Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ, ଏହି ଗୀତଟି ଈଶ୍ୱରଙ୍କ ମନ୍ଦିର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ।
30 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ।
ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ।
ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।
2 ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କଲି
ଓ ତହିଁରେ ତୁମ୍ଭେ ମୋତେ ସୁସ୍ଥ କରିଅଛ।
3 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁ ଗୁମ୍ଫାରୁ ମୋର ପ୍ରାଣ ବଞ୍ଚାଇ ରଖିଛ।
ମୋତେ ସେହି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦେଇ ନାହଁ।
4 ହେ ପରମେଶ୍ୱରଙ୍କ ଅନୁଗାମୀମାନେ ସଦାପ୍ରଭୁଙ୍କ ପ୍ରଶଂସା କରି ସଙ୍ଗୀତ ଗାନ କର।
ତାଙ୍କର ସେହି ପବିତ୍ର ନାମର ପ୍ରଶଂସା କର।
5 ପରମେଶ୍ୱର କ୍ରୋଧିତ ହୁଅନ୍ତି।
ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”।
କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି।
ସାରା ରାତି ମୁଁ କାନ୍ଦୁଥିଲି।
ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।
6 ମୁଁ ସେତେବେଳେ ନିରାପଦରେ ନିଶ୍ଚିତ ଥିଲି,
ମୁଁ ଭାବୁଥିଲି ମୋର କିଛି କ୍ଷତି ହେବ ନାହିଁ।
7 ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ,
ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ।
କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ,
ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି।
8 ତେଣୁ ହେ ପରମେଶ୍ୱର,
ମୁଁ ତୁମ୍ଭକୁ ମୋ’ ପ୍ରତି ସଦୟ ହେବାକୁ ନିବେଦନ କଲି।
9 ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ?
ମୁଁ କବର ଭିତରକୁ ଗଲେ କ’ଣ ଲାଭ?
ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି।
ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।
10 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ ଓ ମୋ’ ପ୍ରତି କରୁଣା ପ୍ରଦର୍ଶନ କର।
ହେ ସଦାପ୍ରଭୁ ମୋର ସହାୟ ହୁଅ।”
11 ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ତୁମ୍ଭେ ମୋତେ ସାହାଯ୍ୟ କଲ।
ତୁମ୍ଭେ ମୋର କ୍ରନ୍ଦନକୁ ନୃତ୍ୟରେ ପରିଣତ କଲ।
ତୁମ୍ଭେ ମୋର ଦୁଃଖର ପୋଷାକ ସବୁକୁ କାଢ଼ି ନେଲ ଓ ମୋତେ ସୁଖରେ ଆଚ୍ଛାଦିତ କରିଲ।
12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କେବେ ନୀରବରେ ବସି ରହିବି ନାହିଁ।
ତେଣୁ ସବୁବେଳେ କେହି ନା କେହି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।
ଯିଶାଇୟଙ୍କୁ ଭବିଷ୍ୟଦ୍ବକ୍ତା ହେବାକୁ ପରମେଶ୍ୱରଙ୍କ ଆହ୍ୱାନ
6 ଯିହୁଦାର ରାଜା ଉଷିୟଙ୍କ ମୃତ୍ୟୁବର୍ଷରେ ମୁଁ ମୋର ପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହେଲି। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପରେ ଉପବିଷ୍ଟ ହୋଇଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା। 2 ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ସରାଫଗଣ ଛିଡ଼ା ହୋଇଥିଲେ। ପ୍ରତ୍ୟେକ ସରାଫଙ୍କର ଛଅଟି ପକ୍ଷ ଥିଲା। ସେହି ଦେବଦୂତଗଣ ସେମାନଙ୍କର ଦୁଇଟି ପକ୍ଷରେ ମୁଖକୁ ଆଚ୍ଛାଦନ କରିଥିଲେ। ସେମାନେ ମଧ୍ୟ ଦୁଇଟି ପକ୍ଷ ସାହାଯ୍ୟରେ ସେମାନଙ୍କର ପାଦକୁ ଆଚ୍ଛାଦନ କରିଥିଲେ, ଏବଂ ଉଡ଼ିବାରେ ଦୁଇଟି ପକ୍ଷ ବ୍ୟବହାର କରୁଥିଲେ। 3 ସେମାନେ ପରସ୍ପରକୁ ଡାକି କହୁଥିଲେ, “ସର୍ବଶକ୍ତିମାନ ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ। ତାଙ୍କର ମହିମା ସମଗ୍ର ପୃଥିବୀରେ ବ୍ୟାପିଯାଇଛି।” ସେହି ଦେବଦୂତମାନଙ୍କର ସ୍ୱର ଅତି ଉଚ୍ଚ ଥିଲା। 4 ସେତେବେଳେ ଘୋଷଣାକାରୀଙ୍କ ଉଚ୍ଚରବରେ ଦ୍ୱାରବନ୍ଧ କମ୍ପିତ ହେଲା ଓ ପ୍ରଭୁଙ୍କ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।
ଯୋହନଙ୍କର ସ୍ୱର୍ଗ ଦେଖିବା
4 ଏହା ପରେ ମୁଁ ଦେଖିଲି, ମୋ’ ସମ୍ମୁଖରେ ସ୍ୱର୍ଗର ଗୋଟିଏ ଦ୍ୱାର ଖୋଲା ହୋଇଅଛି। ମୁଁ ଯେଉଁ ସ୍ୱର ପୂର୍ବରୁ ଶୁଣିଥିଲି, ସେହି ସ୍ୱର ପୁଣି ଶୁଣିଲି। ଏହି ସ୍ୱର ତୂରୀନାଦର ଶବ୍ଦ ପରି ମନେହେଲା। ସେହି ସ୍ୱର କହିଲା, “ଏଠାରୁ ଉପରକୁ ଉଠି ଆସ ଏବଂ ଭବିଷ୍ୟତରେ ଯାହା ଘଟିବ, ତାହା ମୁଁ ତୁମ୍ଭକୁ ଦେଖାଇବି।” 2 ତତ୍କ୍ଷଣାତ୍ ଆତ୍ମା ମୋତେ ତାହାଙ୍କ ଅଧୀନକୁ ନେଇଗଲେ। ସ୍ୱର୍ଗରେ ମୋ’ ସମ୍ମୁଖରେ ଗୋଟିଏ ସିଂହାସନ ଥିଲା। ସେହି ସିଂହାସନରେ ଜଣେ ବସିଥିଲେ। 3 ସିଂହାସନରେ ଯେଉଁ ବ୍ୟକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ୟବାନ ସୂର୍ଯ୍ୟକାନ୍ତମଣି ଓ ପଦ୍ମରାଗମଣି ଭଳି ଦେଖାଯାଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶୋଭା ସଦୃଶ ଗୋଟିଏ ମେଘଧନୁ ଘେରି ରହିଥିଲା।
4 ସେହି ସିଂହାସନର ଗ୍ଭରିପାଖରେ ଆଉ ଚବିଶ୍ଟି ସିଂହାସନ ଥିଲା। ସେହି ଚବିଶ୍ଟି ସିଂହାସନରେ ଚବିଶ ଜଣ ପ୍ରାଚୀନ ବସିଥିଲେ। ସେମାନେ ଶୁଭ୍ରବସ୍ତ୍ର ପିନ୍ଧିଥିଲେ ଏବଂ ମସ୍ତକରେ ସୁନାର ମୁକୁଟ ପିନ୍ଧିଥିଲେ। 5 ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନାରେ ସାତୋଟି ଜ୍ୱଳନ୍ତ ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ୱରଙ୍କର ସାତୋଟି ଆତ୍ମା ଅଟନ୍ତି। 6 ସେହି ସିଂହାସନ ସମ୍ମୁଖରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦେଖାଯାଉଥିଲା, ଯାହା ସ୍ଫଟିକପରି ସ୍ୱଚ୍ଛ ଥିଲା।
ସେହି ସିଂହାସନର ଗ୍ଭରିପଟେ ଗ୍ଭରୋଟି ଜୀବିତ ପ୍ରାଣୀ ଥିଲେ। ସେହି ଜୀବିତ ପ୍ରାଣୀଙ୍କର ଆଗ ଓ ପଛ ଉଭୟ ପଟେ ଚକ୍ଷୁ ଭରି ହୋଇରହିଥିଲା। 7 ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ୱିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ୟର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା। 8 ପ୍ରତ୍ୟେକଙ୍କର ଛଅଟି ଲେଖାଏଁ ଡେଣା ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଗ୍ଭରିପାଖ ଆଖିରେ ପରିପୂର୍ଣ୍ଣ ଥିଲା। ସେମାନେ ଦିନରାତି ଅବିରତ କହୁଥିଲେ:
“ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ପବିତ୍ର, ପବିତ୍ର, ପବିତ୍ର।
ସେ ସର୍ବଦା ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଏବଂ ଭବିଷ୍ୟତରେ ରହିଥିବେ।”
9 ଏହି ଜୀବିତ ପ୍ରାଣୀମାନେ ସିଂହାସନରେ ବସିଥିବା ବ୍ୟକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ୟବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି। 10 ଚବିଶଜଣ ପ୍ରାଚୀନ ବ୍ୟକ୍ତି ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କ ସମ୍ମୁଖରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସେମାନେ ତାହାଙ୍କ ସମ୍ମୁଖରେ ନିଜର ମୁକୁଟ ରଖି କହନ୍ତି:
11 “ହେ ପ୍ରଭୁ, ଆମ୍ଭର ପରମେଶ୍ୱର!
ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ୟ
ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ।
ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହୋଇଛି ଓ ଅସ୍ତିତ୍ୱ ପାଇଅଛି।”
2010 by World Bible Translation Center