Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ।
23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
ମୋର କିଛି ଅଭାବ ହେବ ନାହିଁ।
2 ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
3 ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
4 ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
5 ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
6 ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚାଦ୍ଗାମୀ ହେବ।
ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।
39 ହେ ଇସ୍ରାଏଲର ଭବିଷ୍ୟଦ୍ ବଂଶଧରଗଣ! ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯଦି ମୋ’ ନିର୍ଦ୍ଦେଶ ପ୍ରତି ଧ୍ୟାନ ନ ଦିଅ, ଯାଅ ଓ ତୁମ୍ଭର ମୂର୍ତ୍ତିଗୁଡ଼ିକର ପୂଜା କର। କିନ୍ତୁ ତୁମ୍ଭେମାନେ ତୁମ୍ଭମାନଙ୍କର ଉପହାର ଓ ମୂର୍ତ୍ତିଗୁଡ଼ିକ ଦ୍ୱାରା ମୋର ପବିତ୍ର ନାମକୁ ନଷ୍ଟ କରିବ ନାହିଁ।”
40 ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, “ମୋର ପବିତ୍ର ଉଚ୍ଚ ପର୍ବତରେ ସମଗ୍ର ଇସ୍ରାଏଲର ଲୋକମାନେ ମୋତେ ଉପାସନା କରିବେ। ସେହି ସ୍ଥାନରେ ମୁଁ ସେମାନଙ୍କୁ ଗ୍ରହଣ କରିବି ଓ ସେହି ସ୍ଥାନରେ ମୁଁ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତ୍ର ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଲୋଡ଼ିବି। 41 ଯେଉଁ ସମୟରେ ମୁଁ ଜାତିଗୁଡ଼ିକ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବି ଓ ଛିନ୍ନଭିନ୍ନ ହୋଇ ରହିଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ଏକତ୍ରିତ କରିବି, ମୁଁ ତୁମ୍ଭମାନଙ୍କୁ ତୁମ୍ଭର ସୁଗନ୍ଧି ନୈବେଦ୍ୟଗୁଡ଼ିକ ଗ୍ରହଣ କରିବି ଏବଂ ସମସ୍ତ ଜାତିଗୁଡ଼ିକ ଉପସ୍ଥିତିରେ ମୁଁ ତୁମ୍ଭମାନଙ୍କୁ ପବିତ୍ର କରିବି। 42 ତା’ପରେ ତୁମ୍ଭେମାନେ ଜାଣିବ ଯେ, ମୁଁ ସଦାପ୍ରଭୁ ଅଟେ। ତୁମ୍ଭେମାନେ ଏହା ଜାଣିବ ଯେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଇସ୍ରାଏଲ ଭୂମିକୁ ଫେରାଇ ଆଣିବି। ସେହି ଭୂମିକୁ ମୁଁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେବି ବୋଲି ପ୍ରତିଜ୍ଞା କରିଥିଲି। 43 ଆଉ ସେହି ସ୍ଥାନରେ ତୁମ୍ଭେମାନେ ନିଜକୁ ଅଶୁଚି କରିଅଛ ଓ ନିଜର ଆଗ୍ଭର ବ୍ୟବହାର, କ୍ରିୟାସକଳସବୁ ସ୍ମରଣ କରି ନିଜର କୃତ ସମସ୍ତ କୁକ୍ରିୟା ହେତୁ ତୁମ୍ଭେମାନେ ଲଜ୍ଜିତ ହେବ। 44 ଏବଂ ତା’ପରେ ତୁମ୍ଭେମାନେ ଜାଣିବ ଯେ, ଯେତେବେଳେ ମୁଁ ସଦାପ୍ରଭୁ, ତୁମ୍ଭମାନଙ୍କର କୁକର୍ମ ଓ ଦୁର୍ନୀତିଗ୍ରସ୍ତ ଆଚରଣ ଅନୁସାରେ ଦଣ୍ଡ ଦିଏ ନାହିଁ, କିନ୍ତୁ ସେତେବେଳେ ମୁଁ ମୋର ମର୍ଯ୍ୟାଦାନୁସାରେ ବ୍ୟବହାର କରେ।”
6 ତା’ପରେ ମୁଁ ମେଷଶାବକଙ୍କୁ ପୁସ୍ତକର ସାତମୁଦ୍ରାଙ୍କ ମଧ୍ୟରୁ ପ୍ରଥମ ମୁଦ୍ରାକୁ ଭାଙ୍ଗିବାର ଦେଖିଲି। ସେହି ଗ୍ଭରି ଜଣ ଜୀବିତ ପ୍ରାଣୀଙ୍କ ମଧ୍ୟରୁ ଜଣେ ବଜ୍ର ପରି ଉଚ୍ଚ ସ୍ୱରରେ କହିଲେ, “ଆସ” 2 ସେଥିରେ ମୁଁ ମୋର ସମ୍ମୁଖରେ ଗୋଟିଏ ଧଳା ଘୋଡ଼ା ଦେଖିଲି। ସେହି ଘୋଡ଼ାର ଆରୋହୀଜଣକ ଗୋଟିଏ ଧନୁ ଧରିଥିଲେ। ତାହାଙ୍କୁ ଗୋଟିଏ ମୁକୁଟ ଦିଆଗଲା। ସେ ବିଜୟୀ ହୋଇ ଆହୁରି ଜୟ କରିବାକୁ ବାହାରିଗଲେ।
3 ତା’ପରେ ମେଷଶାବକ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ। ମୁଁ ଦ୍ୱିତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି, “ଆସ”। 4 ତା’ପରେ ଆଉ ଗୋଟିଏ ଲାଭ ଘୋଡ଼ା ଆସିଲା। ସେହି ଘୋଡ଼ାର ଆରୋହୀଙ୍କୁ ଗୋଟିଏ ବଡ଼ ଖଣ୍ଡା ଦିଆଗଲା। ତାହାଙ୍କୁ ଜଗତରୁ ଶାନ୍ତି ଲୋପ କରିବାକୁ କ୍ଷମତା ଦିଆଗଲା। ଲୋକମାନେ ଯେପରି ପରସ୍ପରକୁ ମାରିଦେବେ, ସେଥିପାଇଁ ସେ ଅନୁମତି ଓ ଶକ୍ତି ପାଇଲେ।
5 ତା’ପରେ ମେଷଶାବକ ତୃତୀୟ ମୁଦ୍ରା ଭାଙ୍ଗିଲେ। ସେତେବେଳେ ତୃତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ମୁଁ ଶୁଣିଲି, “ଆସ।” ସେତେବେଳେ ମୋ’ ସମ୍ମୁଖରେ ଗୋଟିଏ କଳାରଙ୍ଗର ଘୋଡ଼ା ଥିଲା। ତାହାର ଆରୋହୀଙ୍କ ହାତରେ ଗୋଟିଏ ତରାଜୁ ଥିଲା। 6 ତା’ପରେ ଗ୍ଭରି ଜୀବିତ ପ୍ରାଣୀଙ୍କ ମଧ୍ୟରୁ କେହି ଜଣେ କହିଲା ପରି ମୋତେ ଗୋଟିଏ ସ୍ୱର ଶୁଭିଲା। ସେ ସ୍ୱର କହୁଥିଲା, “ଗୋଟିଏ ଦିନକର ମଜୁରୀ ଏକ କିଲୋ ଗହମ, ଗୋଟିଏ ଦିନକର ମଜୁରୀ ତିନି କିଲୋ ଯବ ହେବ। କିନ୍ତୁ ତେଲ ଓ ଅଙ୍ଗୁରରସର କ୍ଷତି କର ନାହିଁ।”
7 ମେଷଶାବକ ଚତୁର୍ଥ ମୁଦ୍ରା ଭାଙ୍ଗିଲେ। ମୁଁ ଚତୁର୍ଥ ଜୀବିତ ପ୍ରାଣୀଙ୍କର କହିବାର ଶୁଣିଲି, “ଆସ।” 8 ଆଉ, ମୁଁ ଧୂସରରଙ୍ଗର ଗୋଟିଏ ଘୋଡ଼ା ଦେଖିଲି। ତାହାର ଆରୋହୀଙ୍କର ନାମ ଥିଲା, ‘ମୃତ୍ୟୁ’। ପାତାଳ ତାହାଙ୍କର ଅନୁଗମନ କରୁଥିଲା। ପୃଥିବୀର ଏକ ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଯାଇଥିଲା। ସେମାନଙ୍କୁ ଖଡ଼୍ଗ, ଅନାହାର, ରୋଗ ଓ ପୃଥିବୀର ବନ୍ୟ ପଶୁଙ୍କ ଦ୍ୱାରା ଲୋକମାନଙ୍କୁ ମାରିଦେବାକୁ ଶକ୍ତି ଦିଆଗଲା।
9 ମେଷଶାବକ ପଞ୍ଚମ ମୁଦ୍ରା ଫିଟାଇଲେ। ସେତେବେଳେ ମୁଁ ବେଦୀ ତଳେ କେତେକ ଆତ୍ମାକୁ ଦେଖିଲି। ପରମେଶ୍ୱରଙ୍କର ବାକ୍ୟ ପ୍ରତି ବିଶ୍ୱସ୍ତ ଥିବାରୁ ଓ ସେମାନେ ଦେଉଥିବା ସାକ୍ଷ୍ୟ ହେତୁ ଯେଉଁମାନଙ୍କୁ ମାରିଦିଆଯାଉଥିଲା, ସେଗୁଡ଼ିକ ହେଉଛି, ସେହି ଲୋକମାନଙ୍କର ଆତ୍ମା। 10 ସେହି ଆତ୍ମାମାନେ ଉଚ୍ଚ ସ୍ୱରରେ ଚିତ୍କାର କଲେ, “ହେ ପବିତ୍ର, ଓ ସତ୍ୟ ପ୍ରଭୁ! ଆମ୍ଭମାନଙ୍କୁ ହତ୍ୟା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଗ୍ଭର କର। ସେମାନଙ୍କୁ ଦଣ୍ଡ ଦେବାକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ?” 11 ତା’ପରେ ପ୍ରତ୍ୟେକ ଆତ୍ମାଙ୍କୁ ଗୋଟିଏ ଗୋଟିଏ ଧଳା ରାଜ ପୋଷାକ ଦିଆଗଲା। ସେମାନଙ୍କୁ ଆଉ ଅଳ୍ପ ସମୟ ଅପେକ୍ଷା କରିବାକୁ କୁହାଗଲା। ଖ୍ରୀଷ୍ଟଙ୍କଠାରେ ଥିବା ସେମାନଙ୍କର ଅନ୍ୟସବୁ ଭାଇମାନଙ୍କୁ ସେମାନଙ୍କ ପରି ହତ୍ୟା କରାଯିବା ପର୍ଯ୍ୟନ୍ତ ଓ ସେମାନଙ୍କ ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ଏହି ଆତ୍ମାମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। ଅତଏବ, ଏହି ହତ୍ୟାର ସବୁକିଛି ସରିବା ପର୍ଯ୍ୟନ୍ତ ସେମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା।
12 ତା’ପରେ ମୁଁ ମେଷଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତେବେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ଯ୍ୟ ଲୋମରେ ତିଆରି ହୋଇଥିବା କଳାକମ୍ବଳ ପରି କଳାବର୍ଣ୍ଣ ହୋଇଗଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହୋଇଗଲା। 13 ପ୍ରବଳ ଝଡ଼ରେ ଦୋହଲି ଡିମିରିଗଛରୁ ଅପକ୍ୱ ଡିମିରି ଫଳ ଝଡ଼ି ପଡ଼ିଲା ପରି ଆକାଶର ତାରାଗଣ ପୃଥିବୀରେ ଝଡ଼ି ପଡ଼ିଲେ। 14 ଆକାଶ ଭାଗଭାଗ ହୋଇଗଲା ଓ ଚର୍ମପତ୍ର ଭଳି ଗୁଡ଼େଇ ହୋଇଗଲା। ପର୍ବତ ଓ ଦ୍ୱୀପସମୂହ ନିଜ ନିଜ ସ୍ଥାନରୁ ସ୍ଥାନଚ୍ୟୁତ ହୋଇଗଲେ।
15 ତା’ପରେ ସମସ୍ତ ଲୋକମାନେ ଗୁମ୍ଫା ଓ ପର୍ବତର ପଛପଟେ ଲୁଚିଲେ। ସେମାନଙ୍କ ଭିତରେ ପୃଥିବୀର ରାଜାମାନେ, ଶାସକମାନେ, ସେନାପତିମାନେ, ଧନୀଲୋକମାନେ ଓ ଶକ୍ତିଶାଳୀ ଲୋକମାନେ ଥିଲେ। ପ୍ରତ୍ୟେକ ବ୍ୟକ୍ତି, ଦାସ ଓ ମୁକ୍ତ ଲୋକମାନେ ନିଜକୁ ଲୁଗ୍ଭଇ ରଖିଲେ। 16 ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ। 17 ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।”
ଇସ୍ରାଏଲର 144,000 ଲୋକ
7 ଏହିସବୁ ଘଟିବା ପରେ ମୁଁ ପୃଥିବୀର ଗ୍ଭରି କୋଣରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଠିଆ ହେବାର ଦେଖିଲି। ସେହି ଦୂତମାନେ ପୃଥିବୀର ଗ୍ଭରି ବାୟୁକୁ ଅଟକାଇ ଧରିଥିଲେ। ଯେପରି ପୃଥିବୀ କିମ୍ବା ସମୁଦ୍ର ଉପରେ କିମ୍ବା କୌଣସି ଗଛରେ ପବନ ନ ବହେ। 2 ତା’ପରେ ମୁଁ ଅନ୍ୟ ଜଣେ ସ୍ୱର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖରେ ଜୀବିତ ପରମେଶ୍ୱରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ୱରରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ୱର ପୃଥିବୀ ଓ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦେଇଥିଲେ। 3 ସେ ଗ୍ଭରି ଦୂତଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭର ପରମେଶ୍ୱରଙ୍କର ଲୋକମାନଙ୍କର କପାଳରେ ମୁଦ୍ରାଙ୍କିତ ନ କରିବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କି ସମୁଦ୍ର କୌଣସି ବୃକ୍ଷର କିଛି କ୍ଷତି କର ନାହିଁ।”
4 ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ।
2010 by World Bible Translation Center