Revised Common Lectionary (Semicontinuous)
ଦାଉଦ ମନ୍ଦିର ଯିବା ସମୟରେ ଗୀତ।
122 ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ,
“ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”
2 ହେ ଯିରୁଶାଲମ!ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ।
3 ଯିରୁଶାଲମ ସହର ଭଳି ତିଆରି ହୋଇଅଛି,
ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।
4 ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି।
ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି।
ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।
5 ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ।
ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।
6 ଯିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର।
“ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ସେମାନେ ସେଠାରେ ଶାନ୍ତି ପାଇବେ।
7 ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ।
ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।”
8 ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ
ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।
9 ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ,
ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।
ହାମନଙ୍କୁ ଫାଶି ଦିଆଗଲା
7 ତେଣୁ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍ ଦ୍ରାକ୍ଷାରସ ପାନ କରିବାକୁ ଗଲେ। 2 ସେହି ଦ୍ୱିତୀୟ ଦିନ ରାଜା ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ ପୁନର୍ବାର କହିଲେ, “ରାଣୀ ଏଷ୍ଟର! ତୁମ୍ଭର ନିବେଦନ କ’ଣ? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ଇଚ୍ଛା କ’ଣ? ତହା ମୋର ଅର୍ଦ୍ଧେକ ରାଜ୍ୟ ହେଲେ ହେଁ ମୁଁ ତାହା ତୁମ୍ଭକୁ ଦେବି।”
3 ଏହା ପରେ ରାଣୀ ଏଷ୍ଟର କହିଲେ, “ହେ ମହାରାଜ, ମୁଁ ଯଦି ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ ଯେବେ ମହାରାଜ ସନ୍ତୁଷ୍ଟ ହୋଇଛନ୍ତି, ତେବେ ମୋହର ନିବେଦନ ଅନୁସାରେ ମୋ’ ପ୍ରାଣ ଓ ମୋର ପ୍ରାର୍ଥନାନୁସାରେ ମୋ’ ଲୋକମାନଙ୍କୁ ମୋତେ ଦିଆଯାଉ। 4 କାରଣ ମୁଁ ଓ ମୋହର ଲୋକମାନେ ସଂହାରିତ, ହତ ଓ ବିନଷ୍ଟ ହେବା ନିମନ୍ତେ ବୀକ୍ରି ହୋଇଅଛୁ। ଯଦି ଆମ୍ଭେ ମାତ୍ର କ୍ରୀତଦାସ ରୂପେ ବିକ୍ରୀ ହୋଇଥାଆନ୍ତୁ ମୁଁ ନୀରବ ହୋଇ ରହିଥା’ନ୍ତି। ଯଦି ଏହା ରାଜାଙ୍କୁ ବିବ୍ରତ କଲାପରି ଆମ୍ଭର ଅସୁବିଧା ହୋଇ ନ ଥା’ନ୍ତା।”
5 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକି କହିଲା, “ଯେ ଏପର୍ଯ୍ୟନ୍ତ କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି। ସେ କିଏ ଓ ସେ କେଉଁଠାରେ ଅଛି?”
6 ଏଷ୍ଟର କହିଲା, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ।”
ତହିଁରେ ରାଜା ଓ ରାଣୀ ସାକ୍ଷାତରେ ହାମନ୍ ଭୀତ ହେଲା। 7 ଆଉ ରାଜା କ୍ରୋଧରେ ଦ୍ରାକ୍ଷାରସ ପାନ ଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା। ତହିଁରେ ରାଜାଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣଭିକ୍ଷା ମାଗିଲା। 8 ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସର ପାନଶାଳାକୁ ଲେଉଟି ଆସିଲା, ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲା ହାମନ୍ ତହିଁ ଉପରେ ବସି ପଡ଼ିଲା। ତେଣୁ ରାଜା କହିଲା, “ଏ କ’ଣ ଗୃହ ମଧ୍ୟରେ ମୋ’ ସାକ୍ଷାତରେ ରାଣୀକୁ ବଳାତ୍କାର କରିବ?”
ଏହିକଥା ରାଜା ମୁଖରୁ ବାହାରିବା ମାତ୍ରେ ଲୋକମାନେ ହାମନ୍ର ମୁଖ ଢାଙ୍କି ପକାଇଲେ। 9 ଏହା ପରେ ରାଜାର ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲା, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଗ୍ଭଶ୍ ହାତ ଉଚ୍ଚ ଫାଶିକାଠ ପ୍ରସ୍ତୁତ କରିଅଛି। ତାହା ହାମାନ୍ର ଗୃହରେ ସ୍ଥାପିତ ହୋଇଅଛି।”
ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶି ଦିଅ।”
10 ଏଥିରେ ହାମନ୍, ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମନ୍କୁ ଫାଶି ଦେଲେ। ତହିଁରେ ରାଜାଙ୍କର କ୍ରୋଧ ଶାନ୍ତ ହେଲା।
9 ଯୀଶୁଙ୍କ ଦୁଃଖ ଭୋଗ ରାଜ୍ୟ ଓ ଧୈର୍ଯ୍ୟରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ୱରଙ୍କ ବାକ୍ୟ ପ୍ରଗ୍ଭର ଓ ଯୀଶୁଙ୍କର ସାକ୍ଷୀ ହେବା ହେତୁ ନିର୍ବାସିତ ହୋଇ ପାତ୍ମ ଦ୍ୱୀପରେ ଥିଲି କାରଣ ମୁଁ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କଲି। ମୁଁ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦେଲି। 10 ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା। 11 ସେହି ସ୍ୱର ମୋତେ କହିଲା, “ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତୋଟି ମଣ୍ଡଳୀ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆକୁ ପଠାଅ।’’
12 ମୁଁ ବୁଲିପଡ଼ି ଦେଖିବାକୁ ଗ୍ଭହିଁଲି ଯେ, କିଏ ମୋତେ ଏହିକଥା କହୁଛନ୍ତି। ମୁଁ ଯେତେବେଳେ ବୁଲିପଡ଼ିଲି, ସେତେବେଳେ ସାତୋଟି ସୁନାର ଦୀପରୂଖା ଦେଖିଲି। 13 ସେହି ସାତୋଟି ସୁନାର ଦୀପରୂଖା ମଝିରେ: “ମନୁଷ୍ୟପୁତ୍ରଙ୍କ ପରି” ଜଣେ ଠିଆ ହୋଇଛନ୍ତି। ସେ ଗୋଟିଏ ଲମ୍ବା ପୋଷାକ ପିନ୍ଧିଥିଲେ। ସେ ତାହାଙ୍କ ଛାତିରେ ଗୋଟିଏ ସୁନାର ପଟୁକା ପିନ୍ଧିଥିଲେ। 14 ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦେଖାଯାଉଥିଲା। 15 ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟିରେ ଦେଖାଯାଏ ସେହିପରି ଶୁଦ୍ଧ ଦେଖାଯାଉଥିଲା। ତାହାଙ୍କ ସ୍ୱର ବନ୍ୟାଜଳର ଗର୍ଜନ ଭଳି ଥିଲା। 16 ସେ ତାହାଙ୍କ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀକ୍ଷ୍ଣ ଦୁଇଧାର ଯୁକ୍ତ ଖଡ଼୍ଗ ବାହାରି ଆସିଲା। ସେ ମଧ୍ୟାହ୍ନ ସୂର୍ଯ୍ୟଭଳି ତେଜୋମୟ ଦେଖାଯାଉଥିଲେ।
17 ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।” 18 ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର [a] ଗ୍ଭବି ରହିଛି। 19 ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ୟତରେ ଯାହା ଘଟିବ, ସେ ସବୁ ଲେଖ। 20 ମୋର ଡାହାଣ ହାତରେ ଯେଉଁ ସାତୋଟି ନକ୍ଷତ୍ର ଦେଖିଲ, ତାହାର ଓ ସାତୋଟି ସୁନାର ଦୀପରୂଖାର ନିଗୂଢ଼ ଅର୍ଥ ଏହିପରି ଅଟେ: ସାତ ଦୀପରୂଖା ହେଉଛି ସାତୋଟି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତୋଟି ମଣ୍ଡଳୀର ଦୂତ।”
2010 by World Bible Translation Center