Revised Common Lectionary (Semicontinuous)
ଦାଉଦ ମନ୍ଦିର ଯିବା ସମୟରେ ଗୀତ।
122 ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ,
“ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”
2 ହେ ଯିରୁଶାଲମ!ଏହିଠାରେ ଆମ୍ଭେମାନେ ତୁମ୍ଭର ଫାଟକ ପାଖରେ ଠିଆ ହୋଇଅଛୁ।
3 ଯିରୁଶାଲମ ସହର ଭଳି ତିଆରି ହୋଇଅଛି,
ଏହା ଦୃଢ଼ ଭାବରେ ଏବଂ କଠିନ ଭାବରେ ନିର୍ମିତ ହେବା ଉଚିତ୍।
4 ଏହା ହେଉଛି ଯେଉଁଠାରେ କି ଗୋଷ୍ଠୀବର୍ଗ ଆସନ୍ତି।
ସଦାପ୍ରଭୁଙ୍କର ଗୋଷ୍ଠୀବର୍ଗ ତାଙ୍କୁ ପ୍ରଶଂସା କରିବା ପାଇଁ ଏଠାକୁ ଆସନ୍ତି।
ଇସ୍ରାଏଲକୁ ଏହିସବୁ କରିବା ପାଇଁ ଆଦେଶ ଦିଆହୁଏ।
5 ଦାଉଦଙ୍କ ପରିବାରର ରାଜାମାନେ ସେମାନଙ୍କର ସିଂହାସନ ଏଠାରେ ସ୍ଥାପନ କରିଥିଲେ।
ସେମାନେ ସେଠାରେ ଲୋକମାନଙ୍କୁ ସୁବିଗ୍ଭର ଦେବା ପାଇଁ ସିଂହାସନ ସ୍ଥାପନ କଲେ।
6 ଯିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର।
“ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ସେମାନେ ସେଠାରେ ଶାନ୍ତି ପାଇବେ।
7 ମୁଁ ଆଶାକରେ ସେଠାରେ ତୁମ୍ଭର ପବିତ୍ର ଗୃହ ଭିତରେ ଶାନ୍ତି ମିଳିବ।
ମୁଁ ଆଶା କରେ ଯେ, ତୁମ୍ଭର ବିରାଟ ରାଜପ୍ରାସାଦରେ ନିରାପଦ ହେଉ।”
8 ମୋର ପରିବାର ଏବଂ ମୋର ପଡ଼ୋଶୀମାନଙ୍କର ମଙ୍ଗଳ ପାଇଁ
ଯିରୁଶାଲମ, ତୁମ୍ଭର ଶାନ୍ତି ପାଇଁ ପ୍ରାର୍ଥନା କରେ।
9 ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କର ମନ୍ଦିରର ମଙ୍ଗଳ ନିମନ୍ତେ ମୁଁ ପ୍ରାର୍ଥନା କରେ ଯେ,
ଯିରୁଶାଲମ ତୁମ୍ଭ ପାଇଁ ସବୁ ଉତ୍ତମ ଘଟୁ।
ଯିହୁଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜା ଆଦେଶ ଦେଲେ
8 ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହ ଆଦି ଦେଲା। ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା କାରଣ ମର୍ଦ୍ଦଖୟ ସହିତ କି ସମ୍ପର୍କ ତାହା ଜଣାଇ ଦେଇଥିଲା। 2 ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲା, ତାହା କାଢ଼ି ମର୍ଦ୍ଦଖୟକୁ ଦେଲା ଏବଂ ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟକୁ ନିଯୁକ୍ତ କଲା।
3 ଏଷ୍ଟର ରାଜା ନିକଟରେ ପୁନର୍ବାର ନିବେଦନ କଲା, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତାର କଳ୍ପିତ କଳ୍ପନା ନିବାରାଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲା।
4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ତ ବିସ୍ତାର କରନ୍ତେ ଏଷ୍ଟର ଉଠି ରାଜାଙ୍କ ଛାମୁରେ ଠିଆ ହେଲା। 5 ଏବଂ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି ଯେବେ ରାଜାଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଇଅଛି, “ଦୟାକରି ମୋ’ ପାଇଁ ଏହା କରନ୍ତୁ। ଆଉ ଯଦି ଏହା ରାଜାଙ୍କୁ ସନ୍ତୁଷ୍ଟ କରେ, ତେବେ ମହାରାଜାଙ୍କର ସମୁଦାୟ ପ୍ରଦେଶସ୍ଥ ଯିହୁଦୀୟମାନଙ୍କୁ ବିନାଶ କରିବା ପାଇଁ ଅଗାଗୀୟ ହମ୍ମାଦାଥାର ପୁତ୍ର ହାମନ୍ ଯେ ସକଳ ପତ୍ର ଲେଖିବାକୁ ପରାମର୍ଶ ଦେଇଥିଲା, ତାହା ପ୍ରତ୍ୟାହୃତ କରାଯାଉ। 6 ଯେହେତୁ ମୋ’ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ ତାହା ଦେଖି ମୁଁ କିପରି ସହିପାରିବି? ପୁଣି ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହିପାରିବି?”
7 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଓ ଯିହୁଦୀୟ ମର୍ଦ୍ଦଖୟକୁ କହିଲା, “ଦେଖ, ମୁଁ ଏଷ୍ଟରକୁ ହାମନ୍ର ଗୃହ ଦେଲି, ଲୋକମାନେ ହାମାନଙ୍କୁ ଫାଶିକାଠରେ ଫାଶି ଦେଇଛନ୍ତି। କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲା। 8 ତୁମ୍ଭେମାନେ ଯିହୁଦୀୟମାନଙ୍କ ସମନ୍ଧରେ ନିଜ ନିଜ ଇଚ୍ଛାନୁସାରେ ରାଜାଙ୍କ ନାମରେ ରାଜାଜ୍ଞା ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର। କାରଣ ରାଜାଙ୍କର ନାମରେ ଲିଖିତ ଓ ରାଜାଙ୍କର ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ପାରିବେ ନାହିଁ।”
9 ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତେଇଶ୍ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖୟର ଆଜ୍ଞା ଅନୁସାରେ ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷାରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ। ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲେଖାଗଲା। 10 ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।
11 ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ।
12 ସେଦିନ ଥିଲା ଅକ୍ଷଶ୍ୱେରଶ ରାଜାଙ୍କର ତ୍ରୟୋଦଶ ଦିନ ଦ୍ୱାଦଶ ମାସର ଅଦାର ମାସରେ। ଯିହୁଦୀୟମାନଙ୍କୁ ସବୁ ପ୍ରଦେଶରେ ପ୍ରଗ୍ଭର କରିବା ପାଇଁ, ରାଜା ଅନୁମତି ଦେଇଥିଲେ। 13 ସେହି ଚିଠିର ଏକ ନକଲ ରାଜାଙ୍କର ଏକ ଆଜ୍ଞାପତ୍ର ଗ୍ଭରି ଆଡ଼କୁ ପଠା ଯାଇଥିଲା। ଏହା ଏକ ବ୍ୟବସ୍ଥା ଥିଲା, ଏହି ନିର୍ଦ୍ଦେଶ ସବୁ ପ୍ରଦେଶରେ ନିୟମରେ ପରିଣତ କରାଗଲା। ସେହି ରାଜ୍ୟରେ ବାସ କରୁଥିବା ସବୁଜାତୀୟ ଲୋକଙ୍କ ପାଇଁ ତାହା ପ୍ରଗ୍ଭରିତ ହେଲା। ସେ ଏପରି କରିଥିଲେ କାରଣ ଯିହୁଦୀୟମାନେ ସେହି ଦିନ ପାଇଁ ପ୍ରସ୍ତୁତ ହୋଇଥିଲେ। ଯିହୁଦୀୟମାନଙ୍କୁ ସୁଯୋଗ ଦିଆ ଯାଇଥିଲା ସେମାନଙ୍କର ଶତ୍ରୁମାନଙ୍କଠାରୁ ପ୍ରତିଶୋଧ ନେବା ପାଇଁ। 14 ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୁଢ଼ ଦୂତମାନେ ରାଜାଙ୍କ ଆଜ୍ଞାରେ ଶୀଘ୍ର ଗ୍ଭଲିଗଲେ, ଏବଂ ଏହା ଶୂଶନ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।
15 ଏହା ପରେ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢ଼ଣୀ ଓ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା। 16 ଆଉ ଯିହୁଦୀୟମାନଙ୍କର ଦୀପ୍ତି, ଆନନ୍ଦ, ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।
17 ଏବଂ ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ, ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମ ପତ୍ର ଉପସ୍ଥିତ ହେଲା, ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ ଓ ଆମୋଦ, ଭୋଜି ଓ ମଙ୍ଗଳର ଦିନ ହେଲା। ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାଲମ୍ବୀ ହେଲେ, ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୟ କଲେ।
ସ୍ମୁର୍ଣ୍ଣା ମଣ୍ଡଳୀକୁ ଯୀଶୁଙ୍କର ପତ୍ର
8 “ସ୍ମୁର୍ଣ୍ଣା ମଣ୍ଡଳୀର ଦୂତଙ୍କୁ ଏହା ଲେଖ:
“ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁଣି ଥରେ ଜୀବିତ ହୋଇଥିଲେ, ସେ ତୁମ୍ଭକୁ ଏହି କଥା କହୁଛନ୍ତି,
9 “ମୁଁ ତୁମ୍ଭର କଷ୍ଟ ଜାଣେ। ମୁଁ ଜାଣେ, ତୁମ୍ଭେ ଗରିବ। କିନ୍ତୁ ପ୍ରକୃତରେ ତୁମ୍ଭେ ଧନୀ। ତୁମ୍ଭ ବିରୁଦ୍ଧରେ ଅପବାଦ ମୁଁ ଶୁଣିଛି। ସେହି ମନ୍ଦକଥା କହିବା ଲୋକମାନେ ଯିହୂଦୀ ଅଟନ୍ତି। କିନ୍ତୁ ସେମାନେ ପ୍ରକୃତ ଯିହୂଦୀ ନୁହନ୍ତି। ସେମାନେ ଶୟତାନର ଦଳର ଲୋକ। 10 ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।
11 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜୟୀ ହୁଏ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା ଆଦୌ କ୍ଷତିଗ୍ରସ୍ତ ହେବ ନାହିଁ।”
2010 by World Bible Translation Center