Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 97

97 ସଦାପ୍ରଭୁ ଶାସନ କରନ୍ତି।
    ସକଳ ପୃଥିବୀ ଆନନ୍ଦ ହେଉ।
    ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
    ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
    ତାଙ୍କର ଶତ୍ରୁଗଣକୁ ବିନାଶ କରେ।
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
    ଏହା ଦେଖି ଲୋକେ ଭୟ କଲେ।
ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
    ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
    ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
    ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
    ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
    ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
    କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
    ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
    ସେ ଆପଣା ସ‌ଦ୍‌ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
    ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
    ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
    ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।

ଯାତ୍ରାପୁସ୍ତକ 33:12-17

ମୋଶା ସଦାପ୍ରଭୁଙ୍କର ମହିମା ଦେଖିଲେ

12 ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ମୋତେ ଆଜ୍ଞା ଦେଲ ଏହି ଲୋକମାନଙ୍କୁ ଆଗେଇ ନେବା ପାଇଁ କିନ୍ତୁ ତୁମ୍ଭେ କହିଲ ନାହିଁ ମୋ’ ସହିତ କାହାକୁ ପଠାଇବ। ତୁମ୍ଭେ ମୋତେ କହିଛ ଯେ, ‘ତୁମ୍ଭେ ମୋତେ ଭଲଭାବେ ଜାଣ, ଏବଂ ତୁମ୍ଭେ ମୋ’ ପ୍ରତି ପ୍ରୀତ।’ 13 ଯଦି ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛି, ତେବେ ବିନୟ କରୁଛି ତୁମ୍ଭେ ମୋତେ ତୁମ୍ଭର ପଥସବୁ ଶିକ୍ଷା ଦିଅ, ଯେଉଁଥିପାଇଁ ମୁଁ ତୁମ୍ଭକୁ ଖୁସୀ କରି ପାରିବି। ମୁଁ ତୁମ୍ଭ ବିଷୟରେ ଜାଣିବାକୁ ଗ୍ଭହେଁ। ଦୟା କରି ତୁମ୍ଭର ଲୋକମାନଙ୍କର ଦଳରେ ମୋତେ ବିବେଚନା କର।”

14 ସଦାପ୍ରଭୁ ଉତ୍ତର ଦେଲେ, “ମୋର ଉପସ୍ଥିତି ତୁମ୍ଭ ସହିତ ଯିବ ଏବଂ ତୁମ୍ଭକୁ ବିଶ୍ରାମ ଦେବ।”

15 ଏହା ପରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ନ ରହେ, ତେବେ ଆମ୍ଭମାନଙ୍କୁ କେଉଁଠାକୁ ପଠାଅ ନାହିଁ। 16 କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।”

17 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର କଥା ଅନୁଯାୟୀ ମୁଁ କରିବି କାରଣ ମୁଁ ତୁମ୍ଭ ପ୍ରତି ପ୍ରୀତ ଓ ତୁମ୍ଭକୁ ମୁଁ ତୁମ୍ଭର ନାମଦ୍ୱାରା ଜାଣିଅଛି।”

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:6-9

ସେ ସ୍ୱର୍ଗଦୂତ ମୋତେ କହିଲେ, “ଏହି କଥାଗୁଡ଼ିକ ସତ୍ୟ ଓ ବିଶ୍ୱାସ ଯୋଗ୍ୟ। ପ୍ରଭୁ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ଆତ୍ମାର ପରମେଶ୍ୱର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ସ୍ୱର୍ଗଦୂତଙ୍କୁ ପଠାଇଛନ୍ତି। ‘ଶୁଣ, ଆମ୍ଭେ ଶୀଘ୍ର ଆସୁଅଛୁ! ଏହି ପୁସ୍ତକରେ ଲେଖାଥିବା ଭବିଷ୍ୟ‌‌ଦ୍‌‌‌‌ବାଣୀର ବାକ୍ୟଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ୟ ହେବ।’”

ମୁଁ ଯୋହନ। ମୁଁ ଏସବୁ ଶୁଣିଛି ଓ ଦେଖିଛି। ପୁଣି କଥା ଶୁଣିବା ଓ ଦେଖିବା ପରେ ମୁଁ ଏସବୁ କହିବାଦୂତଙ୍କ ପାଦତଳେ ପ୍ରଣାମ କରିବା ପାଇଁ ପଡ଼ିଗଲି। କିନ୍ତୁ ସେହି ଦୂତ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ପରି ଜଣେ ସେବକ। ମୁଁ ସେହିମାନଙ୍କ ପରି ଜଣେ ସେବକ ଯିଏ, ଏହି ପୁସ୍ତକର ବାକ୍ୟଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କେବଳ ପରମେଶ୍ୱରଙ୍କୁ ପ୍ରଣାମ କର।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center