Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।
2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
3 ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”
5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
8 ଆକାଶର ଉଡ଼ୁଥିବା ପକ୍ଷୀମାନେ
ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।
13 ଯେଉଁ ଲୋକ ଜ୍ଞାନ ପାଏ ଓ ବୁଦ୍ଧି ଲାଭ କରେ ସେ ଧନ୍ୟ। 14 ରୂପାର ବାଣିଜ୍ୟଠାରୁ ଜ୍ଞାନ ଅଧିକ ଲାଭଦାୟକ, ସୁନା ବ୍ୟବସାୟଠାରୁ ବିଦ୍ୟା ମଧ୍ୟ ଅଧିକ ଲାଭଦାୟକ। 15 ଜ୍ଞାନ ମୁକ୍ତାଠାରୁ ଅଧିକ ମୂଲ୍ୟବାନ, ତୁମ୍ଭର କୌଣସି ଇଷ୍ଟବସ୍ତୁ ତାହା ତୁଲ୍ୟ ହେବାକୁ ଯୋଗ୍ୟ ନୁହେଁ।
16 ସେହିଲୋକ ଡାହାଣ ହସ୍ତରେ ଦୀର୍ଘାୟୁ ଏବଂ ବାମ ହସ୍ତରେ ଧନ ଓ ସମ୍ମାନ ଧାରଣ କରିଛି। 17 ଜ୍ଞାନୀ ଲୋକମାନେ ସୁଖ ଶାନ୍ତିରେ ବାସ କରନ୍ତି। 18 ଜ୍ଞାନ ହେଉଛି ଜୀବନଦାୟକ ବୃକ୍ଷ ସ୍ୱରୂପ। ଯେଉଁମାନେ ତା’ର ଆଶ୍ରୟ ନିଅନ୍ତି ସେମାନେ ଜୀବନ ପାଆନ୍ତି। ସେହିମାନେ ବାସ୍ତବରେ ଧନ୍ୟ।
17 ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ୱରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସେହି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ୱର ବିଷୟକ ସମସ୍ତ ତଥ୍ୟକୁ ସ୍ପଷ୍ଟ କରିଦେବ, ଯାହା ଫଳରେ ତୁମ୍ଭେମାନେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।
18 ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା’ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ। 19 ତୁମ୍ଭେମାନେ ଏହା ମଧ୍ୟ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ୱାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ୱରଙ୍କ ଶକ୍ତି କେତେ ମହାନ୍।
2010 by World Bible Translation Center