Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 16:16-34

ପାଉଲ ଓ ଶୀଲା କାରାଗାରରେ

16 ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ଯିବା ସମୟରେ ଗୋଟିଏ ଗ୍ଭକରାଣୀକୁ ଦେଖିଲୁ। ତା’ ଦେହରେ ଏପରି ଆତ୍ମାଟିଏ [a] ଥିଲା, ଯାହାଦ୍ୱାରା ସେ ଭବିଷ୍ୟତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ୟତ କଥା ସବୁ କହି ତା’ ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା। 17 ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜୋ‌ର୍‌‌ରେ କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସେବକ। ସେମାନେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟରେ କହୁଛନ୍ତି।” 18 ସେ ଏପରି ବହୁତ ଦିନ ପର୍ଯ୍ୟନ୍ତ କଲା, ପାଉଲ ଏଥିଲେ ବିରକ୍ତ ହୋଇପଡ଼ିଲେ। ସେ ସେହି ଆତ୍ମାକୁ କହିଲେ, “ମୁଁ ଯୀଶୁଙ୍କ ନାମରେ ଆଦେଶ ଦେଉଛି, ଏହି ଝିଅଟି ଦେହରୁ ବାହାରିଯା।” ସେହି ସମୟରେ ସେ ଆତ୍ମାଟି ବାହାରକୁ ଗ୍ଭଲିଆସିଲା।

19 ସେହି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସେମାନେ ଜାଣି ପାରିଲେ ଯେ, ସେମାନେ ଆଉ ଏ ବାଳିକା ଦ୍ୱାରା ଧନ ଉପାର୍ଜନ କରି ପାରିବେ ନାହିଁ। ତେଣୁ ସେମାନେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସେମାନଙ୍କୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗରେ ସେମାନଙ୍କୁ ଠିଆ କରାଇଲେ। 20 ସେମାନଙ୍କୁ ନଗରପାଳମାନଙ୍କ ପାଖରେ ପହଞ୍ଚାଇ କହିଲେ, “ଏମାନେ ଯିହୂଦୀୟଲୋକ। ଏମାନେ ଆମ୍ଭ ନଗରରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି। 21 ଆମ୍ଭେମାନେ ରୋମୀୟ। ଏଣୁ ଏମାନେ ଲୋକମାନଙ୍କୁ ଯେଉଁ କଥା କହୁଛନ୍ତି, ସେହି ପ୍ରଥାଗୁଡ଼ିକ ଆମ୍ଭମାନଙ୍କ ଗ୍ରହଣ ଯୋଗ୍ୟ ନୁହେଁ। ତେଣୁ ଆମ୍ଭେ ଏସବୁ କରି ପାରିବୁ ନାହିଁ।”

22 ତା’ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ଯୋଗ ଦେଲେ। ନଗରପାଳମାନେ ସେମାନଙ୍କର ଲୁଗାପଟା ଛିଣ୍ଡାଇ ଦେଲେ ଓ ସେମାନଙ୍କୁ ବେତ ଆଘାତ ଦ୍ୱାରା ଦଣ୍ଡ ଦେବା ପାଇଁ ଆଦେଶ ଦେଲେ। 23 ସେମାନେ ସେମାନଙ୍କୁ ବହୁତ ମାଡ଼ ମାରିବା ପରେ କାରାଗାରରେ ବନ୍ଦୀ କଲେ। ସେମାନଙ୍କୁ ସାବଧାନରେ ଜଗିବା ପାଇଁ କାରାଧ୍ୟକ୍ଷଙ୍କୁ ଆଦେଶ ଦେଲେ। 24 ସେ ଏପରି ଆଦେଶ ପାଇ ସେମାନଙ୍କୁ ଭିତର କୋଠରୀ ଭିତରେ ରଖିଦେଲେ। ସେ ସେମାନଙ୍କର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।

25 ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ। 26 ହଠାତ୍ ଖୁବ୍ ଜୋ‌ର୍‌‌ରେ ଭୂମିକମ୍ପ ହେଲା। ଏହା ଦ୍ୱାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ୱାର ଖୋଲିଗଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖୋଲିଗଲା। 27 କାରାଧ୍ୟକ୍ଷ ନିଦରୁ ଉଠି ବସିଲେ। କାରାଗାରର ଦୁଆର ଗୁଡ଼ିକ ଖୋଲିଥିବାର ଦେଖି, ସେ ନିଜକୁ ହତ୍ୟା କରିବା ଉଦ୍ଦେଶ୍ୟରେ ନିଜର ଖଣ୍ଡା ବାହାର କଲେ। ସେ ଭାବିଲେ ଯେ, ବନ୍ଦୀମାନେ ଖସି ପଳାଇ ଯାଇଛନ୍ତି। 28 କିନ୍ତୁ ପାଉଲ ଚିତ୍କାର କରି କହିଲେ, “ଆମ୍ଭେ ସମସ୍ତେ ଏଠାରେ ଅଛୁ। ନିଜର କ୍ଷତି କର ନାହିଁ।”

29 ସେ ସଙ୍ଗେ ସଙ୍ଗେ ଗୋଟିଏ ଦ୍ୱୀପ ଆଣିବା ପାଇଁ ଆଦେଶ ଦେଇ ଦୌଡ଼ି ଆସି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କ ପାଦ ତଳେ ପଡ଼ିଗଲେ। 30 ତା’ପରେ ସେ ସେମାନଙ୍କୁ ବାହାରକୁ ଆଣି ପଗ୍ଭରିଲେ, ମହାଶୟମାନେ, “ପରିତ୍ରାଣ ପାଇବା ପାଇଁ ମୋର କ’ଣ କରିବା ଆବଶ୍ୟକ?”

31 ସେମାନେ ତାହାଙ୍କୁ କହିଲେ, “ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘରେ ରହୁଥିବା ସମସ୍ତେ ଉଦ୍ଧାର ପାଇ ପାରିବେ।” 32 ପାଉଲ ଓ ଶୀଲା ତାକୁ ଓ ତା’ ଘରେ ରହୁଥିବା ସମସ୍ତଙ୍କୁ ପ୍ରଭୁଙ୍କର ବାକ୍ୟ ପ୍ରଗ୍ଭର କଲେ। 33 କାରାଗାର ଅଧିକାରୀ ସେମାନଙ୍କୁ ନେଇ ସେହି ମଧ୍ୟରାତ୍ରିରେ ସେମାନଙ୍କର କ୍ଷତ ବିକ୍ଷତ ଜାଗାଗୁଡ଼ିକୁ ଧୋଇ ସଫା କଲେ। ତା’ପରେ ତୁରନ୍ତ ସେ ଓ ତାହାଙ୍କର ସମସ୍ତ ପରିବାର ବାପ୍ତିଜିତ ହେଲେ। 34 ତା’ପରେ ସେହି କାରାଧ୍ୟକ୍ଷ ପାଉଲ ଓ ଶୀଲାଙ୍କୁ ଘରକୁ ଡାକି ନେଇ ଖାଇବାକୁ ଦେଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ଆନନ୍ଦିତ ହେଲେ।

ଗୀତସଂହିତା 97

97 ସଦାପ୍ରଭୁ ଶାସନ କରନ୍ତି।
    ସକଳ ପୃଥିବୀ ଆନନ୍ଦ ହେଉ।
    ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
    ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
    ତାଙ୍କର ଶତ୍ରୁଗଣକୁ ବିନାଶ କରେ।
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
    ଏହା ଦେଖି ଲୋକେ ଭୟ କଲେ।
ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
    ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
    ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
    ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
    ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
    ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
    କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
    ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
    ସେ ଆପଣା ସ‌ଦ୍‌ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
    ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
    ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
    ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:12-14

12 “ଶୁଣ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗରେ ପୁରସ୍କାର ନେଇ ଆସିବା। ଆମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ତା’ର କର୍ମ ଅନୁସାରେ ପ୍ରତିଦାନ ଦେବା। 13 ଆମ୍ଭେ ପ୍ରଥମ ଓ ଶେଷ; କ ଓ କ୍ଷ, ଆଦି ଓ ଅନ୍ତ।”

14 “ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସେମାନେ ଧନ୍ୟ ହେବେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସେମାନଙ୍କର ଅଧିକାର ରହିଛି। ସେମାନେ ନଗରୀ ଭିତରକୁ ନଗରୀ ଦ୍ୱାର ଦେଇ ପ୍ରବେଶ କରି ପାରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:16-17

16 “ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମୋର ଦୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜ୍ୱଳ ପ୍ରଭାତୀ ତାରା।”

17 ଆତ୍ମା ଓ କନ୍ୟା କହନ୍ତି, “ଆସ!” ଏସବୁ ଶୁଣୁଥିବା ପ୍ରତ୍ୟେକ ଲୋକ ମଧ୍ୟ କହୁ, “ଆସ!” ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନା ମୂଲ୍ୟରେ ଜୀବନର ଜଳପାନ କରିପାରେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:20-21

20 ଯୀଶୁ ହିଁ ଏସବୁ ସତ୍ୟ କହନ୍ତି। ବର୍ତ୍ତମାନ ସେ କହନ୍ତି, “ହଁ, ଆମ୍ଭେ ଶୀଘ୍ର ଆସୁଛୁ।”

ଆମେନ୍। ହେ ପ୍ରଭୁ ଯୀଶୁ ଆସନ୍ତୁ।

21 ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍।

ଯୋହନ ଲିଖିତ ସୁସମାଗ୍ଭର 17:20-26

20 “ମୁଁ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କରେ ଓ ଏହି ଲୋକମାନଙ୍କର ଶିକ୍ଷା ହେତୁ ମୋ’ଠାରେ ବିଶ୍ୱାସ କରିବାକୁ ଯାଉଥିବା ସମସ୍ତ ଲୋକମାନଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରୁଛି। 21 ହେ ପରମପିତା, ମୁଁ ତୁମ୍ଭଠାରେ ପ୍ରାର୍ଥନା କରେ ଯେପରି ମୋ’ ଉପରେ ବିଶ୍ୱାସ ରଖୁଥିବା ଲୋକମାନେ ଏକ ହୋଇପାରିବେ। ତୁମ୍ଭେ ମୋ’ଠାରେ ରହିଛ ଓ ମୁଁ ତୁମ୍ଭଠାରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠାରେ ଯେପରି ଏକ ହୋଇ ପାରିବେ। ତଦ୍ଦ୍ୱାରା ଜଗତ ବିଶ୍ୱାସ କରିବ, ଯେ ତୁମ୍ଭେ ମୋତେ ପଠାଇଅଛ। 22 ମୋତେ ତୁମ୍ଭେ ଯେଉଁ ଗୌରବ ଦେଇଥିଲ, ମୁଁ ତାହା ଏହି ଲୋକମାନଙ୍କୁ ଦେଇଛି। ଏହି ଗୌରବ ଦେବାର କାରଣ ହେଉଛି ଯେ, ଯେପରି ‘ତୁମ୍ଭେ ଓ ମୁଁ ଏକ, ସେହିପରି ସେମାନେ ମଧ୍ୟ ଏକ ହୋଇପାରିବେ।’ 23 ମୁଁ ସେମାନଙ୍କଠାରେ ରହିବି ଓ ତୁମ୍ଭେ ମୋ’ଠାରେ ରହିବ। ତେଣୁ ସେମାନେ ସମ୍ପୂର୍ଣ୍ଣ ଭାବେ ଏକ ହୋଇପାରିବେ। ତାହାହେଲେ ଏହି ଜଗତ ଜାଣି ପାରିବ ଯେ, ତୁମ୍ଭେ ମୋତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମୋତେ ଯେପରି ପ୍ରେମ କରୁଥିଲ ଠିକ୍ ସେହିପରି ଏହି ଲୋକମାନଙ୍କୁ ମଧ୍ୟ ପ୍ରେମ କରୁଛ।

24 “ହେ ପରମପିତା, ତୁମ୍ଭେ ମୋତେ ଯେଉଁ ଲୋକମାନଙ୍କୁ ଦେଇଛ, ମୁଁ ଗ୍ଭହେଁ, ମୁଁ ଥିବା ପ୍ରତ୍ୟେକ ସ୍ଥାନରେ ସେମାନେ ମୋ’ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସେମାନେ ମୋର ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମୋତେ ଦେଇଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହେବା ପୂର୍ବରୁ ମୋତେ ପ୍ରେମ କଲ। 25 ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମୋତେ ପଠାଇଛ। 26 ତୁମ୍ଭେ କିପରି ତାହା ମୁଁ ସେମାନଙ୍କଠାରେ ପ୍ରକାଶ କରିଛି। ଏବଂ ପୁନର୍ବାର ସେମାନଙ୍କଠାରେ ପ୍ରକାଶ କରିବି। ତା’ପରେ ମୋ’ ପ୍ରତି ତୁମ୍ଭର ଯେପରି ପ୍ରେମ ରହିଛି, ସେହିପରି ପ୍ରେମ ତାହାଙ୍କଠାରେ ରହିବ ଓ ମୁଁ ସେମାନଙ୍କଠାରେ ବାସ କରିବି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center