Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 148

148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
    ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
    ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
    ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
    ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
    କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
    ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
    ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
    ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
    ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
    ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
    ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
    ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
    ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
    ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।

ଦାନିୟେଲଙ୍କ ପୁସ୍ତକ 7:27

27 ଆଉ ରାଜତ୍ୱ, କର୍ତ୍ତୃତ୍ୱ ଓ ରାଜ୍ୟ ସମୂହର ମହିମା ସର୍ବୋପରିସ୍ଥ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ। ତାଙ୍କର ରାଜ୍ୟ ଅନନ୍ତ କାଳ ପାଇଁ ସ୍ଥାୟୀ ହେବ ଓ ଅନ୍ୟ ସମସ୍ତ ଶାସକ ଗୋଷ୍ଠୀ ତାଙ୍କର ସେବା କରିବେ ଓ ତାଙ୍କର ଆଜ୍ଞାବହ ହେବେ।’

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:16-19

16 ତା’ପରେ ଚବିଶ ଜଣ ପ୍ରାଚୀନ ମୁଣ୍ଡ ନୁଆଁଇ ପ୍ରଣାମ କଲେ ଓ ପରମେଶ୍ୱରଙ୍କର ଉପାସନା କଲେ। ଏହି ପ୍ରାଚୀନମାନେ ପରମେଶ୍ୱରଙ୍କ ସମ୍ମୁଖରେ ସେମାନଙ୍କ ସିଂହାସନରେ ବସନ୍ତି। 17 ସେହି ପ୍ରାଚୀନମାନେ କହିଲେ:

“ହେ ପ୍ରଭୁ ପରମେଶ୍ୱର, ତୁମ୍ଭେ ସର୍ବଶକ୍ତିମାନ ଅଟ।
    ଆମ୍ଭେ ତୁମ୍ଭକୁ ଧନ୍ୟବାଦ ଦେଉଅଛୁ; ତୁମ୍ଭେ ହିଁ ଏକମାତ୍ର ବର୍ତ୍ତମାନ ଅଛ, ଓ ଅତୀତରେ ଥିଲ।
ଏବେ ତୁମ୍ଭେ ତୁମ୍ଭର ମହାଶକ୍ତି ପ୍ରୟୋଗ କରି ଶାସନ କରିବାକୁ ଆରମ୍ଭ କରିଛ,
    ସେଥିପାଇଁ ତୁମ୍ଭକୁ ଧନ୍ୟବାଦ ଦେଉଅଛୁ।
18 ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ,
    କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ,
    ମୃତମାନଙ୍କର ବିଗ୍ଭର ସମୟ ଆସିଛି;
ତୁମ୍ଭ ସେବକମାନଙ୍କୁ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି,
    ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି।
ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”

19 ତା’ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା’ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center