Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ, ସେ ଯିହୁଦା ମରୁଭୂମିରେ ଥିବା ବେଳେ ରଚିତ।
63 ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର।
ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି।
ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ
ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।
2 ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି।
ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
3 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ।
ମୋର ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।
4 ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି।
ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।
5 ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ।
ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।
6 ମୁଁ ଶଯ୍ୟା ଉପରେ ଗଡ଼ୁଥିବା ସମୟରେ ତୁମ୍ଭକୁ ମନେ କରିବି।
ରାତି ସମୟରେ ମଧ୍ୟ ମୁଁ ତୁମ୍ଭ ବିଷୟରେ ଭାବିବି।
7 ପ୍ରକୃତରେ ତୁମ୍ଭେ ମୋତେ ସାହାଯ୍ୟ କଲ।
ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରୟ ନେଇ ଆନନ୍ଦରେ ଗାନ କରିବି।
8 ମୁଁ ତୁମ୍ଭଠାରେ ଲାଗିରହେ।
ତୁମ୍ଭର ଡାହାଣ ହସ୍ତ ମୋତେ ସମର୍ଥନ କରେ।
ଇସ୍ରାଏଲ ପରମେଶ୍ୱରଙ୍କ ସ୍ୱତନ୍ତ୍ର ବଗିଗ୍ଭ
5 ବର୍ତ୍ତମାନ ମୋର ପ୍ରିୟତମ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟି ମୋର ପ୍ରିୟତମ ପ୍ରଭୁ ଓ ଇସ୍ରାଏଲର ଦ୍ରାକ୍ଷାକ୍ଷେତ୍ର ବିଷୟରେ ଅଟେ।
ମୋର ପ୍ରିୟତମ ପ୍ରଭୁଙ୍କର ଉର୍ବର
ପର୍ବତ ଉପରେ ଏକ ଦ୍ରାକ୍ଷାକ୍ଷେତ୍ର ଥିଲା।
2 ମୋର ପ୍ରିୟତମ କ୍ଷେତଟିକୁ ଖୋଳି ପଥର ପରିଷ୍କାର କଲେ।
ସେଥିରେ ଅତି ଉତ୍ତମ ଦ୍ରାକ୍ଷାଲତା ରୋପଣ କଲେ।
ସେ କ୍ଷେତର ମଧ୍ୟଭାଗରେ ଗୋଟିଏ ସୁନ୍ଦର
ଏବଂ ଉଚ୍ଚଗୃହ ନିର୍ମାଣ କଲେ ଏବଂ ସେ ଦ୍ରାକ୍ଷାକୁଣ୍ଡ ତିଆରି କଲେ।
ସେ ଭଲ ଅଙ୍ଗୁର ଧରିବା ପାଇଁ ଅପେକ୍ଷା କଲେ,
କିନ୍ତୁ ଉତ୍ତମ ପରିବର୍ତ୍ତେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
3 ତେଣୁ ପରମେଶ୍ୱର କହିଲେ, “ହେ ଯିରୁଶାଲମ ଓ ଯିହୁଦାର ଲୋକମାନେ ମୋର
ଓ ମୋର ଦ୍ରାକ୍ଷାକ୍ଷେତ ବିଷୟରେ ବିଗ୍ଭର କର।
4 ମୋର ଏହି ଦ୍ରାକ୍ଷାକ୍ଷେତ ପାଇଁ ମୁଁ ଅଧିକ କ’ଣ କରି ପାରିଥା’ନ୍ତି?
ଯାହା କରିବା କଥା ମୁଁ ସବୁ କରିଥିଲି।
ମୁଁ ଉତ୍ତମ ଦ୍ରାକ୍ଷାଫଳ ଫଳିବ ବୋଲି ଆଶା କରିଥିଲି,
ମାତ୍ର ସେଥିରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।
ଏହା କାହିଁକି ଘଟିଲା?
5 “ବର୍ତ୍ତମାନ ମୁଁ ମୋର ଦ୍ରାକ୍ଷାକ୍ଷେତ ପାଇଁ କ’ଣ କରିବି
ତାହା ତୁମ୍ଭମାନଙ୍କୁ କହିବି।
ଏହି କ୍ଷେତକୁ ରକ୍ଷା କରୁଥିବା କଣ୍ଟାବାଡ଼କୁ ମୁଁ କାଢ଼ିନେବି
ଏବଂ ତାକୁ ପୋଡ଼ି ଦେବି।
ସେହି ପଥର ପ୍ରାଚୀରକୁ ଭାଙ୍ଗିପକାଇବି
ଏବଂ ସେଗୁଡ଼ିକୁ ପଦଦଳିତ କରିବି।
6 ମୋର ସେହି ଦ୍ରାକ୍ଷାକ୍ଷେତକୁ ଉଜାଡ଼ି ନେବି।
କୌଣସି ବ୍ୟକ୍ତି ସେ ଗଛ ଗୁଡ଼ିକର ଯତ୍ନ ନେବ ନାହିଁ
କିମ୍ବା ସେହି କ୍ଷେତରେ କେହି କୋଡ଼ାକୋଡ଼ି କରିବେ ନାହିଁ।
ସେଠାରେ କଣ୍ଟା ଓ ଅନାବନା ଘାସ ଜନ୍ମିବ।
ସେହି କ୍ଷେତରେ ବର୍ଷାଜଳ ନ ପଡ଼ିବା ପାଇଁ ମୁଁ ମେଘକୁ ଆଦେଶ ଦେବି।”
7 ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ।
ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ
ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା।
ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା।
ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।
ଦୁଇ ପ୍ରକାରର ଫଳ(A)
43 “ଗୋଟିଏ ଭଲ ଗଛରେ ଖରାପ ଫଳ ଫଳେ ନାହିଁ। ଠିକ୍ ସେହିଭଳି ଗୋଟିଏ ଖରାପ ଗଛରେ ଭଲ ଫଳ ଫଳେ ନାହିଁ। 44 ପ୍ରତ୍ୟେକ ଗଛ ତା’ର ଫଳ ଦ୍ୱାରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷାକୋଳି ପାଆନ୍ତି ନାହିଁ। 45 ଜଣେ ଭଲ ଲୋକର ମନ ଭିତରେ ଭଲ ବିଷୟ ସଞ୍ଚିତ ହୋଇ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତରେ ଖରାପ ବିଷୟ ସଞ୍ଚିତ ହୋଇ ରିହଥାଏ। ତେଣୁ ତା’ ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତରେ ଯାହା ଥାଏ, ସେ ତାହା କହିଥାଏ।
2010 by World Bible Translation Center