Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 42:1-9

ସଦାପ୍ରଭୁଙ୍କର ସ୍ୱତନ୍ତ୍ର ଦାସ

42 “ମୋର ଦାସକୁ ଦେଖ।
    ମୁଁ ତାକୁ ମନୋନୀତ କରିଅଛି।
ମୋର ଚିତ୍ତ ତାହାଠାରେ ସନ୍ତୁଷ୍ଟ।
    ମୁଁ ତାହା ଉପରେ
ନିଜର ଆତ୍ମାକୁ ସ୍ଥାପନ କରିଅଛି।
    ସେ ଅନ୍ୟଦେଶ ପ୍ରତି ନ୍ୟାୟ ବିଗ୍ଭର କରିବ।
ସେ ରାଜପଥରେ ଉଚ୍ଚସ୍ୱରରେ କହିବ ନାହିଁ
    କି ସେ ଚିତ୍କାର କରିବ ନାହିଁ।
ଏପରିକି ସେ ଗୋଟିଏ ଛେଗ୍ଭନଳ ଭାଙ୍ଗିବେ ନାହିଁ,
    ଏପରିକି ଗୋଟିଏ ନିଷ୍ଠୁର ବଳିତା ଲିଭାଇବେ ନାହିଁ।
    ସେ ନ୍ୟାୟ ବିଗ୍ଭର କରିବେ ଓ ସତ୍ୟ ଉ‌‌ଦ୍‌‌ଘାଟନ କରିବେ।
ସେ ପୃଥିବୀରେ ନ୍ୟାୟ ବିଗ୍ଭର ପ୍ରତିଷ୍ଠା ନ କରିବା ପର୍ଯ୍ୟନ୍ତ
    ନିସ୍ତେଜ କିମ୍ବା ହୀନବଳ ହେବେ ନାହିଁ।
    ଆଉ ଦ୍ୱୀପନିବାସୀ ତାଙ୍କର ପ୍ରଗ୍ଭରରେ ବିଶ୍ୱାସ ରଖିବେ।’

ସଦାପ୍ରଭୁ ଜଗତର ସୃଷ୍ଟିକର୍ତ୍ତା ଓ ଶାସନକର୍ତ୍ତା

ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି।

“ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ୱାନ କରୁଅଛି।
    ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି।
ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିଯୁକ୍ତ ଚିହ୍ନ ଦେବି,
    ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।
ତୁମ୍ଭେ ଅନ୍ଧମାନଙ୍କୁ ଚକ୍ଷୁସ୍ମାନ କରିବ,
    କାରାଗାରରୁ ବନ୍ଦୀମାନଙ୍କୁ ମୁକ୍ତ କରିବ
    ଓ ଅନ୍ଧକାରରେ ସଢୁଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାରକୁ ଆଣିବ।

“ମୁଁ ସଦାପ୍ରଭୁ
    ଓ ତାହା ହିଁ ମୋର ନାମ।
ମୋର ପ୍ରଶଂସା ଓ ମହିମା
    ମୁଁ ସେହି ଖୋଦିତ ପ୍ରତିମାଗଣକୁ ଦେବି ନାହିଁ।
ଦେଖ, ଆଦ୍ୟ ବିଷୟ ସିଦ୍ଧ ହେଲା।
    ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ।
ଭବିଷ୍ୟତରେ କ’ଣ କ’ଣ ଘଟିବ,
    ତାହା ତୁମ୍ଭକୁ ଜଣାଉ।”

ଗୀତସଂହିତା 36:5-11

ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ।
    ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।
ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ୟ ଅଧିକ ଉଚ୍ଚ
    ତୁମ୍ଭର ନ୍ୟାୟପ୍ରିୟତା ସମୁଦ୍ରଠାରୁ ଅଧିକ ଗଭୀର।
ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁମାନଙ୍କୁ ରକ୍ଷା କର।
    ତୁମ୍ଭର ପ୍ରେମ ଓ କରୁଣାଠାରୁ କିଛି ଅଧିକ ମୂଲ୍ୟବାନ ବସ୍ତୁ ନାହିଁ।
    ଲୋକମାନେ ଓ ସ୍ୱର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
ହେ ସଦାପ୍ରଭୁ, ସେମାନେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀୟାନ ହୁଅନ୍ତି।
    ତୁମ୍ଭେ ତୁମ୍ଭର ନଦୀରୁ ସେମାନଙ୍କୁ ପାନ କରିବାକୁ ଦିଅ।
ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହୀତ ହୁଏ
    ଓ ତୁମ୍ଭର ଆଲୋକ ଆମ୍ଭକୁ ଆଲୋକ ଦେଖାଏ।
10 ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି, ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସେମାନଙ୍କ ଉପରେ ରଖ
    ଓ ତୁମ୍ଭର ବିଶ୍ୱସ୍ତ ସେମାନଙ୍କ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।
11 ହେ ସଦାପ୍ରଭୁ, ଅହଂକାରୀ ଲୋକମାନେ ମୋତେ ଯେମିତି ଯନ୍ତାରେ ନ ପକାନ୍ତି।
    ମୁଁ ଯେମିତି ଦୁଷ୍ଟ ଲୋକମାନଙ୍କ ଦ୍ୱାରା ଧରା ନ ଯାଏ।

ଏବ୍ରୀ 9:11-15

ନୂତନ ନିୟମର ଉପାସନା

11 କିନ୍ତୁ ଏବେ ଖ୍ରୀଷ୍ଟ ମହାଯାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖରେ ଥିବା ସମସ୍ତ ଉତ୍ତମ ବିଷୟର ମହାଯାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁରେ ଆପଣା ସେବାକାର୍ଯ୍ୟ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ରେଷ୍ଠ ସ୍ଥଳରେ ସେବାକାର୍ଯ୍ୟ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାନ୍ତି। 12 ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନରେ ଛେଳି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘେନି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।

13 ଯେଉଁ ଲୋକମାନେ ଉପାସନାସ୍ଥଳରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହନ୍ତି ସେମାନଙ୍କ ଉପରେ ଛେଳି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଉଥିଲା। ସେହି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା। 14 ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପାରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁଣ ବଳିସ୍ୱରୂପେ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ଯ୍ୟରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦେବ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ୟ ପବିତ୍ର କରିବ। ଆମ୍ଭେ ପବିତ୍ର ହୋଇ ଜୀବନ୍ତ ପରମେଶ୍ୱରଙ୍କର ସେବା କରି ପାରିବା।

15 ଅତଏବ, ପରମେଶ୍ୱରଙ୍କ ପାଖରୁ ଯୀଶୁ ଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ୟ ଯେପରି ପରମେଶ୍ୱରଙ୍କ ଦ୍ୱାରା ଆହୂତ ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେବେ। ସେମାନେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିଦାନରେ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ।

ଯୋହନ ଲିଖିତ ସୁସମାଗ୍ଭର 12:1-11

ତାହାଙ୍କ ବନ୍ଧୁମାନଙ୍କ ସହ ବେଥନୀୟାରେ ଯୀଶୁ(A)

12 ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଗଲେ। ଲାଜାର ବେଥନୀୟାରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ)। ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହୋଇଥିଲା। ମାର୍ଥା ଖାଦ୍ୟ ପରିବେଷଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧ୍ୟରେ ଲାଜାର ମଧ୍ୟ ଖାଉଥିଲେ। ମରିୟମ ଅଧ ଲିଟର ଅତି ମୂଲ୍ୟବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦରେ ଢାଳି ଦେଲେ। ତା’ପରେ ସେ ତାହାଙ୍କ ପାଦ ନିଜ କେଶରେ ପୋଛି ଦେଲେ। ଘରଟି ଅତର ସୁବାସରେ ମହକି ଉଠିଲା।

ଇଷ୍କାରିୟୋତ ଯିହୂଦା ସେଠାରେ ଥିଲା। ଯିହୂଦା ଯୀଶୁଙ୍କର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଥିଲେ। (ସେ ପରେ ଯୀଶୁଙ୍କର ବିରୁଦ୍ଧାଚରଣ କରିଥିଲେ। ଯିହୂଦା ମରିୟମଙ୍କ ଏହି କାର୍ଯ୍ୟ ପସନ୍ଦ କଲେ ନାହିଁ। ସେ କହିଲେ, “ସେହି ଅତରର ମୂଲ୍ୟ ତିନିଶହ ରୂପାଟଙ୍କା। ଏହାକୁ ବୀକ୍ରି କରି ସେହି ଟଙ୍କା ଗରିବ ଲୋକମାନଙ୍କୁ ଦେବା ଉଚିତ୍ ଥିଲା,” କିନ୍ତୁ ଯିହୂଦା ଗରିବ ଲୋକମାନଙ୍କ ପ୍ରତି ପ୍ରକୃତରେ ଚିନ୍ତିତ ନ ଥିଲା। ସେ ନିଜେ ଗ୍ଭେର ଥିବାରୁ ଏ କଥା କହିଲା। ସେ ଶିଷ୍ୟମାନଙ୍କ ପାଇଁ ଟଙ୍କା­-ବାକ୍ସ ନିଜ ପାଖରେ ରଖୁଥିଲା। ଏବଂ ସେ ପ୍ରାୟ ସେହି ବାକ୍ସରୁ ଟଙ୍କା ଗ୍ଭେରି କରୁଥିଲା।

ଯୀଶୁ ଉତ୍ତର ଦେଲେ, “ମରିୟମକୁ ବାଧା ଦିଅ ନାହିଁ। ସେ ଅତର ସଞ୍ଚୟ କରି ମୋର ସମାଧି କ୍ରିୟାର ପ୍ରସ୍ତୁତି ପାଇଁ ଆଜି ଏହା କରିଛି। ତୁମ୍ଭ ପାଖରେ ସବୁବେଳେ ଗରିବ ଲୋକେ ରହିଥିବେ, କିନ୍ତୁ ମୁଁ ସର୍ବଦା ତୁମ୍ଭ ସହିତ ରହିବି ନାହିଁ।”

ଲାଜାରଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର

ଯୀଶୁ ବେଥନୀୟାରେ ଥିବା କଥା ଅନେକ ଯିହୂଦୀମାନେ ଶୁଣିଲେ। ତେଣୁ ସେମାନେ ତାହାଙ୍କୁ ଦେଖିବା ପାଇଁ ସେଠାକୁ ଗଲେ। ସେମାନେ ଲାଜାରଙ୍କୁ ମଧ୍ୟ ଦେଖିବାକୁ ଗଲେ। ଲାଜାରଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ, 10 ତେଣୁ ମୁଖ୍ୟ ଯାଜକମାନେ ଲାଜାରଙ୍କୁ ହତ୍ୟା କରିବା ପାଇଁ ମଧ୍ୟ ଯୋଜନା କଲେ। 11 ଅନେକ ଯିହୂଦୀ ଲାଜାରଙ୍କ ହେତୁ ସେମାନଙ୍କର ନେତାମାନଙ୍କୁ ଛାଡ଼ି ଯୀଶୁଙ୍କୁ ବିଶ୍ୱାସ କରୁଥିଲେ। ସେଥି ପାଇଁ ଯିହୂଦୀ ନେତାମାନେ ଲାଜାରଙ୍କୁ ମଧ୍ୟ ମାରିବା ପାଇଁ ଚେଷ୍ଟା କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center