Revised Common Lectionary (Semicontinuous)
105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
ତାଙ୍କର ନାମକୁ ଡାକ।
ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
ତାଙ୍କର ପ୍ରଗ୍ଭରିତ କର।
ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
3 ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
4 ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
5 ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
6 ତୁମ୍ଭେ ହେଉଛ ତାଙ୍କର ସେବକ,
ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
7 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର,
ସେ ସମୁଦାୟ ପୃଥିବୀରେ ଶାସନ କରନ୍ତି।
8 ସେ ଚିରଦିନ ଚୁକ୍ତି ମନେ ରଖନ୍ତି।
ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
9 ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ
ପରମେଶ୍ୱର ଇସ୍ହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।
10 ପରମେଶ୍ୱର ଏହି ନିୟମ ଯାକୁବ ପାଇଁ ତିଆରି କରିଥିଲେ।
ପରମେଶ୍ୱର ଇସ୍ରାଏଲ ସହିତ କରିଥିବା ନିୟମ ସବୁଦିନ ପାଇଁ ଦୃଢ଼ ରହିବ।
11 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦେବା
ଏବଂ ସେହି ଭୂମି ତୁମ୍ଭର ହେବ।”
12 ଯେତେବେଳେ ଅବ୍ରହାମ ପରିବାର ଅତି କ୍ଷୁଦ୍ର ଥିଲା ସେତେବେଳେ ପରମେଶ୍ୱର ସେହି ପ୍ରତିଜ୍ଞା କରିଥିଲେ।
ପୁଣି ସେମାନେ ସେହି ଦେଶରେ ପ୍ରବାସୀ ପରି ରହୁଥିଲେ।
13 ସେମାନେ ଏକ ଦେଶରୁ ଅନ୍ୟ ଦେଶକୁ
ଏବଂ ଏକ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଭ୍ରମଣ କରୁଥିଲେ।
14 କିନ୍ତୁ ପରମେଶ୍ୱର, ସେମାନଙ୍କର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ।
ଆହୁରି ସେ ରାଜଗଣଙ୍କୁ ସେମାନଙ୍କର କ୍ଷତି ନ କରିବା ପାଇଁ କହିଲେ।
15 ପରମେଶ୍ୱର କହିଲେ, “ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ।
ଏବଂ ଆମ୍ଭର ଭବିଷ୍ୟଦ୍ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।”
16 ପରମେଶ୍ୱର ସେ ଦେଶରେ ଦୁର୍ଭିକ୍ଷ କରାଇଲେ।
ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।
17 ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ [a] ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ।
ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।
18 ସେମାନେ ଯୋଷେଫଙ୍କର ପାଦରେ ବେଡ଼ି ପକାଇଲେ।
ସେମାନେ ଏକ ଲୁହାର କଡ଼ା ତା’ର ବେକରେ ପକାଇଲେ।
19 ଯୋଷେଫ କ୍ରୀତଦାସ ହୋଇ ରହିଲା ତା’ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ।
ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।
20 ତେଣୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ।
ତେଣୁ ସେହି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।
21 ସେ ଯୋଷେଫକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ।
ରାଜାଙ୍କର ପ୍ରତ୍ୟେକ ଜିନିଷର ଭାର ଯୋଷେଫ ନେଲେ।
22 ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ।
ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।
23 ଏହା ପରେ ଇସ୍ରାଏଲ ମିଶରକୁ ଆସିଲା।
କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।
24 ସେ ତାଙ୍କର ଲୋକ ସଂଖ୍ୟା ବଢ଼ାଇଲେ।
ସେମାନେ ସେମାନଙ୍କର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।
25 ମିଶରୀୟମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ
ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
26 ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା
ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।
27 ପରମେଶ୍ୱର ମୋଶା ଓ ହାରୋଣଙ୍କ ଦ୍ୱାରା
ହାମ ଦେଶରେ ବହୁ ଅଦ୍ଭୂତ କାର୍ଯ୍ୟମାନ କରାଇଲେ।
28 ପରମେଶ୍ୱର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ,
କିନ୍ତୁ ମିଶରବାସୀମାନେ ତା କଥା ଶୁଣିଲେ ନାହିଁ।
29 ସେ ସେମାନଙ୍କର ଜଳକୁ ରକ୍ତ କଲେ
ଓ ସେମାନଙ୍କର ମାଛସବୁ ମରିଗଲେ।
30 ସେମାନଙ୍କର ଦେଶ ଏବଂ ସେମାନଙ୍କର ରାଜାଗଣର ଅନ୍ତଃପୁର
ବେଙ୍ଗରେ ପରିପୂର୍ଣ୍ଣ ହେଲା।
31 ପରମେଶ୍ୱର ଆଜ୍ଞା ଦେଲେ,
ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି
ସବୁଆଡ଼େ ଭର୍ତ୍ତି ହୋଇଗଲେ।
32 ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ
ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।
33 ପରମେଶ୍ୱର ସେମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ
ଏବଂ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
34 ପରମେଶ୍ୱର ନିର୍ଦ୍ଦେଶ ଦେଲେ ଓ ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ,
ସେମାନେ ଅସଂଖ୍ୟ ଥିଲେ।
35 ପଙ୍ଗପାଳ ଓ ପତଙ୍ଗ ସେମାନଙ୍କ ଦେଶର ସମସ୍ତ ଗଛପତ୍ର ଖାଇ ପକାଇଲେ।
ସେମାନେ କ୍ଷେତରୁ ଶସ୍ୟସବୁ ଖାଇ ପକାଇଲେ।
36 ଏବଂ ପରମେଶ୍ୱର ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ୟା କଲେ
ଓ ସେ ସେମାନଙ୍କର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
37 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ।
ଓ ତା’ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
38 ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ।
କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
39 ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ।
ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
40 ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ।
ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
41 ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା।
ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।
42 ପରମେଶ୍ୱର ଆପଣା ପବିତ୍ର ବାକ୍ୟ
ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
ମୁଁ ତୁମ୍ଭ ସହିତ ଯିବି ନାହିଁ
33 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ୟାଗ କର। ମୁଁ ଅବ୍ରହାମ ଓ ଇସ୍ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସେମାନଙ୍କ ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବି ବୋଲି। 2 ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ୱର୍ଗଦୂତ ପଠାଇବି ପୁଣି ମୁଁ କିଣାନୀୟ ଓ ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବି। 3 ତେଣୁ ତୁମ୍ଭେମାନେ ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯାଅ କିନ୍ତୁ ମୁଁ ତୁମ୍ଭ ସହିତ ଯିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବି, ଯେହେତୁ ତୁମ୍ଭେମାନେ ଜିଦ୍ଖୋର ଲୋକ।”
4 ଲୋକମାନେ ଏହିପରି ଅଶୁଭ ସମ୍ବାଦ ଶୁଣିବା ପରେ ସେମାନେ ଶୋକ କଲେ ଏବଂ ଲୋକମାନେ ଆଉ କର୍ଣ୍ଣକୁଣ୍ଡଳ ପିନ୍ଧିଲେ ନାହିଁ। 5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ। ମୁଁ ଯଦି ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କ ସହିତ ଯିବି ତେବେ ତୁମ୍ଭମାନଙ୍କୁ ଧ୍ୱଂସ କରିବି। ତେଣୁ ଆପଣା ଶରୀରରୁ ସୁବର୍ଣ୍ଣ ବାହାର କର। ଏହା ପରେ ତୁମ୍ଭମାନଙ୍କ ପାଇଁ କ’ଣ କରାଯିବ ବିଗ୍ଭର କରିବା।’” 6 ତେଣୁ ଇସ୍ରାଏଲୀୟ ଲୋକମାନେ ହୋରେବ ପର୍ବତ ନିକଟରୁ ଆସିବାଠାରୁ ଆଉ ସୁବର୍ଣ୍ଣ ପିନ୍ଧିଲେ ନାହିଁ।
ଅବ୍ରହାମଙ୍କର ଉଦାହରଣ
4 ତା’ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରହାମଙ୍କ ବିଷୟରେ କ’ଣ କହି ପାରିବା? 2 ସେ ବିଶ୍ୱାସ ବିଷୟରେ କ’ଣ ଶିଖିଲେ? ଅବ୍ରହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା’ହେଲେ, ସେଥିରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କ ଆଗରେ ଗର୍ବ କରି ପାରିଲେ ନାହିଁ। 3 ଶାସ୍ତ୍ର କୁହେ, “ଅବ୍ରହାମ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ। ପରମେଶ୍ୱର ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ। ଏହା ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଅବ୍ରହାମ ଧାର୍ମିକ ହେଲେ।” [a]
4 କାମ କରୁଥିବା ଲୋକକୁ ମଜୁରୀ ବା ଦରମା ଦେବା ଦାନ ନୁହେଁ। ସେ ମଜୁରୀ ବା ଦରମା ଅର୍ଜନ କରେ। 5 କିନ୍ତୁ ଜଣେ ଲୋକ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ଭଳି କାମ କରି ପାରେ ନାହିଁ। ତାହାର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ରହିବା ଉଚିତ୍। ତା’ହେଲେ ପରମେଶ୍ୱର ସେ ଲୋକର ବିଶ୍ୱାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ୱର ମନ୍ଦ ଲୋକକୁ ମଧ୍ୟ ଧାର୍ମିକ କରି ପାରନ୍ତି। 6 ଦାଉଦ ସେହି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନ କରି ପରମେଶ୍ୱର ଯେତେବେଳେ ତାହାକୁ ଧାର୍ମିକ ହିସାବରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତରେ ଧନ୍ୟ:
7 “ଲୋକେ ପ୍ରକୃତରେ ଧନ୍ୟ,
ଯେତେବେଳେ ସେମାନଙ୍କର ଅପରାଧ କ୍ଷମା କରାଯାଏ,
ଓ ଯେତେବେଳେ ସେମାନଙ୍କର ପାପଗୁଡ଼ିକୁ ଢାଙ୍କି ଦିଆ ଯାଏ!
8 ଓ ସେ ଲୋକମାନେ ପ୍ରକୃତରେ ଧନ୍ୟ,
ଯେତେବେଳେ ପାପରହିତ ଭାବେ ପରମେଶ୍ୱର ତାହାଙ୍କୁ ଗ୍ରହଣ କରି ନେଇଛନ୍ତି।” (A)
9 ତେବେ ଏହି ଖୁସୀ କ’ଣ କେବଳ ସୁନ୍ନତ ହୋଇଥିବା ଯିହୂଦୀମାନଙ୍କ ପାଇଁ ଅଟେ? ବା ଯେଉଁ ଅଣଯିହୂଦୀମାନେ ସୁନ୍ନତ ହୋଇ ନାହାନ୍ତି ସେମାନଙ୍କ ପାଇଁ ମଧ୍ୟ ଅଟେ? ଆମ୍ଭେ କହି ସାରିଛୁ ଯେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ ଓ ସେହି ବିଶ୍ୱାସ ଅବ୍ରହାମଙ୍କୁ ତାଙ୍କ ପ୍ରତି ଧାର୍ମିକ କଲା। 10 ଏହା ଘଟିଲା କିପରି? ପରମେଶ୍ୱର ଅବ୍ରହାମଙ୍କୁ ସୁନ୍ନତ ହେବାପରେ ଗ୍ରହଣ କଲେ, ନା ସୁନ୍ନତ ହେବା ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହୋଇ ସାରିଲା ପରେ ଏହା ପ୍ରକୃତରେ ଘଟି ନାହିଁ, କିନ୍ତୁ ସେ ସୁନ୍ନତ ନ ହୋଇଥିଲାବେଳେ ଏହା ଘଟିଛି। [b] 11 ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି। 12 ଅସୁନ୍ନତ ଲୋକଙ୍କର ପିତା ମଧ୍ୟ ଅବ୍ରହାମ। ସୁନ୍ନତ ହୋଇଥିବା କାରଣରୁ ଅବ୍ରହାମ ସେମାନଙ୍କର ପିତା ନୁହନ୍ତି। ସୁନ୍ନତ ହେବା ପୂର୍ବରୁ ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା, ଯଦି ସେମାନେ ମଧ୍ୟ ସେହି ବିଶ୍ୱାସ ଗ୍ରହଣ କରନ୍ତି, ତା’ହେଲେ ଅବ୍ରହାମ ସେମାନଙ୍କର ପିତା।
2010 by World Bible Translation Center