂ ସେ ମଧ୍ୟ କହିଲେ, “ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ୟକ ହେବେ।”

ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ୱାସ କଲେ ଏବଂ ପରମେଶ୍ୱର ତାଙ୍କର ବିଶ୍ୱାସକୁ ଧାର୍ମିକତାର କାର୍ଯ୍ୟ ବୋଲି ବିବେଚନା କଲେ। ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ମୁଁ ସେହି ସଦାପ୍ରଭୁ, ଯିଏ ତୁମ୍ଭମାନଙ୍କୁ କଲଦୀୟମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦେବା ପାଇଁ ବାହାର କରି ଆଣିଲି।”

କିନ୍ତୁ ଅବ୍ରାମ କହିଲେ, “ହେ ସଦାପ୍ରଭୁ, ମୋର ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”

ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେ ଏକ ତିନି ବର୍ଷର ବାଛୁରି, ଗୋଟିଏ ତିନି ବର୍ଷର ମାଇ ଛେଳି, ଗୋଟିଏ ତିନି ବର୍ଷର ମେଣ୍ଢା, ଗୋଟିଏ କପୋତ ଏବଂ ଗୋଟିଏ ଯୁବା କପୋତ ମୋ’ ନିକଟକୁ ଆଣ।”

10 ସେ ସବୁକୁ ସେ ପରମେଶ୍ୱରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସେଗୁଡ଼ିକ ଦୁଇ ଧାଡ଼ିରେ ରଖି ପ୍ରତ୍ୟେକ ଅଧାର ଉପରେ ଆଉ ଅଧା ଯୁକ୍ତ ଚିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। 11 ଏହା ପରେ, ଅନ୍ୟ ବନ୍ୟ ପକ୍ଷୀ ସେହି ମୃତ ପ୍ରାଣୀଙ୍କ ଉପରେ ଝାମ୍ପ ମାରିଲେ ଏବଂ ଅବ୍ରାମ ସେମାନଙ୍କୁ ଘଉଡ଼ାଇ ଦେଲେ।

12 ଯେତେବେଳେ ସୂର୍ଯ୍ୟାସ୍ତ ହେଉଥିଲା ଅବ୍ରାମ ଘୋର ନିଦ୍ରାରେ ଶୋଇ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହୋଇଗଲେ।

ଆଦିପୁସ୍ତକ 15:17-18

17 ସୂର୍ଯ୍ୟାସ୍ତ ପରେ, ଯେତେବେଳେ ଏହା ଘୋର ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ୱଳନ୍ତ ମଶାଲ ହଠାତ୍ ଦେଖାଗଲା ଏବଂ ତାହା ଦୁଇ ଧାଡ଼ିରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ୟଦେଇ ଗଲା।

18 ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି।

ଗୀତସଂହିତା 27

ଦାଉଦଙ୍କର ଗୀତ।

27 ହେ ସଦାପ୍ରଭୁ ତୁମ୍ଭେ ମୋର ଆଲୋକବର୍ତ୍ତିକା ଓ ମୋର ତ୍ରାଣକର୍ତ୍ତା।
    ମୁଁ ତାହାଦ୍ୱାରା ଭୟଭୀତ ହେବି ନାହିଁ।
ସଦାପ୍ରଭୁଙ୍କ ଆଶ୍ରୟସ୍ଥଳ ମୋ’ ପାଇଁ ସବୁଠାରୁ ନିରାପଦସ୍ଥଳ।
    ତେଣୁ ମୁଁ କାହାରିକୁ ଭୟ କରିବି ନାହିଁ।
ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି,
    ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି।
ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି
    ଧ୍ୱଂସ କରିଦେବାକୁ ଗ୍ଭହାନ୍ତି।
ଯଦି ସମସ୍ତ ସେନାବାହିନୀ ମୋର ଗ୍ଭରି ଦିଗରୁ ମୋତେ ଘେରି ଯାଆନ୍ତି, ତେବେ ମୁଁ ଭୟ କରିବି ନାହିଁ।
    ଯଦି ମୋତେ ଲୋକମାନେ ଯୁଦ୍ଧ କ୍ଷେତ୍ରରେ ଆକ୍ରମଣ କରନ୍ତି, ତଥାପି ମୁଁ ଭୟଭୀତ ହେବି ନାହିଁ, କାରଣ ମୁଁ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।

ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ,
“ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ,
    ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି
    ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”

ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ।
    ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ।
    ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।
ମୋର ଶତ୍ରୁମାନେ ମୋତେ ଘେରି ଗଲେଣି।
କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ।
    ତା’ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି।
    ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି।
    ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି।

ହେ ସଦାପ୍ରଭୁ, ମୋର ଡାକ ଶୁଣ।
    ମୋତେ ଉତ୍ତର ଦିଅ ଓ ମୋ’ ପ୍ରତି ସଦୟ ହୁଅ।
ହେ ସଦାପ୍ରଭୁ, ମୁଁ ତୁମ୍ଭ ସହିତ କଥା ହେବାକୁ ଗ୍ଭହେଁ।
ମୁଁ ତୁମ୍ଭ ସହିତ ଅନ୍ତରର ଗଭୀରତମ ପ୍ରଦେଶରୁ କଥା ହେବାକୁ ଗ୍ଭହେଁ।
    ମୁଁ ତୁମ୍ଭ ନିକଟକୁ କହିବା ପାଇଁ ଆସିଛି।
ହେ ପରମେଶ୍ୱର, ମୋ’ଠାରୁ ଆପଣା ମୁଖ ଲୁଗ୍ଭଅ ନାହିଁ।
    ମୋତେ ସାହାଯ୍ୟ କର।
    ମୋତେ ଦୂର କର ନାହିଁ।
    ମୋତେ ପରିତ୍ୟାଗ କର ନାହିଁ।
    ମୋର ପରମେଶ୍ୱର, ତୁମ୍ଭେ ହିଁ ମୋର ତ୍ରାଣକର୍ତ୍ତା।
10 ମୋର ପିତାମାତା ମୋତେ ଛାଡ଼ି ଗ୍ଭଲିଗଲେ।
    କିନ୍ତୁ ସଦାପ୍ରଭୁ ମୋତେ ଲାଳନପାଳନ କରିବେ।
11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି।
ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର।
    ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ।
12 ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିଛନ୍ତି।
    ସେମାନେ ମୋ’ ବିଷୟରେ ମିଥ୍ୟା କହିଛନ୍ତି।
    ସେମାନେ ମୋତେ ମିଥ୍ୟା କହି ଆଘାତ ଦେଇଛନ୍ତି।
13 ମୁଁ ପ୍ରକୃତରେ ବିଶ୍ୱାସ କରେ ଯେ,
    ମୃତ୍ୟୁ ପୂର୍ବରୁ ମୁଁ ନିଶ୍ଚୟ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।
14 ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର,
    ବଳଶାଳୀ ଓ ସାହସିକ ହୁଅ
    ଏବଂ ସଦାପ୍ରଭୁଙ୍କର ଅନୁସରଣ କର।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:17-4:1

17 ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମୋ’ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦେଖାଇଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସେହି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସେମାନଙ୍କୁ ଅନୁସରଣ କର। 18 ଅନେକ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନେକଥର ଏହି ଲୋକମାନଙ୍କ ବିଷୟରେ କହିଛି। ଏବେ ମଧ୍ୟ ମୁଁ କାନ୍ଦିକାନ୍ଦି ସେମାନଙ୍କ ବିଷୟରେ କହୁଛି। 19 ସେମାନେ ଯେପରି ଜୀବନ-ଯାପନ କରୁଛନ୍ତି, ତା’ର ପରିଣତି ବିନାଶ ଅଟେ। ସେମାନେ ପରମେଶ୍ୱରଙ୍କୁ ସେବା କରିବା ପରିବର୍ତ୍ତେ ନିଜକୁ ଖୁସୀ କରିବା ପାଇଁ ବଞ୍ଚିଛନ୍ତି। ସେମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି ଓ ସେଗୁଡ଼ିକ ପାଇଁ ଗର୍ବ କରନ୍ତି ଓ ସେମାନେ କେବଳ ପାର୍ଥିବ ବସ୍ତୁଗୁଡ଼ିକର ଚିନ୍ତା କରନ୍ତି। 20 କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ୱର୍ଗ। ଆମ୍ଭେ ସ୍ୱର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁ ଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି। 21 ସେ ସ୍ୱର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସେହି ଶକ୍ତି ବଳରେ ସେ ଆମ୍ଭର ହେୟ, ଦେହଗୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦେହ ଭଳି ଗୌରବମୟ କରିଦେବେ।

କେତେକ ବ୍ୟବହାରିକ କଥା

ମୋ’ ପ୍ରିୟ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମୋର ଆନନ୍ଦ ଓ ମୋର ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଗ୍ଭଲିଥାଅ।

ଲୂକ ଲିଖିତ ସୁସମାଗ୍ଭର 13:31-35

ଯିରୁଶାଲମରେ ଯୀଶୁଙ୍କର ମୃତ୍ୟୁ ହେବ(A)

31 ସେହି ସମୟରେ କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ କହିଲେ, “ଏଠାରୁ ଗ୍ଭଲିଯାଇ ଲୁଚିଯାଆନ୍ତୁ। ହେରୋଦ ଆପଣଙ୍କୁ ମାରିଦେବା ପାଇଁ ଗ୍ଭହୁଁଛନ୍ତି।”

32 ଯୀଶୁ ସେମାନଙ୍କୁ କହିଲେ, “ଯାଅ, ସେହି କୋକିଶିଆଳିକୁ କୁହ, ‘ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦେହରୁ ଭୂତମାନଙ୍କୁ ତଡ଼ି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା’ ପରଦିନ ମୋର କାମ ସରିଯିବ। 33 କିନ୍ତୁ ମୁଁ ଏସବୁ କାର୍ଯ୍ୟ ଆଜି ଓ ଆସନ୍ତା କାଲି ନିଶ୍ଚୟ କରିବି। ତା’ପରେ ମୁଁ ଯିବି। କାରଣ ସମସ୍ତ ଭବିଷ୍ୟ‌ଦ୍‌ବକ୍ତା ଯିରୁଶାଲମରେ ମରନ୍ତି।

34 “ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା’ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ। 35 ବର୍ତ୍ତମାନ ତୁମ୍ଭମାନଙ୍କ ଘର ପୂରାପୂରି ଖାଲି ଛାଡ଼ି ଦିଆଯିବ। ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କଥା ନ କହିବ, ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସନ୍ତି, ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କରନ୍ତୁ’ [a], ‘ସେହି ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ପୁନର୍ବାର ଦେଖି ପାରିବ ନାହିଁ।’”

ଲୂକ ଲିଖିତ ସୁସମାଗ୍ଭର 9:28-36

ମୋଶା ଓ ଏଲିୟଙ୍କ ସହିତ ଯୀଶୁ(A)

28 ଏ କଥା କହିବାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଗୋଟିଏ ପର୍ବତ ଉପରକୁ ଗଲେ। 29 ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେହେରା ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚ‌କ୍‌ଚକ୍ ଧଳା ହୋଇଗଲା। 30 ତା’ପରେ ସେଠାରେ ଦୁଇଜଣ ପୁରୁଷ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ। ସେମାନେ ମୋଶା ଓ ଏଲିୟ ଥିଲେ। 31 ସେମାନଙ୍କ ଚେହେରା ମଧ୍ୟ ଝଲକୁ ଥିଲା। ସେମାନେ ଯୀଶୁଙ୍କ ସହିତ ଯିରୁଶାଲମରେ ଘଟିବାକୁ ଥିବା ତାହାଙ୍କ ମୃତ୍ୟୁ ବିଷୟରେ କଥାବାର୍ତ୍ତା ହେଉଥିଲେ। 32 ସେତେବେଳେ ପିତର ଓ ଅନ୍ୟମାନେ ଶୋଇ ପଡ଼ିଥିଲେ। କିନ୍ତୁ ସେମାନେ ଉଠି ପଡ଼ିଲେ ଓ ଯୀଶୁଙ୍କ ମହିମା ଦେଖିଲେ। ଯୀଶୁଙ୍କ ସହିତ ଠିଆ ହୋଇଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ୟ ସେମାନେ ଦେଖିଲେ: 33 ମୋଶା ଓ ଏଲିୟ ଯିବାକୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିଲେ, “ଗୁରୁ, ଭଲ ହେଲା ଯେ ଆମ୍ଭେମାନେ ଏଠାରେ ଅଛୁ। ଆମ୍ଭେମାନେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ। ଗୋଟିଏ ତୁମ୍ଭ ପାଇଁ ଆଉ ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” ପିତର ଜାଣି ପାରୁ ନ ଥିଲେ ଯେ, ସେ କ’ଣ କହୁଛନ୍ତି।

34 ପିତର ଏହିସବୁ କଥା କହିବା ସମୟରେ ଖଣ୍ଡେ ମେଘ ଉଠି ଆସିଲା ସମସ୍ତଙ୍କୁ ଘୋଡ଼ାଇ ପକେଇଲା। ମେଘ ସେମାନଙ୍କୁ ଘୋଡ଼ାଇ ପକାଇବାରୁ ପିତର, ଯାକୁବ ଓ ଯୋହନ ଡରିଗଲେ। 35 ସେତେବେଳେ ମେଘ ଭିତରୁ ଆକାଶବାଣୀ ହେଲା, “ଏ ମୋର ପୁତ୍ର। ଏହାଙ୍କୁ ମୁଁ ବାଛିଅଛି। ତାହାଙ୍କ କଥାର ବାଧ୍ୟ ହୁଅ।”

36 ଆକାଶବାଣୀ ହୋଇ ସାରିବା ପରେ ସେଠାରେ କେବଳ ଯୀଶୁ ଥିଲେ। ପିତର, ଯାକୁବ ଓ ଯୋହନ ଏ ବିଷୟରେ ନୀରବ ରହିଲେ। ସେମାନେ ଯାହାକିଛି ଦେଖିଥିଲେ, ସେ ବିଷୟରେ ସେ ସମୟରେ କାହାରିକୁ କିଛି କହିଲେ ନାହିଁ।

ଲୂକ ଲିଖିତ ସୁସମାଗ୍ଭର 9:37-43

ଯୀଶୁ ଗୋଟିଏ ବାଳକକୁ ଭୂତ କବଳରୁ ମୁକ୍ତକଲେ(A)

37 ତା’ ପରଦିନ ଯୀଶୁ, ପିତର, ଯୋହନ ଓ ଯାକୁବ ପର୍ବତ ଉପରୁ ତଳକୁ ଓହ୍ଲାଇ ଆସିଲେ। ବହୁ ସଂଖ୍ୟାରେ ଲୋକେ ଆସି ଯୀଶୁଙ୍କୁ ଭେଟିଲେ। 38 ଭିଡ଼ ଭିତରୁ ଜଣେ ଲୋକ ପାଟି କରି ଉଠିଲା, “ଗୁରୁ, ଦୟାକରି ଆସି ମୋ’ ପୁଅକୁ ଦେଖନ୍ତୁ। 39 ସେ ମୋର ଏକମାତ୍ର ସନ୍ତାନ। ଶୟତାନଠାରୁ ଗୋଟିଏ ଭୂତ ଆସି ତାକୁ କବଳିତ କରି ନେଉଛି ଏବଂ ତା’ପରେ ପୁଅ ଚିତ୍କାର କରି ଉଠୁଛି। ସେ ତା’ ନିଜର ନିୟନ୍ତ୍ରଣ ହରେଇ ବସୁଛି। ତା ମୁହଁରୁ ଫେଣ ବାହାରି ପଡ଼ୁଛି। ସେ ଭୂତ ତାକୁ ବାରମ୍ବାର ଯନ୍ତ୍ରଣା ଦେଉଛି ଓ ପ୍ରାୟ ତାକୁ ଛାଡ଼ି ଯାଉ ନାହିଁ।” 40 ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ମୋ’ ପୁଅ ଦେହରୁ ଭୂତକୁ ଛଡ଼େଇ ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ପାରିଲେ ନାହିଁ।”

41 ତା’ପରେ ଯୀଶୁ କହିଲେ, “ତୁମ୍ଭେମାନେ ବିଶ୍ୱାସ ବିହିନ ଜୀବନଯାପନ କରୁଛ ଓ କୁପଥଗାମୀ ହେଉଛ। ଆଉ କେତେ ଦିନ ପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ସହିତ ରହିଥିବି?” ତା’ପରେ ଯୀଶୁ ଲୋକଟିକୁ କହିଲେ, “ତୁମ୍ଭ ପୁଅକୁ ଏଠାକୁ ଆଣ।”

42 ପିଲାଟି ଆସୁଥିବା ବେଳେ ଭୂତ ତାକୁ ଭୂମି ଉପରକୁ କଗ୍ଭଡ଼ି ଦେଲା। ପିଲାଟି ନିୟନ୍ତ୍ରଣ ହରାଇ ବସିଲା। କିନ୍ତୁ ଯୀଶୁ ଭୂତକୁ ଗୋଟିଏ କଠୋର ଧମକ ଦେଲେ। ଏହା ପରେ ପିଲାଟି ସୁସ୍ଥ ହୋଇଗଲା। ଯୀଶୁ ତାହାକୁ ତା’ ବାପା ପାଖରେ ସମର୍ପି ଦେଲେ। 43 ସମସ୍ତ ଲୋକ ପରମେଶ୍ୱରଙ୍କ ମହାନ୍ ଶକ୍ତି ଦେଖି ଆଶ୍ଚର୍ଯ୍ୟ ହୋଇଗଲେ।

ଯୀଶୁ ତାହାଙ୍କ ମୃତ୍ୟୁ ବିଷୟରେ କହିଲେ(B)

ଯୀଶୁ ଯାହାସବୁ କରୁଥିଲେ ତାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇ ଯାଉଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center