Revised Common Lectionary (Semicontinuous)
148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
2 ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
5 ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
8 ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
9 ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।
8 “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଅଛୁ ତାହା ଶୁଣ; ତୁମ୍ଭେ ଏହିସବୁ ବିଦ୍ରୋହୀମାନଙ୍କ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ନିଜର ମୁଖ ଖୋଲ, ଆମ୍ଭେ ତୁମ୍ଭକୁ ଯାହା ଦେଉଅଛୁ ତାହା ଭୋଜନ କର।”
9 ତା’ପରେ ମୁଁ ଦେଖିଲି ଏକ ହସ୍ତ ମୋ’ ଆଡ଼େ ପ୍ରସାରିତ ହେଲା। ସେ ହାତରେ ଲେଖାଥିବା ଏକ ନଳାକାର ପୁସ୍ତକ ଥିଲା। 10 ଆଉ ମୁଁ ସେହି ଗୁଡ଼ା ହୋଇଥିବା ପୁସ୍ତକକୁ ପ୍ରସାରିତ କଲି ଓ ତାହାର ଉପର ଓ ତଳ ଲେଖା ହୋଇଥିବାର ଦେଖିଲି। ଆଉ ସେଥିରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।
3 ଅନନ୍ତର ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭ ସମ୍ମୁଖରେ ଯାହା ଦେଖୁଛ ତାହା ଭୋଜନ କର। ଏହି ନଳାକାର ପୁସ୍ତକ ଭୋଜନ କର ଓ ଇସ୍ରାଏଲ ବଂଶକୁ ଯାଇ ଏସବୁ କଥା କୁହ।”
2 ତେଣୁ ମୁଁ ମୁଖ ଖୋଲିଲି ଓ ସେ ସେହି ନଳାକାର ପୁସ୍ତକ ମୋତେ ଭୋଜନ କରାଇଲେ। 3 ତା’ପରେ ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉଅଛୁ, ତାହା ତୁମ୍ଭେ ଆପଣା ଉଦରରେ ପୂରାଅ।”
ତେଣୁ ମୁଁ ସେହି ନଳାକାର ପୁସ୍ତକଟିକୁ ଖାଇଦେଲି ଓ ଏହା ମହୁପରି ମିଠା ଲାଗିଲା।
4 ଏହା ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ଆମ୍ଭର ବାକ୍ୟସବୁ କୁହ। 5 ଆମ୍ଭେ ତୁମ୍ଭକୁ କୌଣସି ବିଦେଶୀୟ ନିକଟକୁ ପଠାଉ ନାହୁଁ। ଯାହା ଫଳରେ ତୁମ୍ଭକୁ ତାଙ୍କ ଭାଷା ବୁଝିବା କଷ୍ଟ ହେବ। ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶ ନିକଟକୁ ପଠାଉଅଛୁ। 6 ବହୁତ ଅଲଗା ଅଲଗା ଦେଶଗୁଡ଼ିକ ନିକଟକୁ ତୁମ୍ଭମାନଙ୍କୁ ପଠାଯାଉ ନାହିଁ, ଯେଉଁମାନଙ୍କର ଭାଷାଗୁଡ଼ିକ ତୁମ୍ଭେମାନେ ବୁଝ ନାହିଁ। ପୁଣି ଯେଉଁମାନେ ତୁମ୍ଭମାନଙ୍କର ଭାଷା ବୁଝିପାରନ୍ତି ନାହିଁ। କିନ୍ତୁ ଯଦି ଆମ୍ଭେ ତୁମ୍ଭକୁ ସେପରି ଲୋକମାନଙ୍କ ପାଖକୁ ପଠାଇଥା’ନ୍ତୁ, ସେମାନେ ତୁମ୍ଭ କଥା ଶୁଣିଥା’ନ୍ତେ। 7 କିନ୍ତୁ ଇସ୍ରାଏଲ ଭବିଷ୍ୟଦ୍ ବଂଶଧରଗଣ ତୁମ୍ଭ କଥା ଶୁଣିବା ପାଇଁ ଇଚ୍ଛା କରିବେ ନାହିଁ। କାରଣ ସେମାନେ ଆମ୍ଭ କଥା ଶୁଣିବା ପାଇଁ ଗ୍ଭହାନ୍ତି ନାହିଁ। ସମୁଦାୟ ଇସ୍ରାଏଲର ଲୋକମାନେ ଜିଦ୍ଖୋର ଓ କଠିନ ଚିତ୍ତ ଅଟନ୍ତି। 8 ମାତ୍ର ଆମ୍ଭେ ସେମାନଙ୍କ ମୁଖ ପରି ଓ କପାଳି ପରି ତୁମ୍ଭର ମୁଖ ଓ କପାଳକୁ ଦୃଢ଼ କରିଅଛୁ, 9 ଯେପରି ଚକମକି ପଥର ଅପେକ୍ଷା ହୀରା କଠିନତର। ଆମ୍ଭେ ସେଗୁଡ଼ିକଠାରୁ ତୁମ୍ଭର ମୁଣ୍ଡକୁ ଶକ୍ତ କରିଅଛୁ। ତେଣୁ ଯଦିଓ ସେମାନେ ବିଦ୍ରୋହୀ, ତୁମ୍ଭେ ସେମାନଙ୍କୁ ଭୟ କର ନାହିଁ, ଏବଂ ସେମାନଙ୍କ ଗ୍ଭହାଣିରେ ଉଦ୍ବିଗ୍ନ ହୁଅ ନାହିଁ।”
10 ଆହୁରି ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଛୁ ତୁମ୍ଭେ ସେହିସବୁ କଥା ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର। 11 ଏବଂ ତୁମ୍ଭେ ତୁମ୍ଭର ନିର୍ବାସିତ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ ଯେ, ‘ଏହା ସଦାପ୍ରଭୁ ଆମ୍ଭର ପ୍ରଭୁ ଏହିସବୁ କଥା କୁହନ୍ତି।’ ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ। ତୁମ୍ଭେ ଏହିସବୁ କଥା ନିଶ୍ଚୟ ସେମାନଙ୍କୁ କୁହ।”
ସ୍ୱର୍ଗଦୂତ ଏବଂ କ୍ଷୁଦ୍ର ପୁସ୍ତକ
10 ତା’ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ୱର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ୱାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶୋଭା ପାଉଥିଲା। ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା। 2 ସେହି ଦୂତଙ୍କ ହାତରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ। 3 ସେ ସିଂହ ଗର୍ଜନ ପରି ଜୋର୍ରେ ପାଟି କଲେ। ସେ ପାଟି କରନ୍ତେ ପରେ ସାତ ବଜ୍ର ତାହାର ଉତ୍ତର ଦେଲେ।
4 ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହେଲି। ସେତେବେଳେ ମୋତେ ଆକାଶବାଣୀ ଶୁଭିଲା, “ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସେଗୁଡ଼ିକ ଗୁପ୍ତ ରଖ।”
5 ତା’ପରେ ସେହି ସ୍ୱର୍ଗଦୂତ ଯେକି ସମୁଦ୍ର ଓ ପୃଥିବୀ ଉପରେ ପାଦଦେଇ ଠିଆ ହୋଇଥିବାର ମୁଁ ଦେଖିଲି, ସେ ତାହାଙ୍କ ଦକ୍ଷିଣ ହସ୍ତ ସ୍ୱର୍ଗକୁ ଉଠାଇଲେ। 6 ଯେ ନିତ୍ୟଜୀବିତ, ଯେ ଆକାଶ ଓ ତନ୍ମଧ୍ୟସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମରେ ସେହି ସ୍ୱର୍ଗଦୂତ ଶପଥକରି କହିଲେ, “ଆଉ ଅଧିକ ବିଳମ୍ବ ହେବ ନାହିଁ। 7 କିନ୍ତୁ ସପ୍ତମ ଦୂତ ସେହି ଦିନମାନଙ୍କରେ ତୂରୀ ବଜାନ୍ତେ ପରମେଶ୍ୱର ଆପଣା ସେବକ ଭବିଷ୍ୟଦ୍ବକ୍ତାମାନଙ୍କୁ କହିଥିବା ବାକ୍ୟ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହେବ।”
8 ତା’ପରେ ମୁଁ ସେହି ସ୍ୱର ସ୍ୱର୍ଗରୁ ପୁଣି ଥରେ ଶୁଣିଲି। ସେ ସ୍ୱର ମୋତେ କହିଲା, “ଯାଅ ଓ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହୋଇଥିବା ଦୂତଙ୍କ ହାତରୁ ଖୋଲା ଚର୍ମପତ୍ରଟି ନିଅ।”
9 ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମୋତେ କହିଲେ, “ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପେଟକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।” 10 ତେଣୁ ମୁଁ ତାହାଙ୍କ ହସ୍ତରୁ କ୍ଷୁଦ୍ର ଚର୍ମପତ୍ର ନେଲି ଓ ଖାଇଲି। ମୋ’ ପାଟିକୁ ତାହା ମିଠା ଲାଗିଲା, କିନ୍ତୁ ଯେତେବେଳେ ମୁଁ ଏହାକୁ ଢୋକିଲି, ପେଟରେ ଏହା ଖଟା ଲାଗିଲା। 11 ତା’ପରେ ସେମାନେ ମୋତେ କହିଲେ, “ଅନେକ ଦେଶ, ଜାତି, ଭାଷା ଓ ରାଜାମାନଙ୍କ ବିଷୟରେ ତୁମ୍ଭକୁ ଆହୁରି ଭବିଷ୍ୟଦ୍ବାଣୀ କହିବାକୁ ପଡ଼ିବ।”
2010 by World Bible Translation Center