Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 31:9-16

ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
    ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
    ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
    ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
    ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
    ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
    ଭୟ କରି ମୋ’ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
    ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
    ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
    ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।

14 ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ।
    ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
    କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
    ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
    ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 53:10-12

10 ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହେବ। 11 ଭୟଙ୍କର ଯାତନା ପରେ ମଧ୍ୟ ସେ ତୃପ୍ତ ହେବେ। ସେ ନିଜର ଜ୍ଞାନ ବଳରେ ପରିତୃପ୍ତ ହେବେ।

“ନିଜର ଧାର୍ମିକ ଦାସ ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହନ କରିବେ। 12 ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନେବେ। କାରଣ ସେ ମୃତ୍ୟୁ ମୁଖରେ ତାଙ୍କର ଜୀବନ ଦେଇ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ। ତଥାପି ସେ ଅନେକଙ୍କ ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।”

ଏବ୍ରୀ 2:1-9

ବ୍ୟବସ୍ଥା ଅପେକ୍ଷା ଆମ୍ଭର ପରିତ୍ରାଣ ସର୍ବଶ୍ରେଷ୍ଠ

ଅତଏବ, ଆମ୍ଭକୁ ଶିଖା ଯାଇଥିବା କଥାଗୁଡ଼ିକୁ ପାଳନ କରିବା ବିଷୟରେ ଅଧିକ ମନୋଯୋଗୀ ହେବା ଦରକାର, ନଚେତ୍ ସତ୍ୟମାର୍ଗରୁ ବିଚଳିତ ହୋଇ ପଥଭ୍ରଷ୍ଟ ହେବୁ। ସ୍ୱର୍ଗଦୂତମାନଙ୍କ ମାଧ୍ୟମରେ ପରମେଶ୍ୱର କହିଥିବା ଶିକ୍ଷା ସତ୍ୟ ବୋଲି ଦେଖାଇ ଦିଆଗଲା। ପ୍ରତ୍ୟେକ ଥର ଯିହୂଦୀମାନେ ତାହାର ବିରୁଦ୍ଧାଚରଣ କରି ଦଣ୍ଡ ପାଇଥିଲେ। ଯେତେବେଳେ ସେହି ଶିକ୍ଷାକୁ ସେମାନେ ଅବମାନନା କଲେ, ସେମାନେ ଦଣ୍ଡିତ ହେଲେ। ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବହେଳା କଲେ, ଆମ୍ଭେ ମଧ୍ୟ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ୟକ୍ତି, ଯିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟରେ କହିଲେ। ଯେଉଁମାନେ ଶୁଣିଲେ, ସେମାନେ ଆମ୍ଭକୁ ଏହାର ସତ୍ୟତା ପ୍ରମାଣ କରି ଦେଖାଇ ଦେଲେ। ଆଶ୍ଚର୍ଯ୍ୟକର୍ମ, ନାନାଦି ଚିହ୍ନ ଓ ଅନେକ ପ୍ରକାରର ଅ‌ଦ୍‌ଭୂତ କର୍ମ ଦ୍ୱାରା ପରମେଶ୍ୱର ମଧ୍ୟ ଏହାର ପ୍ରମାଣ ଦେଲେ। ପରମେଶ୍ୱର ଆପଣା ଇଚ୍ଛାନୁସାରେ ପବିତ୍ରଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ଏହା ପ୍ରମାଣିତ କରିଅଛନ୍ତି।

ଲୋକମାନଙ୍କୁ ରକ୍ଷା କରିବା ପାଇଁ ଯୀଶୁ ଖ୍ରୀଷ୍ଟ ମାନବ ଦେହ ଧାରଣ କଲେ

ଯେଉଁ ଭାବୀଜଗତ ବିଷୟରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ୱର ଦୂତମାନଙ୍କୁ ବାଛି ନାହାନ୍ତି। ଶାସ୍ତ୍ରରେ କୌଣସି ସ୍ଥାନରେ ଏପରି ଲେଖା ଅଛି:

“ପରମେଶ୍ୱର!
    ତୁମ୍ଭେ କାହିଁକି ମନୁଷ୍ୟ ବିଷୟରେ ଚିନ୍ତା କର?
ତୁମ୍ଭେ କାହିଁକି ମନୁଷ୍ୟ ସନ୍ତାନ ପାଇଁ ଚିନ୍ତିତ ହୁଅ?
    ସେ କ’ଣ ସତରେ ମହାନ ଅଟନ୍ତି ଯେ
ତୁମ୍ଭେ ସ୍ୱର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ୟୁନ କରିଅଛ?
    ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,
ଓ ପ୍ରତ୍ୟେକ ବିଷୟ ତା’ ନିୟନ୍ତ୍ରଣରେ ରଖିଅଛ।” (A)

ଯଦି ପରମେଶ୍ୱର ପ୍ରତ୍ୟେକ ବିଷୟକୁ ତା’ର ବଶୀଭୂତ କଲେ, ତାହାହେଲେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାଙ୍କ ନିୟନ୍ତ୍ରଣାଧୀନ ନୁହେଁ। କିନ୍ତୁ ଆମ୍ଭେ ଏବେ ସୁଦ୍ଧା ପ୍ରତ୍ୟେକ ବିଷୟ ଉପରେ ତାହାଙ୍କୁ କର୍ତ୍ତୃତ୍ୱ କରିବା ଦେଖି ପାରୁ ନାହୁଁ। ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ୱର୍ଗଦୂତମାନଙ୍କଠାରୁ ନିମ୍ନ ସ୍ତରରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ୟୁ ଅଟେ। ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଯୀଶୁ ପ୍ରତ୍ୟେକ ଲୋକଙ୍କ ପାଇଁ ମୃତ୍ୟୁ ବରଣ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center