Revised Common Lectionary (Semicontinuous)
105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
ତାଙ୍କର ନାମକୁ ଡାକ।
ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
ତାଙ୍କର ପ୍ରଗ୍ଭରିତ କର।
ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
3 ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
4 ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
5 ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
6 ତୁମ୍ଭେ ହେଉଛ ତାଙ୍କର ସେବକ,
ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
7 ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର,
ସେ ସମୁଦାୟ ପୃଥିବୀରେ ଶାସନ କରନ୍ତି।
8 ସେ ଚିରଦିନ ଚୁକ୍ତି ମନେ ରଖନ୍ତି।
ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
9 ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ
ପରମେଶ୍ୱର ଇସ୍ହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।
10 ପରମେଶ୍ୱର ଏହି ନିୟମ ଯାକୁବ ପାଇଁ ତିଆରି କରିଥିଲେ।
ପରମେଶ୍ୱର ଇସ୍ରାଏଲ ସହିତ କରିଥିବା ନିୟମ ସବୁଦିନ ପାଇଁ ଦୃଢ଼ ରହିବ।
11 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦେବା
ଏବଂ ସେହି ଭୂମି ତୁମ୍ଭର ହେବ।”
12 ଯେତେବେଳେ ଅବ୍ରହାମ ପରିବାର ଅତି କ୍ଷୁଦ୍ର ଥିଲା ସେତେବେଳେ ପରମେଶ୍ୱର ସେହି ପ୍ରତିଜ୍ଞା କରିଥିଲେ।
ପୁଣି ସେମାନେ ସେହି ଦେଶରେ ପ୍ରବାସୀ ପରି ରହୁଥିଲେ।
13 ସେମାନେ ଏକ ଦେଶରୁ ଅନ୍ୟ ଦେଶକୁ
ଏବଂ ଏକ ରାଜ୍ୟରୁ ଅନ୍ୟ ରାଜ୍ୟକୁ ଭ୍ରମଣ କରୁଥିଲେ।
14 କିନ୍ତୁ ପରମେଶ୍ୱର, ସେମାନଙ୍କର ଉପରେ ଉପଦ୍ରବ କରିବାକୁ କୌଣସି ମନୁଷ୍ୟକୁ ଅନୁମତି ଦେଲେ ନାହିଁ।
ଆହୁରି ସେ ରାଜଗଣଙ୍କୁ ସେମାନଙ୍କର କ୍ଷତି ନ କରିବା ପାଇଁ କହିଲେ।
15 ପରମେଶ୍ୱର କହିଲେ, “ଆମ୍ଭର ମନୋନୀତ ଲୋକମାନଙ୍କୁ ଆଘାତ କର ନାହିଁ।
ଏବଂ ଆମ୍ଭର ଭବିଷ୍ୟଦ୍ବକ୍ତାଗଣଙ୍କର କୌଣସି କ୍ଷତି କର ନାହିଁ।”
16 ପରମେଶ୍ୱର ସେ ଦେଶରେ ଦୁର୍ଭିକ୍ଷ କରାଇଲେ।
ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।
17 ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ [a] ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ।
ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।
18 ସେମାନେ ଯୋଷେଫଙ୍କର ପାଦରେ ବେଡ଼ି ପକାଇଲେ।
ସେମାନେ ଏକ ଲୁହାର କଡ଼ା ତା’ର ବେକରେ ପକାଇଲେ।
19 ଯୋଷେଫ କ୍ରୀତଦାସ ହୋଇ ରହିଲା ତା’ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ।
ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।
20 ତେଣୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ।
ତେଣୁ ସେହି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।
21 ସେ ଯୋଷେଫକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ।
ରାଜାଙ୍କର ପ୍ରତ୍ୟେକ ଜିନିଷର ଭାର ଯୋଷେଫ ନେଲେ।
22 ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ।
ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।
23 ଏହା ପରେ ଇସ୍ରାଏଲ ମିଶରକୁ ଆସିଲା।
କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।
24 ସେ ତାଙ୍କର ଲୋକ ସଂଖ୍ୟା ବଢ଼ାଇଲେ।
ସେମାନେ ସେମାନଙ୍କର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।
25 ମିଶରୀୟମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ
ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
26 ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା
ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।
27 ପରମେଶ୍ୱର ମୋଶା ଓ ହାରୋଣଙ୍କ ଦ୍ୱାରା
ହାମ ଦେଶରେ ବହୁ ଅଦ୍ଭୂତ କାର୍ଯ୍ୟମାନ କରାଇଲେ।
28 ପରମେଶ୍ୱର ଅନ୍ଧକାର ପଠାଇ ଦେଶକୁ ଅନ୍ଧକାର କଲେ,
କିନ୍ତୁ ମିଶରବାସୀମାନେ ତା କଥା ଶୁଣିଲେ ନାହିଁ।
29 ସେ ସେମାନଙ୍କର ଜଳକୁ ରକ୍ତ କଲେ
ଓ ସେମାନଙ୍କର ମାଛସବୁ ମରିଗଲେ।
30 ସେମାନଙ୍କର ଦେଶ ଏବଂ ସେମାନଙ୍କର ରାଜାଗଣର ଅନ୍ତଃପୁର
ବେଙ୍ଗରେ ପରିପୂର୍ଣ୍ଣ ହେଲା।
31 ପରମେଶ୍ୱର ଆଜ୍ଞା ଦେଲେ,
ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି
ସବୁଆଡ଼େ ଭର୍ତ୍ତି ହୋଇଗଲେ।
32 ପରମେଶ୍ୱର ସେମାନଙ୍କୁ ବର୍ଷା ବଦଳରେ କୁଆପଥର ବୃଷ୍ଟି କରାଇଲେ
ଏବଂ ଦେଶର ଗ୍ଭରିଆଡ଼େ ବିଜୁଳିର ଅଗ୍ନି ବ୍ୟାପିଗଲା।
33 ପରମେଶ୍ୱର ସେମାନଙ୍କର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷସବୁକୁ ନଷ୍ଟ କଲେ
ଏବଂ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।
34 ପରମେଶ୍ୱର ନିର୍ଦ୍ଦେଶ ଦେଲେ ଓ ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ,
ସେମାନେ ଅସଂଖ୍ୟ ଥିଲେ।
35 ପଙ୍ଗପାଳ ଓ ପତଙ୍ଗ ସେମାନଙ୍କ ଦେଶର ସମସ୍ତ ଗଛପତ୍ର ଖାଇ ପକାଇଲେ।
ସେମାନେ କ୍ଷେତରୁ ଶସ୍ୟସବୁ ଖାଇ ପକାଇଲେ।
36 ଏବଂ ପରମେଶ୍ୱର ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ ସନ୍ତାନକୁ ହତ୍ୟା କଲେ
ଓ ସେ ସେମାନଙ୍କର ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ।
37 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ।
ଓ ତା’ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
38 ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ।
କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
39 ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ।
ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
40 ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ।
ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
41 ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା।
ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।
42 ପରମେଶ୍ୱର ଆପଣା ପବିତ୍ର ବାକ୍ୟ
ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
10 ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥର ମାରି ହତ୍ୟା କରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ମହିମା ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ଲୋକମାନଙ୍କ ପ୍ରତି ପ୍ରକାଶିତ ହେଲା। 11 ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେକାଳ ମୋତେ ପ୍ରତ୍ୟାଖ୍ୟାନ କରିବେ? ଆଉ ସେମାନଙ୍କ ମଧ୍ୟରେ କରିଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସତ୍ତ୍ୱେ, କେତେ ଦିନ ସେମାନେ ମୋତେ ଅବିଶ୍ୱାସ କରିବେ? 12 ମୁଁ ମହାମାରୀଦ୍ୱାରା ସେମାନଙ୍କୁ ସଂହାର କରିବି ଓ ସେମାନଙ୍କର ଅଧିକାର ଛଡ଼େଇ ନେବି। ପୁଣି ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଜାତି କରିବି।”
13 ତା’ପରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ତେବେ ମିଶରୀୟ ଲୋକମାନେ ତ ଏହା ଶୁଣିବେ, କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ୱାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ। 14 ପୁଣି ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ, ସେମାନେ ଶୁଣିଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟରେ ଅଛନ୍ତି, କାରଣ ତୁମ୍ଭେ ସେମାନଙ୍କୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ଅବସ୍ଥାନ କରୁଅଛି। ତୁମ୍ଭେ ଦିନ ବେଳେ ମେଘସ୍ତମ୍ଭରେ ଓ ରାତ୍ରି ବେଳେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ। 15 ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକାଥରେ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭ ଶକ୍ତିର କଥା ଶୁଣିଛନ୍ତି, ସେମାନେ କହିବେ, 16 ‘ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏଣୁ ସେ ସେମାନଙ୍କୁ ମରୁଭୂମିରେ ବଧ କରିଅଛନ୍ତି।’
17 “ଯେପରି ତୁମ୍ଭେ କହିଅଛ, ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ୍ ହେଉ। 18 ‘ସଦାପ୍ରଭୁ କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ଓ ଅପରାଧୀ ଓ ବ୍ୟବସ୍ଥା ଲଘଂନକାରୀର କ୍ଷମାକାରୀ। ତଥାପି ଦୋଷୀର ଦଣ୍ତଦାତା, ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ଫଳ ସେ ଦେଇଥା’ନ୍ତି।’ 19 ମୁଁ ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ୱ ଅନୁସାରେ ଏହି ଲୋକମାନଙ୍କୁ ମିଶରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର।”
20 ସଦାପ୍ରଭୁ କହିଲେ, “ଯେପରି ତୁମ୍ଭେ ମୋତେ ଅନୁରୋଧ କଲ, ମୁଁ ସେମାନଙ୍କୁ କ୍ଷମା ଦେଲି। 21 କିନ୍ତୁ ମୁଁ ପ୍ରତିଜ୍ଞା କରୁଅଛି ଯେ, ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ମହିମାରେ ପରିପୂର୍ଣ୍ଣ ହେବ। 22 ଏମାନଙ୍କ ମଧ୍ୟରୁ ଏହି ଲୋକ ମୋର ମହିମା ଦେଖିଲେ, ପୁଣି ଯେଉଁମାନେ ମିଶରରେ ଓ ମରୁଭୂମିରେ ଚିହ୍ନସ୍ୱରୂପ ମୋର କୃତ କର୍ମ ଦେଖାଇଛନ୍ତି ଏବଂ ଯେଉଁମାନେ ମୋତେ ବହୁତ ଥର ପରୀକ୍ଷା କରିଛନ୍ତି ଓ ଯେଉଁମାନେ ମୋ’ ବାକ୍ୟ ରବରେ ଅମନୋଯୋଗୀ ହୋଇଅଛନ୍ତି, 23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ଏମାନଙ୍କ ମଧ୍ୟରୁ କେହି ସେ ଦେଶ ଦେଖି ପାରିବେ ନାହିଁ। କାରଣ ସେମାନେ ମୋତେ ଅବଜ୍ଞା କରିଛନ୍ତି, ତେଣୁ ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବେ ନାହିଁ। 24 ମାତ୍ର ଆମ୍ଭର ସେବକ କାଲେବ ସେମାନଙ୍କଠାରୁ ଭିନ୍ନ। ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି। ଏଣୁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।
ଯିହୂଦୀମାନଙ୍କ ଭଳି ହୁଅ ନାହିଁ
10 ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମୋଶାଙ୍କୁ ଅନୁସରଣ କରିଥିଲେ) କ’ଣ ହେଲା ତାହା ତୁମ୍ଭେମାନେ ଜାଣି ରଖ। ପରମେଶ୍ୱର ସେମାନଙ୍କୁ ମେଘ ସ୍ତମ୍ଭ ଦ୍ୱାରା ସୁଫ ସାଗରକୁ ପାର କରାଇଥିଲେ। 2 ସେମାନେ ମେଘ ଓ ସମୁଦ୍ରରେ ମୋଶାଙ୍କ ଅନୁଗାମୀ ଭାବେ ଡୁବିତ ହୋଇଥିଲେ। 3 ସେମାନେ ଏକମାତ୍ର ଆଧ୍ୟାତ୍ମିକ ଶୈଳ ସଦୃଶ ଖ୍ରୀଷ୍ଟଙ୍କଠାରୁ ସମାନ ଆତ୍ମିକ ଭୋଜନ କରିଥିଲେ। 4 ଓ ସମସ୍ତେ ସମାନ ଆତ୍ମିକ ପାନୀୟରୁ ପାନ କରିଥିଲେ। ସେମାନେ ସେହି ଆତ୍ମିକ ପଥରରୁ ବାହାରିବା ପାଣି ପିଇଥିଲେ। ସେହି ପଥର ଖ୍ରୀଷ୍ଟ ଥିଲେ। 5 କିନ୍ତୁ ସେମାନଙ୍କ ଭିତରୁ ଅଧିକଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ନ ଥିଲେ। ସେଥିପାଇଁ ସେମାନେ ମରୁ ପ୍ରାନ୍ତରରେ ମରିଗଲେ।
6 ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ୱରୂପ ଅଛି, ଅତଏବ ଆମ୍ଭେ ସେମାନଙ୍କ ଭଳି ମନ୍ଦ କାର୍ଯ୍ୟ କରିବା ପାଇଁ ଇଚ୍ଛା କରିବା ନାହିଁ। 7 ସେମାନଙ୍କ ଭିତରେ କେତେକଙ୍କ ଭଳି ମୂର୍ତ୍ତିପୂଜା କର ନାହିଁ। ଶାସ୍ତ୍ର କୁହେ: “ଲୋକେ ଖାଇବା ଓ ପିଇବା ପାଇଁ ବସିଲେ ଓ ନାଚିବା ପାଇଁ ଉଠିଲେ।” [a] 8 ସେମାନଙ୍କ ଭିତରୁ ଯେପରି କେତେକ ଯୌନଗତ ପାପ କଲେ, ଆମ୍ଭେ ସେଭଳି କେବେ କରିବା ନାହିଁ। ସେମାନେ ପାପ କରିଥିବା ହେତୁରୁ ସେମାନଙ୍କ ଭିତରୁ 23,000 ଲୋକ ଗୋଟିଏ ଦିନରେ ମରିଗଲେ। 9 ସେମାନଙ୍କ ଭଳି ଆମ୍ଭେ ଖ୍ରୀଷ୍ଟଙ୍କୁ ପରୀକ୍ଷା କରିବା ଉଚିତ୍ ନୁହେଁ। ପ୍ରଭୁଙ୍କୁ କରିଥିବାରୁ ସେମାନେ ସାପ କାମୁଡ଼ାରେ ମଲେ। 10 ସେମାନଙ୍କ ଭିତରୁ କେତେକଙ୍କ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ୱର୍ଗଦୂତ)ଙ୍କ ହାତରେ ମଲେ।
11 ସେମାନଙ୍କ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ୱରୂପ। ସମସ୍ତ ପ୍ରାଚୀନ ଇତିହାସରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚେତନା ଦେବା ଉଦ୍ଦେଶ୍ୟରେ ଲେଖା ଯାଇଛି। 12 ଅତଏବ, ଯେଉଁ ଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହୋଇଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ। 13 କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।
2010 by World Bible Translation Center