Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 104:24-34

24 ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ।
    ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି।
    ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।
25 ମହାସାଗରକୁ ଦେଖ, ଏହା କେତେ ମହାନ!
    ବହୁତ ଛୋଟ ଏବଂ ବଡ଼ ଜୀବ ସେଥିରେ ବାସ କରୁଛନ୍ତି।
    ସେଗୁଡ଼ିକୁ ଗଣନା କରି ହେବ ନାହିଁ।
26 ତହିଁରେ ଜାହାଜ ଯାତାୟାତ କରେ।
    ତହିଁରେ ଖେଳିବା ପାଇଁ
    ତୁମ୍ଭର ସୃଷ୍ଟି ଲିବିୟାଥନ୍ ଥାଏ।

27 ଏ ସମସ୍ତ ପ୍ରାଣୀ ତୁମ୍ଭ ଉପରେ ନିର୍ଭର କରନ୍ତି,
    ଯେପରିକି ଠିକ୍ ସମୟରେ ତୁମ୍ଭେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରିବ,
28 ତୁମ୍ଭେ ସେମାନଙ୍କୁ ଖାଦ୍ୟ ଦିଅ, ଯାହା ସେମାନେ ସଂଗ୍ରହ କରନ୍ତି।
    ତୁମ୍ଭେ ତୁମ୍ଭର ହସ୍ତ ଖୋଲି ଦିଅ, ସେମାନେ ପରିତୃପ୍ତ ହେବା ପର୍ଯ୍ୟନ୍ତ ଏଥିରୁ ଭୋଜନ କରିବେ।
29 ଏବଂ ତୁମ୍ଭେ ଯେତେବେଳେ ସେମାନଙ୍କର ବିମୁଖ ହୁଅ ସେମାନେ ଭୟଭୀତ ହୁଅନ୍ତି।
    ଯେତେବେଳେ ତୁମ୍ଭେ ସେମାନଙ୍କର ନିଃଶ୍ୱାସ ପ୍ରଶ୍ୱାସ ନେଇଯାଅ,
ସେମାନେ ଦୁର୍ବଳ ଓ ମୃତ୍ୟୁ ହୋଇ ଯାଆନ୍ତି,
    ପୁଣି ସେମାନଙ୍କ ଶରୀର ଧୂଳିରେ ପରିଣତ ହୁଏ।
30 ହେ ସଦାପ୍ରଭୁ, ତୁମ୍ଭେ ଯେତେବେଳେ ଆପଣା ଆତ୍ମା ପଠାଅ, ସେତେବେଳେ ନୂତନ ସୃଷ୍ଟି ହେବ।
    ଏବଂ ତୁମ୍ଭେ ପୁଣି ସମସ୍ତ ନୂତନ ଜିନିଷ ପୃଥିବୀରେ ସୃଷ୍ଟି କର।

31 ସଦାପ୍ରଭୁଙ୍କର ମହିମା ଅନନ୍ତକାଳ ଥାଉ!
    ସଦାପ୍ରଭୁ ଆପଣା ଦୃଷ୍ଟିରେ ଆନନ୍ଦିତ ହୁଅନ୍ତୁ।
32 ସଦାପ୍ରଭୁ ପୃଥିବୀକୁ ଗ୍ଭହିଁଲେ ପୃଥିବୀ କମ୍ପିତ ହୁଏ।
    ସେ ପର୍ବତକୁ ସ୍ପର୍ଶକଲେ ସେଥିରୁ ଧୂଆଁ ନିର୍ଗତ ହୁଏ।

33 ମୁଁ ଜୀବନସାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି।
    ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବି।
34 ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ।
    ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।

ଗୀତସଂହିତା 104:35

35 ପାପୀମାନେ ପୃଥିବୀରୁ ଉଭେଇ ଯାଆନ୍ତୁ।
    ସବୁଦିନ ପାଇଁ ଦୁଷ୍ଟ ଲୋକମାନେ ନିଶେଷ ହୁଅନ୍ତୁ।

ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ସଦାପ୍ରଭୁଙ୍କର ପ୍ରଶଂସା କର।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 32:11-17

11 ହେ ଶାନ୍ତିପ୍ରିୟ ନାରୀଗଣ, ତୁମ୍ଭେମାନେ କମ୍ପିତା ହେବ। ହେ ନିଶ୍ଚିତା ନାରୀଗଣ, ତୁମ୍ଭେମାନେ ଉ‌‌ଦ୍‌‌ବିଗ୍ନା ହେବ। ତୁମ୍ଭମାନଙ୍କର ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ କଟି ଦେଶରେ ଚଟ ବାନ୍ଧ। 12 ସେହି ମନୋରମ ଫଳ କ୍ଷେତ ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଦୁଃଖରେ ଛାତିକୁ ମାରି ହେବେ। ରୋଦନ କର କାରଣ ତୁମ୍ଭର କ୍ଷେତ ଶୂନ୍ୟ ଓ ଦ୍ରାକ୍ଷାଲତା ଫଳହୀନ। 13 ମୋର ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳିକୁ ବୃକ୍ଷରେ ପୂର୍ଣ୍ଣ ହେବା ନିମନ୍ତେ ଓ ନଗରର ଆନନ୍ଦ ଉଲ୍ଲାସପୂର୍ଣ୍ଣ ଗୃହଗୁଡ଼ିକ ପାଇଁ ବିଳାପ କର।

14 ମୋର ଲୋକମାନେ ରାଜନଗରୀ ପରିତ୍ୟାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ୟ ହେବ। ଗିରି ଓ ପ୍ରହରୀ ଦୁର୍ଗ ଚିରିକାଳ ଗୁହାମୟ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ।

15 ଆତ୍ମା ଊର୍ଦ୍ଧ୍ୱରୁ ଆସିବା ପର୍ଯ୍ୟନ୍ତ ଏହିସବୁ ଗ୍ଭଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହୋଇଛି, ତା’ପରେ ମରୁଭୂମି ଠିକ୍ ବିଗ୍ଭରରେ ପାଇବେ ଏବଂ ଫଳ ବଗିଗ୍ଭ ଜଙ୍ଗଲରେ ପରିଣତ ହେବ। 16 ସେତେବେଳେ ପ୍ରାନ୍ତରରେ ନ୍ୟାୟ ବିଗ୍ଭର ବାସ କରିବ ଓ ଉର୍ବର କ୍ଷେତରେ ଧାର୍ମିକତା ବସତି ସ୍ଥାପନ କରିବ। 17 ପୁଣି ସେହି ଧାର୍ମିକତାର କାର୍ଯ୍ୟ ଶାନ୍ତିମୟ ହେବ ଓ ଧାର୍ମିକତାର ଫଳ ଚିରକାଳ ସୁସ୍ଥିରତା ଓ ନିର୍ଭୟତା ହେବ।

ଗାଲାତୀୟଙ୍କ ପ୍ରତି ପତ୍ର 5:16-25

ପବିତ୍ରଆତ୍ମା ଓ ମାନବ ପ୍ରକୃତି

16 ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନଯାପନ କର। ତା’ହେଲେ ତୁମ୍ଭେମାନେ ପାପମୟ ସ୍ୱଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ଯ୍ୟ କରିବ ନାହିଁ। 17 ଆମ୍ଭର ପାପମୟ ସ୍ୱଭାବର ଇଚ୍ଛା ପବିତ୍ରଆତ୍ମାଙ୍କର ବିରୋଧୀ ଓ ପବିତ୍ରଆତ୍ମା ପାପମୟ ସ୍ୱଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭେମାନେ ପ୍ରକୃତରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ। 18 କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କର ପରିଗ୍ଭଳିତ ପଥରେ ଚଳୁଛ, ତା’ହେଲେ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ।

19 ଆମ୍ଭର ପାପମୟ ସ୍ୱଭାବ ଦ୍ୱାରା ହେଉଥିବା ପାପପୂର୍ଣ୍ଣ କ୍ରିୟାଗୁଡ଼ିକ ବିଷୟରେ ସମସ୍ତେ ଜାଣନ୍ତି। ସେଗୁଡ଼ିକ ହେଲା: ଯୌନ ପାପାଗ୍ଭର, ଅପବିତ୍ରତା, ଭୋଗବିଳାସ, 20 ମୂର୍ତ୍ତିପୂଜା, ଯାଦୁବିଦ୍ୟା, ଘୃଣା, ଝଗଡ଼ା, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ, 21 ପରଶ୍ରୀକାତରତା, ନିଶାସକ୍ତ ହେବା, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ୟ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମରେ ଲିପ୍ତ ରୁହନ୍ତି, ସେମାନେ କୌଣସି ପ୍ରକାରେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାର ପାଇବେ ନାହିଁ। 22 ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା, 23 ଭଦ୍ରତା ଓ ଆତ୍ମ-ସଂଯମ। ଏହି ବିଷୟ ଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ। 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ନିଜର ମନର ଆବେଗ ଓ ପାପମୟ ସ୍ୱଭାବକୁ କ୍ରୁଶରେ ବିଦ୍ଧ କରିଛନ୍ତି। ସେମାନେ ନିଜର ସ୍ୱାର୍ଥପର ମନୋଭାବ ଓ ମନ୍ଦକାର୍ଯ୍ୟ ସବୁକୁ ତ୍ୟାଗ କରିଛନ୍ତି। 25 ସେହି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center