Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 97

97 ସଦାପ୍ରଭୁ ଶାସନ କରନ୍ତି।
    ସକଳ ପୃଥିବୀ ଆନନ୍ଦ ହେଉ।
    ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
    ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
    ତାଙ୍କର ଶତ୍ରୁଗଣକୁ ବିନାଶ କରେ।
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
    ଏହା ଦେଖି ଲୋକେ ଭୟ କଲେ।
ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
    ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
    ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
    ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
    ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
    ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
    କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
    ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
    ସେ ଆପଣା ସ‌ଦ୍‌ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
    ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
    ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
    ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।

ଯାତ୍ରାପୁସ୍ତକ 33:18-23

18 ଏହା ପରେ ମୋଶା କହିଲେ, “ବର୍ତ୍ତମାନ ତୁମ୍ଭର ମହିମା ମୋତେ ଦେଖାଅ।”

19 ଏହା ପରେ ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭ ସମ୍ମୁଖରେ ଆପଣାର ସମସ୍ତ ଉତ୍ତମତା ଗମନ କରାଇବି, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରାଇବି। ମୁଁ ଯାହାକୁ ଅନୁଗ୍ରହ କରେ ତାହାକୁ ଅନୁଗ୍ରହ କରିବି ଓ ଯାହାକୁ ଦୟାକରେ ତାହାକୁ ଦୟା କରିବି। 20 କିନ୍ତୁ ତୁମ୍ଭେ ମୋର ମୁଖ ଦେଖି ପାରିବ ନାହିଁ। କାରଣ କେହି ମୋତେ ଦେଖିଲେ ଜୀବିତ ରହି ପାରିବେ ନାହିଁ।

21 “ମୋ’ ନିକଟରେ ଏକ ଶୈଳ ଅଛି। ତୁମ୍ଭେ ସେହି ଶୈଳ ଉପରେ ଛିଡ଼ା ହେବ। 22 ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ମୁଁ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବି ଓ ମୁଁ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଛନ୍ନ କରିବି। 23 ଏହା ପରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ, ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ। ମାତ୍ର ଆମ୍ଭର ମୁଖ ଦେଖି ପାରିବ ନାହିଁ।”

ଯୋହନ ଲିଖିତ ସୁସମାଗ୍ଭର 1:14-18

14 ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସେହି ବାକ୍ୟ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। 15 ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟରେ କହିଲେ। ସେ କହିଲେ, “ମୁଁ ଯାହାଙ୍କ ବିଷୟରେ କହୁଥିଲି, ସେ ଏହି। ମୁଁ କହିଲି, ‘ମୋ’ ପରେ ଯିଏ ଆସୁଛନ୍ତି, ସେ ମୋ’ଠାରୁ ବହୁତ ଶ୍ରେଷ୍ଠ। ସେ ମୋ’ ପୂର୍ବରୁ ବାସ କରୁଥିଲେ।‘”

16 ‘ବାକ୍ୟ’ ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ। 17 ମୋଶାଙ୍କ ଦ୍ୱାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା। 18 ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ପୁତ୍ର ଆମ୍ଭକୁ ଦେଖାଇ ଦେଇଛନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center