Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 126

ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।

126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
    ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
    ଅନ୍ୟ ଜାତିର ଲୋକମାନେ କହିଲେ,
    “ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
    ତହିଁରେ ଆମ୍ଭେମାନେ ଖୁସୀ ଅଟୁ।

ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
    ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
    କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
    ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।

ଯାତ୍ରାପୁସ୍ତକ 12:21-27

21 ତେଣୁ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭର ପରିବାର ପାଇଁ ଏକ ମେଷଶାବକ ଆଣ ଓ ନିସ୍ତାରପର୍ବର ମେଷଶାବକକୁ ବଧ କର। 22 ବିଡ଼ାଏ ଏସୋବ୍ ନେଇ ପାତ୍ରରେ ଥିବା ରକ୍ତରେ ବୁଡ଼ାଇ ଦ୍ୱାରର କପାଳି ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ। ପୁଣି ପ୍ରଭାତ ଯାଏ ତୁମ୍ଭମାନଙ୍କର କେହିଗୃହ ଦ୍ୱାରର ବାହାରକୁ ନ ଯାଉ। 23 ସେହି ସମୟରେ ସଦାପ୍ରଭୁ ମିଶର ମଝିରେ ଯିବେ ଏବଂ ମିଶରୀୟମାନଙ୍କୁ ହତ୍ୟା କରିବେ। ସଦାପ୍ରଭୁ ଯେଉଁ ଦ୍ୱାରରେ ରକ୍ତ ଚିହ୍ନ ଦେଖିବେ ସେହି ଘରକୁ ଛାଡ଼ି ଦେବେ। ସେ ମୃତ୍ୟୁ ଦୂତକୁ ତୁମ୍ଭ ଘରେ ପଶି ତୁମ୍ଭକୁ ହତ୍ୟା କରିବାକୁ ଦେବେ ନାହିଁ। 24 ତୁମ୍ଭମାନଙ୍କୁ ଏହି ଆଜ୍ଞା ମାନିବାକୁ ହେବ। ଏହି ବ୍ୟବସ୍ଥା ତୁମ୍ଭମାନଙ୍କ ପାଇଁ ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ପାଇଁ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ସବୁଦିନ ପାଇଁ ପାଳନ କରିବା ଉଚିତ୍। 25 ତୁମ୍ଭମାନଙ୍କର ଏକଥା ଯେପରି ମନେ ରହେ ଏହା ତୁମ୍ଭେମାନେ ସେଠାରେ ମଧ୍ୟ ପାଳନ କରିବ, ସେହି ଭୂମି ସଦାପ୍ରଭୁ ତୁମ୍ଭମାନଙ୍କୁ ଦେବେ, ଯେହେତୁ ସେ ପ୍ରତିଜ୍ଞା କରିଥିଲେ। 26 ଯେତେବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଗ୍ଭରିବେ, ‘ତୁମ୍ଭେମାନେ କାହିଁକି ଏପରି ପର୍ବ ପାଳନ କରୁଛ?’ 27 ତୁମ୍ଭେମାନେ କହିବ, ‘ଏହା ହେଉଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ। କାରଣ ଯେତେବେଳେ ଆମ୍ଭେ ମିଶରରେ ଥିଲୁ, ସଦାପ୍ରଭୁ ସେତେବେଳେ ଆମ୍ଭମାନଙ୍କୁ ଛାଡ଼ି କେବଳ ମିଶରବାସୀମାନଙ୍କୁ ଆଘାତ କରିଥିଲେ। ସଦାପ୍ରଭୁ ମିଶରବାସୀମାନଙ୍କୁ ହତ୍ୟା କଲାବେଳେ ଆମ୍ଭମାନଙ୍କୁ ସୁରକ୍ଷା ଦେଇଥିଲେ।’”

ଯେଉଁଥିପାଇଁ ବର୍ତ୍ତମାନ ଲୋକମାନେ ନତମସ୍ତକ ହୋଇ ପ୍ରଣାମ କଲେ।

ଯୋହନ ଲିଖିତ ସୁସମାଗ୍ଭର 11:45-57

ଯୀଶୁଙ୍କୁ ମାରିବା ପାଇଁ ଯିହୂଦୀ ନେତାମାନଙ୍କର ଯୋଜନା(A)

45 ସେଠାରେ ମରିୟମଙ୍କୁ ଦେଖା କରିବା ନିମନ୍ତେ ଅନେକ ଯିହୂଦୀ ଆସିଥିଲେ। ସେମାନେ ସମସ୍ତେ ଯୀଶୁଙ୍କର କାର୍ଯ୍ୟ ଦେଖିଲେ। ସେମାନଙ୍କ ଭିତରୁ ଅନେକ ଯିହୂଦୀ ତାହାଙ୍କୁ ବିଶ୍ୱାସ କଲେ। 46 କିନ୍ତୁ କେତେକ ଯିହୂଦୀ ଫାରୂଶୀମାନଙ୍କ ପାଖକୁ ଫେରିଗଲେ। ସେମାନେ ଫାରୂଶୀମାନଙ୍କୁ ଯୀଶୁ କରିଥିବା କାର୍ଯ୍ୟ ବର୍ଣ୍ଣନା କଲେ। 47 ତା’ପରେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯିହୂଦୀ ପରିଷଦର ଗୋଟିଏ ସଭା ଡାକିଲେ। ସେମାନେ କହିଲେ, “ଆମ୍ଭର କ’ଣ କରିବା ଉଚିତ୍? ଏହି ଲୋକ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛି। 48 ଯଦି ଆମ୍ଭେ ତାକୁ ଏଭଳି କାର୍ଯ୍ୟ କରିବା ପାଇଁ ଛାଡ଼ିଦେବା, ତାହାକୁ ସମସ୍ତେ ବିଶ୍ୱାସ କରିବେ। ତା’ପରେ ରୋମୀୟମାନେ ଆସି ଆମ ମନ୍ଦିର ଓ ଆମ୍ଭ ଜାତି ଉଭୟକୁ ନଷ୍ଟ କରିଦେବେ।”

49 ସେମାନଙ୍କ ମଧ୍ୟରୁ କୟାଫା ନାମକ ଜଣେ ବ୍ୟକ୍ତି ଥିଲେ। ସେ ସେହି ବର୍ଷପାଇଁ ମହାଯାଜକ ଥିଲେ। କୟାଫା କହିଲେ, “ତୁମ୍ଭେ ସବୁକିଛି ଜାଣି ନାହଁ। 50 ସମଗ୍ର ଜାତି ଧ୍ୱଂସ ପାଇବା ଅପେକ୍ଷା ଜଣେ ଲୋକ ଜନସାଧାରଣଙ୍କ ପାଇଁ ମରିବା ଉତ୍ତମ। କିନ୍ତୁ ତୁମ୍ଭେ ତାହା ଅନୁଭବ କରୁ ନାହଁ।”

51 ‌କୟାଫା ନିଜେ ସେହି କଥା ଭାବି ପାରି ନ ଥିଲେ। ଯେ ସେ ବାସ୍ତବରେ ଭବିଷ୍ୟ‌‌‌ଦ୍‌‌‌ବାଣୀ କରିଥିଲେ, ଯୀଶୁ ଯିହୂଦୀୟ ଜାତି ପାଇଁ ପ୍ରାଣ ଦେବେ। 52 ହଁ, ଯୀଶୁ ଯିହୂଦୀ ଲୋକମାନଙ୍କ ପାଇଁ ନିଜ ଜୀବନ ଦେବେ। କିନ୍ତୁ ସେ ପରମେଶ୍ୱରଙ୍କ ଅନ୍ୟ ସନ୍ତାନମାନଙ୍କ ପାଇଁ ମଧ୍ୟ ଜୀବନ ଦେବେ, ଯେଉଁମାନେ ଜଗତର ଗ୍ଭରିଆଡ଼େ ଛିନ୍ନଭିନ୍ନ ହୋଇ ରହିଛନ୍ତି। ସେମାନଙ୍କୁ ଏକାଠି କରିବା ପାଇଁ ଓ ସମସ୍ତଙ୍କୁ ଏକ କରିବା ପାଇଁ ଯୀଶୁ ମୃତ୍ୟୁ ଭୋଗ କରିବେ।

53 ସେହି ଦିନଠାରୁ ଯିହୂଦୀନେତାମାନେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ। 54 ତେଣୁ ଯୀଶୁ ଯିହୂଦୀମାନଙ୍କ ମଧ୍ୟରେ ଖୋଲାଖୋଲି ଭାବରେ ଯାତ୍ରା କରିବା ବନ୍ଦ କରିଦେଲେ। ସେ ଯିରୁଶାଲମ ଛାଡ଼ି ମରୁଭୂମି ପାଖଥିବା ଗୋଟିଏ ସ୍ଥାନକୁ ଗ୍ଭଲିଗଲେ। ସେହି ସହରର ନାମ ଏଫ୍ରୟିମ । ସେ ସେଠାରେ ନିଜ ଶିଷ୍ୟମାନଙ୍କ ସହିତ ରହିଲେ।

55 ଯିହୂଦୀମାନଙ୍କର ପବିତ୍ର ନିସ୍ତାରପର୍ବର ସମୟ ପାଖେଇ ଆସିଲା। ଅନେକ ଲୋକ ନିସ୍ତାରପର୍ବ ପୂର୍ବରୁ ଗ୍ରାମାଞ୍ଚଳରୁ କିଛି ଦିନ ଆଗରୁ ଯିରୁଶାଲମରେ ଆସି ପହଞ୍ଚିଲେ, ସେମାନେ ପର୍ବ ପାଇଁ ନିଜକୁ ପବିତ୍ର କରିବା ଉଦ୍ଦେଶ୍ୟରେ ବିଶେଷ କର୍ମ କରିବାକୁ ଗଲେ। 56 ସେମାନେ ଯୀଶୁଙ୍କୁ ଖୋଜିଲେ। ସେମାନେ ମନ୍ଦିର ପରିସରରେ ପରସ୍ପରକୁ ପଗ୍ଭରିଲେ, “ସେ କ’ଣ ନିସ୍ତାରପର୍ବକୁ ଆସୁଛନ୍ତି? ତୁମ୍ଭେ କ’ଣ ଭାବୁଛ?” 57 କିନ୍ତୁ ମହାଯାଜକ ଓ ଫାରୂଶୀମାନେ ଯୀଶୁଙ୍କ ସମ୍ବନ୍ଧରେ ଗୋଟିଏ ବିଶେଷ ଆଦେଶ ଦେଇଥିଲେ। ସେମାନେ ଘୋଷଣା କରିଥିଲେ ଯେ, ଯୀଶୁ କେଉଁଠାରେ ଅଛନ୍ତି ଏହା ଜାଣିଥିବା ବ୍ୟକ୍ତି ସଙ୍ଗେ ସଙ୍ଗେ ସେମାନଙ୍କୁ ଜଣାଇବ। ତେବେ ମୁଖ୍ୟ ଯାଜକ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରି ପାରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center