Revised Common Lectionary (Semicontinuous)
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।
133 ଏହା କେଡ଼େ ଭଲ ଓ ବଡ଼ ଆନନ୍ଦର କଥା
ଯେତେବେଳେ ସବୁ ଭାଇମାନେ ଏକତ୍ର ଜୀବନଯାପନ କରନ୍ତି।
2 ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ୟ ତୈଳ ସ୍ୱରୂପ
ଯାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।
3 ଏହା ହର୍ମୋଣ ପର୍ବତରୁ ସିୟୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ୟ।
ସେହିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦେଇଛନ୍ତି।
9 “ତୁମ୍ଭେମାନେ ଅମଳ ସମୟରେ ଯେବେ ଶସ୍ୟ କାଟୁଛ ତେବେ କ୍ଷେତ୍ରକୁ ନିଃଶେଷ କରି ଶସ୍ୟ କାଟିବ ନାହିଁ। କିମ୍ବା ନିଜ ଶସ୍ୟକ୍ଷେତ୍ରରୁ ତ୍ୟକ୍ତ ଶସ୍ୟ ସାଉଣ୍ଟିବ ନାହିଁ। 10 ପୁଣି ତୁମ୍ଭର ଦ୍ରାକ୍ଷାକ୍ଷେତ୍ରରୁ ସମ୍ପୂର୍ଣ୍ଣ ଦ୍ରାକ୍ଷା ଖୁଣ୍ଟି ତୋଳିବ ନାହିଁ କିମ୍ବା କ୍ଷେତ୍ରରେ ପଡ଼ିଥିବା ଫଳ ସାଉଣ୍ଟିବ ନାହିଁ। ସେଗୁଡ଼ିକୁ ଦରିଦ୍ର ଓ ବିଦେଶୀମାନଙ୍କ ପାଇଁ ଛାଡ଼ିଦେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
11 “ତୁମ୍ଭେମାନେ ଗ୍ଭେରି କରିବ ନାହିଁ, ଅନ୍ୟମାନଙ୍କୁ ପ୍ରତାରଣା କରିବ ନାହିଁ କିମ୍ବା ପରସ୍ପର ମିଥ୍ୟା କହିବ ନାହିଁ। 12 ଆଉ ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ରାଣ କରିବ ନାହିଁ। ତାହାହେଲେ ତୁମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ, ଆମ୍ଭେ ସଦାପ୍ରଭୁ।
13 “ତୁମ୍ଭେମାନେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ତାଙ୍କଠାରୁ ଗ୍ଭେରି କରିବ ନାହିଁ। ପୁଣି ବେତନଜୀବିର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।
14 “ତୁମ୍ଭେ ବଧିରକୁ ଅଭିଶାପ ଦେବ ନାହିଁ ଓ ଅନ୍ଧ ଆଗରେ ଝୁଣ୍ଟିବାର ବସ୍ତୁ ରଖିବ ନାହିଁ। ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।
15 “ତୁମ୍ଭେମାନେ ବିଗ୍ଭରରେ ପକ୍ଷପାତ କରିବ ନାହିଁ, ତୁମ୍ଭେମାନେ ଦରିଦ୍ର ପ୍ରତି ସ୍ୱତନ୍ତ୍ର ସୁବିଧା ଦେବ ନାହିଁ କିମ୍ବା ବିଗ୍ଭରରେ ଧନୀ ପ୍ରତି ଅଧିକ ଗୁରୁତ୍ୱ ଦେବ ନାହିଁ। ତୁମ୍ଭର ପଡ଼ୋଶୀମାନଙ୍କ ପ୍ରତି ନ୍ୟାୟ ବିଗ୍ଭର କରିବ। 16 ତୁମ୍ଭେ ଖଳ କହି ଆପଣା ଲୋକମାନଙ୍କ ମଧ୍ୟରେ ଏଣେ ତେଣେ ବୁଲିବ ନାହିଁ କିମ୍ବା ପ୍ରତିବାସୀର ଜୀବନ ପ୍ରତି ବିପଦ ଆସିଲା ଭଳି କୌଣସି କାର୍ଯ୍ୟ କରିବ ନାହିଁ। ଆମ୍ଭେ ସଦାପ୍ରଭୁ।
17 “ତୁମ୍ଭେ ହୃଦୟରେ ଆପଣା ଭାଇ ପ୍ରତି ଘୃଣାଭାବ ରଖିବ ନାହିଁ। ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭ ପ୍ରତି କିଛି ଅନ୍ୟାୟ କରେ ତେବେ ତାକୁ ଅନୁଯୋଗ କରିବ, ମାତ୍ର ତାକୁ କ୍ଷମା ଦେବ। ତା’ହେଲେ ତୁମ୍ଭେ ପାପର ଭାଗି ହେବ ନାହିଁ। 18 ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ। ବରଂ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ, ଆମ୍ଭେ ସଦାପ୍ରଭୁ।
ଉତ୍ତମ ଶମିରୋଣୀୟ ଦୃଷ୍ଟାନ୍ତ
25 ତା’ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବି?”
26 ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, “ବ୍ୟବସ୍ଥାଶାସ୍ତ୍ରରେ କ’ଣ ଲେଖାଅଛି? ସେଥିରେ ତୁମ୍ଭେ କ’ଣ ପଢ଼ୁଛ?”
27 ସେ ଉତ୍ତର ଦେଲେ, “‘ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ତୁମ୍ଭର ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର’ [a] ଏବଂ, ‘ତୁମ୍ଭେ ନିଜକୁ ପ୍ରେମ କରିଲା ଭଳି ଅନ୍ୟମାନଙ୍କୁ ପ୍ରେମ କର।’” [b]
28 ତା’ପରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଇଛ। ଏହା ହିଁ କର। ଏହା ଫଳରେ ତୁମ୍ଭେ ଅନନ୍ତ ଜୀବନ ଲାଭ କରିବ।”
2010 by World Bible Translation Center