Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ।
20 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ।
ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।
2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ।
ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।
3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ।
ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ।
4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ।
ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ।
ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା।
ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।
6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି।
ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି।
ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି।
ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି
କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।
8 ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ।
ଆମ୍ଭେ ବିଜୟୀ ଦଳ।
9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ
କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।
ଯୋଥମର କାହାଣୀ
7 ଯୋଥମ୍ ଜାଣିବାକୁ ପାଇଲେ ଯେ, ନଗରର ସମସ୍ତ ଲୋକ ଶିଖିମର ନେତୃବର୍ଗ ଅବୀମେଲକକୁ ସେମାନଙ୍କର ରାଜା କରିଛନ୍ତି। ଏ କଥା ଶୁଣି ସେ ଗରିଷୀମ ପର୍ବତ ଉପରେ ଠିଆ ହୋଇ ଲୋକମାନଙ୍କୁ ଉଚ୍ଚସ୍ୱରରେ କହିଲେ, ତୁମ୍ଭେ ଶିଖିମ ନଗରର ନେତୃବର୍ଗଗଣ,
“ମୋ’ କଥା ଶୁଣ, ତା’ପରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।
8 “ଏକ ସମୟରେ ବୃକ୍ଷସବୁ ନିଜ ଉପରେ ରାଜା ଅଭିଷେକ କରିବାକୁ ଗଲେ। ସେମାନେ ଜୀତ ବୃକ୍ଷକୁ କହିଲେ, ‘ତୁମ୍ଭେ ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
9 “ମାତ୍ର ବୃକ୍ଷ ସେମାନଙ୍କୁ କହିଲେ, ‘ମୋର ମୂଲ୍ୟବାନ୍ ତେଲ ଦ୍ୱାରା ମନୁଷ୍ୟ ଓ ପରମେଶ୍ୱର ସମ୍ମାନିତ ହୁଅନ୍ତି। ମୁଁ କ’ଣ ବୃକ୍ଷମାନଙ୍କ ପାଇଁ ଏଣେ ତେଣେ ଯାଇ ମୋର ମୂଲ୍ୟବାନ୍ ତେଲ ଦେବାକୁ ବନ୍ଦ କରି ଦେବି?’
10 “ତେଣୁ ବୃକ୍ଷମାନେ ଡିମ୍ବିରି ବୃକ୍ଷକୁ କହିଲେ, ‘ତୁମ୍ଭେ ଆସ ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’
11 “କିନ୍ତୁ ଡିମ୍ବିରି ବୃକ୍ଷ ଉତ୍ତର ଦେଲା, ‘କେବଳ ଅନ୍ୟ ବୃକ୍ଷମାନଙ୍କ ଉପରେ ଶାସନ କରିବାକୁ, ମୁଁ ମୋର ଉତ୍ତମ ସ୍ୱାଦିଷ୍ଟ ଫଳ ଉତ୍ପନ୍ନ କରିବା ବନ୍ଦ କରି ଦେବି କି?’
12 “ଏହା ପରେ ବୃକ୍ଷମାନେ ଦ୍ରାକ୍ଷାଲତାକୁ କହିଲେ, ‘ତୁମ୍ଭେ ଆସ ଆମ୍ଭମାନଙ୍କର ଉପରେ ରାଜତ୍ୱ କର।’
13 “କିନ୍ତୁ ଦ୍ରାକ୍ଷାଲତା ସେମାନଙ୍କୁ ଉତ୍ତରରେ କହିଲା, ‘କେବଳ ତୁମ୍ଭମାନଙ୍କ ଉପରେ ଶାସନ କରିବାକୁ ମୁଁ ଦ୍ରାକ୍ଷାରସ ଉତ୍ପନ୍ନ କରିବା ବନ୍ଦ କରି ଦେବି କି?, ଯେଉଁଗୁଡ଼ିକ ଦେବତାଗଣଙ୍କୁ ଓ ଲୋକମାନଙ୍କୁ ଖୁସୀ କରେ?’
14 “ଶେଷରେ ସମସ୍ତ ବୃକ୍ଷ କଣ୍ଟକ ବୃକ୍ଷକୁ କହିଲେ, ‘ଆସ ଆମ ଉପରେ ରାଜତ୍ୱ କର।’
15 “କିନ୍ତୁ କଣ୍ଟକ ବୃକ୍ଷ ସେମାନଙ୍କୁ କହିଲା, ‘ବାସ୍ତବରେ ତୁମ୍ଭେମାନେ ଯଦି ମୋତେ ତୁମ୍ଭମାନଙ୍କର ଶାସକ ହେବା ପାଇଁ ଗ୍ଭହୁଁଛ, ତେବେ ଆସ ମୋର ଛାଇରେ ବିଶ୍ରାମ ନିଅ। ନଚେତ୍ କଣ୍ଟକ ଲତାରୁ ଅଗ୍ନି ବାହାରି ଲିବାନୋନ୍ର ଏରସ ବୃକ୍ଷଗୁଡ଼ିକୁ ଗ୍ରାସ କରୁ।’
ଖ୍ରୀଷ୍ଟଙ୍କ ଶତ୍ରୁମାନଙ୍କର ପଥ ଅନୁସରଣ କର ନାହିଁ
18 ପିଲାମାନେ! ବର୍ତ୍ତମାନ ଶେଷକାଳ ଆସି ପହଞ୍ଚିଲାଣି। ତୁମ୍ଭେ ଯେପରି ଶୁଣିଥିଲ, ଖ୍ରୀଷ୍ଟଙ୍କ ଶତ୍ରୁ ଆସୁଛନ୍ତି, ଏବେ ସେହିପରି ଅନେକ ସଂଖ୍ୟାରେ ଖ୍ରୀଷ୍ଟ ବିରୋଧୀମାନେ ଦେଖା ଦେଲେଣି। ଏଥିରୁ ଆମ୍ଭେ ଜାଣି ପାରୁଛୁ ଯେ, ପ୍ରକୃତରେ ଶେଷ କାଳ ଆସି ପହଞ୍ଚିଛି। 19 ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଗ୍ଭଲିଗଲେ। ସେମାନେ ପ୍ରକୃତରେ ଆମ୍ଭ ନିଜର ନ ଥିଲେ। ଯଦି ସେମାନେ ଆମ୍ଭ ନିଜର ହୋଇଥା’ନ୍ତେ, ତେବେ ସେମାନେ ଆମ୍ଭ ସହିତ ରହିଥା’ନ୍ତେ। ସେମାନେ ଆମ୍ଭକୁ ଛାଡ଼ି ଗ୍ଭଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସେମାନେ ପ୍ରକୃତରେ ଆମ୍ଭର ନୁହନ୍ତି।
20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଦାନ [a] ପାଇଥିବାରୁ, ତୁମ୍ଭେ ସମସ୍ତେ ସତ୍ୟକୁ ଜାଣିଛ। 21 ମୁଁ ତୁମ୍ଭମାନଙ୍କ ପାଖକୁ ଲେଖିବାର କାରଣ କ’ଣ? ତୁମ୍ଭେ ସତ୍ୟକୁ ଜାଣି ନାହଁ ବୋଲି କ’ଣ ମୁଁ ଏହା ଲେଖୁଛି? ନା, ତୁମ୍ଭେ ଏହି ସତ୍ୟ ଜାଣିଥିବାରୁ ମୁଁ ଏହି ପତ୍ର ଲେଖୁଅଛି। ତୁମ୍ଭେ ମଧ୍ୟ ଜାଣିଛ ସତ୍ୟରୁ କେବେ ହେଲେ କୌଣସି ମିଥ୍ୟା ଉତ୍ପନ୍ନ ହୁଏ ନାହିଁ।
22 ତେବେ ମିଥ୍ୟାବାଦୀ କିଏ? ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ଅସ୍ୱୀକାର କରେ, ସେ ହେଉଛି ମିଥ୍ୟାବାଦୀ। ସେ ଖ୍ରୀଷ୍ଟଙ୍କର ଶତ୍ରୁ। ସେ ପରମ ପିତା ଓ ପୁତ୍ର ଦୁହିଁଙ୍କୁ ଅସ୍ୱୀକାର କରେ। 23 ଯେଉଁ ବ୍ୟକ୍ତି ପୁତ୍ରକୁ ବିଶ୍ୱାସ କରେ ନାହିଁ, ପିତା ତାହାଙ୍କଠାରେ ବାସ କରନ୍ତି ନାହିଁ। ଯେଉଁ ବ୍ୟକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠାରେ ପିତା ମଧ୍ୟ ଅଛନ୍ତି।
24 ତୁମ୍ଭେମାନେ ଆରମ୍ଭରୁ ଯାହା ଶିକ୍ଷା ପାଇଛ, ତାହା ପାଳନ କର। ତୁମ୍ଭେ ଯଦି ସେହି ଶିକ୍ଷା ଅନୁଯାୟୀ ଜୀବନ କାଟିବ, ତେବେ ତୁମ୍ଭେ ପିତା ପରମେଶ୍ୱର ଓ ପୁତ୍ରଙ୍କଠାରେ ରହିବ। 25 ପୁତ୍ର ଆମ୍ଭମାନଙ୍କୁ ଏହି ଅନନ୍ତ ଜୀବନ ଦେବେ ବୋଲି ପ୍ରତିଜ୍ଞା କରିଛନ୍ତି।
26 ଯେଉଁମାନେ ତୁମ୍ଭମାନଙ୍କୁ ଭୁଲ୍ ପଥରେ କଢ଼ାଇ ନେବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କୁ ଏହି କଥା ଲେଖୁଛି। 27 ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।
28 ପ୍ରିୟ ପିଲାମାନେ, ତାହାଙ୍କଠାରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭେମାନେ ଭରସାଯୁକ୍ତ ହୋଇ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସେହି ଦିନ ଆମ୍ଭକୁ ଲଜ୍ଜିତ ହେବାକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ।
2010 by World Bible Translation Center