Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 118:1-2

118 ସଦାପ୍ରଭୁଙ୍କ ପ୍ରଶଂସା କର କାରଣ ସେ ମଙ୍ଗଳମୟ ପରମେଶ୍ୱର ଅଟନ୍ତି।
    ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
ଇସ୍ରାଏଲ ଏବେ କହନ୍ତୁ,
    “ତାଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।”

ଗୀତସଂହିତା 118:14-24

14 ଯାହାଙ୍କୁ ମୁଁ ଗୀତରେ ଏବଂ ସ୍ତୁତିରେ [a] ପ୍ରଶଂସା କରେ, ସେ ହିଁ ସଦାପ୍ରଭୁ, ମୋର ଶକ୍ତି ଓ ସୁରକ୍ଷା।
    ସଦାପ୍ରଭୁ ମୋତେ ରକ୍ଷା କଲେ।
15 ଧାର୍ମିକମାନଙ୍କ ତମ୍ବୁରେ ଆନନ୍ଦ ଓ ବିଜୟ ଧ୍ୱନି ତୁମ୍ଭେ ଶୁଣିପାରିବ।
    ସଦାପ୍ରଭୁ ପୁନ୍ନରାୟ ତାଙ୍କର ମହାନ ଶକ୍ତି ପ୍ରଦର୍ଶନ କଲେ।
16 ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତ ବିଜୟ ପାଇଁ ଉତ୍ଥିତ ହେଲା।
    ଦେଖ, ସଦାପ୍ରଭୁ ପୁଣି ତାଙ୍କର ମହାଶକ୍ତି ଦେଖାଇଲେ।

17 ମୁଁ ମରିବି ନାହିଁ କିନ୍ତୁ ବଞ୍ଚିବି
    ଏବଂ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।
18 ସଦାପ୍ରଭୁ ମୋତେ ବୃହତ୍ ଶାସ୍ତି ଦେଇଅଛନ୍ତି।
    ମାତ୍ର ସେ ମୋତେ ମରିବାକୁ ଦେଲେ ନାହିଁ।
19 ହେ ପରମେଶ୍ୱର, ମୋ’ ପାଇଁ ସତ୍ୟତାର ଫାଟ ସବୁ ଫିଟାଅ।
    ମୁଁ ତହିଁ ମଧ୍ୟରେ ପ୍ରବେଶ କରିବି ଏବଂ ସଦାପ୍ରଭୁଙ୍କୁ ପ୍ରଶଂସା କରିବି।
20 ଏହିସବୁ ସଦାପ୍ରଭୁଙ୍କର ଦ୍ୱାର ସମୂହ।
    କେବଳ ଧାର୍ମିକ ଲୋକମାନେ ତହିଁରେ ପ୍ରବେଶ କରି ପାରିବେ।
21 ହେ ସଦାପ୍ରଭୁ, ତୁମ୍ଭେ ମୋର ପ୍ରାର୍ଥନାର ଉତ୍ତର ଦେଇଥିବାରୁ ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଛି।
    ମୋତେ ପରିତ୍ରାଣ କରିଥିବାରୁ ତୁମ୍ଭଙ୍କୁ ଧନ୍ୟବାଦ।

22 ନିର୍ମାଣକାରୀମାନେ ଯେଉଁ ପଥର ସବୁ ଅଗ୍ରାହ୍ୟ କଲେ।
    ତାହା କୋଣର ପ୍ରଧାନ ପଥର ହୋଇଅଛି।
23 ଏହାସବୁ ସଦାପ୍ରଭୁଙ୍କ କର୍ମ,
    କିନ୍ତୁ ଆମ୍ଭ ଦୃଷ୍ଟିରେ ଏହା ଆଶ୍ଚର୍ଯ୍ୟ।
24 ଆଜି ଦିନକୁ ସଦାପ୍ରଭୁ ହିଁ ତିଆରି କରିଛନ୍ତି।
    ଆସ ଆମ୍ଭେମାନେ ଆଜି ଆନନ୍ଦ ଓ ଉଲ୍ଲାସ କରିବା।

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 6:1-15

ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ନିଆଗଲା

ଦାଉଦ ଆଉ ଥରେ ବଛା ବଛା 30,000 ସୈନ୍ୟମାନଙ୍କୁ ଇସ୍ରାଏଲରେ ଏକତ୍ରିତ କଲେ। ଦାଉଦ ଏବଂ ତାଙ୍କର ଲୋକମାନେ ଯିହୁଦାର ବାଲିକୁ ଗଲେ। ସେମାନେ ବାଲିର ଯିହୁଦାଠାରୁ ପ୍ରଭୁଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ଆଣିବାକୁ ଗଲେ। ସେହି ପବିତ୍ର ସିନ୍ଦୁକ ସଦାପ୍ରଭୁଙ୍କର ସିଂହାସନ ତୁଲ୍ୟ ଥିଲା। ସେହି ପବିତ୍ର ସିନ୍ଦୁକ ଉପରେ କିରୁବଦୂତମାନଙ୍କର ପ୍ରତିମୂର୍ତ୍ତିମାନ ଥିଲା ଏବଂ ସଦାପ୍ରଭୁ ସେମାନଙ୍କ ଉପରେ ବସୁଥିଲେ। ଦାଉଦର ଲୋକମାନେ ସେହି ପବିତ୍ର ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାରକୁ ଆଣିଲେ। ସେଇ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସେମାନେ ଏହି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏକ ନୂଆ ଶଗଡ଼ରେ ଲଦିଲେ ଏବଂ ଅବୀନାଦବର ପୁତ୍ର ଉଷ ଅହୀୟୋ ସେହି ନୂଆ ଶଗଡ଼କୁ ଚଲେଇଲେ।

ସେମାନେ ପର୍ବତସ୍ଥ ଶିର୍ଷଦେଶରେ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆଣିଲେ ଓ ଉଷ ପବିତ୍ର ସିନ୍ଦୁକ ପାର୍ଶ୍ୱରେ ଗ୍ଭଲିଲା ଏବଂ ଅହୀୟୋ ପବିତ୍ର ସିନ୍ଦୁକ ଆଗେ ଆଗେ ଗ୍ଭଲିଲା। ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗରେ ଦେବଦାରୁ କାଠରେ ତିଆରି ନାନା ପ୍ରକାର ବାଦ୍ୟଯନ୍ତ୍ର ବୀଣା ଓ ନେବଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନାଚୁ ଥିଲେ। ସେମାନେ ନାଖୋନ ନାମକ ଶସ୍ୟ ମର୍ଦ୍ଦନ ସ୍ଥାନରେ ପହଞ୍ଚିଲେ। ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବଢ଼ାଇ ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ଧରି ନେଲେ। ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରୁ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ [a] । ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପାଖରେ ମୃତ୍ୟୁବରଣ କଲେ। ସଦାପ୍ରଭୁ ଉଷକୁ ମାରି ଦେଇଥିବାରୁ ଦାଉଦ ବ୍ୟତିବ୍ୟସ୍ତ ହେଲେ ଓ ସେହି ସ୍ଥାନର ନାମ “ପେରସ୍ଉଷ” ରଖିଲେ। ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ପେରସ୍ଉଷ ରହିଅଛି।

ସେହି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, “ମୁଁ କିପରି ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ମୋ’ ପାଖକୁ ଆଣିବି।” 10 ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିଲେ ନାହିଁ। ଦାଉଦ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ନେଇ ଗାଥ୍‌ର ଓବେଦଇଦୋମର ଗୃହରେ ରଖିଲେ। 11 ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସେଠାରେ ତିନି ମାସ ରହିଲା। ସଦାପ୍ରଭୁ ଓବେଦଇଦୋମ ଓ ତାଙ୍କର ପରିବାରକୁ ଆଶୀର୍ବାଦ କଲେ।

12 ତା’ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା’ର ପରିବାର ଓ ତା’ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ। 13 ଯେଉଁ ଲୋକମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବହିଥିଲେ ସେମାନେ ଛଅ ପାହୁଣ୍ଡ ଆସିଲା ପରେ ସେଠାରେ ଅଟକିଲେ ଓ ଦାଉଦ ସେଠାରେ ଏକ ଗୋରୁ ବଳି ଦେଲେ ଓ ଏକ ମୋଟା ବାଛୁରି ମଧ୍ୟ ବଳି ଦେଲେ। 14 ଦାଉଦ ଏକ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମୁଖରେ ତାଙ୍କର ସମସ୍ତ ସାମର୍ଥ୍ୟ ସହ ନାଚୁଥିଲେ।

15 ଏହିପରି ଭାବରେ ଦାଉଦ ଓ ଇସ୍ରାଏଲୀୟମାନେ ଆନନ୍ଦ ଉଲ୍ଲାସରେ ଜୟଧ୍ୱନି କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନଗର ମଧ୍ୟକୁ ନେଇ ଆସିଲେ।

ଲୂକ ଲିଖିତ ସୁସମାଗ୍ଭର 24:1-12

ଯୀଶୁ ମୃତ୍ୟୁରୁ ପୁନରୁ‌ତ୍‌ଥାନ ଖବର(A)

24 ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସେହି ସ୍ତ୍ରୀ ଲୋକମାନେ ଯେଉଁଠାରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ଆସିଲେ। ସେମାନେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ୟ ସଙ୍ଗରେ ଆଣିଥିଲେ। ସମାଧି ବନ୍ଦ କରିବା ପାଇଁ ତା’ର ପ୍ରବେଶ ଦ୍ୱାରରେ ଗୋଟିଏ ବଡ଼ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡ଼ି ଯାଇଛି। ସେମାନେ ଭିତରକୁ ଗଲେ। କିନ୍ତୁ ସେମାନେ ସେଠାରେ ପ୍ରଭୁ ଯୀଶୁଙ୍କ ଶରୀରକୁ ପାଇଲେ ନାହିଁ। ସ୍ତ୍ରୀଲୋକମାନେ ଏ ଘଟଣାର ରହସ୍ୟ କିଛି ବୁଝି ପାରିଲେ ନାହିଁ। ଏହି ଘଟଣାରେ ସେମାନେ ବିସ୍ମିତ ହୋଇଯାଇଥିବା ସମୟରେ ଉଜ୍ଜ୍ୱଳ ପୋଷାକ ପିନ୍ଧି ଦୁଇଜଣ ସ୍ୱର୍ଗଦୂତ ସେମାନଙ୍କ ପାଖରେ ଠିଆ ହେଲେ। ସ୍ତ୍ରୀ ଲୋକମାନେ ଖୁବ୍ ଡରିଗଲେ। ସେମାନେ ତାହାଙ୍କର ମୁଣ୍ଡ ନୁଆଁଇଲେ। ସେହି ଦୁଇଜଣ ଦୂତ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଜଣେ ମୃତ ଲୋକକୁ ଏଠାରେ କାହିଁକି ଖୋଜୁଛ? ଏହା ତ ମୃତ ଲୋକମାନଙ୍କର ସ୍ଥାନ। ଯୀଶୁ ଏଠାରେ ନାହାନ୍ତି, ସେ ମୃତ୍ୟୁରୁ ଜୀବିତ ହୋଇ ଉଠିଛନ୍ତି। ସେ ଗାଲିଲୀରେ ଥିଲା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ’ଣ କହିଥିଲେ, ତାହା ତୁମ୍ଭମାନଙ୍କର ମନେ ପଡ଼ୁଛି କି? ଯୀଶୁ କହିଥିଲେ ଯେ, ମନୁଷ୍ୟୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତରେ କ୍ରୁଶରେ ମାରି ଦିଆଯିବା ପାଇଁ ଅବଶ୍ୟ ଦେଇ ଦିଆଯିବ। କିନ୍ତୁ ସେ ପୁଣି ମୃତ୍ୟୁରୁ ତୃତୀୟ ଦିନ ଜୀବିତ ହୋଇ ଉଠିବେ।” ତା’ପରେ ଯୀଶୁ ଯାହା କହିଥିଲେ, ସେ କଥା ସ୍ତ୍ରୀଲୋକମାନେ ମନେ ପକାଇଲେ।

ସେହି ସ୍ତ୍ରୀଲୋକମାନେ ସମାଧି ସ୍ଥାନ ଛାଡ଼ି ଏଗାର ଜଣ ପ୍ରେରିତ ଓ ସମସ୍ତ ଅନ୍ୟ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ। ସମାଧି ଭିତରେ ଯାହା ଘଟିଥିଲା, ସେତକ ଗୋଟି ଗୋଟି କରି ସେମାନଙ୍କୁ କହିଲେ। 10 ସେହି ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମା ମରିୟମ ଓ ଅନ୍ୟମାନେ ଥିଲେ। ଏମାନେ ପ୍ରେରିତମାନଙ୍କୁ ସବୁ ବିଷୟ ଜଣାଇଲେ। 11 କିନ୍ତୁ ପ୍ରେରିତମାନେ ସ୍ତ୍ରୀଲୋକମାନଙ୍କ କଥାରେ ଆଦୌ ବିଶ୍ୱାସ କଲେ ନାହିଁ। ସେମାନଙ୍କୁ ଏହା ପାଗଳ କଥା ପରି ଲାଗିଲା। 12 କିନ୍ତୁ ପିତର ଉଠି ପଡ଼ିଲେ। ଏ କଥା ଠିକ୍ କି ନୁହେଁ, ତାହା ଦେଖିବା ପାଇଁ ସେ ସମାଧି ପାଖକୁ ଦୌଡ଼ିଗଲେ। ସେ ଭିତରକୁ ଗ୍ଭହିଁଲେ। କିନ୍ତୁ ସେ କେବଳ ଯୀଶୁଙ୍କ ଉପରେ ଘୋଡ଼ାଇ ଦିଆଯାଇଥିବା ଲୁଗାପଟି ସେଠାରେ ଦେଖିଲେ। ଯୀଶୁଙ୍କ ଶରୀର ସେଠାରେ ନ ଥିଲା। ଯାହା ଘଟି ଯାଇଥିଲା, ସେଥିରେ ସେ ଆଶ୍ଚର୍ଯ୍ୟ ହୋଇ ଏକାକୀ ରହିବା ପାଇଁ ଗ୍ଭଲିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center