Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 100

ଧନ୍ୟବାଦାର୍ଥକ ଗୀତ।

100 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
    ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
    ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
    ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
    ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
    ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
ସଦାପ୍ରଭୁ ଉତ୍ତମ ଅଟନ୍ତି।
    ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
    ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 50:17-20

17 “ଇସ୍ରାଏଲ ଛିନ୍ନଭିନ୍ନ ହୋଇଥିବା ମେଷ ସ୍ୱରୂପ
    ସେ ସିଂହମାନଙ୍କ ଦ୍ୱାରା ବିତାଡ଼ିତ ହୋଇଅଛି।
ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା।
    ଆଉ ଶେଷରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।”
18 ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି,
‘ଆମ୍ଭେ ଅଶୂରର ରାଜାକୁ ଯେଉଁପରି ଶାସ୍ତି ଦେଇଥିଲୁ,
    ସେହିପରି ବାବିଲର ରାଜାକୁ ଓ ତାହାର ଲୋକମାନଙ୍କୁ ଦଣ୍ଡ ଦେବା।

19 “‘ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତା’ର ଚରାସ୍ଥାନକୁ ଆଣିବା,
    ସେ କର୍ମିଲ ଓ ବାଶନ ଉପରେ ଚରିବ।
ଆଉ ସେ ଇଫ୍ରୟିମର ଓ ଗିଲିୟଦର ପର୍ବତମାନଙ୍କ ଉପରେ
    ଭୋଜନ କରି ପରିତୃପ୍ତ ହେବ।’”
20 ସଦାପ୍ରଭୁ କହନ୍ତି, “ସେତେବେଳେ ଇସ୍ରାଏଲର ଅଧର୍ମ ଖୋଳାଯିବ,
    ମାତ୍ର କିଛି ମିଳିବ ନାହିଁ;
ଯିହୁଦାର ପାପ ଅନ୍ୱେଷଣ କରାଯିବ,
    ମାତ୍ର ସେମାନେ କିଛି ପାଇବେ ନାହିଁ।
ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦେବା,
    ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଅଛୁ।”

ଯୋହନ ଲିଖିତ ସୁସମାଗ୍ଭର 10:31-42

31 ଯିହୂଦୀମାନେ ଯୀଶୁଙ୍କୁ ମାରିବା ପାଇଁ ପୁଣି ପଥର ଉଠେଇଲେ। 32 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିସାରିଛି। ତୁମ୍ଭେ ସେସବୁ ଦେଖିଛ। ତେବେ କେଉଁ ଭଲ କାର୍ଯ୍ୟ ହେତୁ ତୁମ୍ଭେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ?”

33 ଯିହୂଦୀମାନେ ଉତ୍ତର ଦେଲେ, “ଆମ୍ଭେ ତୁମ୍ଭକୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରିଥିବାରୁ ମାରୁ ନାହୁଁ। କିନ୍ତୁ ତୁମ୍ଭେ ଯାହା କହୁଛ, ତାହା ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛ। ତୁମ୍ଭେ ଜଣେ ମନୁଷ୍ୟ ମାତ୍ର, କିନ୍ତୁ ତୁମ୍ଭେ ନିଜକୁ ପରମେଶ୍ୱର ସହିତ ସମାନ ବୋଲି କହୁଛ। ସେଥିପାଇଁ ଆମ୍ଭେ ତୁମ୍ଭକୁ ପଥରରେ ମାରି ଦେବା ପାଇଁ ଗ୍ଭହୁଁଛୁ।”

34 ଯୀଶୁ ଉତ୍ତର ଦେଲେ, “ତୁମ୍ଭ ବ୍ୟବସ୍ଥାରେ ଏହା ଲେଖା ଅଛି, ‘ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ।’ [a] 35 ଏହି ଧର୍ମଶାସ୍ତ୍ର କୁହେ ଯେ ଯେଉଁମାନେ ପରମେଶ୍ୱରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସେମାନେ ଈଶ୍ୱରଗଣ। ଆଉ ଶାସ୍ତ୍ରର ବାକ୍ୟ ସର୍ବଦା ସତ୍ୟ। 36 ତେବେ ତୁମ୍ଭେ କାହିଁକି କହୁଛ ଯେ, ମୁଁ ଯାହା କହୁଛି ପରମେଶ୍ୱରଙ୍କ ବିରୁଦ୍ଧରେ କହୁଛି। କାରଣ ମୁଁ କହିଛି, ‘ମୁଁ ପରମେଶ୍ୱରଙ୍କର ପୁତ୍ର।’ ମୋତେ ପରମେଶ୍ୱର ବାଛିଛନ୍ତି ଓ ଏ ଜଗତକୁ ପଠାଇଛନ୍ତି।’ 37 ମୋର ପରମପିତା ଯାହା କରନ୍ତି, ମୁଁ ଯଦି ତାହା କରେ ନାହିଁ, ତେବେ ମୁଁ ଯାହା କୁହେ ତାହା ବିଶ୍ୱାସ କର ନାହିଁ। 38 କିନ୍ତୁ ଯଦି ମୋର ପରମପିତା ଯାହା କରନ୍ତି, ମୁଁ ତାହା କରୁଥାଏ, ତେବେ ତୁମ୍ଭେ ମୋ’ କାର୍ଯ୍ୟଗୁଡ଼ିକରେ ବିଶ୍ୱାସ ରଖିବା ଉଚିତ୍। ତୁମ୍ଭେ ମୋ’ଠାରେ ବିଶ୍ୱାସ ନ କଲେ ମଧ୍ୟ ମୋ’ କାର୍ଯ୍ୟରେ ବିଶ୍ୱାସ କରିବା ଉଚିତ୍। ତେବେ ତୁମ୍ଭେ ଜାଣି ପାରିବ ଓ ବୁଝି ପାରିବ ଯେ ପରମପିତା ମୋ’ଠାରେ ଅଛନ୍ତି ଓ ମୁଁ ତାହାଙ୍କଠାରେ ଅଛି।”

39 ଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ସେ ସେମାନଙ୍କ ହାତରୁ ଖସିଗଲେ।

40 ତା’ପରେ ଯୀଶୁ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ପହଞ୍ଚିଲେ। ଯୋହନ ପ୍ରଥମେ ଯେଉଁଠାରେ ବାପ୍ତିସ୍ମ ଦେଉଥିଲେ, ସେ ସେହି ସ୍ଥାନକୁ ଆସିଲେ ଓ ସେଠାରେ ରହିଲେ। 41 ତାହାଙ୍କ ପାଖକୁ ଅନେକ ଲୋକ ଆସିଲେ। ଲୋକମାନେ କହିଲେ, “ଯୋହନ ଯଦ୍ୟପି କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ କରି ନ ଥିଲେ, କିନ୍ତୁ ସେ ଏହି ଲୋକ ବିଷୟରେ ଯାହା କହିଥିଲେ, ତାହା ସବୁ ସତ୍ୟ।” 42 ସେଠାରେ ଯୀଶୁଙ୍କୁ ଅନେକ ଲୋକ ବିଶ୍ୱାସ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center