Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 67

ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ।

67 ହେ ପରମେଶ୍ୱର, ଆମ୍ଭମାନଙ୍କ ଉପରେ ଦୟା କରନ୍ତୁ, ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
    ଏବଂ ଦୟାକରି ଆମ୍ଭମାନଙ୍କ ଉପରେ ଆପଣା ମୁଖ ପ୍ରସନ୍ନ କରନ୍ତୁ।

ତା’ପରେ ପୃଥିବୀର ଲୋକେ ତୁମ୍ଭ ବିଷୟରେ ଜାଣିବେ
    ଏବଂ ସମସ୍ତ ଜାତିଗଣ ତୁମ୍ଭର ଲୋକମାନଙ୍କୁ ରକ୍ଷା କରିବାର ତୁମ୍ଭର ଶକ୍ତିର କ୍ଷମତା ଜାଣିବେ।
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
    ସମସ୍ତ ଲୋକମାନେ ତୁମ୍ଭର ପ୍ରଶଂସା କରନ୍ତୁ।
ଜାତିଗଣ ଖୁସୀ ହୁଅ ଓ ଆନନ୍ଦରେ ଜୟଗାନ କର,
    କାରଣ ତୁମ୍ଭେ ଲୋକମାନଙ୍କୁ ପରଖିବାରେ ସକ୍ଷମ ଅଟ
    ଓ ତୁମ୍ଭେ ପୃଥିବୀରେ ରାଷ୍ଟ୍ରମାନଙ୍କୁ ଆଗେଇ ନିଅ।
ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ।
    ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
ଭୂମି ତା’ର ଫସଲ ଦିଏ।
    ହେ ପରମେଶ୍ୱର, ଆମ୍ଭର ପରମେଶ୍ୱର, ଆମ୍ଭକୁ ଆଶୀର୍ବାଦ କରିବା ଗ୍ଭଲୁ ରଖ।
ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ
    ଏବଂ ପୃଥିବୀର ସମସ୍ତ ଲୋକ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତୁ।

ହିତୋପଦେଶ 2:9-15

ତେଣୁ ତୁମ୍ଭେ ଧାର୍ମିକତା, ସୁବିଗ୍ଭର, ନ୍ୟାୟ, ଓ ମଙ୍ଗଳର ପ୍ରତ୍ୟେକ ସୁପଥ ଜାଣିବ। 10 ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ, ବିଦ୍ୟା ତୁମ୍ଭ ପ୍ରାଣର ଆନନ୍ଦଦାୟକ ହେବ।

11 ଜ୍ଞାନ ତୁମ୍ଭକୁ ରକ୍ଷା କରିବ, ପରିଣାମଦର୍ଶୀତା ତୁମ୍ଭର ପ୍ରହରୀ ହେବ। 12 ସତର୍କତା ଓ ବୁଝାମଣା ଦୁଷ୍ଟ ଲୋକମାନଙ୍କ ପରି ଭୁଲ୍ ପଥରେ ଜୀବନଧାରଣରୁ ତୁମ୍ଭକୁ ରକ୍ଷା କରିବ, ଲୋକମାନଙ୍କଠାରୁ, ଯେଉଁମାନେ ମନ୍ଦ କଥା କହନ୍ତି। 13 ସେମାନେ ସତ୍ୟପଥ ପରିତ୍ୟାଗ କରି କୁପଥରେ ବାସ କରନ୍ତି। 14 ସେମାନେ ଆନନ୍ଦ ପାଆନ୍ତି, ଯେତେବେଳେ ସେମାନେ କୁକର୍ମ କରନ୍ତି ଏବଂ ମନ୍ଦତାକୁ ସେମାନେ ଉପଭୋଗ କରନ୍ତି। 15 ସେମାନଙ୍କର ରାସ୍ତା ମୋଡ଼ି ହେବା ଅବସ୍ଥା, ସେମାନଙ୍କର ରାସ୍ତା ବକ୍ର ଅଟେ।

ଲୂକ ଲିଖିତ ସୁସମାଗ୍ଭର 19:1-10

ଜଖିୟ

19 ଯୀଶୁ ଯିରୀହୋ ନଗର ଦେଇ ଯାଉଥିଲେ। ଯିରୀହୋରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ। ସେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଆହୁରି ମଧ୍ୟ ଅନେକ ଲୋକ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନ ଥିଲା। ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସେଭଳି ଗୋଟିଏ ସ୍ଥାନକୁ ସେ ଦୌଡ଼ିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରିଗଛରେ ଚଢ଼ିଗଲେ।

ଯୀଶୁ ସେହି ସ୍ଥାନକୁ ଆସିଲେ। ସେ ଉପରକୁ ଗ୍ଭହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘରେ ରହିବି।”

ତା’ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ୟନ୍ତ ଖୁସୀରେ ସେ ଯୀଶୁଙ୍କୁ ନିଜ ଘରେ ସ୍ୱାଗତ କଲେ। ସମସ୍ତେ ଏ କଥା ଦେଖିଲେ। ସେମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।”

ଜଖିୟ ପ୍ରଭୁଙ୍କୁ କହିଲେ, “ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମୋ’ ଧନର ଅଧା ଗରିବଙ୍କୁ ବାଣ୍ଟି ଦେବି। ମୁଁ ଯଦି କାହାରିକୁ ଠକିଥାଏ, ତେବେ ସେହି ଲୋକକୁ ଗ୍ଭରି ଗୁଣ ଧନ ଫେରାଇ ଦେବି।”

ଯୀଶୁ କହିଲେ, “ଏ ଲୋକଟି ପ୍ରକୃତରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପଯୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ। 10 ମନୁଷ୍ୟପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖୋଜିବାକୁ ଓ ସେମାନଙ୍କୁ ରକ୍ଷା କରିବାକୁ ଆସିଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center