Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 31:9-16

ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
    ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
    ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
    ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
    ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
    ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
    ଭୟ କରି ମୋ’ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
    ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
    ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
    ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।

14 ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ।
    ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
    କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
    ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
    ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 54:9-10

“କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ;
    ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ,
ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ
    କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।

10 ସଦାପ୍ରଭୁ ଯେ କି ତୁମ୍ଭ ପ୍ରତି କରୁଣା କରିଅଛନ୍ତି କୁହନ୍ତି:
    “ଯଦିଓ ପର୍ବତଗୁଡ଼ିକ ବିଚଳିତ ହୋଇ ଘୁଞ୍ଚିଯିବେ;
ଉପପର୍ବତଗୁଡ଼ିକ ଟଳି ପଡ଼ିବେ,
    ତଥାପି ଆମ୍ଭର ଦୟା ତୁମ୍ଭଠାରୁ ଦୂରେଇ ଯିବ ନାହିଁ
କିମ୍ବା ଆମ୍ଭର ଶାନ୍ତିର ବ୍ୟବସ୍ଥା ଟଳିବ ନାହିଁ।”

ଏବ୍ରୀ 2:10-18

10 ପରମେଶ୍ୱର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟ ଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଧିଷ୍ଟ। ଅନେକ ଲୋକ ଯେପରି ତାହାଙ୍କ ଗୌରବରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ୟମରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦେଖାଇଲେ।

11 ତେଣୁ ଯିଏ ପବିତ୍ର କରନ୍ତି, ଓ ଯେଉଁମାନେ ପବିତ୍ର ହୁଅନ୍ତି ଦୁହେଁ ଗୋଟିଏ ପରିବାରର ଅଟନ୍ତି। ଅତଏବ ଯୀଶୁ ସେମାନଙ୍କୁ ନିଜ ଭାଇ ଓ ଭଉଣୀ ଡାକିବାରେ ଲଜ୍ଜା ବୋଧ କରନ୍ତି ନାହିଁ। 12 ଯୀଶୁ କୁହନ୍ତି:

“ହେ ପରମେଶ୍ୱର, ମୁଁ ମୋର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭ ବିଷୟରେ କହିବି।
    ତୁମ୍ଭର ସବୁଲୋକ (ସାଧୁ) ମାନଙ୍କ ଆଗରେ, ମୁଁ ତୁମ୍ଭର ପ୍ରଶଂସା ପାଇବି।” (A)

13 ସେ ଆହୁରି କହନ୍ତି:

“ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରିବି।” (B)

ଓ ସେ କୁହନ୍ତି:

“ମୁଁ ଏହିଠାରେ ଅଛି, ଓ ପରମେଶ୍ୱରଙ୍କ ଦତ୍ତ ସନ୍ତାନଗଣ ମଧ୍ୟ ମୋ’ ସହିତ ଅଛନ୍ତି।” (C)

14 ସେହି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସେମାନଙ୍କ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସେହିପରି କରିବା ଦ୍ୱାରା, ଯୀଶୁ ମୃତ୍ୟୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ। 15 ମୃତ୍ୟୁ ଭୟରେ ସାରା ଜୀବନ ବନ୍ଧନ ଗ୍ରସ୍ତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ଯୀଶୁ ମାନବରୂପ ଧାରଣ କରି ମୃତ୍ୟୁ ବରଣ କଲେ। 16 କାରଣ ପ୍ରକୃତରେ ଯୀଶୁ ସ୍ୱର୍ଗଦୂତମାନଙ୍କ ପ୍ରତି ମନଯୋଗୀ ନ ହୋଇ ଅବ୍ରହାମଙ୍କର ସନ୍ତାନମାନଙ୍କୁ ସାହାଯ୍ୟ କରନ୍ତି। 17 ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। 18 ଯୀଶୁ ପରୀକ୍ଷିତ ହୋଇ ଦୁଃଖ ଭୋଗ କରିଥିବାରୁ ପରୀକ୍ଷିତ ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ସକ୍ଷମ ଅଟନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center