Revised Common Lectionary (Semicontinuous)
ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ
32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା’ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
2 ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।
3 ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
4 ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ।
5 କିନ୍ତୁ ତା’ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ।
6 ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
7 ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି।
8 ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି।
ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।
9 ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର।
କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।”
10 ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି,
କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।
11 ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ।
14 ସେହି ଦିନ ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କ ଆଗରେ ଯିହୋଶୂୟଙ୍କୁ ସମ୍ଭ୍ରାନ୍ତ କଲେ। ତହିଁରେ ଲୋକମାନେ ମୋଶାଙ୍କୁ ଯେପରି ଭୟ କରୁଥିଲେ, ସମ୍ମାନ କରୁଥିଲେ, ସେହିପରି ତାଙ୍କର ଜୀବନସାରା ତାଙ୍କୁ ଭୟ ଓ ସମ୍ମାନ କଲେ।
15 ଯେତେବେଳେ ଯାଜକମାନେ ନିୟମ-ସିନ୍ଦୁକ ନଦୀ ମଧ୍ୟରେ ପାର କରୁଥିଲେ ସେ ସମୟରେ ସେମାନେ ନଦୀରେ ଛିଡ଼ା ହୋଇଥିଲେ, ସେ ସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, 16 “ତୁମ୍ଭେ ଯାଜକମାନଙ୍କୁ ନିର୍ଦ୍ଦେଶ ଦିଅ ଯର୍ଦ୍ଦନ ନଦୀ ମଧ୍ୟରୁ ବାହାରକୁ ଆସିବା ପାଇଁ।”
17 ତେଣୁ ଯିହୋଶୂୟ ନିର୍ଦ୍ଦେଶ ଦେଇ ଯାଜକମାନଙ୍କୁ, କହିଲେ, “ଯର୍ଦ୍ଦନ ନଦୀରୁ ବାହାରକୁ ଆସ।”
18 ଯାଜକମାନେ ଯିହୋଶୂୟଙ୍କୁ ମାନିଲେ। ସେମାନେ ସେହି ପବିତ୍ର ସିନ୍ଦୁକକୁ ଧରି ନଦୀରୁ କୂଳକୁ ଆସିଲେ। ଯେତେବେଳେ ଯାଜକମାନଙ୍କର ପାଦ ନଦୀରୁ ବାହାରି ଆସିଲା, ଯର୍ଦ୍ଦନ ନଦୀ ପୂର୍ବପରି ବହିବାକୁ ଲାଗିଲା। ଏହି ନଦୀ ପୂର୍ବପରି ତା’ର କୂଳ ଲଙ୍ଘନ କଲା।
19 ପ୍ରଥମ ମାସର ଦଶମ ଦିନରେ ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିରୀହୋର ପୂର୍ବ ସୀମାସ୍ଥିତ ଗିଲ୍ଗଲ୍ଠାରେ ଛାଉଣି ସ୍ଥାପନ କଲେ। 20 ସେମାନେ ଯର୍ଦ୍ଦନରୁ ଆଣିଥିବା ସେହି ବାରଟି ଶିଳାଖଣ୍ଡକୁ ଯିହୋଶୂୟ ଗିଲ୍ଗଲ୍ଠାରେ ସ୍ଥାପନ କଲେ। 21 ତା’ପରେ ଯିହୋଶୂୟ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ଭବିଷ୍ୟତରେ ତୁମ୍ଭର ପିଲାମାନେ ସେମାନଙ୍କର ପିତାମାତାଙ୍କୁ ପଗ୍ଭରିବେ, ‘ଏ ପଥରଗୁଡ଼ିକ କ’ଣ?’ 22 ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ, ‘ଏହି ଶିଳାଖଣ୍ତଗୁଡ଼ିକ ଅତୀତର ସ୍ମୃତି, କିପରି ଇସ୍ରାଏଲର ଲୋକମାନେ ଶୁଖିଲା ଭୂମିରେ ଯର୍ଦ୍ଦନ ନଦୀ ପାର ହୋଇଥିଲେ। 23 ଆମ୍ଭେମାନେ ପାର ହେବାଯାଏ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କର ଶକ୍ତିବଳରେ ସୂଫସାଗର ଶୁଷ୍କ କରିଥିଲେ, ସେହିପରି ତୁମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନ ନଦୀ ଶୁଷ୍କ କଲେ।’ 24 ସଦାପ୍ରଭୁ ଏହିପରି କଲେ, କାରଣ ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁ ଶକ୍ତିଶାଳୀ ବୋଲି ଜାଣି ପାରିବେ, ସେଥିପାଇଁ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସର୍ବଦା ଭୟ ଓ ସମ୍ମାନ କରିବ।”
6 ଅତଏବ ଆମ୍ଭର ପୂର୍ଣ୍ଣ ଆଶା ଅଛି। ଆମ୍ଭେ ଜାଣୁ ଯେ, ଯେପର୍ଯ୍ୟନ୍ତ ଆମ୍ଭେ ଏହି ଦେହରେ ଅଛୁ ସେପର୍ଯ୍ୟନ୍ତ ଆମ୍ଭେ ପ୍ରଭୁଙ୍କଠାରୁ ଦୂରରେ ଅଛୁ। 7 ଆମ୍ଭେ ଯାହା ଦେଖୁ, ତା’ ସାହାଯ୍ୟରେ ନୁହେଁ, ମାତ୍ର ବିଶ୍ୱାସ ଦ୍ୱାରା ପରିଗ୍ଭଳିତ ହେଉ, ସେଥିପାଇଁ ମୁଁ କୁହେ ଯେ, ଆମ୍ଭମାନଙ୍କର ଆଶା ଅଛି। 8 ଆମ୍ଭେମାନେ ଏହି ଶରୀରରୁ ଦୂରକୁ ଯିବାକୁ ଓ ପ୍ରଭୁଙ୍କ ନିକଟସ୍ଥ ହେବାକୁ ଅଧିକ ପସନ୍ଦ କରୁ। 9 ଆମର ଏକମାତ୍ର ଉଦ୍ଦେଶ୍ୟ ପରମେଶ୍ୱରଙ୍କୁ ପ୍ରସନ୍ନ କରିବା। ଆମ୍ଭେ ଏହିଠାରେ ବାହ୍ୟିକ ଶରୀର ଧାରଣ କରି ରହୁ ବା ସେଠାରେ ପ୍ରଭୁଙ୍କ ସହିତ ରହୁ, ଆମ୍ଭେ ପ୍ରଭୁଙ୍କୁ ପ୍ରସନ୍ନ କରିବାକୁ ଗ୍ଭହୁଁ। 10 ଆମ୍ଭେ ସମସ୍ତେ ବିଗ୍ଭରିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କର ନ୍ୟାୟାସନ ଆଗରେ ଅବଶ୍ୟ ଠିଆ ହେବୁ। ଆମ୍ଭମାନଙ୍କ ଭିତରୁ ପ୍ରତ୍ୟେକ, ଏହି ପାର୍ଥିବ ଶରୀର ଧାରଣ କରିଥିଲାବେଳେ ଯାହାକିଛି ଭଲ ବା ମନ୍ଦ କରିଛୁ, ତା’ ପାଇଁ ପ୍ରତିଦାନ ପାଇବ।
ପରୋପକାରୀ ଲୋକେ ପରମେଶ୍ୱରଙ୍କ ମିତ୍ର ହୁଅନ୍ତି
11 ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ’ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ୟ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉ। ପରମେଶ୍ୱର ଜାଣନ୍ତି ଯେ, ଆମ୍ଭେ ପ୍ରକୃତରେ କ’ଣ ଓ ମୁଁ ଆଶାକରେ, ତୁମ୍ଭେ ମଧ୍ୟ ଆମ୍ଭର ପ୍ରକୃତ ପରିଚୟ ପାଇ ପାରିବ। 12 ଆମ୍ଭେ ତୁମ୍ଭମାନଙ୍କ ଆଗରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭେମାନେ ଗର୍ବ ଅନୁଭବ କରି ପାରିବ। ତା’ହେଲେ ପ୍ରତ୍ୟକ୍ଷ ଦିଶୁଥିବା ବିଷୟ ଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭେମାନେ ଉତ୍ତର ଦେଇ ପାରିବ। ସେ ଲୋକମାନେ ଜଣକର ହୃଦୟରେ କ’ଣ ଅଛି, ତହିଁ ପାଇଁ ସେମାନେ ମନୋଯୋଗ କରନ୍ତି ନାହିଁ। 13 ଆମ୍ଭେ ଯଦି ପାଗଳ, ତାହା ପରମେଶ୍ୱରଙ୍କ ପାଇଁ। 14 ଯଦି ଆମ୍ଭେ ଠିକ୍ ମନରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି। 15 ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ୟ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସେମାନେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ଯିଏ ମରି ଯାଇଥିଲେ ଓ ପୁନର୍ବାର ସେମାନଙ୍କ ପାଇଁ ଉତ୍ଥିତ ହେଲେ, ସେହି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।
2010 by World Bible Translation Center