Revised Common Lectionary (Semicontinuous)
ଜ୍ଞାନ ଓ ଉତ୍ତମ ସ୍ତ୍ରୀ
8 ଶୁଣ, ଜ୍ଞାନ ତାଙ୍କଠାରୁ
ଶୁଣିବାକୁ ଡାକୁଛନ୍ତି।
2 ମୋ’ ପଥ ପାର୍ଶ୍ୱସ୍ଥ ଉଚ୍ଚସ୍ଥାନରେ ଠିଆ ହୁଏ।
ସେ ପ୍ରତ୍ୟେକ ସଂଯୋଗ ରାସ୍ତାରେ ଠିଆ ହୁଏ।
3 ସେ ନଗରଦ୍ୱାର ନିକଟରେ
ଠିଆ ହୁଏ ଏବଂ ଡାକେ।
4 ଜ୍ଞାନୀ କହେ, “ହେ ମନୁଷ୍ୟଗଣ ମୁଁ ତୁମ୍ଭମାନଙ୍କୁ ଡାକୁଅଛି।
ମୁଁ ପ୍ରତ୍ୟେକ ଲୋକଙ୍କୁ ଡାକେ।
22 “ସଦାପ୍ରଭୁ ନିଜ ଗତିର ଆରମ୍ଭରେ,
ତାଙ୍କ କର୍ମ ସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23 ଅନାଦିକାଳରୁ ଅବା ଆଦ୍ୟ କାଳାବଧି,
ଅବା ପୃଥିବୀର ମୂଳ ସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24 ଯେତେବେଳେ ଗଭୀର ସମୁଦ୍ର ନ ଥିଲା,
ଏବଂ ଯେତେବେଳେ ନିର୍ଝର ସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମ ହୋଇଥିଲି।
25 ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରୁ,
ମୁଁ ଜନ୍ମ ହୋଇଥିଲି।
26 ସେସମୟରେ ଭୂମି କି ପ୍ରାନ୍ତର,
କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ।
27 ଯେଉଁ ସମୟରେ ସେ ସ୍ୱର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ।
ସେ ସମୟରେ ମୁଁ ସେଠାରେ ଥିଲି।
28 ସେ ମେଘକୁ ଆକାଶରେ ଝୁଲାଇଲେ,
ଯେତେବେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ।
29 ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ
ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପାରେ,
ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।
30 ସେହି ସମୟରେ ମୁଁ ତାଙ୍କ ନିକଟରେ କର୍ମକର୍ତ୍ତା ଥିଲି।
ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ ପ୍ରଦାନ କରୁଥିଲି।
31 ସେ ସୃଷ୍ଟି କରିଥିବା ପୃଥିବୀରେ ମୁଁ ଉପଭୋଗ କଲି।
ମୋର ଆନନ୍ଦ ଲୋକମାନଙ୍କ ସହିତ ଥିଲା।
ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।
8 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।
2 ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
3 ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”
5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
6 ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
7 ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
8 ଆକାଶର ଉଡ଼ୁଥିବା ପକ୍ଷୀମାନେ
ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
9 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।
ପରମେଶ୍ୱରଙ୍କ ପ୍ରତି ଧାର୍ମିକ
5 ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ। 2 ଏବେ ଆମ୍ଭେ ଏହି ଅନୁଗ୍ରହରେ ରହିଛୁ ଓ ଆମ୍ଭେ ପରମେଶ୍ୱରଙ୍କ ଏହି ମହିମାରେ ଭାଗୀଦର ହୋଇଥିବା ଆଶାରେ ଆନନ୍ଦିତ। 3 ଆମ୍ଭେମାନେ ଆମ୍ଭର କ୍ଳେଶଗୁଡ଼ିକ ଥାଇ ମଧ୍ୟ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ଧୈର୍ଯ୍ୟବାନ କରାଏ। 4 ଏହି ଧୈର୍ଯ୍ୟ ପ୍ରମାଣ କରେ ଯେ, ଆମ୍ଭେ ବଳବାନ ଓ ଏହି ପ୍ରମାଣ ଆମ୍ଭକୁ ଭରସା ପ୍ରଦାନ କରେ। 5 ଏହି ଭରସା ଆମ୍ଭକୁ କେବେ ହେଲେ ନିରାଶ କରିବ ନାହିଁ। କ’ଣ ପାଇଁ? କାରଣ ପରମେଶ୍ୱର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ରେମ ଢାଳି ଦେଲେ। ପରମେଶ୍ୱର ପବିତ୍ରଆତ୍ମା ମାଧ୍ୟମରେ ତାହାଙ୍କର ପ୍ରେମ ଦେଇଛନ୍ତି। ପରମେଶ୍ୱରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ରଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।
12 “ମୋର ତୁମ୍ଭମାନଙ୍କୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ସେତେ ମାତ୍ରାରେ ସେଗୁଡ଼ିକ ବର୍ତ୍ତମାନ ତୁମ୍ଭେ ଗ୍ରହଣ କରି ପାରିବ ନାହିଁ। 13 କିନ୍ତୁ ଯେତେବେଳେ ସତ୍ୟମୟ ଆତ୍ମା ଆସିବେ, ସେତେବେଳେ ସେ ତୁମକୁ ସମସ୍ତ ସତ୍ୟ ପଥରେ କଡ଼ାଇନେବେ। ସେ ତାହାଙ୍କ ନିଜର କଥା କହିବେ ନାହିଁ। ସେ କେବଳ ଯାହା ଶୁଣିବେ, ତାହା କହିବେ। ସେ ତୁମକୁ ଭବିଷ୍ୟତର ଘଟଣା ବିଷୟରେ କହିବେ। 14 ପବିତ୍ରଆତ୍ମା ମୋ’ ପାଇଁ ଗୌରବ ଆଣିବେ। ସେ ମୋ’ଠାରୁ ସମସ୍ତ ସତ୍ୟ ବିଷୟ ଗ୍ରହଣ କରି ତୁମକୁ କହିବେ। 15 ଯାହା ପରମପିତାଙ୍କର ତାହା ସବୁକିଛି ମୋର। ସେଥିପାଇଁ ମୁଁ କହିଲି, ପବିତ୍ରଆତ୍ମା ମୋ’ଠାରୁ ସବୁ ନେଇ ତୁମ୍ଭକୁ କହିବେ।
2010 by World Bible Translation Center