Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍ ପାଇଁ ଦାଉଦଙ୍କର ଗୀତ।
39 ମୁଁ କହିଲି, “ମୁଁ ଏଣିକି ଯାହା ବିଷୟରେ କହିବି ସାବଧାନ ହେବି।
ମୁଁ ମୋର ଜିହ୍ୱାକୁ ପାପ କରିବାକୁ ସୁଯୋଗ ଦେବି ନାହିଁ।
ମୁଁ ଯେତେବେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି,
ମୁଁ ମୋର ମୁଖକୁ ବନ୍ଦ ରଖିବି।”
2 ତେଣୁ ମୁଁ କିଛି କହିଲି ନାହିଁ।
ଏପରିକି ମୁଁ କିଛି ଭଲ କଥା ମଧ୍ୟ କହିବି ନାହିଁ।
କିନ୍ତୁ ଏହା ଦ୍ୱାରା ମୁଁ ଅଧିକ କ୍ରୋଧୀ ହେଲି।
3 ମୁଁ ଅତି କ୍ରୋଧିତ ଥିଲି।
ମୁଁ ଯେତେବେଳେ ମୋର କ୍ରୋଧ ବିଷୟରେ ଭାବିଲି ଆହୁରି ଅଧିକ କ୍ରୋଧୀ ହେଲି।
ତେଣୁ ମୁଁ ଜିହ୍ୱାରେ କିଛି କହି ପକାଇଲି।
4 ହେ ସଦାପ୍ରଭୁ, ତୁମ୍ଭେ ମୋତେ କୁହ ବର୍ତ୍ତମାନ ମୋର ଅବସ୍ଥା କ’ଣ ହେବ?
ମୋତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି?
ମୋତେ ତୁମ୍ଭେ ଜଣାଅ ପ୍ରକୃତରେ ମୋର ଜୀବନକାଳ ଆଉ କେତେ ଦିନ ଅଛି।
5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଗୋଟିଏ କ୍ଷଣସ୍ଥାୟୀ ଜୀବନ ଦେଇଛ।
ମୋର କ୍ଷଣସ୍ଥାୟୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ।
ପ୍ରତ୍ୟେକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ଯାହାକି ଖୁବ୍ ଶୀଘ୍ର ଭାସିଯାଏ, କେହି ଚିରଦିନ ବଞ୍ଚିରହେ ନାହିଁ।
6 ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ।
ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ।
କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ୟୁପରେ ସେ ସବୁକୁ କିଏ ପାଇବ।
7 ହେ ମୋର ପ୍ରଭୁ, ମୋର ଆଉ କ’ଣ ଆଶା ଅଛି?
ତୁମ୍ଭେ ମୋର ସମସ୍ତ ଆଶା ଓ ଭରସା।
8 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସମସ୍ତ ଅଧର୍ମରୁ ଉଦ୍ଧାର କର।
ମୋତେ ମୂର୍ଖ ଲୋକମାନଙ୍କ ଦ୍ୱାରା ନିନ୍ଦାପାତ୍ର କର ନାହିଁ।
9 ମୁଁ ମୋର ପାଟି ଖୋଲି ନାହିଁ।
ମୁଁ କିଛି କହି ନାହିଁ।
ହେ ସଦାପ୍ରଭୁ ତୁମ୍ଭେ ଯାହା କରିବା କଥା ତାହା କରିଛ।
10 ହେ ପରମେଶ୍ୱର, ମୋତେ ଆଉ ଦଣ୍ଡ ଦିଅ ନାହିଁ।
ଯଦି ତୁମ୍ଭେ ମୋତେ ଦଣ୍ଡ ଦେବା ବନ୍ଦ କରିବ ନାହିଁ, ତୁମ୍ଭେ ମୋତେ ଧ୍ୱଂସ କରିଦେବ।
11 ହେ ସଦାପ୍ରଭୁ, ଯେଉଁମାନେ ଅପରାଧ କରନ୍ତି, ସେମାନଙ୍କୁ ତୁମ୍ଭେ ଦଣ୍ଡ ଦିଅ।
ଉଚିତ୍ ଶିକ୍ଷା ଦେବା ପାଇଁ ଓ ସତ୍ ମାର୍ଗରେ ଯିବା ପାଇଁ କୀଟ ଯେପରି ଲୁଗାକୁ ନଷ୍ଟ କରିଦିଏ, ସେହିଭଳି ତୁମ୍ଭେ ସେହି ବ୍ୟକ୍ତିଙ୍କର ମୂଲ୍ୟବାନ୍ ବସ୍ତୁକୁ ଧ୍ୱଂସ କର।
ହଁ, ଆମ୍ଭର ଜୀବନ ସବୁ, ଛୋଟିଆ ବାଦଲ ଖଣ୍ଡ ପରି ଯାହା ଖୁବ୍ ଶୀଘ୍ର ମଳାଇ ହୋଇଯାଏ।
12 ହେ ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣ।
ମୁଁ ଯାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ।
ମୋର ଲୋତକକୁ ଗ୍ଭହଁ, ମୁଁ ଜଣେ ପଥିକ ଯିଏ କି ତୁମ୍ଭ ସହିତ ଜୀବନ କଟାଉଛି।
ମୋର ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ୟ ଏଠାରେ ଅଳ୍ପଦିନ ବଞ୍ଚିବି।
13 ହେ ସଦାପ୍ରଭୁ, ମୋତେ ତୁମ୍ଭେ ଏକୁଟିଆ ଛାଡ଼ିଦିଅ
ଓ ମୁଁ ମୃତ୍ୟୁମୁଖରେ ପଡ଼ି ନିଶ୍ଚିହ୍ନ ହେବା ପୂର୍ବରୁ ମୋତେ ତୁମ୍ଭେ ପ୍ରଫୁଲ୍ଲ ରଖ।
17 ଆଉ ମୋଶା ଏମାନଙ୍କୁ କିଣାନ ଦେଶରେ ଗୁପ୍ତଚର କାର୍ଯ୍ୟ କରିବାକୁ ପଠାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନେଗେଭକୁ ଯାଅ ଏବଂ ତା’ପରେ ପର୍ବତମୟ ଦେଶକୁ ଯାଅ। 18 ପୁଣି ସେହି ଦେଶ କିପରି, ତହିଁର ବାସିନ୍ଦାମାନେ ବଳବାନ୍ କି ଦୁର୍ବଳ ଓ ସେମାନେ ଅଳ୍ପ କି ଅନେକ ସେ ବିଷୟରେ ଅନୁସନ୍ଧାନ କର। 19 ପୁଣି ସେମାନେ ଯେଉଁ ଦେଶରେ ବାସ କରୁଛନ୍ତି ସେ ଦେଶ ଭଲ କି ମନ୍ଦ, ଯେଉଁ ନଗରରେ ବାସ କରନ୍ତି ତାହା କି ପ୍ରକାର, ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି, ତାହା ମଧ୍ୟ ଅନୁସନ୍ଧାନ କର। 20 ପୁଣି ସେହି ମାଟିର ଉତ୍କର୍ଷଣ ଖୋଳ, ଉର୍ବର କି ଅନୁର୍ବର। ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ଦ୍ରାକ୍ଷାଫଳ ପାଚିବାର ଥିଲା।
21 ତେଣୁ ସେମାନେ ସୀନ ମରୁଭୂମିରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ। 22 ଆଉ ସେମାନେ ଦକ୍ଷିଣ ଦିଗ ଦେଇ ହିବ୍ରୋଣରେ ଯାଇ ଉପସ୍ଥିତ ହେଲେ, ସେହି ସ୍ଥାନରେ ଅହୀମାନ୍, ଶେଶୟ, ତଲ୍ମୟ, ଏହିମାନେ ଅନାକର ବଂଶଧର ବାସ କରୁଥିଲେ। ମିଶରସ୍ଥିତ ସୋୟନର ସାତ ବର୍ଷ ପୂର୍ବେ ହିବ୍ରୋଣ ନିର୍ମାଣ ହୋଇଥିଲା। 23 ଏହା ପରେ ସେମାନେ ଇଷ୍କୋଲ ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇଜଣ ସାଙ୍ଗୀରେ ବହନ କଲେ, ସେମାନେ ମଧ୍ୟ କିଛି ଡାଳିମ୍ବ ଓ ଡିମ୍ବିରି ଫଳ ଆଣିଲେ। 24 ଇସ୍ରାଏଲର ଲୋକମାନେ ଯେଉଁ ଉପତ୍ୟକାରେ ଦ୍ରାକ୍ଷାପେଣ୍ଡା କାଟି ଥିଲେ, ସେଥି ସକାଶେ ସେହି ସ୍ଥାନ ଇଷ୍କୋଲ ଉପତ୍ୟକା ନାମରେ ପ୍ରସିଦ୍ଧ ହେଲା।
25 ସେମାନେ ଗ୍ଭଳିଶ୍ ଦିନ ସେହି ଦେଶ ଅନୁସନ୍ଧାନ କଲାପରେ ଫେରି ଆସିଲେ। 26 ଅନନ୍ତର ସେମାନେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନରେ ମୋଶାଙ୍କୁ ଭେଟିଲେ, ହାରୋଣ ଓ ଇସ୍ରାଏଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଗ୍ଭର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ। 27 ପୁଣି ସେମାନେ ବର୍ଣ୍ଣନା କରି ତାହାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ। ଏହା ଏକ ଦୁଗ୍ଧ-ମଧୁର ଦେଶ। ଏହା ହେଉଛି ସେହି ଦେଶର ଫଳ।
ପରମେଶ୍ୱରଙ୍କ ରାଜ୍ୟ କି ଭଳି(A)
18 ଯୀଶୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟ କିଭଳି? ମୁଁ ଏହାକୁ କାହା ସହିତ ତୁଳନା କରି ପାରିବି? 19 ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଜଣେ ଲୋକ ସେ ସୋରିଷ ମଞ୍ଜିଟି ତା’ ବଗିଗ୍ଭରେ ବୁଣେ। ମଞ୍ଜିଟିରୁ ଗଜା ବାହାରି ଗଛ ହୁଏ। ପକ୍ଷୀମାନେ ଏହାର ଡାଳରେ ବସା ବାନ୍ଧନ୍ତି।”
20 ଯୀଶୁ ପୁଣି କହିଲେ, “ମୁଁ ପରମେଶ୍ୱରଙ୍କ ରାଜ୍ୟ କାହା ସହିତ ତୁଳନା କରି ପାରିବି? 21 ଏହା ଖମୀର ଭଳି। ଜଣେ ସ୍ତ୍ରୀ ଲୋକ ରୋଟୀ ତିଆରି କରିବା ପାଇଁ ଗୋଟିଏ ବଡ଼ ପାତ୍ରରେ ଥିବା ଅଟା ସହିତ ଖମୀର ମିଶାଏ। ଖମୀର ସମସ୍ତ ଦଳାଅଟାକୁ ଫୁଲାଇ ଦିଏ।”
2010 by World Bible Translation Center