Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ରାଜାବଳୀର ଦ୍ୱିତୀୟ ପୁସ୍ତକ 2:1-2

ସଦାପ୍ରଭୁ ଏଲିୟଙ୍କୁ ନେବାକୁ ଯୋଜନା କରନ୍ତି

ଅନନ୍ତର ସଦାପ୍ରଭୁ ଏଲିୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବାକୁ ଉଦ୍ୟତ ଥିଲେ, ଏଲିୟ ଓ ଇଲୀଶାୟ ଗି‌ଲ୍‌‌‌ଗ‌‌ଲ୍‌‌ଠାରୁ ସେମାନଙ୍କର ରାସ୍ତାରେ ଥିଲେ।

ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି ଏଠାରେ ରୁହନ୍ତୁ, କାରଣ ସଦାପ୍ରଭୁ ମୋତେ ବୈଥେ‌ଲ୍‌କୁ ଯିବାକୁ କହିଛନ୍ତି।”

ମାତ୍ର ଇଲୀଶାୟ କହିଲେ, “ମୁଁ ଶପଥ କରୁଛି ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ଓ ତୁମ୍ଭେ ଜୀବତ ଥିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ବୈଥେ‌ଲ୍‌କୁ ଗଲେ।

ରାଜାବଳୀର ଦ୍ୱିତୀୟ ପୁସ୍ତକ 2:6-14

ଏଲିୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଛି, ତୁମ୍ଭେ ଏହିଠାରେ ଥାଅ, କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନ ନଦୀକୁ ପଠାଇଛନ୍ତି।”

ଇଲୀଶାୟ ଉତ୍ତର କଲେ, “ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଓ ତୁମ୍ଭେ ଜୀବିତ ଥିବା ପ୍ରମାଣେ ମୁଁ ତୁମ୍ଭକୁ ଛାଡ଼ିବି ନାହିଁ।” ତେଣୁ ଉଭୟେ ଆଗକୁ ଅଗ୍ରସର ହେଲେ।

ପୁନଶ୍ଚ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ପୁତ୍ରମାନଙ୍କ ମଧ୍ୟରୁ ପଗ୍ଭଶ୍ ଜଣ ତାଙ୍କର ପଶ୍ଚା‌ତ୍‌ଧାବନ କଲେ। ଏଲିୟ ଓ ଇଲୀଶାୟ ଯର୍ଦ୍ଦନ ନଦୀ ନିକଟକୁ ଯାଇ ଠିଆ ହେଲେ। ଆଉ ସେ ପଗ୍ଭଶ୍ ଲୋକ ସେମାନଙ୍କଠାରୁ ଦୂରରେ ଛିଡ଼ା ହେଲେ। ଏଲିୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଠିଆ ହୋଇ ପାଣିକୁ ଆଘାତ କଲେ। ତହିଁରେ ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହୋଇଗଲା ଓ ସେ ଦୁହେଁ ଶୁଷ୍କ ଭୂମି ଦେଇ ନଦୀ ପାର ହେଲେ।

ନଦୀ ପାରି ହେଲା ପରେ ଏଲିୟ ଇଲୀଶାୟଙ୍କୁ କହିଲେ, “ପରମେଶ୍ୱର ମୋତେ ତୁମ୍ଭଠାରୁ ନେବା ପୂର୍ବରୁ, ମୋ’ଠାରୁ ତୁମ୍ଭେ କ’ଣ ଗ୍ଭହୁଁଛ ମାଗ।”

ଇଲୀଶାୟ କହିଲେ, “ମୁଁ ପ୍ରାର୍ଥନା କରେ, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋ’ ଉପରେ ବର୍ତ୍ତୁ।”

10 ଏଲିୟ କହିଲେ, “ତୁମ୍ଭେ ଏକ କଷ୍ଟକର ବିଷୟ ମାଗିଲ। ତଥାପି ମୁଁ ତୁମ୍ଭ ନିକଟରୁ ନେଇଯିବା ବେଳେ, ତୁମ୍ଭେ ଯଦି ମୋତେ ଦେଖିବ ତେବେ ତୁମ୍ଭ ପ୍ରତି ତାହା ଘଟିବ, କିନ୍ତୁ ତୁମ୍ଭେ ଯଦି ମୋତେ ଦେଖିବ ନାହିଁ, ତାହାହେଲେ ସେପରି ଘଟିବ ନାହିଁ।”

ପରମେଶ୍ୱର ଏଲିୟଙ୍କୁ ସ୍ୱର୍ଗକୁ ନେଲେ

11 ଏହିପରି ସେ ଦୁହେଁ ଏକତ୍ର କଥାବାର୍ତ୍ତା ହୋଇ ଯାଉଥିବା ବେଳେ ହଠାତ୍ ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହେଲେ ଏବଂ ସେ ଦୁହିଁଙ୍କୁ ପୃଥକ କଲେ। ତା’ପରେ ଏଲିୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।

12 ଇଲୀଶାୟ ତାହା ଦେଖି ଉଚ୍ଚ ସ୍ୱରରେ ରୋଦନ କରି କହିଲେ, “ହେ ମୋର ପିତା! ହେ ମୋର ପିତା! ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”

ତା’ପରେ ଇଲୀଶାୟ ଏଲିୟଙ୍କୁ ଆଉ ଦେଖି ପାରିଲେ ନାହିଁ। ଏଣୁ ସେ ଦୁଃଖର ପ୍ରତୀକ ସ୍ୱରୂପ ନିଜର ବସ୍ତ୍ରକୁ ଚିରି ଦୁଇଖଣ୍ତ କରିଦେଲେ। 13 ଏଲିୟଙ୍କ ବସ୍ତ୍ର ଭୂମିରେ ପଡ଼ିଲାମାତ୍ରେ ଇଲୀଶାୟ ତାକୁ ଉଠାଇ ନେଲେ। ତା’ପରେ ସେ ଯର୍ଦ୍ଦନ ନଦୀ ତୀରରେ ଛିଡ଼ା ହୋଇ ପାଣିକୁ ଆଘାତ କରି କହିଲେ, “ଏଲିୟଙ୍କର ପରମେଶ୍ୱର, ସଦାପ୍ରଭୁ କେଉଁଠାରେ ଅଛନ୍ତି?” 14 ଇଲୀଶାୟ ଜଳକୁ ଆଘାତ କରନ୍ତେ, ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହୋଇଗଲା ଏବଂ ଇଲୀଶାୟ ନଦୀ ପାର ହେଲେ।

ଗୀତସଂହିତା 77:1-2

ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ।

77 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି।
    ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି।
    ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି।
    କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।

ଗୀତସଂହିତା 77:11-20

11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ।
    ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ
    ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
13 ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର।
    ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
14 ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି।
    ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ।
    ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ।

16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା।
    ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ।
    ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ।
    ତା’ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା।
    ବିଜୁଳି ଜଗତକୁ ଆଲୋକମୟ କଲା।
    ପୃଥିବୀ କମ୍ପିତ ହେଲା।
19 ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର
    କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
20 ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି
    ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।

ଗାଲାତୀୟଙ୍କ ପ୍ରତି ପତ୍ର 5:1

ସ୍ୱାଧୀନ ରହିଥାଅ

ଆମ୍ଭେ ସମସ୍ତେ ଏବେ ସ୍ୱାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ୱାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ୱର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।

ଗାଲାତୀୟଙ୍କ ପ୍ରତି ପତ୍ର 5:13-25

13 ମୋ’ ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭମାନଙ୍କୁ ସ୍ୱାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ୱାଧୀନତାକୁ ତୁମ୍ଭେମାନେ ନିଜ ନିଜର ପାପମୟ ସ୍ୱଭାବର ଇଚ୍ଛା ପୂରଣ ନିମନ୍ତେ ବ୍ୟବହାର କର ନାହିଁ। ବରଂ ଏକଆରେକର ପ୍ରେମ ପୂର୍ବକ ସେବା କର। 14 ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହୋଇଛି: “ନିଜକୁ ପ୍ରେମ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ରେମ କର।” [a] 15 ଯଦି ତୁମ୍ଭେ ଏକଆରେକକୁ ଆଘାତ ପ୍ରଦାନ କରୁଥାଅ, ଓ ତଦ୍ଦ୍ୱାରା ପରସ୍ପରକୁ ଗ୍ରାସ କରି ଗ୍ଭଲ, ତା’ହେଲେ ତୁମ୍ଭେମାନେ ନିଜେ ନିଜେ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯିବ। ତେଣୁ ସାବଧାନ ରୁହ।

ପବିତ୍ରଆତ୍ମା ଓ ମାନବ ପ୍ରକୃତି

16 ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନଯାପନ କର। ତା’ହେଲେ ତୁମ୍ଭେମାନେ ପାପମୟ ସ୍ୱଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ଯ୍ୟ କରିବ ନାହିଁ। 17 ଆମ୍ଭର ପାପମୟ ସ୍ୱଭାବର ଇଚ୍ଛା ପବିତ୍ରଆତ୍ମାଙ୍କର ବିରୋଧୀ ଓ ପବିତ୍ରଆତ୍ମା ପାପମୟ ସ୍ୱଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭେମାନେ ପ୍ରକୃତରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ। 18 କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କର ପରିଗ୍ଭଳିତ ପଥରେ ଚଳୁଛ, ତା’ହେଲେ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ।

19 ଆମ୍ଭର ପାପମୟ ସ୍ୱଭାବ ଦ୍ୱାରା ହେଉଥିବା ପାପପୂର୍ଣ୍ଣ କ୍ରିୟାଗୁଡ଼ିକ ବିଷୟରେ ସମସ୍ତେ ଜାଣନ୍ତି। ସେଗୁଡ଼ିକ ହେଲା: ଯୌନ ପାପାଗ୍ଭର, ଅପବିତ୍ରତା, ଭୋଗବିଳାସ, 20 ମୂର୍ତ୍ତିପୂଜା, ଯାଦୁବିଦ୍ୟା, ଘୃଣା, ଝଗଡ଼ା, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ, 21 ପରଶ୍ରୀକାତରତା, ନିଶାସକ୍ତ ହେବା, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ୟ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମରେ ଲିପ୍ତ ରୁହନ୍ତି, ସେମାନେ କୌଣସି ପ୍ରକାରେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାର ପାଇବେ ନାହିଁ। 22 ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା, 23 ଭଦ୍ରତା ଓ ଆତ୍ମ-ସଂଯମ। ଏହି ବିଷୟ ଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ। 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ନିଜର ମନର ଆବେଗ ଓ ପାପମୟ ସ୍ୱଭାବକୁ କ୍ରୁଶରେ ବିଦ୍ଧ କରିଛନ୍ତି। ସେମାନେ ନିଜର ସ୍ୱାର୍ଥପର ମନୋଭାବ ଓ ମନ୍ଦକାର୍ଯ୍ୟ ସବୁକୁ ତ୍ୟାଗ କରିଛନ୍ତି। 25 ସେହି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍।

ଲୂକ ଲିଖିତ ସୁସମାଗ୍ଭର 9:51-62

ଗୋଟିଏ ଶମିରୋଣୀୟ ନଗର

51 ଯୀଶୁ ଜଗତ ଛାଡ଼ି ସ୍ୱର୍ଗକୁ ଫେରିଯିବାର ସମୟ ପାଖେଇ ଆସୁଥିଲା। ଯୀଶୁ ଯିରୁଶାଲମ ଯିବାକୁ ସ୍ଥିର କଲେ। 52 ସେ ତାହାଙ୍କ ଆଗରୁ କେତେକ ଲୋକଙ୍କୁ ପଠାଇଲେ। ସେମାନେ ଯୀଶୁଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବା ପାଇଁ ଶମିରୋଣର ଏକ ନଗରରେ ପହଞ୍ଚିଲେ। 53 କିନ୍ତୁ ଯୀଶୁ ଯିରୁଶାଲମକୁ ଯାଉଥିବାର ଦେଖି ସେଠାକାର ଲୋକ ତାହାଙ୍କୁ ସ୍ୱାଗତ କଲେ ନାହିଁ। 54 ଯୀଶୁଙ୍କ ଶିଷ୍ୟ ଯାକୁବ ଓ ଯୋହନ ଏହା ଦେଖିଲେ। ସେମାନେ କହିଲେ, “ପ୍ରଭୁ ସ୍ୱର୍ଗରୁ ଅଗ୍ନି ବର୍ଷା କରି ସେମାନଙ୍କୁ ଧ୍ୱଂସ କରିଦେବା ପାଇଁ ଆମ୍ଭେ ଆଦେଶ ଦେବୁ ବୋଲି କ’ଣ ଆପଣ ଗ୍ଭହୁଁଛନ୍ତି?” [a]

55 କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲି ପଡ଼ି ସେମାନଙ୍କୁ ଭର୍ତ୍ସନା କଲେ। [b] 56 ତା’ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଅନ୍ୟ ଗାଁକୁ ଗ୍ଭଲିଗଲେ।

ଯୀଶୁଙ୍କୁ ଅନୁସରଣ(A)

57 ସେମାନେ ରାସ୍ତାରେ ଆଗେଇ ଯାଉଥିଲେ। ଜଣେ ଲୋକ ଯୀଶୁଙ୍କୁ କହିଲା, “ଆପଣ ଯେଉଁଆଡ଼େ ଯିବେ, ମୁଁ ଆପଣଙ୍କ ପଛେ ପଛେ ଯିବି।”

58 ଯୀଶୁ ତାହାକୁ କହିଲେ, “କୋକିଶିଆଳିର ରହିବା ପାଇଁ ଗାତ ଅଛି। ଆକାଶର ପକ୍ଷୀମାନଙ୍କର ବସା ଅଛି, କିନ୍ତୁ ମନୁଷ୍ୟପୁତ୍ରଙ୍କର ମୁଣ୍ଡ ଗୁଞ୍ଜିବାକୁ ଟିକିଏ ହେଲେ ସ୍ଥାନ ନାହିଁ।”

59 ତା’ପରେ ଯୀଶୁ ଆଉ ଜଣକୁ କହିଲେ, “ମୋର ଅନୁସରଣ କର।”

କିନ୍ତୁ ସେହି ଲୋକଟି କହିଲା, “ପ୍ରଭୁ, ମୋତେ ପ୍ରଥମେ ଯାଇ ମୋ’ ବାପାଙ୍କୁ କବର ଦେବାକୁ ଅନୁମତି ଦିଅନ୍ତୁ।”

60 କିନ୍ତୁ ଯୀଶୁ ତାହାକୁ କହିଲେ, “ମୃତ ଲୋକଙ୍କୁ ମୃତ ଲୋକମାନେ କବର ଦେବେ। କିନ୍ତୁ ତୁମ୍ଭେ ଯାଇ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଗ୍ଭର କର।”

61 ଆଉ ଜଣେ ଲୋକ କହିଲା, “ପ୍ରଭୁ ମୁଁ ଆପଣଙ୍କ ଅନୁସରଣ କରିବି। କିନ୍ତୁ ପ୍ରଥମେ ମୋତେ ମୋ’ ପରିବାର ଲୋକଙ୍କଠାରୁ ବିଦାୟ ନେବାକୁ ଅନୁମତି ଦିଅନ୍ତୁ।”

62 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେଉଁ ଲୋକ ଲଙ୍ଗଳ ଉପରେ ହାତ ଦେଇ ପଛକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ରାଜ୍ୟ ପାଇଁ ଯୋଗ୍ୟ ନୁହେଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center