Revised Common Lectionary (Semicontinuous)
ଏକ ଆରୋହଣ ଗୀତ।
121 ମୁଁ ସାହାଯ୍ୟ ପାଇଁ ପର୍ବତଗଣ ଆଡ଼େ ଗ୍ଭହେଁ।
କିନ୍ତୁ ପ୍ରକୃତରେ କେଉଁଠାରୁ ମୋର ସାହାଯ୍ୟ ଆସିବ?
2 ମୋର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିବ
ଯିଏକି ଆକାଶ ଓ ପୃଥିବୀର ସୃଷ୍ଟିକର୍ତ୍ତା।
3 ସେ ତୁମ୍ଭର ପାଦକୁ ଟଳମଳ ହେବାକୁ ଦେବେ ନାହିଁ।
ତୁମ୍ଭର ରକ୍ଷାକର୍ତ୍ତା କେବେହେଲେ ନିଦ୍ରିତ ହେବେ ନାହିଁ।
4 ଇସ୍ରାଏଲର ରକ୍ଷାକର୍ତ୍ତା କେବେ ନିଦ୍ରା ଯିବେ ନାହିଁ।
କି କେବେ ଶୋଇବେ ନାହିଁ।
5 ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା।
ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ତୁମ୍ଭକୁ ଢାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।
6 ଦିନରେ ସୂର୍ଯ୍ୟ ତୁମ୍ଭକୁ ଆଘାତ କରି ପାରିବେ ନାହିଁ
କିମ୍ବା ରାତିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରି ପାରିବ ନାହିଁ।
7 ସମସ୍ତ ବିପଦରୁ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ସେ ତୁମ୍ଭର ଜୀବନକୁ ରକ୍ଷା କରିବେ।
8 ବର୍ତ୍ତମାନ ଏବଂ ସବୁଦିନ ପାଇଁ ଯିବା ଆସିବା ବେଳେ
ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ଯିଶାଇୟଙ୍କୁ ଭବିଷ୍ୟଦ୍ବକ୍ତା ହେବାକୁ ପରମେଶ୍ୱରଙ୍କ ଆହ୍ୱାନ
6 ଯିହୁଦାର ରାଜା ଉଷିୟଙ୍କ ମୃତ୍ୟୁବର୍ଷରେ ମୁଁ ମୋର ପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହେଲି। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପରେ ଉପବିଷ୍ଟ ହୋଇଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା। 2 ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ସରାଫଗଣ ଛିଡ଼ା ହୋଇଥିଲେ। ପ୍ରତ୍ୟେକ ସରାଫଙ୍କର ଛଅଟି ପକ୍ଷ ଥିଲା। ସେହି ଦେବଦୂତଗଣ ସେମାନଙ୍କର ଦୁଇଟି ପକ୍ଷରେ ମୁଖକୁ ଆଚ୍ଛାଦନ କରିଥିଲେ। ସେମାନେ ମଧ୍ୟ ଦୁଇଟି ପକ୍ଷ ସାହାଯ୍ୟରେ ସେମାନଙ୍କର ପାଦକୁ ଆଚ୍ଛାଦନ କରିଥିଲେ, ଏବଂ ଉଡ଼ିବାରେ ଦୁଇଟି ପକ୍ଷ ବ୍ୟବହାର କରୁଥିଲେ। 3 ସେମାନେ ପରସ୍ପରକୁ ଡାକି କହୁଥିଲେ, “ସର୍ବଶକ୍ତିମାନ ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ। ତାଙ୍କର ମହିମା ସମଗ୍ର ପୃଥିବୀରେ ବ୍ୟାପିଯାଇଛି।” ସେହି ଦେବଦୂତମାନଙ୍କର ସ୍ୱର ଅତି ଉଚ୍ଚ ଥିଲା। 4 ସେତେବେଳେ ଘୋଷଣାକାରୀଙ୍କ ଉଚ୍ଚରବରେ ଦ୍ୱାରବନ୍ଧ କମ୍ପିତ ହେଲା ଓ ପ୍ରଭୁଙ୍କ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।
5 ସେତେବେଳେ ମୁଁ ଭୟଭୀତ ହୋଇ କହିଲି, “ହାୟ! ହାୟ! ମୁଁ ନଷ୍ଟ ହୋଇଗଲି। କାରଣ ମୁଁ ଏତେ ଅପବିତ୍ର ଯେ, ପରମେଶ୍ୱରଙ୍କ ନିକଟରେ କହିବାକୁ ଅଯୋଗ୍ୟ। ପୁଣି ଏପରି ଅଶୁଚି ଲୋକମାନଙ୍କ ମଧ୍ୟରେ ବାସ କରୁଛି ଯେ ମୁଁ ସଦାପ୍ରଭୁଙ୍କ ନିକଟରେ କହିବାକୁ ଅଯୋଗ୍ୟ। ତଥାପି ମୁଁ ସର୍ବଶକ୍ତିମାନ ସଦାପ୍ରଭୁ ରାଜାଙ୍କୁ ଦେଖୁଛି।”
6 ସେଠାରେ ଯଜ୍ଞବେଦି ଉପରେ ଜ୍ୱଳନ୍ତ ଅଗ୍ନି ଥିଲା। ସେହି ଦୂତଗଣଙ୍କ ମଧ୍ୟରୁ ଜଣେ ଚିମୁଟା ସାହାଯ୍ୟରେ ଗୋଟିଏ ଜ୍ୱଳନ୍ତ କୋଇଲା ଆଣିଲା ଓ ସେହି ଉତ୍ତପ୍ତ ଅଙ୍ଗାର ଧରି ମୋ’ ନିକଟକୁ ରହିଆସିଲା। 7 ସେହି ସରାଫ ଦେବଦୂତ ସେହି ଉତ୍ତପ୍ତ ଅଙ୍ଗାର ସାହାଯ୍ୟରେ ମୋର ମୁଖକୁ ସ୍ପର୍ଶ କଲା। ତା’ପରେ ସେ କହିଲେ, “ଦେଖ! ମୁଁ ଏହି ଜ୍ୱଳନ୍ତ ଅଙ୍ଗାରରେ ତୁମ୍ଭର ଓଷ୍ଠାଧରକୁ ସ୍ପର୍ଶ କଲି କାରଣ ଏହା ଦ୍ୱାରା ତୁମ୍ଭର ଅପରାଧ ଦୂରିଭୂତ ହେଲା ଓ ତୁମ୍ଭେ ପାପରୁ ମୁକ୍ତ ହେଲେ।”
8 ତା’ପରେ ମୁଁ ସଦାପ୍ରଭୁଙ୍କର ସ୍ୱର ଶୁଣିଲି। ସେ କହିଲେ, “ମୁଁ କାହାକୁ ପଠାଇବି? କିଏ ଆମ୍ଭମାନଙ୍କ ପାଇଁ ଯିବ?”
ତେଣୁ ମୁଁ କହିଲି, “ମୁଁ ଏଠାରେ ଅଛି! ମୋତେ ପଠାଅ!”
ପିତର, ଯାକୁବ ଓ ଯୋହନ ଯୀଶୁଙ୍କୁ ଅନୁସରଣ କଲେ(A)
5 ଯୀଶୁ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ। ତାହାଙ୍କ ଗ୍ଭରିପଟେ ଘେରିଯାଇ ଠିଆ ହେବାକୁ ଲୋକମାନେ ଠେଲାପେଲା ହେଉଥିଲେ। ସେମାନେ ତାହାଙ୍କଠାରୁ ପରମେଶ୍ୱରଙ୍କ ଉପଦେଶ ବାଣୀ ଶୁଣିବାକୁ ଗ୍ଭହୁଁଥିଲେ। 2 ଯୀଶୁ ହ୍ରଦ କୂଳରେ ଦୁଇଟି ଡଙ୍ଗା ଥୁଆ ହୋଇଥିବାର ଦେଖିଲେ। କେଉଟମାନେ ସେହି ଡଙ୍ଗାରୁ ଓହ୍ଲେଇ ତାହାଙ୍କ ଜାଲ ଧୋଉଥିଲେ। 3 ଯୀଶୁ ସେଥିରୁ ଗୋଟିଏ ଡଙ୍ଗାରେ ଚଢ଼ିଗଲେ। ସେ ଡଙ୍ଗାଟି ଶିମୋନ [a]ଙ୍କର ଥିଲା। ଯୀଶୁ ଡଙ୍ଗାଟିକୁ କୂଳଠାରୁ ଅଳ୍ପ ଟିକିଏ ଭିତହକୁ ନେବାକୁ ଶିମୋନଙ୍କୁ କହିଲେ। ତା’ପରେ ସେ ଡଙ୍ଗାଟିରେ ବସି ପଡ଼ିଲେ ଓ ସେହି ଡଙ୍ଗା ଉପରେ ଥାଇ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ।
4 ଉପଦେଶ ଦେଇ ସାରିବା ପରେ ଯୀଶୁ ଶିମୋନଙ୍କୁ କହିଲେ, “ଡଙ୍ଗାକୁ ଗଭୀର ଜଳକୁ ନେଇ ଗ୍ଭଲ। ପାଣିରେ ତୁମ୍ଭେ ସମସ୍ତେ ଯଦି ତୁମ୍ଭମାନଙ୍କର ଜାଲ ପକେଇବ, ତେବେ କିଛି ମାଛ ଧରିବ।”
5 ଶିମୋନ କହିଲେ, “ପ୍ରଭୁ, ମାଛ ଧରିବା ପାଇଁ ଆମ୍ଭେମାନେ ରାତିସାରା କଠିନ ପରିଶ୍ରମ କଲୁ, ମାତ୍ର କିଛି ହେଲେ ପାଇଲୁ ନାହିଁ। ଏବେ ତୁମ୍ଭେ ଜାଲ ପକାଇବାକୁ କହୁଛ। ତେଣୁ ମୁଁ ଜାଲ ପକାଇବି।” 6 କେଉଟମାନେ ସେମାନଙ୍କର ଜାଲ ପାଣିରେ ପକେଇଲେ। ତାହାଙ୍କର ଜାଲସବୁ ଏତେ ମାଛରେ ବୋଝେଇ ହୋଇଗଲା ଯେ ଜାଲସବୁ ଛିଣ୍ଡି ଯିବାକୁ ଲାଗିଲା। 7 ସେମାନେ ସାହାଯ୍ୟ ନିମନ୍ତେ ଅନ୍ୟ ଡଙ୍ଗାରେ ଥିବା ତାହାଙ୍କର ଅଂଶୀଦାରମାନଙ୍କୁ ଡାକିଲେ। ସାଙ୍ଗମାନେ ଆସିଲେ। ଦୁଇଟି ଯାକ ଡଙ୍ଗା ମାଛରେ ଏତେ ଭର୍ତ୍ତି ହୋଇଗଲା ଯେ ଡଙ୍ଗା ଦୁଇଟି ପ୍ରାୟ ବୁଡ଼ିଯିବାକୁ ଲାଗିଲା।
8-9 ଶିମୋନ ପିତର ଏବଂ ସମସ୍ତ କେଉଟମାନେ ଏତେ ଗୁଡ଼ିଏ ମାଛ ଧରି ପାରିଥିବାରୁ ଆଶ୍ଚର୍ଯ୍ୟ ହୋଇଗଲେ। ଶିମୋନ ପିତର ଏହା ଦେଖି ଯୀଶୁଙ୍କ ପାଦତଳେ ପଡ଼ିଯାଇ କହିଲେ, “ହେ ପ୍ରଭୁ! ତୁମ୍ଭେ ମୋ’ ପାଖରୁ ଗ୍ଭଲିଯାଅ। ମୁଁ ଜଣେ ପାପୀ ମଣିଷ।” 10 ଜେବଦୀଙ୍କ ଦୁଇ ପୁଅ ଯାକୁବ ଓ ଯୋହନ ମଧ୍ୟ ସେହିଭଳି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଶିମୋନଙ୍କ ସାଙ୍ଗରେ ଏକାଠି କାମ କରୁଥିଲେ।
ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ। ବର୍ତ୍ତମାନଠାରୁ ତୁମ୍ଭେମାନେ ମାଛ ବଦଳରେ ମଣିଷକୁ ସଂଗ୍ରହ କରିବା କାମ କରିବ।”
11 ତା’ପରେ ସେମାନେ ସେମାନଙ୍କର ଡଙ୍ଗାଗୁଡ଼ିକୁ କୂଳକୁ ଆଣିଲେ। ସେମାନେ ସବୁକିଛି ତ୍ୟାଗ କରିଦେଇ ଯୀଶୁଙ୍କ ଅନୁଗମନ କଲେ।
2010 by World Bible Translation Center