Revised Common Lectionary (Semicontinuous)
କୋରହ ପରିବାରର ପ୍ରଶଂସାଯୁକ୍ତ ଗୀତ।
48 ସଦାପ୍ରଭୁ ମହାନ ଅଟନ୍ତି।
ଆମ୍ଭର ପରମେଶ୍ୱରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।
2 ପରମେଶ୍ୱରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ।
ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ।
ସିୟୋନ ପର୍ବତ ପ୍ରକୃତରେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଅଟେ।
ଏହା ସେହି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।
3 ଯେଉଁ ଲୋକମାନେ ସେହିସବୁ ପ୍ରାସାଦମାନଙ୍କରେ ବାସ କରନ୍ତି ସେମାନେ ଜାଣନ୍ତି ଯେ,
ତାଙ୍କର ସମସ୍ତ ପ୍ରାସାଦର ଆଶ୍ରୟସ୍ଥଳର ନିରାପଦ ଆଶ୍ରୟସ୍ଥଳ ପରମେଶ୍ୱର ଅଟନ୍ତି।
4 ଗୋଟିଏ ସମୟରେ ଅନେକ ରାଜା ଏକତ୍ରିତ ହୋଇ
ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ।
ସେମାନେ ସେହି ନଗର ଆଡ଼କୁ ଗମନ କଲେ।
5 କିନ୍ତୁ ସେହି ରାଜାମାନେ ସେଠାରେ ଯାହା ଦେଖିଲେ ସେଥିରେ ସେମାନେ ଆଶ୍ଚର୍ଯ୍ୟ ହେଲେ।
ସେମାନଙ୍କ ମଧ୍ୟରେ ଆତଙ୍କ ଖେଳିଗଲା ଓ ସେମାନେ ଦୌଡ଼ି ପଳାଇ ଗଲେ।
6 ଭୟ ସେହି ରାଜାମାନଙ୍କୁ ଥରାଇ ଦେଲା
ଓ ସେମାନେ ଭୟରେ ଥରି ଉଠିଲେ।
7 ହେ ପରମେଶ୍ୱର, ତୁମ୍ଭ ନିର୍ଦ୍ଦେଶରେ ପୂର୍ବଦିଗରୁ ପ୍ରବଳ ଝଡ଼ ମାଡ଼ି ଆସି
ସେମାନଙ୍କ ବୃହତ୍ ଜାହାଜ ସବୁକୁ ଭାଙ୍ଗି ପକାଇଲା।
8 ହଁ, ଆମ୍ଭେମାନେ ତୁମ୍ଭର ଶକ୍ତି ବିଷୟରେ ସେହି ଗଳ୍ପ ସବୁ ଶୁଣିଅଛୁ।
କିନ୍ତୁ ଆମ୍ଭେ ପରମେଶ୍ୱରଙ୍କର ଶକ୍ତି ଦେଖିଅଛୁ।
ଆମ୍ଭେ ସେହି ପରମେଶ୍ୱରଙ୍କ ନଗରରେ ବାସ କରୁ, ଯେପରି ସୈନ୍ୟାଧିପତି ପରମେଶ୍ୱର ଚିରଦିନ ଲାଗି ସେହି ନଗରକୁ ଅଧିକ ଶକ୍ତିଶାଳୀ କରିଛନ୍ତି।
9 ପରମେଶ୍ୱର, ତୁମ୍ଭ ମନ୍ଦିରରେ ଆମ୍ଭେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାକୁ ଧ୍ୟାନ କରୁ।
10 ହେ ପରମେଶ୍ୱର, ତୁମ୍ଭେ ମହାନ ଅଟ।
ଏ ପୃଥିବୀର ସମସ୍ତ ଲୋକେ ତୁମ୍ଭକୁ ପ୍ରଶଂସା କରନ୍ତି।
ସମସ୍ତେ ଜାଣନ୍ତି ତୁମ୍ଭେ କେତେ ମହାନ ଅଟ।
11 ହେ ପରମେଶ୍ୱର, ତୁମ୍ଭର ପବିତ୍ର ସିୟୋନ ପର୍ବତ ଅତି ଆନନ୍ଦିତ।
ଯିହୁଦାର ସହର ସବୁ ଉଲ୍ଲସିତ।
କେବଳ ତୁମ୍ଭର ଉତ୍ତମ ଶାସନ ବିଧି ପାଇଁ ଏହା ସମ୍ଭବ ହୋଇଛି।
12 ସିୟୋନ ପର୍ବତର ଚତୁର୍ଦ୍ଦିଗରେ ଭ୍ରମଣ କର।
ସେହି ନଗରୀକୁ ଗ୍ଭହଁ ଓ ତାହାର ଗମ୍ବୁଜ ସବୁକୁ ଗଣ।
13 ବିରାଟ ଉଚ୍ଚ ପ୍ରାଚୀରସବୁ ଦେଖ।
ସିୟୋନ ପ୍ରାସାଦକୁ ନୀରିକ୍ଷଣ କର,
ଯାହା ଫଳରେ ତୁମ୍ଭେ ଆପଣା ପରବର୍ତ୍ତୀ ବଂଶଧରମାନଙ୍କୁ ଏକଥା କହିପାରିବ।
14 ଏହି ପରମେଶ୍ୱର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ୱର ଅଟନ୍ତି।
ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।
Prophecies Against Survivors in Jerusalem
14 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ, 15 “ହେ ମନୁଷ୍ୟ ପୁତ୍ର, ଯିରୁଶାଲମ ନିବାସୀମାନେ ତୁମ୍ଭର ଭ୍ରାତୃଗଣ, ତୁମ୍ଭର କୁଟୁମ୍ବଗଣ ପ୍ରକୃତରେ ସମଗ୍ର ଇସ୍ରାଏଲୀୟମାନଙ୍କୁ ଯିରୁଶାଲମର ଅଧିବାସୀମାନେ କହିଲେ, ‘ସଦାପ୍ରଭୁଙ୍କଠାରୁ ଦୂରେଇ ରୁହ, ଏହି ଦେଶ ଉତ୍ତରାଧିକାରୀ ସୂତ୍ରରେ ଆମ୍ଭଙ୍କୁ ଦିଆଯାଇଛି।’
16 “ଏଥିପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପ୍ରଭୁ ଏହି କଥା କହନ୍ତି, ‘ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଜାତିଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ଆମ୍ଭେ ଅଳ୍ପ ସମୟ ପାଇଁ ସେମାନଙ୍କର ମନ୍ଦିର ସ୍ଥଳ ହେବା। 17 ଏଥିପାଇଁ ସେମାନଙ୍କୁ କୁହ, ସଦାପ୍ରଭୁ ମୋର ପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ବିଭିନ୍ନ ଗୋଷ୍ଠୀ ମଧ୍ୟରୁ ଏକତ୍ରିତ କରିବା ଏବଂ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇଥିବା ଦେଶମାନଙ୍କରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଏବଂ ଆମ୍ଭେ ତୁମ୍ଭମାନଙ୍କୁ ଇସ୍ରାଏଲର ଭୂମି ଦେବା। 18 ପୁଣି ସେମାନେ ସେ ଦେଶକୁ ଯିବେ ଓ ତହିଁରେ ଯାବତୀୟ ପ୍ରତିମା ବସ୍ତୁ ଓ ଘୃଣାଯୋଗ୍ୟ ବିଷୟସବୁ ସେ ସ୍ଥାନରୁ ଦୂର କରିବେ। 19 ଏବଂ ଆମ୍ଭେ ସେମାନଙ୍କୁ ଏକ ହୃଦୟ ଦେବା ଓ ସେମାନଙ୍କର ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା। ଆମ୍ଭେ ସେମାନଙ୍କଠାରୁ କଠିନ ହୃଦୟ ଦୂର କରି, ସେମାନଙ୍କୁ କୋମଳ ହୃଦୟ ଦେବା। 20 ତହିଁରେ ସେମାନେ ଆମ୍ଭର ବିଧି ମାନିବେ ଏବଂ ଆମ୍ଭର ନିୟମସବୁ ରଖିବା ପାଇଁ ଯତ୍ନବାନ୍ ହେବେ ଏବଂ ସେମାନେ ମଧ୍ୟ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।’”
The Glory of the Lord Leaves Jerusalem
21 ତା’ପରେ ପରମେଶ୍ୱର କହିଲେ, “କିନ୍ତୁ ଯେଉଁମାନଙ୍କର ହୃଦୟ ଘୃଣ୍ୟ ଓ କଳୁଷିତ ମୂର୍ତ୍ତିଗୁଡ଼ିକୁ ଅନୁସରଣ କରେ, ଆମ୍ଭେ ସେମାନଙ୍କୁ ସେମାନଙ୍କର କୁକର୍ମ ଅନୁସାରେ ଦଣ୍ଡିତ କରିବା।” ସଦାପ୍ରଭୁ ମୋର ପ୍ରଭୁ ଏହା କହିଛନ୍ତି। 22 ଅନନ୍ତର କିରୁବଗଣ ନିଜ ନିଜ ପକ୍ଷ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା। ଆଉ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ସେମାନଙ୍କ ଊର୍ଦ୍ଧ୍ୱରେ ବିଦ୍ୟମାନ ଥିଲା। 23 ଏହା ପରେ ସଦାପ୍ରଭୁଙ୍କର ମହିମା ନଗର ମଧ୍ୟରୁ ଊର୍ଦ୍ଧ୍ୱଗମନ କରି ନଗରର ପୂର୍ବଦିଗସ୍ଥିତ ପର୍ବତ ଉପରେ ସ୍ଥଗିତ ହେଲା। 24 ତା’ପରେ ଗୋଟିଏ ପବନ ମୋତେ ଉଠାଇଲା ଏବଂ ନିର୍ବାସିତରୂପେ ମୋତେ ବାବିଲକୁ ନେଇଗଲା। ପରମେଶ୍ୱରଙ୍କର ଆତ୍ମା ଦ୍ୱାରା ମୁଁ ଦର୍ଶନରେ ଏହିସବୁ ଜିନିଷଗୁଡ଼ିକ ଦେଖିଲି। ତା’ପରେ ଯେଉଁ ଦର୍ଶନ ମୁଁ ଦେଖିଥିଲି ଗ୍ଭଲିଗଲା। 25 ତା’ପରେ ସଦାପ୍ରଭୁ ମୋତେ ଯାହା ଯାହା ବିଷୟ ଦେଖାଇ ଥିଲେ, ସେହି ସମସ୍ତ ବିଷୟ ମୁଁ ନିର୍ବାସିତ ଲୋକମାନଙ୍କୁ ଜଣାଇଲି।
12 ଆମ୍ଭେ ଜଗତର ଆତ୍ମା ଦ୍ୱାରା ପରମେଶ୍ୱରଙ୍କ ପ୍ରଦତ୍ତ ବିଷୟ ଗୁଡ଼ିକୁ ଜାଣି ପାରିବା।
13 ସେ ଗୁଡ଼ିକୁ କହିଲା ବେଳେ ମନୁଷ୍ୟର କଳ୍ପିତ ଜ୍ଞାନର ବାକ୍ୟ କହୁ ନାହୁଁ, ବରଂ ଆମ୍ଭେ ଆତ୍ମା ଦ୍ୱାରା ଶିଖିଥିବା ବାକ୍ୟ କହୁ। ଆମ୍ଭେ ଆତ୍ମିକ ବିଷୟ ବୁଝାଇବା ପାଇଁ ପବିତ୍ରଆତ୍ମାଙ୍କ ବାକ୍ୟ ବ୍ୟବହାର କରୁ। 14 ଯେଉଁ ଲୋକ ଆଧ୍ୟାତ୍ମିକ ନୁହେଁ, ସେ ପରମେଶ୍ୱରଙ୍କ ଆତ୍ମିକ ସତ୍ୟଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟ ଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ୟଗୁଡ଼ିକୁ ବୁଝିପାରେ ନାହିଁ, କାରଣ ସେଗୁଡ଼ିକୁ କେବଳ ଆଧ୍ୟାତ୍ମିକ ଭାବରେ ବିଗ୍ଭର କରି ହେବ। 15 କିନ୍ତୁ ଜଣେ ଆଧ୍ୟାତ୍ମିକ ଲୋକ ପ୍ରତ୍ୟେକ ବିଷୟର ଉଚିତ୍ ମୂଲ୍ୟାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ୱାରା ବିଗ୍ଭରିତ ହୋଇ ପାରିବ ନାହିଁ। 16 ଶାସ୍ତ୍ର କୁହେ:
“ପ୍ରଭୁଙ୍କ ମନ କିଏ ଜାଣି ଅଛି?
କ’ଣ କରିବାକୁ ହେବ ବୋଲି ପ୍ରଭୁଙ୍କୁ କିଏ କହିବ?” (A)
କିନ୍ତୁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ମନ ପାଇଅଛୁ।
2010 by World Bible Translation Center