Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 42

ଦ୍ୱିତୀୟ ଖଣ୍ଡ

(ଗୀତସଂହିତା 42-72)

ପ୍ରଧାନ ବାଦ୍ୟକର ନିମନ୍ତେ, କୋରହ ପରିବାରରଏହା ଏକ ସୂଚନାଯୁକ୍ତ ଗୀତ।

42 ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ
    ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ମୋର ପ୍ରାଣ ଜୀବନ୍ତ ପରମେଶ୍ୱରଙ୍କ ନିମନ୍ତେ ତୃଷିତ।
    ମୁଁ କେବେ ପ୍ରଭୁଙ୍କ ଦର୍ଶନ ପାଇବି?
ମୋର ଶତ୍ରୁମାନେ ନିରନ୍ତର ମୋ’ ପ୍ରତି ପରିହାସ କରୁଛନ୍ତି।
    ସେମାନେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?
ସେ କେବେ ତୁମ୍ଭକୁ ଉଦ୍ଧାର କରିବାକୁ ଆସିଛନ୍ତି କି?”
    ଭୋଜନ କରିବା ପରିବର୍ତ୍ତେ କେବଳ ମୁଁ କାନ୍ଦେ।

ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ,
    ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି।
ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ
    ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।

ହେ ମୋର ପ୍ରାଣ କାହିଁକି ମୁଁ ଏତେ ବ୍ୟାକୁଳ?
    “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି।
ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।
ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି।
    ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”
ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ ।
    ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ,
ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ।
    ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।

ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି।
    ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି।
ମୁଁ ପରମେଶ୍ୱରଙ୍କୁ କହିଲି, ତୁମ୍ଭେ ମୋର ଦୃଢ଼ତାର ପଥର।
    ମୁଁ କହେ, “ହେ ସଦାପ୍ରଭୁ କାହିଁକି ତୁମ୍ଭେ ମୋତେ ଭୁଲି ଯାଇଛ?
    କାହିଁକି ମୁଁ ମୋର ଶତ୍ରୁମାନଙ୍କ ପାଇଁ ଏତେ ଦୁଃଖିତ?”
10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି,
    ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?”

11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ?
    କାହିଁକି ମୁଁ ଏତେ ଅସ୍ଥିର ହେଉଅଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି
    ଓ ସେ ମୋତେ ଉଦ୍ଧାର କରିବେ।

ଗୀତସଂହିତା 43

43 ହେ ପରମେଶ୍ୱର, ଜଣେ ଲୋକ ଥିଲା ଯିଏ କି ତୁମ୍ଭର ଆଶ୍ରିତ ନ ଥିଲା।
    ସେହି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ୟା କହେ।
ହେ ପରମେଶ୍ୱର, ସେହି ଲୋକଠାରୁ ମୋତେ ବଞ୍ଚାଅ।
    ମୋତେ ସାହାଯ୍ୟ କରି ପ୍ରମାଣ କର ଯେ, ମୁଁ ଠିକ୍ ଅଟେ।
ହେ ପରମେଶ୍ୱର, ତୁମ୍ଭେ ହିଁ ମୋର ବଳସ୍ୱରୂପ।
    କାହିଁକି ତୁମ୍ଭେ ମୋତେ ଛାଡ଼ି ଗ୍ଭଲିଯିବ?
ମୋର ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ
    କାହିଁକି ମୁଁ ଏତେ ଦୁଃଖ ପାଇବି।
ହେ ପରମେଶ୍ୱର, ତୁମ୍ଭର ଆଲୋକ ଓ ସତ୍ୟତାର ବାର୍ତ୍ତା ମୋ’ ନିକଟକୁ ପ୍ରେରିତ ହେଉ।
    ତୁମ୍ଭର ଆଲୋକ ଓ ସତ୍ୟତା ମୋର ପଥ ପ୍ରଦର୍ଶକ ହେଉ।
ସେମାନେ ମୋତେ ବାଟ ଦେଖାଇ ତୁମ୍ଭର ପବିତ୍ର ପର୍ବତକୁ ନେଇଯିବେ।
    ସେମାନେ ମୋତେ ତୁମ୍ଭର ପବିତ୍ର ଗୃହକୁ ପଥ ଦେଖାଇବେ।
ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି।
    ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି।
ସଦାପ୍ରଭୁ ମୋର ପରମେଶ୍ୱର,
    ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।

ହେ ମୋର ପ୍ରାଣ, କାହିଁକି ଏତେ ଦୁଃଖିତ?
    ମୁଁ କାହିଁକି ଏତେ ଅଧୀର ହେଉଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚୟ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।

ହିତୋପଦେଶ 11:3-13

ସତ୍ୟପ୍ରିୟ ଲୋକମାନଙ୍କର ସରଳତା ସେମାନଙ୍କୁ ପଥ ଦେଖାଇବ, କିନ୍ତୁ ବିଶ୍ୱାସଘାତ ଲୋକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।

ପ୍ରଭୁଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ ଅଟେ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା ପାଇବ।

ସତ୍ୟପ୍ରିୟ ଲୋକମାନଙ୍କର ଧାର୍ମିକତା ତାହାର ପଥ ପ୍ରଦର୍ଶକ ହେବ। କିନ୍ତୁ ଦୁଷ୍ଟର ଦରଜା ସେମାନଙ୍କ ଦୁଷ୍ଟତା ଦ୍ୱାରା ଧ୍ୱଂସ ହେବ।

ସତ୍ୟପ୍ରିୟ ଲୋକମାନଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ। କିନ୍ତୁ ବିଶ୍ୱାସଘାତକ ଲୋକ ସେମାନଙ୍କ ଅଭିଳାଷ ଦ୍ୱାରା ଧରା ପଡ଼ିବେ।

ଯେତେବେଳେ ଦୁଷ୍ଟ ମରେ ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ଧ୍ୱଂସ ହୁଏ।

ଜଣେ ଧାର୍ମିକ ମନୁଷ୍ୟ ସମସ୍ୟାରୁ ରକ୍ଷା ପାଏ ଏବଂ ତା ବଦଳରେ ଏହା ଦୁଷ୍ଟ ମନୁଷ୍ୟ ଉପରକୁ ଆସେ।

ଜଣେ ଦୁଷ୍ଟ ମନୁଷ୍ୟ ତା’ର କୁବାକ୍ୟଗୁଡ଼ିକରେ ତା’ର କୁମୁଖରେ ପ୍ରତିବାସୀକୁ ନାଶ କରେ। କିନ୍ତୁ ଧାର୍ମିକ ଲୋକମାନେ ସେମାନଙ୍କର ଜ୍ଞାନର ସହିତ ସେମାନଙ୍କୁ ରକ୍ଷା କରନ୍ତି।

10 ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ। ମାତ୍ର ଦୁଷ୍ଟର ବିନାଶ ହେଲେ ଜୟଧ୍ୱନି ହୁଏ।

11 ନିଷ୍ଠାପର ଲୋକମାନେ ଆଶୀର୍ବାଦ କରନ୍ତି ଯେତେବେଳେ ଗୋଟିଏ ନଗର ଉତ୍ପନ୍ନ ହୁଏ, କିନ୍ତୁ ଦୁଷ୍ଟ ଲୋକମାନଙ୍କର କଥାଗୁଡ଼ିକ ଏହାର ବିନାଶ ଆଣେ।

12 ଯିଏ ଆପଣାର ପ୍ରତିବାସୀକୁ ତାଛଲ୍ୟ ମନୋଭାବ ଦେଖାଏ, ସେ ନିର୍ବୋଧ। କିନ୍ତୁ ଜଣେ ବୁଦ୍ଧିମାନ୍ ଚୁପ୍ ହୋଇ ରହେ।

13 କାରଣ କୁତ୍ସାରଟନାକାରୀ ଯେଉଁଆଡ଼େ ସେ ଯାଏ ବିଶ୍ୱାସରେ ବିଶ୍ୱାସଘାତକତା କରେ। କିନ୍ତୁ ଜଣେ ବିଶ୍ୱସନୀୟ ଲୋକ ଗୁପ୍ତକଥା ଲୁଗ୍ଭଇ ରଖେ।

ମାଥିଉ ଲିଖିତ ସୁସମାଗ୍ଭର 9:27-34

ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରନ୍ତି

27 ଯୀଶୁ ସେହି ସ୍ଥାନ ଛାଡ଼ି ଯାଉଥିବା ସମୟରେ ଦୁଇଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସେମାନେ ପାଟି କରି କହୁଥିଲେ, “ହେ ଦାଉଦଙ୍କ ପୁତ୍ର, [a] ଆମ୍ଭମାନଙ୍କୁ ଦୟା କର।”

28 ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ୟ ତାହାଙ୍କ ସଙ୍ଗରେ ଗଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି?” ସେମାନେ ଉତ୍ତର ଦେଲେ, “ହଁ, ପ୍ରଭୁ”।

29 ତା’ପରେ ଯୀଶୁ ସେମାନଙ୍କ ଆଖିକୁ ଛୁଇଁଲେ। ସେ କହିଲେ, “ତୁମ୍ଭେ ଯେପରି ବିଶ୍ୱାସ କରିଅଛ, ତୁମ୍ଭ ପ୍ରତି ସେହିପରି ହେଉ।” 30 ତା’ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଚେତାବନୀ ଦେଇ କହିଲେ, “ଏ ବିଷୟ ଅନ୍ୟକୁ କହିବ ନାହିଁ।” 31 କିନ୍ତୁ ଅନ୍ଧ ଦୁହେଁ ଏ ଖବର ସେ ଅଞ୍ଚଳସାରା ପ୍ରଗ୍ଭର କରିଦେଲେ।

32 ସେ ଅନ୍ଧ ଦୁଇଜଣ ଗଲାପରେ କେତେକ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପାରୁ ନ ଥିଲା। କାରଣ ତା ଦେହରେ ଭୂତ ପ୍ରବେଶ କରି ରହିଥିଲା। 33 ଯୀଶୁ ତା’ ଦେହରୁ ଭୂତକୁ ତଡ଼ିଦେଲେ, କିଛି କହି ପାରୁ ନ ଥିବା ଲୋକଟି ପୁଣି ତା’ର କହିବା ଶକ୍ତି ଫେରି ପାଇଲା। ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଇସ୍ରାଏଲରେ ଏଭଳି ଘଟଣା ଘଟିବା ଆମ୍ଭେ କେବେ ହେଲେ ଦେଖି ନ ଥିଲୁ।”

34 କିନ୍ତୁ ଫାରୂଶୀମାନେ କହିଲେ, “ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାଯ୍ୟରେ ଅନ୍ୟ ଭୂତଙ୍କୁ ତଡ଼ି ଦେଉଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center