Revised Common Lectionary (Semicontinuous)
ପରମେଶ୍ୱରଦତ୍ତ “ଖାଦ୍ୟ” ପ୍ରକୃତ ସନ୍ତୋଷ ଦିଏ
55 “ହେ ତୃଷାର୍ତ୍ତଗଣ, ତୁମ୍ଭେମାନେ ଜଳ ନିକଟକୁ ଆସ,
ପୁଣି ଅର୍ଥଶୂନ୍ୟ ବ୍ୟକ୍ତି ମଧ୍ୟ ଆସୁ।
ତୁମ୍ଭେମାନେ ଆସ, କିଣ ଓ ଭୋଜନ କର।
ହଁ, ଆସ, ଅର୍ଥ ଓ ବିନା ମୂଲ୍ୟରେ ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
2 ଅଖାଦ୍ୟ ପାଇଁ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ।
ପୁଣି ଯାହା ତୃପ୍ତିକର ନୁହେଁ ସେଥିପାଇଁ କାହିଁକି ପରିଶ୍ରମ କରୁଅଛ।
ତେଣୁ ମନୋଯୋଗ ସହକାରେ ଆମ୍ଭ କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର।
ପୁଣି ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ଆତ୍ମାକୁ ସନ୍ତୁଷ୍ଟ ହେବାକୁ ଦିଅ।
3 କର୍ଣ୍ଣଡେରି ଶୁଣ ଓ ଆମ୍ଭ ନିକଟକୁ ଆସ।
ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ।
ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି
ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
4 ଦେଖ, ଆମ୍ଭେ ତାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀରୂପେ,
ଗୋଷ୍ଠୀବର୍ଗରେ ଶାସକ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”
5 ଅଜ୍ଞାତ ଗୋଷ୍ଠୀକୁ ତୁମ୍ଭେ ଆହ୍ୱାନ କରିବ
ଓ ତୁମ୍ଭକୁ ନ ଜାଣିଥିବା ଗୋଷ୍ଠୀ ତୁମ୍ଭ ନିକଟକୁ ଦୌଡ଼ିବେ।
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପାଇଁ ଏହା ଘଟିବ।
କାରଣ ସେ ତୁମ୍ଭକୁ ଗୌରବାନ୍ୱିତ କରିଅଛନ୍ତି।
6 ତେଣୁ ତୁମ୍ଭେମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କର,
ଯେହେତୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳିଅଛି।
ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି,
ସେ ପର୍ଯ୍ୟନ୍ତ ତାଙ୍କୁ ପ୍ରାର୍ଥନା କର।
7 ଦୁଷ୍ଟାଗ୍ଭରୀ ତା’ର ମନ୍ଦକାର୍ଯ୍ୟ
ଓ ଅଧାର୍ମିକ ତା’ର ମନ୍ଦ ଚିନ୍ତା ପରିତ୍ୟାଗ କରୁ।
ସେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସୁ ଏବଂ ସେ ତାକୁ ଦୟା କରିବେ।
ସେ ତାକୁ କ୍ଷମା କରି ଦେବେ।
ତାକୁ ପରମେଶ୍ୱରଙ୍କ ପାଖକୁ ଫେରିବାକୁ ଛାଡ଼ିଦିଅ।
ସେ ତାକୁ ବହୁଳ ଭାବରେ କ୍ଷମା କରିବେ।
ପରମେଶ୍ୱରଙ୍କୁ ଲୋକେ ବୁଝିବେ ନାହିଁ
8 ସଦାପ୍ରଭୁ କୁହନ୍ତି, “ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ
ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।
9 ସଦାପ୍ରଭୁ ସ୍ୱୟଂ ଏହିକଥା କହିଛନ୍ତି, ଯେପରି ପୃଥିବୀଠାରୁ ସ୍ୱର୍ଗମଣ୍ଡଳ ଉଚ୍ଚତର
ସେହିପରି ଆମ୍ଭର ଚିନ୍ତାଧାରା ତୁମ୍ଭମାନଙ୍କର ଚିନ୍ତାଧାରାଠାରୁ ଉଚ୍ଚତର।
ସେହିପରି ଆମ୍ଭର ମାର୍ଗସବୁ ତୁମ୍ଭମାନଙ୍କ ମାର୍ଗଠାରୁ ଉଚ୍ଚତର।”
ଦାଉଦଙ୍କର ଏକ ଗୀତ, ସେ ଯିହୁଦା ମରୁଭୂମିରେ ଥିବା ବେଳେ ରଚିତ।
63 ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର।
ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି।
ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ
ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।
2 ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି।
ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
3 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ।
ମୋର ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।
4 ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି।
ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।
5 ଯେମନ୍ତ ମେଦ ଓ ମଜ୍ଜା, ସେହିପରି ମୋର ପ୍ରାଣ ପରିତୃପ୍ତ ହେବ।
ମୋ’ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବି।
6 ମୁଁ ଶଯ୍ୟା ଉପରେ ଗଡ଼ୁଥିବା ସମୟରେ ତୁମ୍ଭକୁ ମନେ କରିବି।
ରାତି ସମୟରେ ମଧ୍ୟ ମୁଁ ତୁମ୍ଭ ବିଷୟରେ ଭାବିବି।
7 ପ୍ରକୃତରେ ତୁମ୍ଭେ ମୋତେ ସାହାଯ୍ୟ କଲ।
ମୁଁ ତୁମ୍ଭର ପକ୍ଷ ତଳେ ଆଶ୍ରୟ ନେଇ ଆନନ୍ଦରେ ଗାନ କରିବି।
8 ମୁଁ ତୁମ୍ଭଠାରେ ଲାଗିରହେ।
ତୁମ୍ଭର ଡାହାଣ ହସ୍ତ ମୋତେ ସମର୍ଥନ କରେ।
ଯିହୂଦୀମାନଙ୍କ ଭଳି ହୁଅ ନାହିଁ
10 ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମୋଶାଙ୍କୁ ଅନୁସରଣ କରିଥିଲେ) କ’ଣ ହେଲା ତାହା ତୁମ୍ଭେମାନେ ଜାଣି ରଖ। ପରମେଶ୍ୱର ସେମାନଙ୍କୁ ମେଘ ସ୍ତମ୍ଭ ଦ୍ୱାରା ସୁଫ ସାଗରକୁ ପାର କରାଇଥିଲେ। 2 ସେମାନେ ମେଘ ଓ ସମୁଦ୍ରରେ ମୋଶାଙ୍କ ଅନୁଗାମୀ ଭାବେ ଡୁବିତ ହୋଇଥିଲେ। 3 ସେମାନେ ଏକମାତ୍ର ଆଧ୍ୟାତ୍ମିକ ଶୈଳ ସଦୃଶ ଖ୍ରୀଷ୍ଟଙ୍କଠାରୁ ସମାନ ଆତ୍ମିକ ଭୋଜନ କରିଥିଲେ। 4 ଓ ସମସ୍ତେ ସମାନ ଆତ୍ମିକ ପାନୀୟରୁ ପାନ କରିଥିଲେ। ସେମାନେ ସେହି ଆତ୍ମିକ ପଥରରୁ ବାହାରିବା ପାଣି ପିଇଥିଲେ। ସେହି ପଥର ଖ୍ରୀଷ୍ଟ ଥିଲେ। 5 କିନ୍ତୁ ସେମାନଙ୍କ ଭିତରୁ ଅଧିକଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ନ ଥିଲେ। ସେଥିପାଇଁ ସେମାନେ ମରୁ ପ୍ରାନ୍ତରରେ ମରିଗଲେ।
6 ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ୱରୂପ ଅଛି, ଅତଏବ ଆମ୍ଭେ ସେମାନଙ୍କ ଭଳି ମନ୍ଦ କାର୍ଯ୍ୟ କରିବା ପାଇଁ ଇଚ୍ଛା କରିବା ନାହିଁ। 7 ସେମାନଙ୍କ ଭିତରେ କେତେକଙ୍କ ଭଳି ମୂର୍ତ୍ତିପୂଜା କର ନାହିଁ। ଶାସ୍ତ୍ର କୁହେ: “ଲୋକେ ଖାଇବା ଓ ପିଇବା ପାଇଁ ବସିଲେ ଓ ନାଚିବା ପାଇଁ ଉଠିଲେ।” [a] 8 ସେମାନଙ୍କ ଭିତରୁ ଯେପରି କେତେକ ଯୌନଗତ ପାପ କଲେ, ଆମ୍ଭେ ସେଭଳି କେବେ କରିବା ନାହିଁ। ସେମାନେ ପାପ କରିଥିବା ହେତୁରୁ ସେମାନଙ୍କ ଭିତରୁ 23,000 ଲୋକ ଗୋଟିଏ ଦିନରେ ମରିଗଲେ। 9 ସେମାନଙ୍କ ଭଳି ଆମ୍ଭେ ଖ୍ରୀଷ୍ଟଙ୍କୁ ପରୀକ୍ଷା କରିବା ଉଚିତ୍ ନୁହେଁ। ପ୍ରଭୁଙ୍କୁ କରିଥିବାରୁ ସେମାନେ ସାପ କାମୁଡ଼ାରେ ମଲେ। 10 ସେମାନଙ୍କ ଭିତରୁ କେତେକଙ୍କ ଭଳି ଆପତ୍ତି ଅଭିଯୋଗ କରିବା ଉଚିତ୍ ନୁହେଁ। ଏହି ଅଭିଯୋଗକାରୀମାନେ ବିନାଶକାରୀ (ସ୍ୱର୍ଗଦୂତ)ଙ୍କ ହାତରେ ମଲେ।
11 ସେମାନଙ୍କ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ୱରୂପ। ସମସ୍ତ ପ୍ରାଚୀନ ଇତିହାସରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚେତନା ଦେବା ଉଦ୍ଦେଶ୍ୟରେ ଲେଖା ଯାଇଛି। 12 ଅତଏବ, ଯେଉଁ ଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହୋଇଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ। 13 କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।
ହୃଦୟ ପରିବର୍ତ୍ତନ କର
13 ସେତେବେଳେ ଯୀଶୁଙ୍କ ପାଖରେ କେତେକ ଲୋକ ଥିଲେ। ଗାଲିଲୀର କେତେକ ଲୋକଙ୍କର ଯାହା ଘଟିଥିଲା, ସେହି ବିଷୟରେ ସେମାନେ ଯୀଶୁଙ୍କୁ କହିଲେ। ସେମାନେ ଉପାସନା କରୁଥିବା ସମୟରେ ପୀଲାତ [a] ସେହି ଲୋକମାନଙ୍କୁ ହତ୍ୟା କରିଥିଲେ, ଓ ବଳିପଶୁମାନଙ୍କ ରକ୍ତ ସହିତ ସେମାନଙ୍କ ରକ୍ତକୁ ମିଶାଇଥିଲେ। 2 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କ’ଣ ଭାବୁଛ ଯେ ଏହି ଲୋକମାନେ ଗାଲିଲୀର ସବଠାରୁ ଅଧିକ ପାପୀ ଥିଲେ ବୋଲି ସେମାନଙ୍କୁ ଏ ଦଶା ଭୋଗିବାକୁ ପଡ଼ିଲା? 3 ନା, ସେମାନେ ତାହା ନ ଥିଲେ। କିନ୍ତୁ ତୁମ୍ଭେମାନେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ ତେବେ ତୁମ୍ଭେମାନେ ମଧ୍ୟ ସେହି ଲୋକମାନଙ୍କ ଭଳି ଧ୍ୱଂସ ପାଇଯିବ। 4 ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ଭାଙ୍ଗି ପଡ଼ିଲା, ତୁମ୍ଭେମାନେ କ’ଣ ଭାବୁଛ ଯେ ସେମାନେ ଯିରୁଶାଲମରେ ରହୁଥିବା ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ ପାପୀ ଥିଲେ? 5 ନା, ସେମାନେ ତା’ ନ ଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀରେ ପରିବର୍ତ୍ତନ ନ ଆଣିବ, ତେବେ ତୁମ୍ଭେମାନେ ସବୁ ବିନଷ୍ଟ ହେବ।”
ଅଦରକାରୀ ଗଛ
6 ଯୀଶୁ ପୁଣି ଏହି ଦୃଷ୍ଟାନ୍ତଟି କହିଲେ, “କୌଣସି ଗୋଟିଏ ଲୋକ ତା ବଗିଗ୍ଭରେ ଡିମ୍ବିରିଗଛଟିଏ ଲଗାଇଥିଲା। ଗଛରେ ଫଳ ଆସିଛି କି ନାହିଁ ତାହା ଦେଖିବାକୁ ସେ ଆସିଥିଲା। କିନ୍ତୁ ଗୋଟିଏ ହେଲେ ଫଳ ପାଇଲା ନାହିଁ। 7 ତେଣୁ ସେ ବଗିଗ୍ଭ ଦାୟିତ୍ୱରେ ଥିବା ଗ୍ଭକରକୁ କହିଲା, “ଦେଖ, ମୁଁ ତିନି ବର୍ଷ ହେଲା ଏ ଡିମ୍ବିରିଗଛରେ ଫଳ ଆସିବ ବୋଲି ଅପେକ୍ଷାକରି ଆସୁଛି। କିନ୍ତୁ ଗୋଟିଏ ହେଲେ ଫଳ ମୁଁ ପାଉ ନାହିଁ। ଏ ଗଛଟା କାଟିଦିଅ, କାହିଁକି ଅଯଥାରେ ସେ ଗଛଟା ମାଟି ଖରାପ କରିବ?’ 8 କିନ୍ତୁ ଗ୍ଭକରଟି କହିଲା, ‘ମାଲିକ, ଆଉ ବର୍ଷକ ପାଇଁ ଏହାକୁ ଛାଡ଼ିଦିଅ। ମୁଁ ଏହାର ଗ୍ଭରିପଟେ ଗାତ ଖୋଳି ଖତସାର ଦେବି। 9 କାଳେ ଆସନ୍ତା ବର୍ଷ ଗଛରେ ଫଳ ଆସି ପାରେ। ଯଦି ଆସନ୍ତା ବର୍ଷ ଗଛରେ ଫଳ ନ ଆସିବ, ତେବେ ତୁମ୍ଭେ ଏହାକୁ କାଟି ଦେଇପାର।’”
2010 by World Bible Translation Center